Biblia Todo Logo
Bib sou entènèt

- Piblisite -




ଦାନିୟେଲ 10:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତହିଁରେ ମୁଁ ଏକାକୀ ରହି ଏହି ମହା ଦର୍ଶନ ଦେଖିଲି ଓ ମୋʼ ଠାରେ କିଛି ବଳ ରହିଲା ନାହିଁ; କାରଣ ମୋର ତେଜ କ୍ଷୟରେ ପରିଣତ ହେଲା ଓ ମୁଁ କିଛି ବଳ ରଖି ପାରିଲି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତହିଁରେ ମୁଁ ଏକାକୀ ରହି ଏହି ମହାଦର୍ଶନ ଦେଖିଲି ଓ ମୋʼଠାରେ କିଛି ବଳ ରହିଲା ନାହିଁ; କାରଣ ମୋର ତେଜ କ୍ଷୟରେ ପରିଣତ ହେଲା ଓ ମୁଁ କିଛି ବଳ ରଖି ପାରିଲି ନାହିଁ।

Gade chapit la Kopi

ଓଡିଆ ବାଇବେଲ

8 ତହିଁରେ ମୁଁ ଏକାକୀ ରହି ଏହି ମହାଦର୍ଶନ ଦେଖିଲି ଓ ମୋ’ଠାରେ କିଛି ବଳ ରହିଲା ନାହିଁ; କାରଣ ମୋର ତେଜ କ୍ଷୟରେ ପରିଣତ ହେଲା ଓ ମୁଁ କିଛି ବଳ ରଖି ପାରିଲି ନାହିଁ।

Gade chapit la Kopi

ପବିତ୍ର ବାଇବଲ

8 ତହିଁରେ ମୁଁ ଏକାକୀ ରହି ସେହି ମହା ଦର୍ଶନ ଦେଖିଲି। ମୁଁ ଅତ୍ୟନ୍ତ ଭୟଭୀତ ହୋଇ ମୋର ସମସ୍ତ ଶକ୍ତି ହରାଇଲି। ମୋର ମୁଖ ମୃତ ବ୍ୟକ୍ତିର ମୁଖପରି ରକ୍ତହୀନ ହୋଇଗଲା ଓ ମୁଁ ଅସହାୟ ବୋଧ କଲି।

Gade chapit la Kopi




ଦାନିୟେଲ 10:8
15 Referans Kwoze  

ଏଠାରେ ବୃତ୍ତାନ୍ତର ଶେଷ ମୁଁ ଦାନିୟେଲ, ମୋର ଭାବନା ମୋତେ ଉଦ୍‍ବିଗ୍ନ କଲା ଓ ମୋର ମୁଖ ବିବର୍ଣ୍ଣ ହେଲା, ମାତ୍ର ମୁଁ ସେ କଥା ଆପଣା ମନରେ ରଖିଲି।”


ମୁଁ ଶୁଣିଲି ଓ ମୋʼ ଉଦର କମ୍ପିଲା, ସେହି ରବରେ ମୋର ଓଷ୍ଠାଧର ଥରଥର ହେଲା; ମୋʼ ଅସ୍ଥିସକଳରେ ପଚାଭାବ ପ୍ରବେଶ କଲା ଓ ମୁଁ ସ୍ୱ ସ୍ଥାନରେ କମ୍ପିତ ହେଲି; ତହିଁରେ ଯେଉଁମାନେ ସୈନ୍ୟଦଳ ଘେନି ତାହାକୁ ଆକ୍ରମଣ କରିବାକୁ ଆସିବେ, ସେହି ଲୋକମାନଙ୍କ ବିରୁଦ୍ଧରେ ଯେତେବେଳେ ଦିନ ଆସିବ, ସେତେବେଳେ ସେହି ସଙ୍କଟ ଦିନରେ ମୋତେ ବିଶ୍ରାମ କରିବାକୁ ହେବ।


ଏଥିଉତ୍ତାରେ ମୁଁ ଦାନିୟେଲ କ୍ଳାନ୍ତ ହେଲି ଓ ଅନେକ ଦିନ ପର୍ଯ୍ୟନ୍ତ ପୀଡ଼ିତ ହେଲି; ତହିଁ ଉତ୍ତାରେ ମୁଁ ଉଠି ରାଜକାର୍ଯ୍ୟ କଲି; ଆଉ, ମୁଁ ସେହି ଦର୍ଶନରେ ଚମତ୍କୃତ ହେଲି, ମାତ୍ର କେହି ସେ ଦର୍ଶନ ବୁଝିଲେ ନାହିଁ।


ତାହାଙ୍କୁ ଦେଖି ମୁଁ ମୃତ ପରି ତାହାଙ୍କ ପାଦ ତଳେ ପଡ଼ିଗଲି। ସେଥିରେ ସେ ମୋ ଉପରେ ଆପଣା ଦକ୍ଷିଣ ହସ୍ତ ଥୋଇ କହିଲେ,


କାରଣ ଯୀଶୁ କି ଉତ୍ତର ଦେବେ ବୋଲି ଜାଣି ନ ଥିଲେ, ସେଥିପାଇଁ ସେମାନେ ଅତ୍ୟନ୍ତ ଭୀତ ହୋଇଥିଲେ।


ଏହା ଶୁଣି ଶିଷ୍ୟମାନେ ମୁହଁ ମାଡ଼ି ପଡ଼ିଗଲେ ଓ ଅତିଶୟ ଭୀତ ହେଲେ।


ଏଣୁ ମୁଁ ଯେପରି ଅତିଶୟ ଗର୍ବୀ ନ ହୁଏ, ଏଥିନିମନ୍ତେ ମୋହର ଶରୀରରେ ଗୋଟିଏ କଣ୍ଟକ ଦିଆଗଲା, ମୋତେ ପ୍ରହାର କରିବା ପାଇଁ ଶୟତାନର ଦୂତକୁ ପଠାଗଲା, ଯେପରି ମୁଁ ଅତିଶୟ ଗର୍ବୀ ନ ହୁଏ।


ପୁଣି, ମୁଁ ଦେଖିଲି ଯେ, ସେ ସେହି ମେଷ ନିକଟକୁ ଆସିଲା ଓ ତାହା ଉପରେ ପ୍ରଚଣ୍ଡ କ୍ରୋଧରେ ଉତ୍ତେଜିତ ହୋଇ ସେହି ମେଷକୁ ଆଘାତ କଲା ଓ ତାହାର ଦୁଇ ଶୃଙ୍ଗ ଭାଙ୍ଗି ପକାଇଲା ଓ ତାହା ସମ୍ମୁଖରେ ଠିଆ ହେବା ପାଇଁ ସେହି ମେଷର ଆଉ ଶକ୍ତି ରହିଲା ନାହିଁ; ମାତ୍ର ସେ ଛାଗ ତାହାକୁ ଭୂମିରେ ପକାଇ ପଦରେ ଦଳିଲା, ଆଉ ତାହାର ହସ୍ତରୁ ସେହି ମେଷକୁ ଉଦ୍ଧାର କରିବା ପାଇଁ କେହି ନ ଥିଲା।


ଏଥିଉତ୍ତାରେ ଯାକୁବ ପନୂୟେଲ ପାର ହୁଅନ୍ତେ, ସୂର୍ଯ୍ୟୋଦୟ ହେଲା; ମାତ୍ର ସେ ଊରୁସନ୍ଧି ସକାଶୁ ଛୋଟାଇ ଚାଲିଲା।


ଦେଖ, ସମୟ ଆସୁଅଛି, ହଁ, ଆସିଲାଣି, ଯେତେବେଳେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକେ ଆପଣା ଆପଣା ଘରକୁ ପଳାଇଯିବ, ଆଉ ମୋତେ ଏକାକୀ ପରିତ୍ୟାଗ କରିବ; ତଥାପି ମୁଁ ଏକାକୀ ନୁହେଁ, କାରଣ ପିତା ମୋʼ ସାଙ୍ଗରେ ଅଛନ୍ତି।


ତେଣୁ ମୋଶା କହିଲେ, “ମୁଁ ଏକ ପାଖକୁ ଯାଇ ଏହି ମହାଶ୍ଚର୍ଯ୍ୟ ବିଷୟ ଦେଖିବି, ବୁଦାଟା କାହିଁକି ଦଗ୍ଧ ହେଉ ନାହିଁ।”


ଏଥିରେ ଦେଖ, ମନୁଷ୍ୟ-ସନ୍ତାନଗଣର ଆକୃତିବିଶିଷ୍ଟ ଏକ ବ୍ୟକ୍ତି ମୋର ଓଷ୍ଠାଧର ସ୍ପର୍ଶ କଲେ; ତହୁଁ ମୁଁ ଆପଣା ମୁଖ ଫିଟାଇ ମୋʼ ସମ୍ମୁଖରେ ଠିଆ ହେବା ବ୍ୟକ୍ତିଙ୍କୁ କହିଲି, “ହେ ମୋର ପ୍ରଭୁ, ଏହି ଦର୍ଶନ ସକାଶୁ ମୋର ବେଦନା ମୋତେ ଆକ୍ରାନ୍ତ କରିଅଛି ଓ ମୁଁ କିଛିମାତ୍ର ବଳ ରକ୍ଷା କରି ପାରୁ ନାହିଁ।


କାରଣ ମୋର ଏହି ପ୍ରଭୁଙ୍କର ଦାସ କିପ୍ରକାରେ ଏହି ମୋʼ ପ୍ରଭୁଙ୍କ ସଙ୍ଗେ କଥାବାର୍ତ୍ତା କରିପାରେ? ସେହିକ୍ଷଣେ ମୋʼ ଠାରେ କିଛି ବଳ ଅବା ମୋʼ ମଧ୍ୟରେ ଶ୍ୱାସ ରହିଲା ନାହିଁ।”


Swiv nou:

Piblisite


Piblisite