Biblia Todo Logo
Bib sou entènèt

- Piblisite -




ଦାନିୟେଲ 11:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, ଦକ୍ଷିଣ ଦେଶର (ମିସର) ରାଜା ଶକ୍ତିଶାଳୀ ହେବ କିନ୍ତୁ ତାହାର ଅଧିପତିମାନଙ୍କ ମଧ୍ୟରୁ ଜଣେ ତାହା ଅପେକ୍ଷା ଅଧିକ ବଳବାନ ହୋଇ କର୍ତ୍ତୃତ୍ୱ ପ୍ରାପ୍ତ ହେବ; ତାହାର ରାଜ୍ୟ ଏକ ବୃହତ ରାଜ୍ୟ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି, ଦକ୍ଷିଣ ଦେଶର ରାଜା ଓ ତାହାର ଅଧିପତିମାନଙ୍କ ମଧ୍ୟରୁ ଏକଜଣ ବଳବାନ ହେବ; ଆଉ, ଏ ତାହା ଅପେକ୍ଷା ବଳବାନ ହୋଇ କର୍ତ୍ତୃତ୍ଵ ପ୍ରାପ୍ତ ହେବ; ତାହାର ରାଜ୍ୟ ଏକ ବୃହତ୍ ରାଜ୍ୟ ହେବ।

Gade chapit la Kopi

ଓଡିଆ ବାଇବେଲ

5 ପୁଣି, ଦକ୍ଷିଣ ଦେଶର (ମିସର) ରାଜା ଶକ୍ତିଶାଳୀ ହେବ କିନ୍ତୁ ତାହାର ଅଧିପତିମାନଙ୍କ ମଧ୍ୟରୁ ଜଣେ ତାହା ଅପେକ୍ଷା ଅଧିକ ବଳବାନ ହୋଇ କର୍ତ୍ତୃତ୍ୱ ପ୍ରାପ୍ତ ହେବ; ତାହାର ରାଜ୍ୟ ଏକ ବୃହତ୍‍ ରାଜ୍ୟ ହେବ।

Gade chapit la Kopi

ପବିତ୍ର ବାଇବଲ

5 “ଦକ୍ଷିଣର ରାଜା ଶକ୍ତିଶାଳୀ ହେବେ କିନ୍ତୁ ତାଙ୍କର ସେନାପତିମାନଙ୍କ ମଧ୍ୟରୁ ଜଣେ ରାଜାଙ୍କ ଅପେକ୍ଷା ଅଧିକ ଶକ୍ତିଶାଳୀ ହେବ। ସେ ଦକ୍ଷିଣ ରାଜାଙ୍କ ଅପେକ୍ଷା ବୃହତ୍ ରାଜ୍ୟରେ ରାଜତ୍ୱ କରିବ।

Gade chapit la Kopi




ଦାନିୟେଲ 11:5
7 Referans Kwoze  

ପୁଣି, ସେ ମହାସୈନ୍ୟଦଳ ସଙ୍ଗେ ନେଇ ଦକ୍ଷିଣ ଦେଶର ରାଜା ବିରୁଦ୍ଧରେ ଆପଣା ବଳ ଓ ସାହସ ଉତ୍ତେଜିତ କରିବ; ତହିଁରେ ଦକ୍ଷିଣ ଦେଶର ରାଜା ଅତି ବୃହତ ଓ ପରାକ୍ରାନ୍ତ ସୈନ୍ୟ ଘେନି ତାହା ସଙ୍ଗେ ଯୁଦ୍ଧ କରିବ; ମାତ୍ର ସେ ସ୍ଥିର ହୋଇ ରହିବ ନାହିଁ; କାରଣ ସେମାନେ ତାହା ବିରୁଦ୍ଧରେ ନାନା କୌଶଳ କଳ୍ପନା କରିବେ।


ପୁଣି, ସେହି ସମୟରେ ଅନେକ ଲୋକ ଦକ୍ଷିଣ ଦେଶର ରାଜା ବିରୁଦ୍ଧରେ ଉଠିବେ; ମଧ୍ୟ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଅତ୍ୟାଚାରୀଗଣର ସନ୍ତାନମାନେ ଏହି ଦର୍ଶନ ସଫଳାର୍ଥେ ଆପଣାମାନଙ୍କୁ ଉନ୍ନତ କରିବେ; ମାତ୍ର ସେମାନେ ପତିତ ହେବେ।


ତହିଁରେ ଦକ୍ଷିଣ ଦେଶର ରାଜା କ୍ରୋଧାନ୍ବିତ ହୋଇ ଉତ୍ତର ଦେଶୀୟ ରାଜାଙ୍କ ବିରୁଦ୍ଧରେ ଯୁଦ୍ଧ କରିବ; ତହିଁରେ ସେ (ଉତ୍ତର ଦେଶୀୟ ରାଜା) ମହାଜନତା ସଂଗ୍ରହ କରିବ, ମାତ୍ର ସେହି ଜନତା ତାହାର (ଦକ୍ଷିଣ ଦେଶର ରାଜାଙ୍କ) ହସ୍ତରେ ସମର୍ପିତ ହେବ।


ଆଉ, ଅନ୍ତିମ କାଳରେ ଦକ୍ଷିଣ ଦେଶର ରାଜା ତାହା ସଙ୍ଗେ ବିରୋଧ କରିବ ଓ ଉତ୍ତର ଦେଶର ରାଜା ରଥ, ଅଶ୍ୱାରୋହୀଗଣ ଓ ଅନେକ ଜାହାଜ ନେଇ ତାହା ବିରୁଦ୍ଧରେ ଘୂର୍ଣ୍ଣିବାୟୁ ତୁଲ୍ୟ ଆସିବ ଓ ସେ ନାନା ଦେଶ ମଧ୍ୟରେ ପ୍ରବେଶ କରି ବଢ଼ି ତୁଲ୍ୟ ପ୍ଲାବନ କରି ବହିଯିବ।


ଯେଉଁ ରଥରେ କୃଷ୍ଣବର୍ଣ୍ଣ ଅଶ୍ୱଗଣ ଅଛନ୍ତି, ତାହା ଉତ୍ତର ଦେଶ ଆଡ଼େ ଗମନ କରୁଅଛି; ଶ୍ଵେତବର୍ଣ୍ଣ ଅଶ୍ୱଗଣ ପଶ୍ଚିମ ଦେଶ ଆଡ଼େ ଗଲେ; ଆଉ, ବିନ୍ଦୁଚିତ୍ରିତ ଅଶ୍ୱଗଣ ଦକ୍ଷିଣ ଦେଶ ଆଡ଼େ ଗମନ କଲେ।


Swiv nou:

Piblisite


Piblisite