Biblia Todo Logo
Bib sou entènèt

- Piblisite -




ଦାନିୟେଲ 2:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ଆଉ, ଯେକୌଣସି ସ୍ଥାନରେ ମନୁଷ୍ୟ-ସନ୍ତାନଗଣ ବାସ କରନ୍ତି, ସେହି ସ୍ଥାନର ଭୂଚର ପଶୁଗଣ ଓ ଆକାଶର ପକ୍ଷୀଗଣକୁ ସେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛନ୍ତି ଓ ସେହି ସକଳର ଉପରେ ଆପଣଙ୍କୁ କର୍ତ୍ତୃତ୍ୱ ଦେଇଅଛନ୍ତି; ଆପଣ ହିଁ ସେହି ସୁବର୍ଣ୍ଣମୟ ମସ୍ତକ ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

38 ଆଉ, ଯେକୌଣସି ସ୍ଥାନରେ ମନୁଷ୍ୟସନ୍ତାନଗଣ ବାସ କରନ୍ତି, ସେସ୍ଥାନସ୍ଥ ଭୂଚର ପଶୁଗଣ ଓ ଆକାଶର ପକ୍ଷୀଗଣକୁ ସେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛନ୍ତି ଓ ସେହି ସକଳର ଉପରେ ଆପଣଙ୍କୁ କର୍ତ୍ତୃତ୍ଵ ଦେଇଅଛନ୍ତି; ଆପଣ ହିଁ ସେହି ସୁବର୍ଣ୍ଣମୟ ମସ୍ତକ ଅଟନ୍ତି।

Gade chapit la Kopi

ଓଡିଆ ବାଇବେଲ

38 ଆଉ, ଯେକୌଣସି ସ୍ଥାନରେ ମନୁଷ୍ୟ-ସନ୍ତାନଗଣ ବାସ କରନ୍ତି, ସେହି ସ୍ଥାନର ଭୂଚର ପଶୁଗଣ ଓ ଆକାଶର ପକ୍ଷୀଗଣକୁ ସେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛନ୍ତି ଓ ସେହି ସକଳର ଉପରେ ଆପଣଙ୍କୁ କର୍ତ୍ତୃତ୍ୱ ଦେଇଅଛନ୍ତି; ଆପଣ ହିଁ ସେହି ସୁବର୍ଣ୍ଣମୟ ମସ୍ତକ ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ

38 ପୃଥିବୀସ୍ଥ ମନୁଷ୍ୟ, ତନ୍ମଧ୍ୟସ୍ଥ ଭୂଚର ପଶୁଗଣ ଓ ଆକାଶର ପକ୍ଷୀଗଣ ପରମେଶ୍ୱରଙ୍କ ଶକ୍ତିଦ୍ୱାରା ତୁମ୍ଭର ଶାସନାଧୀନ ଅଟନ୍ତି। ଆଉ ସେମାନଙ୍କ ଉପରେ ଆପଣଙ୍କୁ କର୍ତ୍ତୃତ୍ୱ ଦେଇଅଛନ୍ତି। ଆପଣ ହିଁ ସେହି ପ୍ରତିମାର ସୁବର୍ଣ୍ଣମୟ ମସ୍ତକ ଅଟନ୍ତି।

Gade chapit la Kopi




ଦାନିୟେଲ 2:38
10 Referans Kwoze  

ବାବିଲର ରାଜା ନବୂଖଦ୍‍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଓ ତାହାର କର୍ତ୍ତୃତ୍ୱାଧୀନ ଭୂଖଣ୍ଡର ସମସ୍ତ ରାଜ୍ୟ ଆଉ ସମସ୍ତ ଗୋଷ୍ଠୀ ଯିରୂଶାଲମ ଓ ତହିଁର ନଗରସମୂହର ବିରୁଦ୍ଧରେ ଯୁଦ୍ଧ କରୁଥିବା ସମୟରେ, ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା:


ପୁଣି, ପ୍ରଭୁ ଯିହୁଦାର ରାଜା ଯିହୋୟାକୀମ୍‍କୁ ଓ ପରମେଶ୍ୱରଙ୍କ ଗୃହର କେତେକ ପାତ୍ର ତାହାର ହସ୍ତରେ ସମର୍ପି ଦେଲେ; ତହିଁରେ ସେ ଶିନୀୟର ଦେଶରେ ଥିବା ଆପଣା ଦେବ ମନ୍ଦିରକୁ ସେହି ସବୁ ନେଇଗଲା ଓ ପାତ୍ରସକଳ ସେ ଆପଣା ଦେବତାର ଭଣ୍ଡାର ଗୃହରେ ରଖିଲା।


ସେହି ପ୍ରତିମାର ମସ୍ତକ ଶୁଦ୍ଧ ସୁବର୍ଣ୍ଣମୟ, ତାହାର ବକ୍ଷ ଓ ବାହୁ ରୌପ୍ୟମୟ, ତାହାର ଉଦର ଓ ଜଙ୍ଘ ପିତ୍ତଳମୟ,


ପୁଣି, ଆପଣଙ୍କ ଉତ୍ତାରେ ଆପଣଙ୍କଠାରୁ ନ୍ୟୂନ ଆଉ ଗୋଟିଏ ରାଜ୍ୟ ଉଠିବ ଓ ତହିଁ ଉତ୍ତାରେ ପିତ୍ତଳମୟ ତୃତୀୟ ଏକ ରାଜ୍ୟ ଉଠିବ, ତାହା ସମୁଦାୟ ପୃଥିବୀ ଉପରେ କର୍ତ୍ତୃତ୍ୱ କରିବ।


ହେ ମହାରାଜ, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖଦ୍‍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ;


ମୁଁ ରାଜା ନବୂଖଦ୍‍ନିତ୍ସର ଏହି ସ୍ୱପ୍ନ ଦେଖିଅଛି; ଏବେ ହେ ବେଲ୍‍ଟଶତ୍ସର, ତୁମ୍ଭେ ଅର୍ଥ ଜଣାଅ, କାରଣ ମୋʼ ରାଜ୍ୟସ୍ଥ ସମସ୍ତ ବିଦ୍ୱାନ୍‍ ଲୋକ ତହିଁର ଅର୍ଥ ମୋତେ ଜଣାଇବାକୁ ଅକ୍ଷମ ଅଟନ୍ତି; ମାତ୍ର ତୁମ୍ଭେ ସକ୍ଷମ ଅଟ, କାରଣ ତୁମ୍ଭ ଅନ୍ତରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି।”


ପ୍ରଥମ ପଶୁ ସିଂହ ତୁଲ୍ୟ ଓ ଉତ୍କ୍ରୋଶ ପକ୍ଷୀ ପରି ତାହାର ଡେଣା ଥିଲା; ମୁଁ ଦେଖୁ ଦେଖୁ ତାହାର ସେହି ଡେଣା ଉପୁଡ଼ା ଗଲା, ଆଉ ସେ ପୃଥିବୀରୁ ଉଠାଗଲା ଓ ମନୁଷ୍ୟ ପରି ଦୁଇ ଚରଣରେ ତାକୁ ଠିଆ କରାଗଲା, ପୁଣି ତାହାକୁ ମନୁଷ୍ୟର ଅନ୍ତଃକରଣ ଦିଆଗଲା।


Swiv nou:

Piblisite


Piblisite