Biblia Todo Logo
Bib sou entènèt

- Piblisite -




ଦାନିୟେଲ 10:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏଥିରେ ଦେଖ, ମନୁଷ୍ୟ-ସନ୍ତାନଗଣର ଆକୃତିବିଶିଷ୍ଟ ଏକ ବ୍ୟକ୍ତି ମୋର ଓଷ୍ଠାଧର ସ୍ପର୍ଶ କଲେ; ତହୁଁ ମୁଁ ଆପଣା ମୁଖ ଫିଟାଇ ମୋʼ ସମ୍ମୁଖରେ ଠିଆ ହେବା ବ୍ୟକ୍ତିଙ୍କୁ କହିଲି, “ହେ ମୋର ପ୍ରଭୁ, ଏହି ଦର୍ଶନ ସକାଶୁ ମୋର ବେଦନା ମୋତେ ଆକ୍ରାନ୍ତ କରିଅଛି ଓ ମୁଁ କିଛିମାତ୍ର ବଳ ରକ୍ଷା କରି ପାରୁ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଏଥିରେ ଦେଖ, ମନୁଷ୍ୟ ସନ୍ତାନଗଣର ଆକୃତିବିଶିଷ୍ଟ ଏକ ବ୍ୟକ୍ତି ମୋର ଓଷ୍ଠାଧର ସ୍ପର୍ଶ କଲେ; ତହୁଁ ମୁଁ ଆପଣା ମୁଖ ଫିଟାଇ ମୋʼ ସମ୍ମୁଖରେ ଠିଆ ହେବା ବ୍ୟକ୍ତିଙ୍କୁ କହିଲି, ହେ ମୋର ପ୍ରଭୁ, ଏହି ଦର୍ଶନ ସକାଶୁ ମୋର ବେଦନା ମୋତେ ଆକ୍ରା; କରିଅଛି ଓ ମୁଁ କିଛିମାତ୍ର ବଳ ରକ୍ଷା କରି ପାରୁ ନାହିଁ।

Gade chapit la Kopi

ଓଡିଆ ବାଇବେଲ

16 ଏଥିରେ ଦେଖ, ମନୁଷ୍ୟ ସନ୍ତାନଗଣର ଆକୃତିବିଶିଷ୍ଟ ଏକ ବ୍ୟକ୍ତି ମୋର ଓଷ୍ଠାଧର ସ୍ପର୍ଶ କଲେ; ତହୁଁ ମୁଁ ଆପଣା ମୁଖ ଫିଟାଇ ମୋ’ ସମ୍ମୁଖରେ ଠିଆ ହେବା ବ୍ୟକ୍ତିଙ୍କୁ କହିଲି, ହେ ମୋର ପ୍ରଭୁ, ଏହି ଦର୍ଶନ ସକାଶୁ ମୋର ବେଦନା ମୋତେ ଆକ୍ରାନ୍ତ କରିଅଛି ଓ ମୁଁ କିଛିମାତ୍ର ବଳ ରକ୍ଷା କରି ପାରୁ ନାହିଁ।

Gade chapit la Kopi

ପବିତ୍ର ବାଇବଲ

16 ସେତେବେଳେ ମନୁଷ୍ୟାକୃତି ଜଣେ ବ୍ୟକ୍ତି ମୋର ଓଷ୍ଠାଧର ସ୍ପର୍ଶ କଲେ। ମୋ’ ସମ୍ମୁଖରେ ଛିଡ଼ା ହୋଇଥିବା ଲୋକକୁ ମୁଁ କହିଲି, “ହେ ପ୍ରଭୁ, ଏହି ଦର୍ଶନ ଯୋଗୁଁ ମୋର ବେଦନା ମୋତେ କଷ୍ଟ ହେଉଛି। ଆଉ ମୁଁ କିଛି ବଳ ରଖି ପାରୁ ନାହିଁ।

Gade chapit la Kopi




ଦାନିୟେଲ 10:16
29 Referans Kwoze  

ଏଥିଉତ୍ତାରେ ମୁଁ ଦାନିୟେଲ ଏହି ଦର୍ଶନ ପାଇଲା ଉତ୍ତାରେ ତାହା ବୁଝିବା ପାଇଁ ଚେଷ୍ଟା କଲି; ଆଉ ଦେଖ, ମନୁଷ୍ୟାକୃତି ଏକ ବ୍ୟକ୍ତି ସମ୍ମୁଖରେ ଠିଆ ହେଲେ।


ପୁଣି, ସେ ତଦ୍ଦ୍ୱାରା ମୋର ମୁଖ ସ୍ପର୍ଶ କରି କହିଲେ, “ଦେଖ, ଏହା ତୁମ୍ଭ ଓଷ୍ଠାଧରକୁ ସ୍ପର୍ଶ କରିଅଛି; ଏଣୁ ତୁମ୍ଭର ଅପରାଧ ଦୂରୀକୃତ ହେଲା ଓ ତୁମ୍ଭର ପାପ ମୋଚନ ହେଲା।”


ସେତେବେଳେ ସଦାପ୍ରଭୁ ଆପଣା ହସ୍ତ ବଢ଼ାଇ ମୋର ମୁଖ ସ୍ପର୍ଶ କଲେ; ଆଉ, ସଦାପ୍ରଭୁ ମୋତେ କହିଲେ, “ଦେଖ, ଆମ୍ଭେ ଆପଣା ବାକ୍ୟ ତୁମ୍ଭ ମୁଖରେ ଦେଲୁ;


ଏଥିଉତ୍ତାରେ ମୁଁ ଦାନିୟେଲ କ୍ଳାନ୍ତ ହେଲି ଓ ଅନେକ ଦିନ ପର୍ଯ୍ୟନ୍ତ ପୀଡ଼ିତ ହେଲି; ତହିଁ ଉତ୍ତାରେ ମୁଁ ଉଠି ରାଜକାର୍ଯ୍ୟ କଲି; ଆଉ, ମୁଁ ସେହି ଦର୍ଶନରେ ଚମତ୍କୃତ ହେଲି, ମାତ୍ର କେହି ସେ ଦର୍ଶନ ବୁଝିଲେ ନାହିଁ।


ତହିଁରେ ମୁଁ ଯେଉଁ ସ୍ଥାନରେ ଠିଆ ହୋଇଥିଲି, ସେହି ସ୍ଥାନର ନିକଟକୁ ସେ ଆସିଲେ; ପୁଣି, ସେ ଆସନ୍ତେ, ମୁଁ ଭୀତ ହେଲି ଓ ମୁହଁ ମାଡ଼ି ପଡ଼ିଲି; ମାତ୍ର ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ବୁଝ; କାରଣ ଏହି ଦର୍ଶନ ଶେଷ କାଳ ବିଷୟକ।”


ଏଠାରେ ବୃତ୍ତାନ୍ତର ଶେଷ ମୁଁ ଦାନିୟେଲ, ମୋର ଭାବନା ମୋତେ ଉଦ୍‍ବିଗ୍ନ କଲା ଓ ମୋର ମୁଖ ବିବର୍ଣ୍ଣ ହେଲା, ମାତ୍ର ମୁଁ ସେ କଥା ଆପଣା ମନରେ ରଖିଲି।”


ମୁଁ ଦାନିୟେଲ, ମୋର ଆତ୍ମା ମୋର ଶରୀର ମଧ୍ୟରେ ଶୋକାନ୍ୱିତ ହେଲା ଓ ମୋର ମାନସିକ ଦର୍ଶନ ମୋତେ ଉଦ୍‍ବିଗ୍ନ କଲା।


ପୁଣି, ସେହି ପ୍ରଦୀପଗୁଡ଼ିକର ମଧ୍ୟସ୍ଥଳରେ ମନୁଷ୍ୟପୁତ୍ରଙ୍କ ସଦୃଶ ଜଣେ ବ୍ୟକ୍ତି; ସେ ପାଦ ପର୍ଯ୍ୟନ୍ତ ବସ୍ତ୍ରରେ ଆଚ୍ଛାଦିତ ଓ ବକ୍ଷସ୍ଥଳରେ ସୁବର୍ଣ୍ଣ ପଟୁକା ଦ୍ୱାରା ବେଷ୍ଟିତ;


ଥୋମା ତାହାଙ୍କୁ ଉତ୍ତର ଦେଲେ, ମୋହର ପ୍ରଭୁ, ମୋହର ଈଶ୍ବର।


କାରଣ ମୁଁ ତୁମ୍ଭମାନଙ୍କୁ ଏପରି ବାକ୍ୟ ଓ ଜ୍ଞାନ ଦେବି ଯେ, ତୁମ୍ଭମାନଙ୍କର ସମସ୍ତ ବିପକ୍ଷ ଲୋକ ସେଥିର ପ୍ରତିରୋଧ ବା ପ୍ରତିବାଦ କରିପାରିବେ ନାହିଁ।


ଆଉ ସେହିକ୍ଷଣି ତାହାଙ୍କ ମୁଖ ଓ ଜିହ୍ୱା ଫିଟିଗଲା ଏବଂ ସେ କଥା କହି ଈଶ୍ବରଙ୍କ ପ୍ରଶଂସା କରିବାକୁ ଲାଗିଲେ।


ପୁଣି, ମୁଁ ଶୁଣିଲି, ମାତ୍ର ବୁଝିଲି ନାହିଁ; ତହୁଁ ମୁଁ କହିଲି, “ହେ ମୋର ପ୍ରଭୁ, ଏହିସବୁର ପରିଣାମ କʼଣ ହେବ?”


ଏପରି ମୁଁ ପ୍ରାର୍ଥନା କରି କଥା କହୁ କହୁ ଆଦ୍ୟରେ ଦର୍ଶନରେ ମୁଁ ଯାହାଙ୍କୁ ଦେଖିଥିଲି, ସେହି ପୁରୁଷ ଗାବ୍ରିଏଲ ଶୀଘ୍ର ଉଡ଼ିବା ପାଇଁ ଆଦେଶପ୍ରାପ୍ତ ହୋଇ ପ୍ରାୟ ସନ୍ଧ୍ୟାକାଳୀନ ନୈବେଦ୍ୟ ସମୟରେ ଆସି ମୋତେ ସ୍ପର୍ଶ କଲେ।


ସେହି ପଳାତକ ଆସିବାର ପୂର୍ବେ ସନ୍ଧ୍ୟା ସମୟରେ ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଥିଲା; ଆଉ, ପ୍ରାତଃକାଳରେ ସେ ପଳାତକ ଆସିବା ପର୍ଯ୍ୟନ୍ତ ସେ ମୋର ମୁଖ ଫିଟାଇଥିଲେ; ତେବେଠାରୁ ମୋର ମୁଖ ଫିଟା ରହିଲା ଓ ଆଉ ମୁଁ ଘୁଙ୍ଗା ହୋଇ ରହିଲି ନାହିଁ।


ମାତ୍ର ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା ସମୟରେ ତୁମ୍ଭ ମୁଖ ଫିଟାଇବା, ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି;’ ଯେ ଶୁଣେ, ସେ ଶୁଣୁ ଓ ଯେ ନ ଶୁଣେ, ସେ ନ ଶୁଣୁ; କାରଣ ସେମାନେ ବିଦ୍ରୋହୀ ବଂଶ!”


ପୁଣି, ସେମାନଙ୍କ ମସ୍ତକର ଉପରିସ୍ଥ ଶୂନ୍ୟର ଊର୍ଦ୍ଧ୍ୱରେ ନୀଳକାନ୍ତମଣି ସଦୃଶ ଏକ ସିଂହାସନର ଆକୃତି ଥିଲା; ଆଉ, ସେହି ସିଂହାସନର ଆକୃତି ଉପରେ ମନୁଷ୍ୟ ସଦୃଶ୍ୟ ଏକ ଆକୃତି ତହିଁର ଊର୍ଦ୍ଧ୍ୱ ଭାଗରେ ଥିଲା।


କାରଣ ବହୁତ ଜ୍ଞାନରେ ବହୁତ କ୍ଲେଶ ଥାଏ; ପୁଣି, ଯେ ବିଦ୍ୟା ବୃଦ୍ଧି କରେ, ସେ ଦୁଃଖ ବୃଦ୍ଧି କରେ।


ତହିଁରେ ମାନୋହ ସଦାପ୍ରଭୁଙ୍କୁ ବିନତି କରି କହିଲା, “ହେ ପ୍ରଭୋ, ବିନୟ କରୁଅଛି, ପରମେଶ୍ୱରଙ୍କ ଯେଉଁ ଲୋକଙ୍କୁ ଆପଣ ପଠାଇଥିଲେ, ସେ ଆମ୍ଭମାନଙ୍କ ନିକଟକୁ ପୁନର୍ବାର ଆସନ୍ତୁ ଓ ଯେଉଁ ବାଳକ ଜନ୍ମିବ, ତାହା ପ୍ରତି ଆମ୍ଭମାନଙ୍କର କି କର୍ତ୍ତବ୍ୟ, ଏହା ଆମ୍ଭମାନଙ୍କୁ ଶିଖାଉନ୍ତୁ।”


ତହୁଁ ସେ ତାହାଙ୍କୁ କହିଲେ, “ହେ ପ୍ରଭୋ, ମୁଁ କାହିଁରେ ଇସ୍ରାଏଲକୁ ଉଦ୍ଧାର କରିବି? ଦେଖ, ମନଃଶି (ବଂଶ) ମଧ୍ୟରେ ମୋହର ପରିବାର ସବୁଠାରୁ କ୍ଷୀଣ, ପୁଣି ମୋʼ ପିତୃଗୃହ ମଧ୍ୟରେ ମୁଁ ସବୁଠୁଁ କନିଷ୍ଠ।”


ଏଥିରେ ଗିଦିୟୋନ୍‍ ତାହାଙ୍କୁ କହିଲେ, ହେ ମୋହର ପ୍ରଭୋ, ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗେ ଥାଆନ୍ତି, ତେବେ ଆମ୍ଭମାନଙ୍କ ପ୍ରତି ଏହିସବୁ ଘଟିଅଛି କାହିଁକି? ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ କି ମିସରରୁ ଆଣି ନାହାନ୍ତି, ଏହା କହି ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଆମ୍ଭମାନଙ୍କ ଆଗରେ ତାହାଙ୍କର ଯେସବୁ ଆଶ୍ଚର୍ଯ୍ୟକ୍ରିୟାର କୀର୍ତ୍ତନ କରିଥିଲେ, ସେସବୁ କାହିଁ? ମାତ୍ର ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ତ୍ୟାଗ କରିଅଛନ୍ତି ଓ ଆମ୍ଭମାନଙ୍କୁ ମିଦୀୟନର ହସ୍ତରେ ସମର୍ପଣ କରିଅଛନ୍ତି।


ତହୁଁ ସେ କହିଲେ, “ନା; ମାତ୍ର ଆମ୍ଭେ ସଦାପ୍ରଭୁଙ୍କ ସୈନ୍ୟର ସେନାପତି, ଏବେ ଆସିଲୁ;” ତହିଁରେ ଯିହୋଶୂୟ ଭୂମିରେ ମୁହଁ ମାଡ଼ି ପଡ଼ି ପ୍ରଣାମ କରି ତାହାଙ୍କୁ କହିଲେ, “ମୋହର ପ୍ରଭୁ ଆପଣା ଦାସକୁ କି ଆଜ୍ଞା ଦେଉଅଛନ୍ତି?”


ତହିଁରେ ସେ କହିଲେ, “ହେ ପ୍ରଭୋ, ମୁଁ ବିନୟ କରୁଅଛି, ଯାହା ଦ୍ୱାରା ପଠାଇବାର ହୁଏ, ତାହା ଦ୍ୱାରା ପଠାନ୍ତୁ।”


ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ହେ ପ୍ରଭୋ, ଏ ସମୟ ପୂର୍ବରେ, ଅବା ଆପଣ ନିଜ ଦାସ ସହିତ ଆଳାପ କଲା ଉତ୍ତାରେ ହେଁ ମୁଁ ବାକ୍ୟପତି ନୁହେଁ। ମୁଁ ବାକ୍ୟରେ ଧୀର ଓ ଜଡ଼ଜିହ୍ୱ ଅଟେ।”


ତହିଁରେ ବେଲ୍‍ଟଶତ୍ସର ନାମକ ଦାନିୟେଲ କ୍ଷଣକାଳ ଚମତ୍କୃତ ହୋଇ ରହିଲେ ଓ ତାଙ୍କର ଭାବନା ତାଙ୍କୁ ବ୍ୟାକୁଳିତ କଲା। ରାଜା ଉତ୍ତର କରି କହିଲା, “ହେ ବେଲ୍‍ଟଶତ୍ସର, ସେହି ସ୍ୱପ୍ନ ଅବା ତହିଁର ଅର୍ଥ ତୁମ୍ଭଙ୍କୁ ବ୍ୟାକୁଳିତ ନ କରୁ।” ବେଲ୍‍ଟଶତ୍ସର ଉତ୍ତର କରି କହିଲେ, “ହେ ମୋର ପ୍ରଭୁ, ଯେଉଁମାନେ ଆପଣଙ୍କୁ ଘୃଣା କରନ୍ତି, ସେମାନଙ୍କ ପାଇଁ ଏହି ସ୍ୱପ୍ନ ହେଉ ଓ ଆପଣଙ୍କ ବିପକ୍ଷମାନଙ୍କ ପ୍ରତି ତହିଁର ଅର୍ଥ ଘଟୁ।


ସେ ମୋତେ କଥା କହୁ କହୁ ମୁଁ ଭୂମି ଆଡ଼େ ମୁଖ କରି ଘୋର ନିଦ୍ରାଗ୍ରସ୍ତ ହେଲି; ମାତ୍ର ସେ ସ୍ପର୍ଶ କରି ମୋତେ ଠିଆ କରାଇଲେ।


Swiv nou:

Piblisite


Piblisite