Biblia Todo Logo
Bib sou entènèt

- Piblisite -




ଦାନିୟେଲ 3:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହିଁରେ ନବୂଖଦ୍‍ନିତ୍ସର ପ୍ରଚଣ୍ଡ କ୍ରୋଧ ଓ କୋପରେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋଙ୍କୁ ଆଣିବା ପାଇଁ ଆଜ୍ଞା କଲା। ତହୁଁ ଲୋକମାନେ ସେମାନଙ୍କୁ ରାଜାର ଛାମୁକୁ ଆଣିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତହିଁରେ ନବୂଖଦ୍ନିତ୍ସର ପ୍ରଚଣ୍ତ କ୍ରୋଧ ଓ କୋପରେ ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋକୁ ଆଣିବା ପାଇଁ ଆଜ୍ଞା କଲା। ତହୁଁ ଲୋକମାନେ ସେମାନଙ୍କୁ ରାଜାର ଛାମୁକୁ ଆଣିଲେ।

Gade chapit la Kopi

ଓଡିଆ ବାଇବେଲ

13 ତହିଁରେ ନବୂଖଦ୍‍ନିତ୍ସର ପ୍ରଚଣ୍ଡ କ୍ରୋଧ ଓ କୋପରେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋକୁ ଆଣିବା ପାଇଁ ଆଜ୍ଞା କଲା। ତହୁଁ ଲୋକମାନେ ସେମାନଙ୍କୁ ରାଜାର ଛାମୁକୁ ଆଣିଲେ।

Gade chapit la Kopi

ପବିତ୍ର ବାଇବଲ

13 ଏହି ସମ୍ବାଦ ଶୁଣି ନବୂଖ‌ଦ୍‌ନିତ୍ସର କ୍ରୋଧାନ୍ୱିତ ହୋଇ ତାଙ୍କର ଲୋକମାନଙ୍କୁ ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋକୁ ଆଣିବା ପାଇଁ ପଠାଇଲେ। ତେଣୁ ତାଙ୍କର ଲୋକମାନେ ସେମାନଙ୍କୁ ରାଜାଙ୍କର ବିଗ୍ଭରାଳୟ ଛାମୁକୁ ଆଣିଲେ।

Gade chapit la Kopi




ଦାନିୟେଲ 3:13
15 Referans Kwoze  

ଏଥିରେ ନବୂଖଦ୍‍ନିତ୍ସର କୋପରେ ପରିପୂର୍ଣ୍ଣ ହେଲା ଓ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋର ପ୍ରତିକୂଳରେ ତାହାର ମୁଖ ବିକଟାକାର ହେଲା। ଏଥିପାଇଁ ଅଗ୍ନିକୁଣ୍ଡକୁ ସାଧାରଣ ପରିମାଣ ଅପେକ୍ଷା ସାତ ଗୁଣ ଉତ୍ତପ୍ତ କରିବା ପାଇଁ ସେ ଆଜ୍ଞା ଦେଲା।


ଏହି କାରଣରୁ ରାଜା କ୍ରୁଦ୍ଧ ଓ ପ୍ରଚଣ୍ଡ କୋପାନ୍ୱିତ ହୋଇ ବାବିଲର ସକଳ ବିଦ୍ୱାନ୍‍ ଲୋକଙ୍କୁ ବଧ କରିବାକୁ ଆଜ୍ଞା ଦେଲା।


କେତେକ ଦିନ ପରେ ଫେଲୀକ୍ସ୍‌ ଦ୍ରୂସିଲ୍ଲା ନାମ୍ନୀ ଆପଣା ଯିହୁଦୀୟା ଭାର୍ଯ୍ୟାଙ୍କ ସହିତ ଆସି ପାଉଲଙ୍କୁ ଡକାଇ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ବିଷୟ ତାଙ୍କଠାରୁ ଶୁଣିଲେ।


କିନ୍ତୁ ଏହି ସମସ୍ତ ଘଟଣା ପୂର୍ବେ ଲୋକମାନେ ତୁମ୍ଭମାନଙ୍କୁ ଧରିବେ ଏବଂ ସମାଜଗୃହ ଓ କାରାଗାରରେ ତୁମ୍ଭମାନଙ୍କୁ ସମର୍ପଣ କରି ତାଡ଼ନା କରିବେ, ଆଉ ମୋ ନାମ ସକାଶେ ତୁମ୍ଭେମାନେ ରାଜା ଓ ଶାସନକର୍ତ୍ତାମାନଙ୍କ ନିକଟକୁ ନିଆଯିବ;


କିନ୍ତୁ ସେମାନେ କ୍ରୋଧରେ ପୂର୍ଣ୍ଣ ହେଲେ, ଆଉ ଯୀଶୁଙ୍କ ପ୍ରତି କଅଣ କରିପାରନ୍ତି, ସେ ବିଷୟରେ ପରସ୍ପର କଥାବାର୍ତ୍ତା କରିବାକୁ ଲାଗିଲେ।


କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ; ଲୋକେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ, ଆଉ ତୁମ୍ଭେମାନେ ସମାଜଗୃହଗୁଡ଼ିକରେ ପ୍ରହାରିତ ହେବ ଏବଂ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁରେ ସେମାନଙ୍କ ପ୍ରତି ସାକ୍ଷ୍ୟ ଦେବା ନିମନ୍ତେ ଠିଆ କରାଯିବ।


ପୁଣି, ତୁମ୍ଭେମାନେ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ପାଖକୁ ଅଣାଯିବ; ତାହା ସେମାନଙ୍କ ଓ ଅଣଯିହୁଦୀମାନଙ୍କ ପ୍ରତି ସାକ୍ଷ୍ୟସ୍ୱରୂପ ହେବ।


କ୍ରୋଧୀ ଲୋକ ବିବାଦ ଜନ୍ମାଏ, ପୁଣି, ରାଗାନ୍ଧ ଲୋକ ବହୁତ ଅଧର୍ମ କରେ।


ଭାରୀ ପଥର ଓ ଗୁରୁ ବାଲି; ମାତ୍ର ଅଜ୍ଞାନର ବିରକ୍ତି, ସେ ଦୁଇରୁ ଭାରୀ।


ଛୁଆହରା ଭଲ୍ଲୁକୀ ପଛେ ମନୁଷ୍ୟକୁ ଭେଟୁ, ନିଜ ଅଜ୍ଞାନତାରେ ମଗ୍ନ ମୂର୍ଖ ନ ଭେଟୁ।


ମାତ୍ର କୟିନଙ୍କୁ ଓ ତାଙ୍କର ନୈବେଦ୍ୟକୁ ସେ ଅଗ୍ରାହ୍ୟ କଲେ। ଏହେତୁ କୟିନ ଅତି କ୍ରୋଧ କରି ଦୁଃଖିତ ହେଲେ।


ପୁଣି, ନପୁଂସକାଧିପତି ସେମାନଙ୍କୁ ନାମ ଦେଲା; ସେ ଦାନିୟେଲଙ୍କୁ ବେଲ୍‍ଟଶତ୍ସର, ହନାନୀୟଙ୍କୁ ଶଦ୍ରକ୍‍, ମୀଶାୟେଲଙ୍କୁ ମୈଶକ୍‍ ଓ ଅସରୀୟକୁ ଅବେଦ୍‍ନଗୋ ନାମ ଦେଲା।


Swiv nou:

Piblisite


Piblisite