Biblia Todo Logo
Bib sou entènèt

- Piblisite -




ଦାନିୟେଲ 12:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ, ଯେଉଁମାନେ ଜ୍ଞାନବାନ, ସେମାନେ ଆକାଶର ଦୀପ୍ତିର ତୁଲ୍ୟ ଓ ଯେଉଁମାନେ ଅନେକଙ୍କୁ ଧର୍ମର ପ୍ରତି ଫେରାଇ ଆଣନ୍ତି, ସେମାନେ ତାରାଗଣର ତୁଲ୍ୟ ଅନନ୍ତକାଳ ପର୍ଯ୍ୟନ୍ତ ତେଜସ୍ୱୀ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆଉ, ଯେଉଁମାନେ ଜ୍ଞାନବାନ, ସେମାନେ ଆକାଶର ଦୀପ୍ତିର ତୁଲ୍ୟ ଓ ଯେଉଁମାନେ ଅନେକଙ୍କୁ ଧର୍ମର ପ୍ରତି ଫେରାଇ ଆଣନ୍ତି, ସେମାନେ ତାରାଗଣର ତୁଲ୍ୟ ଅନ; କାଳ ପର୍ଯ୍ୟନ୍ତ ତେଜସ୍ଵୀ ହେବେ।

Gade chapit la Kopi

ଓଡିଆ ବାଇବେଲ

3 ଆଉ, ଯେଉଁମାନେ ଜ୍ଞାନବାନ, ସେମାନେ ଆକାଶର ଦୀପ୍ତିର ତୁଲ୍ୟ ଓ ଯେଉଁମାନେ ଅନେକଙ୍କୁ ଧର୍ମର ପ୍ରତି ଫେରାଇ ଆଣନ୍ତି, ସେମାନେ ତାରାଗଣର ତୁଲ୍ୟ ଅନନ୍ତ କାଳ ପର୍ଯ୍ୟନ୍ତ ତେଜସ୍ୱୀ ହେବେ।

Gade chapit la Kopi

ପବିତ୍ର ବାଇବଲ

3 ଆଉ ଜ୍ଞାନୀ ଲୋକମାନେ ଆକାଶର ଦୀପ୍ତିର ଗୌରବ ତୁଲ୍ୟ ହେବେ ଏବଂ ଯେଉଁମାନେ ଅନ୍ୟକୁ ବହୁତ ଧାର୍ମିକତା କାର୍ଯ୍ୟ କରିବେ, ଶେଷ ସମୟ ପର୍ଯ୍ୟନ୍ତ ତାରାଗଣ ତୁଲ୍ୟ ଉଜ୍ଜ୍ୱଳ ହେବେ।

Gade chapit la Kopi




ଦାନିୟେଲ 12:3
27 Referans Kwoze  

ସେତେବେଳେ ଧାର୍ମିକମାନେ ସେମାନଙ୍କ ପିତାଙ୍କ ରାଜ୍ୟରେ ସୂର୍ଯ୍ୟ ପରି ତେଜୋମୟ ଦେଖାଯିବେ। ଯାହାର କାନ ଅଛି, ସେ ଶୁଣୁ।”


ମାତ୍ର ଧାର୍ମିକମାନଙ୍କ ପଥ ପ୍ରଭାତର ଆଲୁଅ ତୁଲ୍ୟ, ଯାହା ମଧ୍ୟାହ୍ନ ପର୍ଯ୍ୟନ୍ତ ଆହୁରି ଆହୁରି ତେଜସ୍କର ହୁଏ।


ଆଉ, ଲୋକମାନଙ୍କ ମଧ୍ୟରେ ଜ୍ଞାନୀମାନେ ଅନେକଙ୍କୁ ଉପଦେଶ ଦେବେ; ତଥାପି ଅନେକ ଦିନ ପର୍ଯ୍ୟନ୍ତ ସେମାନେ ଖଡ୍ଗରେ, ଅଗ୍ନିଶିଖାରେ, ବନ୍ଦୀଦଶାରେ ଓ ଲୁଟରେ ପତିତ ହେବେ।


ପୁଣି, ସେମାନଙ୍କ ମଧ୍ୟରେ ଜ୍ଞାନୀମାନେ ସେମାନଙ୍କୁ ନିର୍ମଳ, ପରିଷ୍କୃତ ଓ ଶୁକ୍ଳୀକୃତ କରିବା ପାଇଁ ପରିଣାମର ସମୟ ପର୍ଯ୍ୟନ୍ତ ପତିତ ହେବେ; କାରଣ ତାହା ନିରୂପିତ କାଳର ଅପେକ୍ଷା କରେ।


ଧାର୍ମିକର ଫଳ ଜୀବନଦାୟକ ବୃକ୍ଷ ଅଟେ, ପୁଣି, ଯେ ଜ୍ଞାନବାନ, ସେ ଅନ୍ୟମାନଙ୍କର ଆତ୍ମା ଲାଭ କରେ।


କାରଣ ଯଦ୍ୟପି ଏତେ ସମୟ ମଧ୍ୟରେ ତୁମ୍ଭମାନଙ୍କର ଶିକ୍ଷକ ହେବା ଉଚିତ୍ ଥିଲା, ତଥାପି ଈଶ୍ବରଙ୍କ ବାକ୍ୟର ପ୍ରାଥମିକ ମୌଳିକ ସୂତ୍ରଗୁଡ଼ିକ କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦିଏ, ଏହା ପୁନର୍ବାର ତୁମ୍ଭମାନଙ୍କର ପ୍ରୟୋଜନ ଅଛି; ଗୁରୁପାକ ଖାଦ୍ୟ ପ୍ରୟୋଜନ ନ ହୋଇ ଦୁଗ୍ଧ ତୁମ୍ଭମାନଙ୍କର ପ୍ରୟୋଜନ।


ସେ ଜ୍ୱଳନ୍ତ ଓ ତେଜୋମୟ ପ୍ରଦୀପ ଥିଲେ, ଆଉ ତୁମ୍ଭେମାନେ ଅଳ୍ପ କାଳ ତାହାଙ୍କ ଜ୍ୟୋତିଃରେ ଉଲ୍ଲାସ କରିବା ନିମନ୍ତେ ଇଚ୍ଛୁକ ହେଲ।


ଏବେ ସୁଦ୍ଧା କଟାଳି ମୂଳ ପାଉଅଛି ଓ ଅନନ୍ତ ଜୀବନ ନିମନ୍ତେ ଫଳ ସଂଗ୍ରହ କରୁଅଛି, ଯେପରି ବୁଣାଳୀ ଓ କଟାଳି ଉଭୟ ମିଳି ଆନନ୍ଦ କରନ୍ତି।


ମୋତେ ଦିଆଯାଇଥିବା ଈଶ୍ବରଙ୍କ ଅନୁଗ୍ରହ ଅନୁସାରେ ମୁଁ ଜଣେ ବୁଦ୍ଧିମାନ ଗୃହ ନିର୍ମାଣକାରୀ ତୁଲ୍ୟ ଭିତ୍ତିମୂଳ ସ୍ଥାପନ କରେ, ଅନ୍ୟ ଜଣେ ତାହା ଉପରେ ନିର୍ମାଣ କରେ। କିନ୍ତୁ ପ୍ରତ୍ୟେକ ଲୋକ ତାହା ଉପରେ କିପରି ନିର୍ମାଣ କରେ, ସେ ସମ୍ବନ୍ଧରେ ସାବଧାନ ହେଉ।


ମାତ୍ର ଯେବେ ସେମାନେ ଆମ୍ଭ ସଭାରେ ଠିଆ ହୋଇଥାʼନ୍ତେ, ତେବେ ଆମ୍ଭ ଲୋକମାନଙ୍କୁ ଆମ୍ଭର ବାକ୍ୟ ଶୁଣାଇଥାʼନ୍ତେ ଓ ସେମାନଙ୍କ କୁପଥରୁ, ସେମାନଙ୍କ କୁକ୍ରିୟାରୁ ସେମାନଙ୍କୁ ଫେରାଇଥାʼନ୍ତେ।


ଆମ୍ଭର ଦକ୍ଷିଣ ହସ୍ତରେ ଯେଉଁ ସପ୍ତ ନକ୍ଷତ୍ର ଦେଖିଲ, ସେଥିର ଓ ସପ୍ତ ସୁବର୍ଣ୍ଣ ପ୍ରଦୀପର ଅର୍ଥ ଏହି, ସେହି ସପ୍ତ ନକ୍ଷତ୍ର ସପ୍ତ ମଣ୍ଡଳୀର ଦୂତଗଣ ଓ ସପ୍ତ ପ୍ରଦୀପ ସପ୍ତ ମଣ୍ଡଳୀ ଅଟନ୍ତି।”


ପୁଣି, ଆମ୍ଭମାନଙ୍କ ପ୍ରଭୁଙ୍କର ଦୀର୍ଘସହିଷ୍ଣୁତା ତ୍ରାଣଜନକ ବୋଲି ଜ୍ଞାନ କର। ଆମ୍ଭମାନଙ୍କ ପ୍ରିୟ ଭ୍ରାତା ପାଉଲ ମଧ୍ୟ ଆପଣାକୁ ଦିଆଯାଇଥିବା ଜ୍ଞାନାନୁସାରେ ତୁମ୍ଭମାନଙ୍କ ନିକଟକୁ ସେପରି ଲେଖିଅଛନ୍ତି।


ସେ କାହା କାହାକୁ ପ୍ରେରିତ, କାହା କାହାକୁ ଭାବବାଦୀ, କାହା କାହାକୁ ସୁସମାଚାର ପ୍ରଚାରକ, ପୁଣି, କାହା କାହାକୁ ପାଳକ ଓ ଶିକ୍ଷକ ରୂପେ ନିଯୁକ୍ତ କରି ଦାନ କରିଅଛନ୍ତି,


“ତେବେ ପ୍ରଭୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ପ୍ରାପ୍ୟ ଦେବା ନିମନ୍ତେ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କଲେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ଦାସ କିଏ?


ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ନୂତନ ସୃଷ୍ଟିରେ ଯେତେବେଳେ ମନୁଷ୍ୟପୁତ୍ର ଆପଣା ଗୌରବମୟ ସିଂହାସନରେ ଉପବେଶନ କରିବେ, ସେତେବେଳେ, ମୋହର ଅନୁଗାମୀ ହୋଇଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ମଧ୍ୟ ଦ୍ୱାଦଶ ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ।”


ସେତେବେଳେ ଆନ୍ତିୟଖିଆସ୍ଥିତ ମଣ୍ଡଳୀରେ ବର୍ଣ୍ଣବ୍ବା, ଶିମିୟୋନ, ଯାହାଙ୍କୁ ନିଗର ବୋଲି କହନ୍ତି, କୂରୀଣୀୟ ଲୂକୀୟ, ସାମନ୍ତରାଜା ହେରୋଦଙ୍କ ସହପାଳିତ ମନହେମ୍‍ ଓ ଶାଉଲ, ଏହିପରି ଭାବବାଦୀ ଓ ଶିକ୍ଷକମାନେ ଥିଲେ।


ଜ୍ଞାନବାନ ଲୋକେ ସମ୍ମାନର ଅଧିକାରୀ ହେବେ, ମାତ୍ର ଲଜ୍ଜା ଅଜ୍ଞାନମାନଙ୍କ ଉନ୍ନତି ହେବ।


ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ।


ଅନେକେ ଆପଣାମାନଙ୍କୁ ପରିଷ୍କୃତ ଓ ଶୁକ୍ଳ କରିବେ ଓ ପବିତ୍ରୀକୃତ ହେବେ; ମାତ୍ର ଦୁଷ୍ଟମାନେ ଦୁଷ୍ଟାଚରଣ କରିବେ ଓ ଦୁଷ୍ଟମାନଙ୍କ ମଧ୍ୟରୁ କେହି ବୁଝିବେ ନାହିଁ; ମାତ୍ର ଜ୍ଞାନୀ ଲୋକମାନେ ବୁଝିବେ।


ତହିଁରେ ମୋଶାଙ୍କର ମୁଖର ଚର୍ମ ଉଜ୍ଜ୍ୱଳ ଅଟେ, ଏହା ଇସ୍ରାଏଲ-ସନ୍ତାନଗଣ ତାଙ୍କର ମୁଖ ପ୍ରତି ଅନାଇ ଦେଖିଲେ; ମୋଶା ସଦାପ୍ରଭୁଙ୍କ ସହିତ କଥା କହିବାକୁ ଯେପର୍ଯ୍ୟନ୍ତ ଭିତରକୁ ନ ଗଲେ; ସେପର୍ଯ୍ୟନ୍ତ ଆପଣା ମୁଖରେ ଘୁମୁଟା ଦେଲେ।


ହେ ସଦାପ୍ରଭୋ, ତୁମ୍ଭର ସମସ୍ତ ଶତ୍ରୁ ଏହିରୂପେ ବିନଷ୍ଟ ହେଉନ୍ତୁ, ମାତ୍ର ତାହାଙ୍କ ପ୍ରେମକାରୀମାନେ ସ୍ୱପରାକ୍ରମରେ ଗତିକାରୀ ସୂର୍ଯ୍ୟ ତୁଲ୍ୟ ହେଉନ୍ତୁ।” ଏଥିଉତ୍ତାରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା।


ଆହୁରି, ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ଦେଲେ; ପୁଣି, ସେ ବିବେଚନା ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ କ୍ରମ ଅନୁସାରେ ସଜାଡ଼ି ରଖିଲେ।


Swiv nou:

Piblisite


Piblisite