Biblia Todo Logo
Bib sou entènèt

- Piblisite -




କଲସୀୟ 3:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପରସ୍ପର ପ୍ରତି ସହନଶୀଳ ହୁଅ ଆଉ ଯଦି କାହାରି କାହାରି ବିରୁଦ୍ଧରେ କୌଣସି କଥା ଥାଏ, ତେବେ ଏକକୁ ଆରେକ କ୍ଷମା କର; ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପରସ୍ପର ପ୍ରତି ସହନଶୀଳ ହୁଅ, ଆଉ ଯଦି କାହାରି କାହାରି ବିରୁଦ୍ଧରେ କୌଣସି କଥା ଥାଏ, ତେବେ ଏକକୁଆରେକ କ୍ଷମା କର; ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି କର।

Gade chapit la Kopi

ଓଡିଆ ବାଇବେଲ

13 ପରସ୍ପର ପ୍ରତି ସହନଶୀଳ ହୁଅ ଆଉ ଯଦି କାହାରି କାହାରି ବିରୁଦ୍ଧରେ କୌଣସି କଥା ଥାଏ, ତେବେ ଏକକୁ ଆରେକ କ୍ଷମା କର; ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ପରସ୍ପର ପ୍ରତି ସହନଶୀଳ ହୁଅ ଏବଂ ଯଦି କାହାର ଅନ୍ୟ ବିରୁଦ୍ଧରେ ଅଭିଯୋଗ ଥାଏ, ତେବେ ପରସ୍ପରକୁ କ୍ଷମା କର। ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ସେହିପରି ପରସ୍ପରକୁ କ୍ଷମା କର।

Gade chapit la Kopi

ପବିତ୍ର ବାଇବଲ

13 ପରସ୍ପର ପ୍ରତି କ୍ରୋଧ କର ନାହିଁ, ବରଂ ପରସ୍ପରକୁ କ୍ଷମା ଦିଅ। ଯଦି ଜଣେ ତୁମ୍ଭ ପ୍ରତି ଭୁଲ୍ କାମ କରେ, ତାକୁ କ୍ଷମା ଦିଅ। ପ୍ରଭୁ ତୁମ୍ଭକୁ କ୍ଷମା କରିଛନ୍ତି, ସେଥିପାଇଁ ତୁମ୍ଭେମାନେ ମଧ୍ୟ ଅନ୍ୟ ଲୋକମାନଙ୍କୁ କ୍ଷମା ଦିଅ।

Gade chapit la Kopi




କଲସୀୟ 3:13
25 Referans Kwoze  

ଆଉ ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ପୁଣି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର।


ପୁଣି, ତୁମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରିବାକୁ ଠିଆ ହୁଅ, ଯଦି କାହାରି ବିରୁଦ୍ଧରେ ତୁମ୍ଭମାନଙ୍କର କିଛି କଥା ଥାଏ, ତାହାହେଲେ କ୍ଷମା କର, ଯେପରି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କର ଅପରାଧସବୁ କ୍ଷମା କରିବେ।


କାରଣ ଯେ ଦୟା କରେ ନାହିଁ, ସେ ନିର୍ଦ୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ୱନି କରେ।


ଅର୍ଥାତ୍‍ ସର୍ବପ୍ରକାର ନମ୍ରତା, ମୃଦୁତା, ଦୀର୍ଘ ସହିଷ୍ଣୁତା ଓ ପ୍ରେମରେ ପରସ୍ପର ପ୍ରତି ସହନଶୀଳ ହୁଅ;


ଆମ୍ଭେମାନେ ଯେପରି ଆପଣା ଆପଣା ଅପରାଧୀମାନଙ୍କୁ କ୍ଷମା କରିଅଛୁ, ସେପରି ଆମ୍ଭମାନଙ୍କର ଅପରାଧସବୁ କ୍ଷମା କର।


ପବିତ୍ରତାରେ, ଜ୍ଞାନରେ, ଦୀର୍ଘସହିଷ୍ଣୁତାରେ, କୋମଳଭାବରେ, ପବିତ୍ର ଆତ୍ମାଙ୍କଠାରେ, ନିଷ୍କପଟ ପ୍ରେମରେ,


ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବ୍ୟବସ୍ଥା ସଫଳ କରିବ।


କିନ୍ତୁ ତୁମ୍ଭେମାନେ ଯାହାର କିଛି କ୍ଷମା କର, ମୁଁ ମଧ୍ୟ ତାହାକୁ କ୍ଷମା କରେ; କାରଣ ମୁଁ ଯଦି କିଛି କ୍ଷମା କରିଅଛି, ତେବେ ଯାହା କ୍ଷମା କରିଅଛି, ତାହା ଖ୍ରୀଷ୍ଟଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ସକାଶେ କ୍ଷମା କରିଅଛି,


ସେତେବେଳେ ଯୀଶୁ କହିଲେ, “ପିତଃ, ଏମାନଙ୍କୁ କ୍ଷମା କର, କାରଣ ଏମାନେ କଅଣ କରୁଅଛନ୍ତି, ତାହା ଜାଣନ୍ତି ନାହିଁ।” ଆଉ ସେମାନେ ତାହାଙ୍କ ବସ୍ତ୍ରସବୁ ଭାଗ କରିବା ନିମନ୍ତେ ଗୁଲିବାଣ୍ଟ କଲେ।


ଆମ୍ଭମାନଙ୍କର ପାପସବୁ କ୍ଷମା କର, କାରଣ ଆମ୍ଭେମାନେ ମଧ୍ୟ ଆପଣା ଆପଣାର ପ୍ରତ୍ୟେକ ଅପରାଧୀକୁ କ୍ଷମା କରୁ। ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ।’”


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର, ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର,


ଏଥିନିମନ୍ତେ ହିଁ ତୁମ୍ଭେମାନେ ଆହୂତ ହୋଇଅଛ, କାରଣ ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ପଦଚିହ୍ନ ଦେଇ ଗମନ କର, ସେଥିପାଇଁ ସେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ଦୁଃଖଭୋଗ କରି ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଦେଇ ଯାଇଅଛନ୍ତି;


ଅତଏବ ଈଶ୍ବରଙ୍କ ଗୌରବ ନିମନ୍ତେ ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ଗ୍ରହଣ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ଗ୍ରହଣ କର।


ଅତଏବ, ଈଶ୍ବରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁତା ପରିଧାନ କର।


ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ୱରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।


ମନୁଷ୍ୟର ସୁବୁଦ୍ଧି ତାହାକୁ କ୍ରୋଧ କରିବାକୁ ଧୀର କରେ; ପୁଣି, ଦୋଷ ଛାଡ଼ିଦେବାର ତାହାର ଭୂଷଣ।


Swiv nou:

Piblisite


Piblisite