Biblia Todo Logo
Bib sou entènèt

- Piblisite -




ଦାନିୟେଲ 11:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ଯେତେବେଳେ ସେମାନେ ପତିତ ହେବେ, ସେତେବେଳେ ସେମାନେ ଅଳ୍ପ ସାହାଯ୍ୟ ପ୍ରାପ୍ତ ହେବେ; ମାତ୍ର ଅନେକେ ଚାଟୁବାକ୍ୟ ଦ୍ୱାରା ସେମାନଙ୍କ ସହିତ ଯୋଗ ଦେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ଯେତେବେଳେ ସେମାନେ ପତିତ ହେବେ, ସେତେବେଳେ ସେମାନେ ଅଳ୍ପ ସାହାଯ୍ୟ ପ୍ରାପ୍ତ ହେବେ; ମାତ୍ର ଅନେକେ ଚାଟୁବାକ୍ୟ ଦ୍ଵାରା ସେମାନଙ୍କ ସଙ୍ଗେ ଯୋଗ ଦେବେ।

Gade chapit la Kopi

ଓଡିଆ ବାଇବେଲ

34 ଯେତେବେଳେ ସେମାନେ ପତିତ ହେବେ, ସେତେବେଳେ ସେମାନେ ଅଳ୍ପ ସାହାଯ୍ୟ ପ୍ରାପ୍ତ ହେବେ; ମାତ୍ର ଅନେକେ ଚାଟୁବାକ୍ୟ ଦ୍ୱାରା ସେମାନଙ୍କ ସହିତ ଯୋଗ ଦେବେ।

Gade chapit la Kopi

ପବିତ୍ର ବାଇବଲ

34 ଯେତେବେଳେ ସେମାନେ ପତିତ ହେବେ, ସେତେବେଳେ ସେମାନେ ଅଳ୍ପ ସାହାଯ୍ୟ ପ୍ରାପ୍ତ ହେବେ। ମାତ୍ର ଅନେକେ ଗ୍ଭଟୁକାର ସେମାନଙ୍କ ସଙ୍ଗେ ଯୋଗ ହେବେ।

Gade chapit la Kopi




ଦାନିୟେଲ 11:34
22 Referans Kwoze  

କାରଣ ଏହିପରି ଲୋକମାନେ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟଙ୍କର ଦାସ ନୁହଁନ୍ତି, କିନ୍ତୁ ଆପଣା ଆପଣା ଉଦରର ଦାସ ଅଟନ୍ତି, ପୁଣି, ମିଷ୍ଟବାକ୍ୟ ଓ ଚାଟୁଭାଷାରେ ସରଳ ହୃଦୟ ଲୋକଙ୍କର ମନ ଭୁଲାନ୍ତି।


ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶ‍ରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସକ ବାଘ!


ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ବରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି।


ସର୍ପ ଆପଣାକୁ ପୃଥିବୀରେ ନିକ୍ଷିପ୍ତ ହେବାର ଦେଖି ସେହି ପୁତ୍ରସନ୍ତାନ ପ୍ରସବକାରିଣୀ ସ୍ତ୍ରୀଲୋକଙ୍କୁ ତାଡ଼ନା କଲା।


ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ଯିଜେବଲ ନାମ୍ନୀ ଯେଉଁ ନାରୀ ଆପଣାକୁ ଭାବବାଦିନୀ ବୋଲି କହି ମୋହର ଦାସମାନଙ୍କୁ ବେଶ୍ୟାଗମନ ଓ ଦେବପ୍ରସାଦ ଭୋଜନ କରିବାକୁ ଶିକ୍ଷା ଦେଇ ଭୁଲାଉଅଛି, ତୁମ୍ଭେ ତାହାର ଦୁଷ୍କର୍ମ ସହ୍ୟ କରୁଅଛ।


କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ଡର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ବରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରନ୍ତି, ପୁଣି, ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ୱୀକାର କରନ୍ତି।


କାରଣ ଯେଉଁମାନେ ଯୀଶୁ ଖ୍ରୀଷ୍ଟ ଦେହବନ୍ତ ହୋଇ ଅବତୀର୍ଣ୍ଣ ହୋଇଅଛନ୍ତି ବୋଲି ଅସ୍ୱୀକାର କରନ୍ତି, ଏପରି ଅନେକ ପ୍ରବଞ୍ଚକ ଜଗତରେ ବାହାରି ଆସିଅଛନ୍ତି। ଏହି ପ୍ରକାର ଲୋକ ସେହି ପ୍ରବଞ୍ଚକ ଓ ଭଣ୍ଡଖ୍ରୀଷ୍ଟ।


ସେମାନେ ଜଗତରୁ ଉତ୍ପନ୍ନ, ଅତଏବ ସେମାନେ ଜାଗତିକ କଥା କହନ୍ତି, ଆଉ ଜଗତ ସେମାନଙ୍କ କଥା ଶୁଣେ।


ସେମାନଙ୍କର ମୁଖ ବନ୍ଦ କରିବାର ଆବଶ୍ୟକ। ସେମାନେ କୁତ୍ସିତ ଧନଲାଭ ନିମନ୍ତେ ଅନୁପଯୁକ୍ତ ଶିକ୍ଷା ଦେଇ ଗୋଟିଏ ଗୋଟିଏ ପରିବାରକୁ ସମ୍ପୂର୍ଣ୍ଣ ରୂପେ ପଥଭ୍ରଷ୍ଟ କରନ୍ତି।


କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ ଶିକ୍ଷା ସହି ପାରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ନିଜର ଅଭିଳାଷ ଅନୁସାରେ ନିଜ ନିଜ ନିମନ୍ତେ ଅନେକ ଶିକ୍ଷକଙ୍କୁ ସଂଗ୍ରହ କରିବେ,


ଆମ୍ଭମାନଙ୍କ ମଧ୍ୟକୁ ଆନୀତ କେତେ ଜଣ ଭଣ୍ଡ ଭ୍ରାତା ସକାଶେ ଏପରି ହେଲା; ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କର ଯେଉଁ ସ୍ୱାଧୀନତା ଅଛି, ଚର ସ୍ୱରୂପେ ସେଥିର ଛିଦ୍ର ଅନ୍ୱେଷଣ କରି ଆମ୍ଭମାନଙ୍କୁ ଦାସତ୍ୱର ବନ୍ଧନରେ ଆବଦ୍ଧ କରିବା ନିମନ୍ତେ ସେମାନେ ଗୁପ୍ତରେ ପ୍ରବେଶ କରିଥିଲେ;


ପୁଣି, ଯାହାକୁ ସେମାନେ ରାଜାର ସମ୍ମାନ ଦେଇ ନ ଥିଲେ, ଏପରି ଜଣେ ତୁଚ୍ଛ ଲୋକ ତାହାର ପଦ ପ୍ରାପ୍ତ ହେବ; ମାତ୍ର ସେ ନିଶ୍ଚିନ୍ତ ସମୟରେ ଆସିବ ଓ ଚାଟୁବାକ୍ୟ ଦ୍ୱାରା ରାଜ୍ୟ ପାଇବ।


ପୁଣି, ଯେଉଁମାନେ ନିୟମର ପ୍ରତିକୂଳରେ ଦୁଷ୍ଟାଚରଣ କରନ୍ତି, ସେ ଚାଟୁବାକ୍ୟ ଦ୍ୱାରା ସେମାନଙ୍କୁ ବିପଥଗାମୀ କରାଇବ; ମାତ୍ର ଯେଉଁ ଲୋକମାନେ ଆପଣା ପରମେଶ୍ୱରଙ୍କୁ ଜାଣନ୍ତି, ସେମାନେ ବଳବାନ ହେବେ ଓ ମହତ୍ କର୍ମ କରିବେ।


Swiv nou:

Piblisite


Piblisite