Biblia Todo Logo
Bib sou entènèt

- Piblisite -




ଦାନିୟେଲ 3:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯଦି ମୋʼ ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯଦି ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ଡରେ ତୁମ୍ଭେମାନେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; ଆଉ, ଏପରି କେଉଁ ଦେବତା ଅଛି ଯେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରିବ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯେବେ ମୋʼ ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯେବେ ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ତରେ ତୁମ୍ଭେମାନେ ପ୍ରଜ୍ଵଳିତ ଅଗ୍ନିକୁଣ୍ତରେ ନିକ୍ଷିପ୍ତ ହେବ; ଆଉ, ଯେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରିବ, ଏପରି କେଉଁ ଦେବତା ଅଛି?

Gade chapit la Kopi

ଓଡିଆ ବାଇବେଲ

15 ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯଦି ମୋ’ ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯଦି ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ଡରେ ତୁମ୍ଭେମାନେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; ଆଉ, ଏପରି କେଉଁ ଦେବତା ଅଛି ଯେ ତୁମ୍ଭମାନଙ୍କୁ ମୋ’ ହସ୍ତରୁ ଉଦ୍ଧାର କରିବ ?

Gade chapit la Kopi

ପବିତ୍ର ବାଇବଲ

15 ଯେତେବେଳେ ତୂରୀ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସବୁପ୍ରକାର ବାଦ୍ୟ ଶୁଣ, ତୁମ୍ଭେମାନେ ସୁବର୍ଣ୍ଣ ପ୍ରତିମାକୁ ମୁଣ୍ତ ନୁଆଁଇ ପ୍ରଣାମ କରିବ। ଯଦି ତୁମ୍ଭେମାନେ ପୂଜା ନ କର ତେବେ ତୁମ୍ଭମାନଙ୍କୁ ଜ୍ୱଳନ୍ତ ଅଗ୍ନି କୁଣ୍ଡରେ ଫିଙ୍ଗା ଯିବ। ଆଉ ଏପରି କୌଣସି ଦେବତା ନାହାନ୍ତି ଯେ କି ମୋ'ଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବ।”

Gade chapit la Kopi




ଦାନିୟେଲ 3:15
25 Referans Kwoze  

କିନ୍ତୁ ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ, ମନୁଷ୍ୟମାନଙ୍କର ଆଜ୍ଞା ଅପେକ୍ଷା ବରଂ ଈଶ୍ବରଙ୍କ ଆଜ୍ଞା ପାଳନ କରିବା କର୍ତ୍ତବ୍ୟ।


ଯଦି ସେହିପରି ହୁଏ, ତେବେ ଆମ୍ଭେମାନେ ଯାହାଙ୍କର ସେବା କରୁ, ଆମ୍ଭମାନଙ୍କର ସେହି ପରମେଶ୍ୱର ଆମ୍ଭମାନଙ୍କୁ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରୁ ରକ୍ଷା କରିବାକୁ ସମର୍ଥ ଅଟନ୍ତି; ଆଉ ହେ ମହାରାଜ, ସେ ଆପଣଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।


ନାନା ଗୋଷ୍ଠୀୟ ସମସ୍ତ ଦେବତା ମଧ୍ୟରେ କିଏ ଆପଣା ଦେଶକୁ ମୋʼ ହସ୍ତରୁ ଉଦ୍ଧାର କରିଅଛି ଯେ, ସଦାପ୍ରଭୁ ମୋʼ ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ?’”


ତହିଁରେ ଫାରୋ କହିଲେ, “ସଦାପ୍ରଭୁ କିଏ, ଯେ ଆମ୍ଭେ ତାହାର କଥା ମାନି ଇସ୍ରାଏଲକୁ ଯିବାକୁ ଦେବୁ? ଆମ୍ଭେ ସଦାପ୍ରଭୁଙ୍କୁ ଚିହ୍ନି ନାହୁଁ ଓ ଇସ୍ରାଏଲକୁ ଯିବାକୁ ଦେବୁ ନାହିଁ।”


କିନ୍ତୁ ପିତର ଓ ଯୋହନ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ବରଙ୍କ କଥା ଶୁଣିବା ଅପେକ୍ଷା ଆପଣମାନଙ୍କ କଥା ଶୁଣିବା ଈଶ୍ବରଙ୍କ ଦୃଷ୍ଟିରେ ଯଥାର୍ଥ କି ନା, ତାହା ଆପଣମାନେ ବିଚାର କରନ୍ତୁ


ଏଣୁ ଯେତେବେଳେ ଲୋକେ ତୁମ୍ଭମାନଙ୍କୁ ଘେନିଯାଇ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କଅଣ କହିବ, ସେ ବିଷୟରେ ପୂର୍ବରୁ ଚିନ୍ତିତ ହୁଅ ନାହିଁ; କିନ୍ତୁ ସେହି ସମୟରେ ତୁମ୍ଭମାନଙ୍କୁ ଯାହା ଦିଆଯିବ, ତାହା କୁହ; କାରଣ ତୁମ୍ଭେମାନେ ବକ୍ତା ନୁହଁ, ମାତ୍ର ପବିତ୍ର ଆତ୍ମା ବକ୍ତା ଅଟନ୍ତି।


ତହୁଁ ରାଜା ଆଜ୍ଞା କରନ୍ତେ, ସେମାନେ ଦାନିୟେଲଙ୍କୁ ଆଣି ସିଂହମାନଙ୍କ ଗର୍ତ୍ତରେ ନିକ୍ଷେପ କଲେ। ପୁଣି, ରାଜା ଦାନିୟେଲଙ୍କୁ କହିଲା, “ତୁମ୍ଭେ ନିତ୍ୟ ନିତ୍ୟ ଯେଉଁ ପରମେଶ୍ୱରଙ୍କର ସେବା କରୁଅଛ, ସେ ତୁମ୍ଭଙ୍କୁ ଉଦ୍ଧାର କରିବେ।”


ସେତେବେଳେ ମହାସଭାରେ ବସିଥିବା ସମସ୍ତେ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାହାଙ୍କ ମୁଖ ଦୂତଙ୍କ ମୁଖ ସଦୃଶ ଦେଖିଲେ।


ଆଉ ପରେ ଫଳ ହୁଏତ ଭଲ, ନୋହିଲେ ତାହାକୁ ହାଣିପକାଇବେ।’”


ଆଉ, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମାଜଗୃହ, ଶାସନକର୍ତ୍ତା ଓ କ୍ଷମତା ପ୍ରାପ୍ତ ବ୍ୟକ୍ତିମାନଙ୍କ ନିକଟକୁ ନେଇଯିବେ, ସେତେବେଳେ ତୁମ୍ଭେମାନେ ଆପଣା ସପକ୍ଷରେ କିପରି ବାକି କଥା ଉତ୍ତର ଦେବ କିମ୍ବା କଅଣ କହିବ, ସେ ବିଷୟରେ ଚିନ୍ତା କର ନାହିଁ;


ପୁଣି, ସେ ଗର୍ତ୍ତ ନିକଟରେ ଦାନିୟେଲଙ୍କ ପାଖରେ ଉପସ୍ଥିତ ହୋଇ ବିଳାପ ସ୍ୱରରେ ଡାକିଲା; ରାଜା ଦାନିୟେଲଙ୍କୁ କହିଲା, “ହେ ଜୀବିତ ପରମେଶ୍ୱରଙ୍କ ସେବକ ଦାନିୟେଲ, ତୁମ୍ଭେ ନିତ୍ୟ ନିତ୍ୟ ଯାହାଙ୍କର ସେବା କରୁଅଛ, ତୁମ୍ଭର ସେହି ପରମେଶ୍ୱର ସିଂହମାନଙ୍କଠାରୁ ତୁମ୍ଭଙ୍କୁ ଉଦ୍ଧାର କରିବାକୁ କି ସମର୍ଥ ଅଟନ୍ତି?”


ତୁମ୍ଭେ କାହାକୁ ଧିକ୍କାର ଓ ନିନ୍ଦା କରିଅଛ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଊର୍ଦ୍ଧ୍ୱକୁ ଉଠାଇଅଛ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ତ।


ତଥାପି ଏବେ, ତୁମ୍ଭେ ଯଦି ସେମାନଙ୍କର ପାପ କ୍ଷମା କରିବ; କିନ୍ତୁ ଯଦି ନ କରିବ, ତେବେ ମୁଁ ବିନୟ କରୁଅଛି, ତୁମ୍ଭର ଲିଖିତ ପୁସ୍ତକରୁ ମୋହର ନାମ କାଟି ପକାଅ।”


ସେ ଈଶ୍ବରଙ୍କଠାରେ ବିଶ୍ୱାସ କରେ; ସେ ଯଦି ତାହାଠାରେ ସନ୍ତୁଷ୍ଟ, ତାହାହେଲେ ଏହିକ୍ଷଣି ତାହାକୁ ରକ୍ଷା କରନ୍ତୁ। ସେ ତ କହିଥିଲା, ମୁଁ ଈଶ୍ବରଙ୍କ ପୁତ୍ର।


କିନ୍ତୁ ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କିପରି ବା କି କଥା କହିବ, ସେ ବିଷୟରେ ଚିନ୍ତିତ ହୁଅ ନାହିଁ, କାରଣ କଅଣ କହିବ, ତାହା ସେହି ସମୟରେ ତୁମ୍ଭମାନଙ୍କୁ ଦିଆଯିବ।


ମାତ୍ର ତୁମ୍ଭେମାନେ ଯଦି ସେହି ସ୍ୱପ୍ନ ମୋତେ ନ ଜଣାଅ; ତେବେ ତୁମ୍ଭମାନଙ୍କ ନିମନ୍ତେ ଏକମାତ୍ର ବ୍ୟବସ୍ଥା ଅଛି; କାରଣ ସମୟର ପରିବର୍ତ୍ତନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ମୋʼ ଛାମୁରେ ମିଥ୍ୟା ଓ ପ୍ରବଞ୍ଚନା-ବାକ୍ୟ କହିବା ପାଇଁ ପ୍ରସ୍ତୁତ କରିଅଛ; ଏଥିପାଇଁ ତୁମ୍ଭେମାନେ ସ୍ୱପ୍ନଟି ମୋତେ ଜଣାଅ, ତାହାହେଲେ ତୁମ୍ଭେମାନେ ଯେ ତହିଁର ଅର୍ଥ ମୋʼ ନିକଟରେ ପ୍ରକାଶ କରି ପାରିବ, ଏହା ମୁଁ ଜାଣିବି।”


ରାଜା ଦାନିୟେଲଙ୍କୁ ଉତ୍ତର କରି କହିଲା, “ତୁମ୍ଭେ ଏହି ନିଗୂଢ଼ କଥା ପ୍ରକାଶ କରିବାକୁ ସମର୍ଥ ହୋଇଅଛ, ଏଥିପାଇଁ ନିଶ୍ଚୟ ତୁମ୍ଭର ପରମେଶ୍ୱର ଈଶ୍ୱରଗଣର ଈଶ୍ୱର ଓ ରାଜାଗଣର ପ୍ରଭୁ ଓ ନିଗୂଢ଼ ବିଷୟମାନର ପ୍ରକାଶକ ଅଟନ୍ତି।”


Swiv nou:

Piblisite


Piblisite