Biblia Todo Logo
Bib sou entènèt

- Piblisite -




ଦାନିୟେଲ 11:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 କାରଣ କିତ୍ତୀମର ଜାହାଜସକଳ ତାହାର ବିରୁଦ୍ଧରେ ଆସିବ, ଏଥିପାଇଁ ସେ ଦୁଃଖିତ ହୋଇ ଫେରିଯିବ ଓ ପବିତ୍ର ନିୟମର ପ୍ରତିକୂଳରେ କ୍ରୋଧ କରି ସ୍ଵେଚ୍ଛାମତ କାର୍ଯ୍ୟ କରିବ; ସେ ଫେରିଯିବ ଓ ପବିତ୍ର ନିୟମତ୍ୟାଗୀ ଲୋକମାନଙ୍କ ପ୍ରତି ମନୋଯୋଗ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 କାରଣ କିତ୍ତିମର ଜାହାଜସକଳ ତାହାର ବିରୁଦ୍ଧରେ ଆସିବ, ଏଥିପାଇଁ ସେ ଦୁଃଖିତ ହୋଇ ଫେରି ଯିବ ଓ ପବିତ୍ର ନିୟମର ପ୍ରତିକୂଳରେ କ୍ରୋଧ କରି ସ୍ଵେଚ୍ଛାମତ କାର୍ଯ୍ୟ କରିବ; ସେ ଫେରି ଯିବ ଓ ପବିତ୍ର ନିୟମତ୍ୟାଗୀ ଲୋକମାନଙ୍କ ପ୍ରତି ମନୋଯୋଗ କରିବ।

Gade chapit la Kopi

ଓଡିଆ ବାଇବେଲ

30 କାରଣ କିତ୍ତୀମର ଜାହାଜସକଳ ତାହାର ବିରୁଦ୍ଧରେ ଆସିବ, ଏଥିପାଇଁ ସେ ଦୁଃଖିତ ହୋଇ ଫେରି ଯିବ ଓ ପବିତ୍ର ନିୟମର ପ୍ରତିକୂଳରେ କ୍ରୋଧ କରି ସ୍ଵେଚ୍ଛାମତ କାର୍ଯ୍ୟ କରିବ; ସେ ଫେରି ଯିବ ଓ ପବିତ୍ର ନିୟମତ୍ୟାଗୀ ଲୋକମାନଙ୍କ ପ୍ରତି ମନୋଯୋଗ କରିବ।

Gade chapit la Kopi

ପବିତ୍ର ବାଇବଲ

30 କାରଣ କିତ୍ତିମର ଜାହାଜ ସବୁ ତା'ର ବିରୁଦ୍ଧରେ ଆସିବ। ଏଥିପାଇଁ ସେ, ଦୁଃଖିତ ହୋଇ ଫେରିଯିବ ଓ ପବିତ୍ର ଚୁକ୍ତିର ପ୍ରତିକୂଳରେ କ୍ରୋଧ କରି ସ୍ୱେଚ୍ଛାମତେ କାର୍ଯ୍ୟ କରିବ। ସେ ଫେରିଯାଇ ପବିତ୍ର ଚୁକ୍ତି ଭଙ୍ଗକାରୀ ଲୋକଙ୍କ ସହିତ ଯୋଗ ଦେବ।

Gade chapit la Kopi




ଦାନିୟେଲ 11:30
13 Referans Kwoze  

ପୁଣି, ଇଲୀଶା ଓ ତର୍ଶୀଶ ଓ କିତ୍ତୀମ ଓ ଦୋଦାନୀମ, ଏମାନେ ଯବନର ସନ୍ତାନ।


ମାତ୍ର କିତ୍ତୀମ-ତୀରରୁ ଜାହାଜମାନ ଆସିବ ଓ ସେମାନେ ଅଶୂରକୁ ଦୁଃଖ ଦେବେ, ଆଉ ଏବରକୁ ଦୁଃଖ ଦେବେ, ପୁଣି, ସେ ମଧ୍ୟ ବିନାଶରେ ଉପସ୍ଥିତ ହେବ।”


ସେତେବେଳେ ସେ ଅନେକ ସମ୍ପତ୍ତି ନେଇ ଆପଣା ଦେଶକୁ ଫେରିଯିବ ଓ ତାହାର ଚିତ୍ତ ପବିତ୍ର ନିୟମର ପ୍ରତିଫଳ ହେବ; ଆଉ, ସେ ସ୍ଵେଚ୍ଛାମତ କର୍ମ କରି ଆପଣା ଦେଶକୁ ଫେରିଯିବ।


ପାର ହୋଇ କିତ୍ତୀୟମାନଙ୍କର ଦ୍ୱୀପସମୂହକୁ ଯାଇ ଦେଖ, ଆଉ କେଦାରକୁ ଲୋକ ପଠାଅ ଓ ସୂକ୍ଷ୍ମ ରୂପେ ବିବେଚନା କର; ଆଉ ଦେଖ, ଏପରି କାର୍ଯ୍ୟ କି କେବେ ହୋଇଅଛି?


ପୁଣି, ସେ କହିଲେ, “ଆଗୋ ସୀଦୋନର ଉପଦ୍ରୁତେ, ଅନୂଢ଼େ କନ୍ୟେ, ତୁମ୍ଭେ ଆଉ ଉଲ୍ଲାସ କରିବ ନାହିଁ, ଉଠ, ପାର ହୋଇ କିତ୍ତୀମକୁ ଯାଅ; ସେଠାରେ ସୁଦ୍ଧା ତୁମ୍ଭେ କିଛି ବିଶ୍ରାମ ପାଇବ ନାହିଁ।”


ସୋର ବିଷୟକ ଭାବବାଣୀ। ହେ ତର୍ଶୀଶର ଜାହାଜସକଳ, ତୁମ୍ଭେମାନେ ହାହାକାର କର; କାରଣ ତାହା ଏପରି ଉଚ୍ଛିନ୍ନ ହେଲା ଯେ, ତହିଁ ମଧ୍ୟରେ କୌଣସି ଗୃହ ନାହିଁ, କିମ୍ବା ପ୍ରବେଶିବାର ପଥ ନାହିଁ; କିତ୍ତୀମ ଦେଶରୁ ଏହା ସେମାନଙ୍କ ପ୍ରତି ପ୍ରକାଶିତ ହେଲା।


ଅତଏବ, ହେ ସ୍ୱର୍ଗ ଓ ତନ୍ନିବାସୀମାନେ, ଆନନ୍ଦ କର; ମାତ୍ର ହାୟ, ପୃଥିବୀ ଓ ସମୁଦ୍ର, ତୁମ୍ଭେମାନେ ସନ୍ତାପର ପାତ୍ର, କାରଣ ସମୟ ଅତି ଅଳ୍ପ ବୋଲି ଜାଣି ଦିଆବଳ ଆପଣା ମହାକ୍ରୋଧରେ ତୁମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛି।”


ସେତେବେଳେ ଅନେକେ ବିଘ୍ନ ପାଇବେ, ପୁଣି, ପରସ୍ପରକୁ ଧରାଇଦେବେ ଓ ପରସ୍ପରକୁ ଘୃଣା କରିବେ,


ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ଦମନ କରିବ; ଆଉ, ସେ କାଳ ଓ ବ୍ୟବସ୍ଥାର ପରିବର୍ତ୍ତନ କରିବାକୁ ବିଚାର କରିବ; ପୁଣି, ଏକ କାଳ, (ଦୁଇ) ପବିତ୍ର ପର୍ବ ଓ ଅର୍ଦ୍ଧ ପବିତ୍ର ପର୍ବ ପର୍ଯ୍ୟନ୍ତ ସେମାନେ ତାହା ହସ୍ତରେ ସମର୍ପିତ ହେବେ।


ବାଶନର ଅଲୋନ କାଷ୍ଠରେ ସେମାନେ ତୁମ୍ଭର ଆହୁଲା ପ୍ରସ୍ତୁତ କରିଅଛନ୍ତି; ସେମାନେ କିତ୍ତୀମ ଦ୍ୱୀପରୁ ଆନୀତ ତାଶୂର କାଷ୍ଠରେ ଖଚିତ ହସ୍ତୀଦନ୍ତ ଦ୍ୱାରା ତୁମ୍ଭର ଆସନ ନିର୍ମାଣ କରିଅଛନ୍ତି।


ମାତ୍ର ମୁଁ ଚିହ୍ନିଲି, ଆଉ ଦେଖ, ପରମେଶ୍ୱର ତାହାକୁ ପଠାଇ ନ ଥିଲେ; ତଥାପି ସେ ମୋʼ ବିରୁଦ୍ଧରେ ଏହି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା; ଆଉ, ଟୋବୀୟ ଓ ସନ୍‍ବଲ୍ଲଟ୍‍ ତାହାକୁ ବେତନ ଦେଇଥିଲେ।


ଆଉ, ଯବନର ସନ୍ତାନ ଇଲୀଶା, ତର୍ଶୀଶ, କିତ୍ତୀମ ଓ ରୋଦାନିମ୍‍ ଥିଲେ।


ନିରୂପିତ କାଳରେ ସେ ଫେରି ଦକ୍ଷିଣ ଦେଶରେ ପ୍ରବେଶ କରିବ; ମାତ୍ର ପୂର୍ବକାଳରେ ଯେପରି ହୋଇଥିଲା, ଶେଷ କାଳରେ ସେପରି ନୋହିବ।


Swiv nou:

Piblisite


Piblisite