Biblia Todo Logo
Bib sou entènèt

- Piblisite -




ଦାନିୟେଲ 10:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି, ସେ କହିଲେ, “ହେ ଅତ୍ୟନ୍ତ ପ୍ରିୟପାତ୍ର ମନୁଷ୍ୟ, ଭୟ କର ନାହିଁ; ତୁମ୍ଭର ଶାନ୍ତି ହେଉ, ସବଳ ହୁଅ, ସବଳ ହୁଅ!” ସେ ମୋତେ ଏହା କହନ୍ତେ, ମୁଁ ସବଳ ହୋଇ କହିଲି, “ମୋର ପ୍ରଭୁ କୁହନ୍ତୁ କାରଣ ତୁମ୍ଭେ ମୋତେ ସବଳ କରିଅଛ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ପୁଣି, ସେ କହିଲେ, ହେ ଅତ୍ୟ; ପ୍ରିୟପାତ୍ର ମନୁଷ୍ୟ, ଭୟ କର ନାହିଁ ; ତୁମ୍ଭର ଶାନ୍ତି ହେଉ, ସବଳ ହୁଅ, ସବଳ ହୁଅ। ସେ ମୋତେ ଏହା କହନ୍ତେ, ମୁଁ ସବଳ ହୋଇ କହିଲି, ମୋର ପ୍ରଭୁ କହୁନ୍ତୁ; କାରଣ ତୁମ୍ଭେ ମୋତେ ସବଳ କରିଅଛ।

Gade chapit la Kopi

ଓଡିଆ ବାଇବେଲ

19 ପୁଣି, ସେ କହିଲେ, “ହେ ଅତ୍ୟନ୍ତ ପ୍ରିୟପାତ୍ର ମନୁଷ୍ୟ, ଭୟ କର ନାହିଁ; ତୁମ୍ଭର ଶାନ୍ତି ହେଉ, ସବଳ ହୁଅ, ସବଳ ହୁଅ !” ସେ ମୋତେ ଏହା କହନ୍ତେ, ମୁଁ ସବଳ ହୋଇ କହିଲି, “ମୋର ପ୍ରଭୁ କୁହନ୍ତୁ କାରଣ ତୁମ୍ଭେ ମୋତେ ସବଳ କରିଅଛ।”

Gade chapit la Kopi

ପବିତ୍ର ବାଇବଲ

19 ପୁଣି ସେ କହିଲେ, “ହେ ଦାନିୟେଲ, ପରମେଶ୍ୱର ତୁମ୍ଭକୁ ଅତ୍ୟଧିକ ପ୍ରେମ କରନ୍ତି, ତୁମ୍ଭେ ଭୟ କର ନାହିଁ। ତୁମ୍ଭର ଶାନ୍ତି ହେଉ ଓ ତୁମ୍ଭେ ସବଳ ହୁଅ।” ସେ ଏହା କହିଲା ପରେ ମୁଁ ସବଳ ହୋଇ କହିଲି, “ହେ ପ୍ରଭୁ କୁହନ୍ତୁ, କାରଣ ତୁମ୍ଭେ ମୋତେ ସବଳ କରିଅଛ।”

Gade chapit la Kopi




ଦାନିୟେଲ 10:19
29 Referans Kwoze  

ଭୀତାନ୍ତଃକରଣମାନଙ୍କୁ କୁହ, “ସାହସିକ ହୁଅ, ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରମେଶ୍ୱର ପ୍ରତିଶୋଧ ସହିତ, ପରମେଶ୍ୱରଙ୍କର ପ୍ରତିଫଳ ସହିତ ଆସିବେ; ସେ ଆସି ତୁମ୍ଭମାନଙ୍କର ପରିତ୍ରାଣ କରିବେ।”


ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।”


ତହିଁରେ ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭର ଶାନ୍ତି ହେଉ; ଭୟ ନ କର; ତୁମ୍ଭେ ମରିବ ନାହିଁ।”


ତୁମ୍ଭର ବିନତିର ଆରମ୍ଭ ସମୟରେ ଆଜ୍ଞା ନିର୍ଗତ ହେଲା, ଆଉ ତୁମ୍ଭକୁ ଜଣାଇବା ପାଇଁ ମୁଁ ଆସିଅଛି, କାରଣ ତୁମ୍ଭେ ଅତ୍ୟନ୍ତ ପ୍ରିୟପାତ୍ର; ଏଥିପାଇଁ ଏ ବିଷୟ ବିବେଚନା କର ଓ ଦର୍ଶନ ବୁଝ।


ତାହାଙ୍କୁ ଦେଖି ମୁଁ ମୃତ ପରି ତାହାଙ୍କ ପାଦ ତଳେ ପଡ଼ିଗଲି। ସେଥିରେ ସେ ମୋ ଉପରେ ଆପଣା ଦକ୍ଷିଣ ହସ୍ତ ଥୋଇ କହିଲେ,


ଆଉ, ସେ ମୋତେ କହିଅଛନ୍ତି, “ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ।” ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି।


ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍‌ବିଗ୍ନ କି ଭୟଗ୍ରସ୍ତ ନ ହେଉ।


ଅତଏବ, ହେ ମୋହର ପୁତ୍ର, ଖ୍ରୀଷ୍ଟ ଯୀଶୁଙ୍କ ପ୍ରଦତ୍ତ ଅନୁଗ୍ରହରେ ବଳବାନ ହୁଅ,


ଯୀଶୁ ଆପଣା ମାତା ଓ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ତାହାଙ୍କୁ ପାଖରେ ଠିଆ ହୋଇଥିବା ଦେଖି ମାତାଙ୍କୁ କହିଲେ, “ଗୋ ନାରୀ, ଦେଖ, ତୁମ୍ଭର ପୁତ୍ର!”


ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ ଓ ଯେ ମଧ୍ୟ ରାତ୍ରିଭୋଜ ସମୟରେ ତାହାଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି, ପ୍ରଭୁ, ଆପଣଙ୍କୁ କିଏ ଶତ୍ରୁ ହସ୍ତରେ ସମର୍ପଣ କରିବ ବୋଲି ପଚାରିଥିଲେ, ସେହି ଶିଷ୍ୟଙ୍କୁ ପିତର ବୁଲିପଡ଼ି ପଛରେ ଆସୁଥିବା ଦେଖିଲେ।


ସେଥିରେ ଯିହୁଦୀ ଲୋକମାନେ କହିଲେ, ଦେଖ, ସେ ତାହାଙ୍କୁ କିପରି ସ୍ନେହ କରୁଥିଲେ।


ଯୀଶୁ, ମାର୍ଥା ଏବଂ ତାହାଙ୍କ ଭଉଣୀ ଏବଂ ଲାଜାରଙ୍କୁ ସ୍ନେହ କରୁଥିଲେ।


ତେଣୁ ସେହି ଭଉଣୀମାନେ ତାହାଙ୍କ ନିକଟକୁ କହି ପଠାଇଲେ, ପ୍ରଭୁ, ଦେଖନ୍ତୁ, ଯାହାକୁ ଆପଣ ସ୍ନେହ କରନ୍ତି, ସେ ପୀଡ଼ିତ ଅଛି।


ତୁମ୍ଭେମାନେ ଜାଗ୍ରତ ରହି ବିଶ୍ୱାସରେ ସ୍ଥିର ହୋଇଥାଅ, ସାହସିକ ହୋଇ ବଳବାନ ହୁଅ।


ତଥାପି ସଦାପ୍ରଭୁ କହନ୍ତି, ହେ ଯିରୁବ୍ବାବିଲ୍‍, ତୁମ୍ଭେ ଏବେ ବଳବାନ ହୁଅ; ଆଉ, ହେ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକ, ତୁମ୍ଭେ ବଳବାନ ହୁଅ; ପୁଣି, ହେ ଦେଶସ୍ଥ ଲୋକ ସମସ୍ତେ, ତୁମ୍ଭେମାନେ ବଳବାନ ହୁଅ ଓ କାର୍ଯ୍ୟ କର, ଏହା ସଦାପ୍ରଭୁ କହନ୍ତି;


ତୁମ୍ଭେମାନେ ଯେପରି ମୋʼ ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।”


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହ, ଅର୍ଥାତ୍‍, ମନ୍ଦିରର ନିର୍ମାଣ ନିମନ୍ତେ ଯେଉଁ ଦିନ ତହିଁର ଭିତ୍ତିମୂଳ ସ୍ଥାପିତ ହୋଇଥିଲା, ସେହି ସମୟରେ ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଥିଲେ, ସେମାନଙ୍କ ମୁଖରୁ ଏହି ସକଳ କଥା ବର୍ତ୍ତମାନ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କର ହସ୍ତ ସବଳ ହେଉ।


ସେତେବେଳେ ମନୁଷ୍ୟର ଆକୃତିବିଶିଷ୍ଟ ଜଣେ ଲୋକ ପୁନର୍ବାର ମୋତେ ସ୍ପର୍ଶ କରି ସବଳ କଲେ।


ହେ କୀଟ ସ୍ୱରୂପ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ, ଭୟ କର ନାହିଁ; ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।


ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।


ମୁଁ ପ୍ରାର୍ଥନା କରିବା ଦିନ ତୁମ୍ଭେ ମୋତେ ଉତ୍ତର ଦେଲ, ତୁମ୍ଭେ ମୋʼ ପ୍ରାଣକୁ ବଳ ଦେଇ ସାହସିକ କଲ।


ଶେଷ କଥା ଏହି, ପ୍ରଭୁଙ୍କଠାରୁ ଶକ୍ତି ପ୍ରାପ୍ତ ହୋଇ ତାହାଙ୍କ ପରାକ୍ରମରେ ବଳବାନ ହୁଅ।


ପୁଣି, ହେ ଯିହୁଦା ବଂଶ ଓ ଇସ୍ରାଏଲ ବଂଶ, ତୁମ୍ଭେମାନେ ନାନା ଗୋଷ୍ଠୀ ମଧ୍ୟରେ ଯେପରି ଅଭିଶାପ ସ୍ୱରୂପ ହୋଇଥିଲ, ସେପରି ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ଓ ତୁମ୍ଭେମାନେ ଆଶୀର୍ବାଦ ସ୍ୱରୂପ ହେବ। ଭୟ କର ନାହିଁ, ମାତ୍ର ତୁମ୍ଭମାନଙ୍କର ହସ୍ତ ସବଳ ହେଉ।”


Swiv nou:

Piblisite


Piblisite