Biblia Todo Logo
Bib sou entènèt

- Piblisite -




କଲସୀୟ 4:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଆର୍ଖିପ୍ପଙ୍କୁ କୁହ, ତୁମ୍ଭେ ପ୍ରଭୁଙ୍କ କାର୍ଯ୍ୟରେ ଯେଉଁ ସେବାର ପଦ ପାଇଅଛ, ତାହା ସମ୍ପୂର୍ଣ୍ଣ କରିବାକୁ ସାବଧାନ ହୋଇଥାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଆର୍ଖିପ୍ପଙ୍କୁ କୁହ, ତୁମ୍ଭେ ପ୍ରଭୁଙ୍କ କାର୍ଯ୍ୟରେ ଯେଉଁ ସେବାର ପଦ ପାଇଅଛ, ତାହା ସମ୍ପନ୍ନ କରିବାକୁ ସାବଧାନ ହୋଇଥାଅ।

Gade chapit la Kopi

ଓଡିଆ ବାଇବେଲ

17 ଆର୍ଖିପ୍ପଙ୍କୁ କୁହ, ତୁମ୍ଭେ ପ୍ରଭୁଙ୍କ କାର୍ଯ୍ୟରେ ଯେଉଁ ସେବାର ପଦ ପାଇଅଛ, ତାହା ସମ୍ପୂର୍ଣ୍ଣ କରିବାକୁ ସାବଧାନ ହୋଇଥାଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ଆଉ ଆର୍ଖିପ୍ପଙ୍କୁ କହିବ, “ପ୍ରଭୁଙ୍କ ସେବା କରିବା ପାଇଁ ତୁମକୁ ଯେଉଁ ଦାୟିତ୍ୱ ଦିଆଯାଇ ଥିଲା, ତାହା ନିଶ୍ଚିତ ରୂପେ ସମ୍ପନ୍ନ କର।”

Gade chapit la Kopi

ପବିତ୍ର ବାଇବଲ

17 ଆର୍ଖି‌ପ୍‌ପଙ୍କୁ କୁହ: “ପ୍ରଭୁ ଯେଉଁ କାମ ତୁମ୍ଭକୁ ଦେଇଛନ୍ତି, ତାହା ତୁମ୍ଭେ ନିଶ୍ଚିତ ହୋଇ କର।”

Gade chapit la Kopi




କଲସୀୟ 4:17
19 Referans Kwoze  

ପୁଣି, ଭଉଣୀ ଆପ୍ପିୟା ଏବଂ ଆମ୍ଭମାନଙ୍କ ସହ-ସୈନିକ ଆର୍ଖିପ୍ପ ଓ ତୁମ୍ଭ ଗୃହସ୍ଥିତ ମଣ୍ଡଳୀ ନିକଟକୁ ପତ୍ର ଆଉ ଭ୍ରାତା ତୀମଥିଙ୍କ ଅଭିବାଦନ;


କାରଣ ସେ ଆମ୍ଭମାନଙ୍କ ମଧ୍ୟରେ ଜଣେ ବୋଲି ଗଣାଯାଇଥିଲା ଓ ଏହି ସେବାପଦରେ ଅଂଶ ପ୍ରାପ୍ତ ହୋଇଥିଲା।


ଆଉ ଅନେକ ସାକ୍ଷୀମାନଙ୍କ ସାକ୍ଷାତରେ ଯେଉଁ ସବୁ ବାକ୍ୟ ମୋʼଠାରୁ ଶୁଣିଅଛ, ଯେଉଁମାନେ ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେବାକୁ ସମର୍ଥ, ଏପରି ବିଶ୍ୱସ୍ତ ଲୋକମାନଙ୍କ ନିକଟରେ ସେହିସବୁ ଅର୍ପଣ କର।


ଏହି କାରଣରୁ ମୁଁ ତୁମ୍ଭକୁ ସ୍ମରଣ କରାଉଅଛି ଯେ, ତୁମ୍ଭଠାରେ ଈଶ୍ବରଙ୍କ ଯେଉଁ ଅନୁଗ୍ରହ ଦାନ ଅଛି, ତାହା ପୁନର୍ବାର ପ୍ରଜ୍ୱଳିତ କର।


ହେ ତୀମଥି, ତୁମ୍ଭଠାରେ ଯାହା ସମର୍ପିତ ହୋଇଅଛି, ତାହା ରକ୍ଷା କର; ଅସାର ବକୁଆପଣ ଓ କଥା କଥାରେ ଜ୍ଞାନର ଯୁକ୍ତିତର୍କରୁ ବିମୁଖ ହୁଅ;


ଆପଣା ବିଷୟରେ ଓ ଆପଣା ଶିକ୍ଷା ବିଷୟରେ ସତର୍କ ହୁଅ, ଏହି ସମସ୍ତ ବିଷୟରେ ଲାଗି ରୁହ, କାରଣ ତାହା କଲେ ତୁମ୍ଭେ ଆପଣା ପରିତ୍ରାଣ ଓ ତୁମ୍ଭର ଶ୍ରୋତାମାନଙ୍କର ପରିତ୍ରାଣ ମଧ୍ୟ ସାଧନ କରିବ।


ଏହି ସମସ୍ତ ବିଷୟ ତୁମ୍ଭେ ଭାଇମାନଙ୍କୁ ଶିକ୍ଷା ଦେଲେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ସେବକ ହେବ, ପୁଣି, ତୁମ୍ଭେ ଯେଉଁ ବିଶ୍ୱାସ ଓ ଉତ୍ତମ ଶିକ୍ଷାର ଅନୁଗାମୀ ହୋଇ ଆସିଅଛ, ସେହି ବାକ୍ୟ ଦ୍ୱାରା ପରିପୁଷ୍ଟ ହେବ;


ସେ କାହା କାହାକୁ ପ୍ରେରିତ, କାହା କାହାକୁ ଭାବବାଦୀ, କାହା କାହାକୁ ସୁସମାଚାର ପ୍ରଚାରକ, ପୁଣି, କାହା କାହାକୁ ପାଳକ ଓ ଶିକ୍ଷକ ରୂପେ ନିଯୁକ୍ତ କରି ଦାନ କରିଅଛନ୍ତି,


ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ବର ଆପଣା ନିଜ ରକ୍ତରେ କ୍ରୟ କରିଅଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲ ମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ।


ହେ ମୋହର ପୁତ୍ରମାନେ, ଏବେ ହେଳା କର ନାହିଁ; କାରଣ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବା ପାଇଁ, ତାହାଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ତୁମ୍ଭେମାନେ ଯେପରି ତାହାଙ୍କର ପରିଚାରକ ହେବ ଓ ଧୂପ ଜ୍ୱଳାଇବ, ଏଥିପାଇଁ ସେ ତୁମ୍ଭମାନଙ୍କୁ ମନୋନୀତ କରିଅଛନ୍ତି।”


ତହୁଁ ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହିଲେ, ‘ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା; ଓ ସମସ୍ତ ଲୋକଙ୍କ ସମ୍ମୁଖରେ ଆମ୍ଭେ ଗୌରବାନ୍ୱିତ ହେବା।’” ତହିଁରେ ହାରୋଣ ମୌନ ହେଲେ।


ଆଉ ସେମାନେ ସେମାନଙ୍କ ନିମନ୍ତେ ପ୍ରତ୍ୟେକ ମଣ୍ଡଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରି ଉପବାସ ସହିତ ପ୍ରାର୍ଥନା କଲେ, ପୁଣି, ଯେଉଁ ପ୍ରଭୁଙ୍କଠାରେ ସେମାନେ ବିଶ୍ୱାସ କରିଥିଲେ, ତାହାଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ।


ପୁଣି, ଇସ୍ରାଏଲ-ସନ୍ତାନଗଣ ପ୍ରତି ଯେପରି ଆଉ କ୍ରୋଧ ଉପସ୍ଥିତ ନ ହୁଏ, ଏଥିପାଇଁ ତୁମ୍ଭେମାନେ ପବିତ୍ର ସ୍ଥାନର ରକ୍ଷଣୀୟ ଓ ବେଦିର ରକ୍ଷଣୀୟ ରକ୍ଷା କରିବ।


ଭାବବାଣୀ ଓ ପ୍ରାଚୀନମାନଙ୍କର ହସ୍ତାର୍ପଣ ଦ୍ୱାରା ତୁମ୍ଭକୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ତାହା ଅବହେଳା ନ କର।


ସେହି ପ୍ରକାରେ ଯେ ଦୁଇଟି ପାଇଥିଲା, ସେ ଆଉ ଦୁଇଟି ଲାଭ କଲା।


Swiv nou:

Piblisite


Piblisite