Biblia Todo Logo
Bib sou entènèt

- Piblisite -




କଲସୀୟ 3:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ, ଏହି ସମସ୍ତ ଉପରେ ପ୍ରେମକୁ ପରିଧାନ କର, ଏହା ସିଦ୍ଧ ଅବସ୍ଥାର ବନ୍ଧନ ସ୍ୱରୂପ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଆଉ, ଏହିସମସ୍ତ ଉପରେ ପ୍ରେମକୁ ପରିଧାନ କର, ଏହା ସିଦ୍ଧ ଅବସ୍ଥାର ବନ୍ଧନ ସ୍ଵରୂପ।

Gade chapit la Kopi

ଓଡିଆ ବାଇବେଲ

14 ଆଉ, ଏହି ସମସ୍ତ ଉପରେ ପ୍ରେମକୁ ପରିଧାନ କର, ଏହା ସିଦ୍ଧ ଅବସ୍ଥାର ବନ୍ଧନ ସ୍ୱରୂପ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ପୁଣି ଏହି ସମସ୍ତ ଗୁଣ ସହିତ ପ୍ରେମକୁ ଯୋଗ କର। ପ୍ରେମ ସମସ୍ତ ବିଷୟକୁ ପୂର୍ଣ୍ଣାଙ୍ଗ କରି ଏକତାବଦ୍ଧ କରେ।

Gade chapit la Kopi

ପବିତ୍ର ବାଇବଲ

14 ଏହିସବୁ କର, କିନ୍ତୁ ସବୁଠାରୁ ମୁଖ୍ୟ ବିଷୟ ହେଲା, ପରସ୍ପରକୁ ପ୍ରେମ କରିବା। ପ୍ରେମ ତୁମ୍ଭମାନଙ୍କୁ ଏକତାରେ ଏକାଠି ବାନ୍ଧି ରଖେ।

Gade chapit la Kopi




କଲସୀୟ 3:14
18 Referans Kwoze  

ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ।


ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ୱରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।


ମୋହର ଉଦ୍ଦେଶ୍ୟ ଏହି, ଯେପରି ସେମାନଙ୍କ ହୃଦୟ ଉତ୍ସାହିତ ହୁଏ, ପୁଣି, ସେମାନେ ଜ୍ଞାନର ପୂର୍ଣ୍ଣ ନିଶ୍ଚୟତାରୂପ ସମସ୍ତ ଧନ ପ୍ରାପ୍ତ ହେବା ନିମନ୍ତେ, ଅର୍ଥାତ୍‍ ଈଶ୍ବରଙ୍କ ନିଗୂଢ଼ ତତ୍ତ୍ୱ ଯେ ଖ୍ରୀଷ୍ଟ, ତାହାଙ୍କୁ ଜାଣିବା ନିମନ୍ତେ ପରସ୍ପର ପ୍ରେମରେ ସଂଯୁକ୍ତ ହୁଅନ୍ତି।


ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର।


ପରସ୍ପରକୁ ପ୍ରେମ କରିବା ବିନା ଆଉ କାହିଁରେ କାହାରିଠାରେ ଋଣୀ ହୁଅ ନାହିଁ; କାରଣ ଯେ ପରକୁ ପ୍ରେମ କରେ, ସେ ବ୍ୟବସ୍ଥା ସଫଳ କରିଅଛି।


ଶାନ୍ତିରୂପ ବନ୍ଧନରେ ବାନ୍ଧି ହୋଇ ଆତ୍ମାଙ୍କ ଐକ୍ୟ ରକ୍ଷା କରିବା ନିମନ୍ତେ ଯତ୍ନବାନ ହୁଅ।


ଯେ ଈଶ୍ବରଙ୍କୁ ପ୍ରେମ କରେ, ସେ ଆପଣା ଭାଇକୁ ମଧ୍ୟ ପ୍ରେମ କରୁ, ଏହି ଆଜ୍ଞା ଆମ୍ଭେମାନେ ତାହାଙ୍କଠାରୁ ପାଇଅଛୁ।


ଧର୍ମପରାୟଣତା ଦ୍ୱାରା ଭ୍ରାତୃପ୍ରେମ, ପୁଣି, ଭ୍ରାତୃପ୍ରେମ ଦ୍ୱାରା ପ୍ରେମ ଲାଭ କର।


କିନ୍ତୁ ଶୁଦ୍ଧ ହୃଦୟ, ଶୁଚି ବିବେକ ଓ ନିଷ୍କପଟ ବିଶ୍ୱାସରୁ ଜାତ ଯେଉଁ ପ୍ରେମ,


ଭ୍ରାତୃପ୍ରେମ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ଆବଶ୍ୟକ ନାହିଁ, କାରଣ ତୁମ୍ଭେମାନେ ପରସ୍ପରକୁ ପ୍ରେମ କରିବା ନିମନ୍ତେ ଈଶ୍ବରଙ୍କ ଦ୍ୱାରା ନିଜେ ଶିକ୍ଷିତ ହୋଇଅଛ,


ମୁଁ ସେମାନଙ୍କଠାରେ, ଆଉ ତୁମ୍ଭେ ମୋʼ ଠାରେ, ଯେପରି ସେମାନେ ସିଦ୍ଧ ହୋଇ ଏକ ହୁଅନ୍ତି, ଯେପରି ଜଗତ ବୁଝିବ ଯେ, ତୁମ୍ଭେ ମୋତେ ପ୍ରେରଣ କଲ, ପୁଣି, ମୋତେ ଯେପ୍ରକାରେ ପ୍ରେମ କଲ, ସେମାନଙ୍କୁ ମଧ୍ୟ ସେପ୍ରକାରେ ପ୍ରେମ କଲ।


ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ସେହିପରି ପରସ୍ପରକୁ ପ୍ରେମ କର, ଏହି ମୋହର ଆଜ୍ଞା।


ତାହାଙ୍କର ଆଜ୍ଞା ଏହି ଯେ, ଆମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବିଶ୍ୱାସ କରିବା ଓ ତାହାଙ୍କ ଦତ୍ତ ଆଜ୍ଞାନୁସାରେ ପରସ୍ପରକୁ ପ୍ରେମ କରିବା।


ଅତଏବ ଆସ, ଆମ୍ଭେମାନେ ଖ୍ରୀଷ୍ଟଙ୍କ ବିଷୟକ ପ୍ରାଥମିକ ଶିକ୍ଷା ପରିତ୍ୟାଗ କରି ମୃତ କର୍ମରୁ ମନ-ପରିବର୍ତ୍ତନ, ଈଶ୍ବରଙ୍କଠାରେ ବିଶ୍ୱାସ,


ଅର୍ଥାତ୍‍ ଆମ୍ଭେମାନେ ଯେପରି ତାହାଙ୍କ ସାକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ;


ଏଥିରେ କିଏ ଈଶ୍ବରଙ୍କ ସନ୍ତାନ ଓ କିଏ ଶୟତାନର ସନ୍ତାନ, ଏହା ପ୍ରକାଶିତ ହୁଏ; ଯେ କେହି ଧର୍ମାଚରଣ କରେ ନାହିଁ, କିଅବା ଆପଣା ଭାଇକୁ ପ୍ରେମ କରେ ନାହିଁ, ସେ ଈଶ୍ବରଙ୍କଠାରୁ ଜାତ ନୁହେଁ।


Swiv nou:

Piblisite


Piblisite