Biblia Todo Logo
Bib sou entènèt

- Piblisite -




ଦାନିୟେଲ 2:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମାତ୍ର ତୁମ୍ଭେମାନେ ଯଦି ସେହି ସ୍ୱପ୍ନ ମୋତେ ନ ଜଣାଅ; ତେବେ ତୁମ୍ଭମାନଙ୍କ ନିମନ୍ତେ ଏକମାତ୍ର ବ୍ୟବସ୍ଥା ଅଛି; କାରଣ ସମୟର ପରିବର୍ତ୍ତନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ମୋʼ ଛାମୁରେ ମିଥ୍ୟା ଓ ପ୍ରବଞ୍ଚନା-ବାକ୍ୟ କହିବା ପାଇଁ ପ୍ରସ୍ତୁତ କରିଅଛ; ଏଥିପାଇଁ ତୁମ୍ଭେମାନେ ସ୍ୱପ୍ନଟି ମୋତେ ଜଣାଅ, ତାହାହେଲେ ତୁମ୍ଭେମାନେ ଯେ ତହିଁର ଅର୍ଥ ମୋʼ ନିକଟରେ ପ୍ରକାଶ କରି ପାରିବ, ଏହା ମୁଁ ଜାଣିବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ମାତ୍ର ତୁମ୍ଭେମାନେ ଯେବେ ସେହି ସ୍ଵପ୍ନ ମୋତେ ନ ଜଣାଅ; ତେବେ ତୁମ୍ଭମାନଙ୍କ ନିମନ୍ତେ ଏକମାତ୍ର ବ୍ୟବସ୍ଥା ଅଛି; କାରଣ ସମୟର ପରିବର୍ତ୍ତନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ମୋʼ ଛାମୁରେ ମିଥ୍ୟା ଓ ପ୍ରବଞ୍ଚନା ବାକ୍ୟ କହିବା ପାଇଁ ପ୍ରସ୍ତୁତ କରିଅଛ; ଏଥିପାଇଁ ତୁମ୍ଭେମାନେ ସ୍ଵପ୍ନଟି ମୋତେ ଜଣାଅ, ତାହାହେଲେ ତୁମ୍ଭେମାନେ ଯେ ତହିଁର ଅର୍ଥ ମୋʼ ନିକଟରେ ପ୍ରକାଶ କରି ପାରିବ, ଏହା ମୁଁ ଜାଣିବି।

Gade chapit la Kopi

ଓଡିଆ ବାଇବେଲ

9 ମାତ୍ର ତୁମ୍ଭେମାନେ ଯଦି ସେହି ସ୍ୱପ୍ନ ମୋତେ ନ ଜଣାଅ; ତେବେ ତୁମ୍ଭମାନଙ୍କ ନିମନ୍ତେ ଏକମାତ୍ର ବ୍ୟବସ୍ଥା ଅଛି; କାରଣ ସମୟର ପରିବର୍ତ୍ତନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ମୋ’ ଛାମୁରେ ମିଥ୍ୟା ଓ ପ୍ରବଞ୍ଚନା ବାକ୍ୟ କହିବା ପାଇଁ ପ୍ରସ୍ତୁତ କରିଅଛ; ଏଥିପାଇଁ ତୁମ୍ଭେମାନେ ସ୍ୱପ୍ନଟି ମୋତେ ଜଣାଅ, ତାହାହେଲେ ତୁମ୍ଭେମାନେ ଯେ ତହିଁର ଅର୍ଥ ମୋ’ ନିକଟରେ ପ୍ରକାଶ କରି ପାରିବ, ଏହା ମୁଁ ଜାଣିବି।

Gade chapit la Kopi

ପବିତ୍ର ବାଇବଲ

9 ମାତ୍ର ତୁମ୍ଭେମାନେ ଯଦି ମୋତେ ସେହି ସ୍ୱପ୍ନ ବିଷୟରେ ନ ଜଣାଅ ତେବେ ତୁମ୍ଭେମାନେ ନିଶ୍ଚିତ ଦଣ୍ତ ପାଇବ। କାରଣ ସମୟ ଗଡ଼ାଇବା ପାଇଁ ତୁମ୍ଭେମାନେ ମୋ’ ସମ୍ମୁଖରେ ମିଥ୍ୟା ଓ ପ୍ରବଞ୍ଚନା ବାକ୍ୟ କହିବା ପାଇଁ ପ୍ରସ୍ତୁତ ହୋଇଅଛ। ଏଣୁ ତୁମ୍ଭେମାନେ ସ୍ୱପ୍ନଟି ମୋତେ କୁହ, ତାହାହେଲେ ତୁମ୍ଭେମାନେ ଯେ ତହିଁର ଅର୍ଥ ମୋ’ ନିକଟରେ ପ୍ରକାଶ କରି ପାରିବ, ଏହା ମୁଁ ଜାଣିବି।”

Gade chapit la Kopi




ଦାନିୟେଲ 2:9
17 Referans Kwoze  

ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ଦମନ କରିବ; ଆଉ, ସେ କାଳ ଓ ବ୍ୟବସ୍ଥାର ପରିବର୍ତ୍ତନ କରିବାକୁ ବିଚାର କରିବ; ପୁଣି, ଏକ କାଳ, (ଦୁଇ) ପବିତ୍ର ପର୍ବ ଓ ଅର୍ଦ୍ଧ ପବିତ୍ର ପର୍ବ ପର୍ଯ୍ୟନ୍ତ ସେମାନେ ତାହା ହସ୍ତରେ ସମର୍ପିତ ହେବେ।


ଆଉ, ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି; ସେ ରାଜାଗଣକୁ ପଦଚ୍ୟୁତ କରନ୍ତି ଓ ରାଜାଗଣକୁ ପଦସ୍ଥ କରନ୍ତି; ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତମାନଙ୍କୁ ବିବେଚନା ଦିଅନ୍ତି;


ଏଥିଉତ୍ତାରେ ଯାହା ଯାହା ଘଟିବ, ତାହା ପ୍ରକାଶ କର, ତହିଁରେ ତୁମ୍ଭେମାନେ ଯେ ଈଶ୍ୱରଗଣ, ଏହା ଆମ୍ଭେମାନେ ଜାଣିବା; ହଁ, ମଙ୍ଗଳ କର, ଅବା ଅମଙ୍ଗଳ କର, ତହିଁରେ ଆମ୍ଭେମାନେ ନିରାଶ ହୋଇ ଏକତ୍ର ତାହା ଦେଖିବା।


“ବିନା ଡାକରାରେ ପୁରୁଷ କି ସ୍ତ୍ରୀ ଯେକେହି ଭିତର ପ୍ରାଙ୍ଗଣକୁ ରାଜାଙ୍କ ନିକଟକୁ ଯାଏ, ତାହାର ପ୍ରାଣଦଣ୍ଡ ହେବାର ଏକମାତ୍ର ଆଜ୍ଞା ଅଛି, କେବଳ ଯାହା ପ୍ରତି ରାଜା ସ୍ୱର୍ଣ୍ଣମୟ ରାଜଦଣ୍ଡ ବଢ଼ାନ୍ତି, ସେହି ବଞ୍ଚେ, ଏହା ରାଜାଙ୍କର ସବୁ ଦାସ ଓ ରାଜାଙ୍କର ସବୁ ପ୍ରଦେଶସ୍ଥ ଲୋକ ଜାଣନ୍ତି; ମାତ୍ର ଆଜକୁ ତିରିଶ ଦିନ ହେଲା ମୁଁ ରାଜାଙ୍କ ନିକଟକୁ ଯିବା ପାଇଁ ଡାକରା ପାଇ ନାହିଁ।”


ପୀରସ୍‍, ଆପଣଙ୍କ ରାଜ୍ୟ ବିଭକ୍ତ ହୋଇଅଛି, ଆଉ ମାଦୀୟ ଓ ପାରସିକମାନଙ୍କୁ ଦତ୍ତ ହୋଇଅଛି।”


ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯଦି ମୋʼ ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯଦି ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ଡରେ ତୁମ୍ଭେମାନେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; ଆଉ, ଏପରି କେଉଁ ଦେବତା ଅଛି ଯେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରିବ?”


‘ସଦାପ୍ରଭୁ ଏହି କଥା କହନ୍ତି’ ବୋଲି ଯେଉଁମାନେ କହନ୍ତି, ସେମାନେ ଅସାର ଦର୍ଶନ ପାଇଅଛନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ିଅଛନ୍ତି, ଆଉ, ସଦାପ୍ରଭୁ ସେମାନଙ୍କୁ ପଠାଇ ନାହାନ୍ତି; ପୁଣି, ବାକ୍ୟ ସିଦ୍ଧ ହେବ ବୋଲି ସେମାନେ ଲୋକମାନଙ୍କର ପ୍ରତ୍ୟାଶା ଜନ୍ମାଇ ଅଛନ୍ତି।


ଆମ୍ଭେ ମିଥ୍ୟାବାଦୀମାନଙ୍କର (ଦତ୍ତ) ଲକ୍ଷଣସବୁ ବିଫଳ କରୁ ଓ ମନ୍ତ୍ରଜ୍ଞମାନଙ୍କୁ ଉନ୍ମତ୍ତ କରୁ; ଆମ୍ଭେ ଜ୍ଞାନୀମାନଙ୍କୁ ପଛକୁ ହଟାଇ ଦେଉ ଓ ସେମାନଙ୍କର ଜ୍ଞାନ ମୂର୍ଖତା କରୁ;


ସେହି ଅନେକ ଲୋକ ଯେପରି ଈଶ୍ବରଙ୍କ ବାକ୍ୟ ବିକୃତ କରନ୍ତି, ଆମ୍ଭେମାନେ ତ ସେମାନଙ୍କ ପରି କରୁ ନାହୁଁ, କିନ୍ତୁ ସରଳ ଭାବରେ ଈଶ୍ବରଙ୍କ ଆଦେଶକ୍ରମେ ତାହାଙ୍କ ସାକ୍ଷାତରେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଥାଇ କଥା କହୁଅଛୁ।


ପୁଣି, ମାଦୀୟ ଦାରୀୟାବସ ରାଜ୍ୟ ପ୍ରାପ୍ତ ହେଲା, ସେହି ସମୟରେ ତାହାର ପ୍ରାୟ ବାଷଠି ବର୍ଷ ବୟସ ହୋଇଥିଲା।


ପୁଣି, ଆମ୍ଭର ଯେଉଁ ଲୋକମାନେ ମିଥ୍ୟା କଥା ଶୁଣନ୍ତି, ସେମାନଙ୍କୁ ମିଥ୍ୟା କଥା କହି, ବଧର ଅଯୋଗ୍ୟ ପ୍ରାଣକୁ ବଧ କରିବା ପାଇଁ ଓ ବଞ୍ଚିବାର ଅଯୋଗ୍ୟ ପ୍ରାଣକୁ ଜୀବିତ ରଖିବା ପାଇଁ ତୁମ୍ଭେମାନେ ମୁଠିଏ ମୁଠିଏ ଯବ ଓ ଖଣ୍ଡିଏ ଖଣ୍ଡିଏ ରୁଟି ନିମନ୍ତେ ଆମ୍ଭ ଲୋକଙ୍କ ମଧ୍ୟରେ ଆମ୍ଭକୁ ଅଶୁଚି କରିଅଛ।


ଆଉ ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ଲୋକଙ୍କର ଯେଉଁ କନ୍ୟାଗଣ ଆପଣା ଆପଣା ହୃଦୟରୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖ ଓ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ,


ସତ୍ୟବାଦୀ ଓଷ୍ଠ ନିତ୍ୟସ୍ଥାୟୀ ହେବ; ମାତ୍ର ମିଥ୍ୟାବାଦୀ ଜିହ୍ୱା ପଲକ ମାତ୍ର।


ତହୁଁ ସଦାପ୍ରଭୁ ତାହାକୁ କହିଲେ, ‘କାହିଁରେ?’ ସେ କହିଲା, ‘ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି।’ ତେବେ ସେ କହିଲେ, ‘ତୁମ୍ଭେ ତାହାକୁ ଫୁସଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର।’


ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍‍ବକ୍ତାମାନଙ୍କର ଊଣାଧିକ ଚାରି ଶହ ଲୋକ ଏକତ୍ର କରି ସେମାନଙ୍କୁ ପଚାରିଲେ, “ମୁଁ ରାମୋତ୍‍-ଗିଲୀୟଦ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବି କି କ୍ଷାନ୍ତ ହେବି?” ତହୁଁ ସେମାନେ କହିଲେ, “ଯାଉନ୍ତୁ; କାରଣ ପ୍ରଭୁ ମହାରାଜାଙ୍କ ହସ୍ତରେ ତାହା ସମର୍ପଣ କରିବେ।”


ରାଜା ଉତ୍ତର କରି କହିଲା, “ମୋʼ ଠାରୁ କଥା ବାହାରି ଯାଇଅଛି, ଏହା ଦେଖି ତୁମ୍ଭେମାନେ ସମୟ ବିଳମ୍ବ କରିବାର ଇଚ୍ଛା କରୁଅଛ, ଏହା ମୁଁ ନିଶ୍ଚୟ ଜାଣେ।


ଏଥିରେ ଦାନିୟେଲ ରାଜାଙ୍କ ନିକଟକୁ ଯାଇ ଆପଣା ପାଇଁ ଗୋଟିଏ ସମୟ ନିରୂପଣ କରିବାକୁ ପ୍ରାର୍ଥନା କଲେ, ତାହା କଲେ ମହାରାଜାଙ୍କ ନିକଟରେ ସ୍ୱପ୍ନର ଅର୍ଥ ପ୍ରକାଶ କରିବି ବୋଲି କହିଲେ।


Swiv nou:

Piblisite


Piblisite