Biblia Todo Logo
Bib sou entènèt

- Piblisite -




କଲସୀୟ 3:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତୁମ୍ଭେମାନେ ଯାହା କିଛି କର, ପ୍ରଭୁଙ୍କ ନିମନ୍ତେ କଲା ପରି ଅନ୍ତର ସହ ତାହା କର, ମନୁଷ୍ୟ ନିମନ୍ତେ କଲା ପରି କର ନାହିଁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ତୁମ୍ଭେମାନେ ଯାହା କିଛି କର, ପ୍ରଭୁଙ୍କ ନିମନ୍ତେ କଲା ପରି ଅନ୍ତର ସହ ତାହା କର, ମନୁଷ୍ୟ ନିମନ୍ତେ କଲା ପରି କର ନାହିଁ;

Gade chapit la Kopi

ଓଡିଆ ବାଇବେଲ

23 ତୁମ୍ଭେମାନେ ଯାହା କିଛି କର, ପ୍ରଭୁଙ୍କ ନିମନ୍ତେ କଲାପରି ଅନ୍ତର ସହ ତାହା କର, ମନୁଷ୍ୟ ନିମନ୍ତେ କଲାପରି କର ନାହିଁ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ତୁମ୍ଭେମାନେ ଯାହା କର, ତାହା ମନୁଷ୍ୟ ପାଇଁ ନ କରି ଈଶ୍ୱରଙ୍କ ପାଇଁ କରୁଛ ବୋଲି ଭାବି ପୂର୍ଣ୍ଣପ୍ରାଣରେ କର।

Gade chapit la Kopi

ପବିତ୍ର ବାଇବଲ

23 ସମସ୍ତ କାମଗୁଡ଼ିକ କଲାବେଳେ ସବୁଠାରୁ ଭଲ କରିବ ପାଇଁ ଚେଷ୍ଟା କର। ପ୍ରଭୁଙ୍କର ସେବା କରୁଛ, ଲୋକମାନଙ୍କର ନୁହେଁ ବୋଲି ଭାବି କାମ କର।

Gade chapit la Kopi




କଲସୀୟ 3:23
18 Referans Kwoze  

ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ୱାରା ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ।


ଯେଣୁ, ଯଦି ଆମ୍ଭେମାନେ ବଞ୍ଚୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ବଞ୍ଚୁ, କିମ୍ବା ଯଦି ମରୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ମରୁ। ଅତଏବ, ଯଦି ଆମ୍ଭେମାନେ ବଞ୍ଚୁ କିମ୍ବା ମରୁ, ଆମ୍ଭେମାନେ ପ୍ରଭୁଙ୍କର ଅଟୁ।


ଆଉ, ସେ ଆପଣା ପରମେଶ୍ୱରଙ୍କର ଅନ୍ୱେଷଣ କରିବା ନିମନ୍ତେ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟ, ପୁଣି ବ୍ୟବସ୍ଥା ଓ ଆଜ୍ଞା ସମ୍ବନ୍ଧରେ ଯେ ଯେ କାର୍ଯ୍ୟ ଆରମ୍ଭ କଲେ, ତାହାସବୁ ଆପଣା ସର୍ବାନ୍ତଃକରଣ ସହିତ କରି କୃତକାର୍ଯ୍ୟ ହେଲେ।


ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି କଳ୍ପନା, କି ବିଦ୍ୟା, କି ଜ୍ଞାନ ନାହିଁ।


କାରଣ ତୁମ୍ଭେମାନେ ଯେ ସତ୍କର୍ମ କରି ନିର୍ବୋଧମାନଙ୍କ ଅଜ୍ଞାନର କଥା ବନ୍ଦ କର, ଏହା ଈଶ୍ବରଙ୍କ ଇଚ୍ଛା;


ପ୍ରଭୁଙ୍କ ସକାଶେ ସମସ୍ତେ ମାନବୀୟ ବିଧାନର ବଶୀଭୂତ ହୁଅ,


ମୁଁ ସର୍ବାନ୍ତଃକରଣରେ ତୁମ୍ଭଙ୍କୁ ଖୋଜିଅଛି; ମୋତେ ତୁମ୍ଭ ଆଜ୍ଞା-ପଥରୁ ଭ୍ରମିବାକୁ ଦିଅ ନାହିଁ।


ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର;


ଯେ ବିଶେଷ ଦିନ ମାନେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ମାନେ; ଆଉ ଯେ ଭୋଜନ କରେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ, କାରଣ ସେ ଈଶ୍ବରଙ୍କୁ ଧନ୍ୟବାଦ ଦିଏ; ପୁଣି, ଯେ ଭୋଜନ କରେ ନାହିଁ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ ନାହିଁ ଓ ଈଶ୍ବରଙ୍କୁ ଧନ୍ୟବାଦ ଦିଏ।


ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ତୁମ୍ଭର ବ୍ୟବସ୍ଥା ମାନିବି; ଆହୁରି, ମୁଁ ଆପଣା ସର୍ବାନ୍ତଃକରଣରେ ତାହା ପାଳନ କରିବି।


ପୁଣି, ଏସବୁ ହେଲେ ହେଁ ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଆପଣା ସର୍ବାନ୍ତଃକରଣ ସହିତ ନୁହେଁ, ମାତ୍ର କପଟ ଭାବରେ ଆମ୍ଭ ପ୍ରତି ଫେରିଅଛି, ଏହା ସଦାପ୍ରଭୁ କହନ୍ତି।”


ମୁଁ ସର୍ବାନ୍ତଃକରଣରେ ପ୍ରାର୍ଥନା କରିଅଛି; ହେ ସଦାପ୍ରଭୋ, ମୋତେ ଉତ୍ତର ଦିଅ; ମୁଁ ତୁମ୍ଭର ବିଧି ପାଳନ କରିବି।


ଉପବାସ କରିବା ସମୟରେ କପଟୀମାନଙ୍କ ପରି ବିଷର୍ଣ୍ଣବଦନ ହୁଅ ନାହିଁ, କାରଣ ସେମାନେ ଉପବାସ କରୁଅଛନ୍ତି ବୋଲି ଲୋକମାନଙ୍କ ଆଗରେ ଦେଖାଇବା ପାଇଁ ଆପଣା ଆପଣା ମୁଖ ମଳିନ କରନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।


ହେ ସ୍ତ୍ରୀମାନେ ତୁମ୍ଭେମାନେ ଯେପରି ପ୍ରଭୁଙ୍କର ବଶୀଭୂତା ହୁଅ, ସେହିପରି ଆପଣା ଆପଣା ସ୍ୱାମୀର ବଶୀଭୂତ ହୁଅ,


ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ମୋହର ଅନ୍ତରସ୍ଥ ସମସ୍ତ, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।


Swiv nou:

Piblisite


Piblisite