Biblia Todo Logo
Bib sou entènèt

- Piblisite -




କଲସୀୟ 3:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କିନ୍ତୁ ଏବେ ତୁମ୍ଭେମାନେ ମଧ୍ୟ ଏହିସବୁ ବିଷୟ, ଅର୍ଥାତ୍‍ କ୍ରୋଧ, ରାଗ, ହିଂସା, ନିନ୍ଦା, ମୁଖରୁ କୁତ୍ସିତ ବାକ୍ୟ ଏହିସବୁ ପରିତ୍ୟାଗ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 କିନ୍ତୁ ଏବେ ତୁମ୍ଭେମାନେ ମଧ୍ୟ ଏହିସବୁ ବିଷୟ, ଅର୍ଥାତ୍ କ୍ରୋଧ, ରାଗ, ହିଂସା, ନିନ୍ଦା, ମୁଖରୁ କୁତ୍ସିତ ବାକ୍ୟ ଏହିସବୁ ପରିତ୍ୟାଗ କର।

Gade chapit la Kopi

ଓଡିଆ ବାଇବେଲ

8 କିନ୍ତୁ ଏବେ ତୁମ୍ଭେମାନେ ମଧ୍ୟ ଏହି ସବୁ ବିଷୟ, ଅର୍ଥାତ୍‍ କ୍ରୋଧ, ରାଗ, ହିଂସା, ନିନ୍ଦା, ମୁଖରୁ କୁତ୍ସିତ ବାକ୍ୟ ଏହି ସବୁ ପରିତ୍ୟାଗ କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 କିନ୍ତୁ ବର୍ତ୍ତମାନ ତୁମ୍ଭମାନଙ୍କୁ କ୍ରୋଧ, ହିଂସା, ଘୃଣାଭାବ ପ୍ରଭୃତି ବର୍ଜନ କରିବାକୁ ହେବ। ତୁମେ ଅପବାଦସୂଚକ କଥା ବା ଅଶ୍ଳୀଳ ଭାଷା ଆଦୌ କୁହ ନାହିଁ।

Gade chapit la Kopi

ପବିତ୍ର ବାଇବଲ

8 କିନ୍ତୁ ଏବେ, ଏହି ସମସ୍ତ ବିଷୟ ନିଜ ଜୀବନରୁ ବାହାର କରିଦିଅ: କ୍ରୋଧ, ଉତ୍ତେଜନା, ଅନ୍ୟ କାହାକୁ ବାଧିଲା ଭଳି କାର୍ଯ୍ୟ କରିବା ବା କଥା କହିବା, କହିଲା ବେଳେ ଅପଶବ୍ଦ ବ୍ୟବହାର କରିବା।

Gade chapit la Kopi




କଲସୀୟ 3:8
35 Referans Kwoze  

ତୁମ୍ଭମାନଙ୍କ ମୁଖରୁ କୌଣସି କୁବାକ୍ୟ ନିର୍ଗତ ନ ହେଉ, ବରଂ ଆବଶ୍ୟକ ଅନୁସାରେ ନିଷ୍ଠାଜନକ ବାକ୍ୟ ନିର୍ଗତ ହେଉ, ଯେପରି ତାହା ଶ୍ରୋତାମାନଙ୍କ ଅନୁଗ୍ରହ ପକ୍ଷରେ ହିତଜନକ ହୁଏ।


ଅର୍ଥାତ୍‍ ତୁମ୍ଭେମାନେ ତୁମ୍ଭମାନଙ୍କ ପୁରାତନ ଆଚରଣ ସମ୍ବନ୍ଧରେ, ଯେଉଁ ପୁରାତନ ସ୍ୱଭାବ ପ୍ରବଞ୍ଚନାର ବିଳାସିତା ଅନୁସାରେ ଅଧିକରୁ ଅଧିକ ଭ୍ରଷ୍ଟ ହେଉଅଛି, ତାହାକୁ ପରିତ୍ୟାଗ କରିବାକୁ,


ପୁଣି, ଯାହା ଯାହା ଅନୁପଯୁକ୍ତ, ଏପରି କୁତ୍ସିତ ବ୍ୟବହାର ବା ଅସାର କଥା ବା ହାସ୍ୟପରିହାସ ତୁମ୍ଭମାନଙ୍କ ମଧ୍ୟରେ ଦେଖା ନ ଯାଉ, ବରଂ ସମସ୍ତ ବିଷୟ ନିମନ୍ତେ ଧନ୍ୟବାଦ ଦିଅ।


ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁକର୍ମଗୁଡ଼ିକ, ଅର୍ଥାତ୍‍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହିସବୁ ପ୍ରତି ମୃତ ହୁଅ;


କ୍ରୋଧ କର କିନ୍ତୁ ପାପ କର ନାହିଁ; ସୂର୍ଯ୍ୟ ଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର, ପୁଣି, ଶୟତାନକୁ ସ୍ଥାନ ଦିଅ ନାହିଁ।


ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ୱାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ୱାସର ନେତା ଓ ସିଦ୍ଧଦାତା ଯୀଶୁଙ୍କୁ ଲକ୍ଷ୍ୟ କରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ।


କ୍ରୋଧୀ ଲୋକ ବିବାଦ ଜନ୍ମାଏ, ପୁଣି, ରାଗାନ୍ଧ ଲୋକ ବହୁତ ଅଧର୍ମ କରେ।


ପରସ୍ପର ମିଥ୍ୟା କୁହ ନାହିଁ ତୁମ୍ଭେମାନେ ତ ପୁରାତନ ସ୍ୱଭାବ


ଅତଏବ ପ୍ରଭୁ ଯେ ମଙ୍ଗଳମୟ, ଏହା ଯଦି ଆସ୍ୱାଦନ କରିଅଛ,


କାରଣ କାଳେ ଅବା ମୁଁ ଉପସ୍ଥିତ ହେଲେ, ତୁମ୍ଭମାନଙ୍କୁ ଯେପରି ଦେଖିବାକୁ ଇଚ୍ଛା କରୁଅଛି, ସେପରି ତୁମ୍ଭମାନଙ୍କୁ ନ ଦେଖେ, ଆଉ, ତୁମ୍ଭେମାନେ ମୋତେ ଯେପରି ଦେଖିବାକୁ ଇଚ୍ଛା ନ କର, ସେପରି ମୋତେ ଦେଖ, ଏଥିପାଇଁ ମୁଁ ଭୟ କରୁଅଛି; କାଳେ ଅବା ବିବାଦ, ଈର୍ଷା, କ୍ରୋଧ, ଦଳାଦଳି, ପରନିନ୍ଦା, କାନକୁହାକୋହି, ଦାମ୍ଭିକତା, ଗଣ୍ଡଗୋଳ ହୁଏ;


ଯେଣୁ, ଏପର୍ଯ୍ୟନ୍ତ ତୁମ୍ଭେମାନେ ଶାରୀରିକ ଅଟ। କାରଣ ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଈର୍ଷା ଓ ବିବାଦ ରହିଅଛି, ତୁମ୍ଭେମାନେ କି ଶାରୀରିକ ନୁହଁ ଓ ମନୁଷ୍ୟର ସ୍ୱଭାବ ଅନୁସାରେ କି ଆଚରଣ କରୁ ନାହଁ?


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ଭାଇ ଉପରେ କ୍ରୋଧ କରେ, ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ। ପୁଣି, ଯେ କେହି ଆପଣା ଭାଇ କି ‘ମୂର୍ଖ’ ବୋଲି କହେ, ସେ ମହାସଭାରେ ଦଣ୍ଡିତ ହେବ; ଆଉ ଯେ କେହି ‘ପାଷାଣ୍ଡ’ ବୋଲି କହେ, ସେ ଅଗ୍ନିମୟ ନର୍କରେ ଦଣ୍ଡନୀୟ ହେବ।


କ୍ରୋଧରୁ କ୍ଷାନ୍ତ ହୁଅ ଓ କୋପ ତ୍ୟାଗ କର; ଆପଣାକୁ ବିରକ୍ତ କର ନାହିଁ, ତାହା କେବଳ ଦୁଷ୍କର୍ମ କରିବାକୁ ପ୍ରବର୍ତ୍ତାଏ।


କିନ୍ତୁ ତୁମ୍ଭେମାନେ ଯଦି କାମୁଡ଼ାକାମୁଡ଼ି ହୋଇ ପରସ୍ପରକୁ ଗ୍ରାସ କର, ତେବେ ସାବଧାନ, ଯେପରି ପରସ୍ପର ଦ୍ୱାରା ବିନଷ୍ଟ ନ ହୁଅ।


ରଙ୍ଗରସ ଓ ମତ୍ତତାରେ, ଲମ୍ପଟତା ଓ କାମୁକତାରେ, ବିବାଦ ଓ ଈର୍ଷାରେ ଆଚରଣ ନ କରି ଆସ, ଆମ୍ଭେମାନେ ଦିବସର ବିହିତ ଭଦ୍ର ଆଚରଣ କରୁ।


କଳିର ଆରମ୍ଭ କେହି ବନ୍ଧ କାଟି ଜଳ ଛାଡ଼ିଦେବା ପରି; ଏଣୁ କନ୍ଦଳ ହେବା ପୂର୍ବେ ବିବାଦ ଛାଡ଼।


ତଥାପି ଏହି ସ୍ୱପ୍ନଦର୍ଶକମାନେ ମଧ୍ୟ ସେହିପରି ଶରୀରକୁ ଅଶୁଚି କରନ୍ତି, ଅଧିକାରୀମାନଙ୍କର ଅବଜ୍ଞା କରନ୍ତି ଓ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରନ୍ତି।


କାରଣ ସେମାନେ ନିରର୍ଥକ ଅହଙ୍କାରର କଥା କହି ଭ୍ରାନ୍ତ ଆଚରଣକାରୀମାନଙ୍କଠାରୁ ପ୍ରାୟ ଉଦ୍ଧାର ପାଉଥିବା ଲୋକମାନଙ୍କୁ ଶାରୀରିକ ସୁଖାଭିଳାଷରେ କାମୁକତା ଦ୍ୱାରା ପ୍ରଲୋଭିତ କରନ୍ତି;


ଯେଉଁ ମହତ‍ ନାମରେ ତୁମ୍ଭେମାନେ ଖ୍ୟାତ ସେମାନେ କଅଣ ସେହି ନାମର ନିନ୍ଦା କରନ୍ତି ନାହିଁ?


ସେମାନଙ୍କ ମଧ୍ୟରୁ ହୁମନାୟ ଓ ଆଲେକ୍‌ଜାଣ୍ଡର ଅନ୍ୟତମ; ଏମାନେ ଯେପରି ଶାସନ ପାଇ ଈଶ୍ବର ନିନ୍ଦା ନ କରନ୍ତି, ଏଥିପାଇଁ ମୁଁ ଏମାନଙ୍କୁ ଶୟତାନ ହାତରେ ସମର୍ପଣ କଲି।


ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ୱାସ ହେତୁ ଅଜ୍ଞାନ ପଣରେ ତାହା କରିଥିଲି ବୋଲି ଦୟା ପାଇଲି;


ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ।


କାମୁକତା, ପ୍ରତିମାପୂଜା, ନରହତ୍ୟା, କୁହୁକ, ଶତ୍ରୁତା, ବିବାଦ, ଦ୍ୱେଷ, କ୍ରୋଧ, ସ୍ୱାର୍ଥପରତା, ଦଳଭେଦ, ମତଭେଦ, ଈର୍ଷା,


ବେଶ୍ୟାଗମନ, ଚୋରି, ନରହତ୍ୟା, ବ୍ୟଭିଚାର, ଲୋଭ, ଦୁଷ୍ଟତା, ଶଠତା, କାମୁକତା, ଈର୍ଷାଦୃଷ୍ଟି, ନିନ୍ଦା, ଅହଙ୍କାର, ମୂର୍ଖତା;


ସେତେବେଳେ ମନୁଷ୍ୟମାନେ ମହାତାପରେ ଦଗ୍ଧ ହେଲେ, ଆଉ ଯେଉଁ ଈଶ୍ବରଙ୍କର ଏହି ସମସ୍ତ କ୍ଲେଶ ଉପରେ ଅଧିକାର ଅଛି, ତାହାଙ୍କ ନାମର ନିନ୍ଦା କଲେ, ତାହାଙ୍କୁ ଗୌରବ ଦେବା ନିମନ୍ତେ ମନ-ପରିବର୍ତ୍ତନ କଲେ ନାହିଁ।


ଅତି ରାଗୀ ଲୋକ ଶାସ୍ତି ଭୋଗ କରିବ, ଯେହେତୁ ତୁମ୍ଭେ ତାହାକୁ ଥରେ ଉଦ୍ଧାର କଲେ, ତାହା ତୁମ୍ଭକୁ ପୁନର୍ବାର କରିବାକୁ ହେବ।


ସେମାନେ ଆପଣା ଆପଣା ଲଜ୍ଜା ସ୍ୱରୂପ ଫେଣ ଉଦ୍ଗାରକାରୀ ସମୁଦ୍ରର ଉତ୍ତାଳ ତରଙ୍ଗ ସଦୃଶ; ସେମାନେ ଭ୍ରମଣକାରୀ ତାରା ତୁଲ୍ୟ; ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ଅନନ୍ତକାଳ ରଖାଯାଇଅଛି।


ପୁଣି, ସେ ଦୂରାଚାରୀମାନଙ୍କ କାମୁକତାପୂର୍ଣ୍ଣ ଆଚରଣରେ ବ୍ୟଥିତ ଧାର୍ମିକ ଲୋଟଙ୍କୁ ଉଦ୍ଧାର କଲେ,


ଅତଏବ ମିଥ୍ୟା ପରିତ୍ୟାଗ କରି ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ପ୍ରତିବାସୀ ସହିତ ସତ୍ୟ ଆଳାପ କର, କାରଣ ଆମ୍ଭେମାନେ ପରସ୍ପରର ଅଙ୍ଗପ୍ରତ୍ୟଙ୍ଗ।


Swiv nou:

Piblisite


Piblisite