Biblia Todo Logo
Bib sou entènèt

- Piblisite -




ଦାନିୟେଲ 3:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ମାତ୍ର ଯଦି ନ କରନ୍ତି, ତେବେ ହେ ମହାରାଜ, ଆମ୍ଭେମାନେ ଯେ ଆପଣଙ୍କ ଦେବତାଗଣର ସେବା କରିବୁ ନାହିଁ, କିଅବା ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବୁ ନାହିଁ, ଏହା ଆପଣ ଜ୍ଞାତ ହେଉନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ମାତ୍ର ଯେବେ ନ କରନ୍ତି, ତେବେ ହେ ମହାରାଜ, ଆମ୍ଭେମାନେ ଯେ ଆପଣଙ୍କ ଦେବତାଗଣର ସେବା କରିବୁ ନାହିଁ, କିଅବା ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ-ପ୍ରତିମାକୁ ପ୍ରଣାମ କରିବୁ ନାହିଁ, ଏହା ଆପଣ ଜ୍ଞାତ ହେଉନ୍ତୁ।

Gade chapit la Kopi

ଓଡିଆ ବାଇବେଲ

18 ମାତ୍ର ଯଦି ନ କରନ୍ତି, ତେବେ ହେ ମହାରାଜ, ଆମ୍ଭେମାନେ ଯେ ଆପଣଙ୍କ ଦେବତାଗଣର ସେବା କରିବୁ ନାହିଁ, କିଅବା ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ-ପ୍ରତିମାକୁ ପ୍ରଣାମ କରିବୁ ନାହିଁ, ଏହା ଆପଣ ଜ୍ଞାତ ହେଉନ୍ତୁ।

Gade chapit la Kopi

ପବିତ୍ର ବାଇବଲ

18 ଆଉ ଏପରିକି ପରମେଶ୍ୱର ଯଦି ଆମ୍ଭମାନଙ୍କୁ ରକ୍ଷା କରିବାକୁ ନ ଆସନ୍ତି ତଥାପି ଆମ୍ଭେମାନେ ଆପଣଙ୍କ ଦେବତାଗଣର ପୂଜା କରିବୁ ନାହିଁ କି ଆପଣଙ୍କ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବୁ ନାହିଁ।”

Gade chapit la Kopi




ଦାନିୟେଲ 3:18
20 Referans Kwoze  

ଯେ ଆପଣା ଜୀବନ ବଞ୍ଚାଏ, ସେ ତାହା ହରାଇବ, ଆଉ ଯେ ମୋ ନିମନ୍ତେ ଆପଣା ଜୀବନ ହରାଏ, ସେ ତାହା ବଞ୍ଚାଇବ।”


ଆଉ ସେମାନେ ମେଷଶାବକଙ୍କ ରକ୍ତ, ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ।


ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।”


ନବୂଖଦ୍‍ନିତ୍ସର କହିଲା, “ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ତାହାଙ୍କର ଯେଉଁ ଦାସମାନେ ତାହାଙ୍କଠାରେ ବିଶ୍ୱାସ କଲେ ଓ ଆପଣାମାନଙ୍କର ପରମେଶ୍ୱର ବ୍ୟତୀତ ଯେପରି ଅନ୍ୟ କୌଣସି ଦେବତାକୁ ସେବା କିମ୍ବା ପ୍ରଣାମ ନ କରିବେ, ଏଥିପାଇଁ ରାଜାର ବାକ୍ୟ ଅନ୍ୟଥା କରି ଆପଣା ଆପଣା ଶରୀର ସମର୍ପଣ କଲେ, ସେ ସେମାନଙ୍କୁ ଉଦ୍ଧାର କଲେ।


କେହି ନ ଗୋଡ଼ାଇଲେ ହେଁ ଦୁଷ୍ଟ ପଳାଏ; ମାତ୍ର ଧାର୍ମିକମାନେ ସିଂହ ପରି ସାହସିକ।


ସେ ମୋତେ ବଧ କଲେ ହେଁ ମୁଁ ତାହାଙ୍କ ପାଇଁ ଅପେକ୍ଷା କରିବି; ତଥାପି ମୁଁ ତାହାଙ୍କ ଛାମୁରେ ଆପଣା ପଥ ସମର୍ଥନ କରିବି।


କିନ୍ତୁ ପିତର ଓ ଯୋହନ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ବରଙ୍କ କଥା ଶୁଣିବା ଅପେକ୍ଷା ଆପଣମାନଙ୍କ କଥା ଶୁଣିବା ଈଶ୍ବରଙ୍କ ଦୃଷ୍ଟିରେ ଯଥାର୍ଥ କି ନା, ତାହା ଆପଣମାନେ ବିଚାର କରନ୍ତୁ


ଆଉ, ତୁମ୍ଭେମାନେ ପ୍ରତିମାଗଣର ପଶ୍ଚାଦ୍‍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଦେବତା ନିର୍ମାଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରିପାରନ୍ତି, ତାହାଙ୍କୁ ହିଁ ଭୟ କର।


କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସନ୍ଧ୍ୟା ସମୟରେ ତୁମ୍ଭେମାନେ କହିଥାଅ, ‘ଭଲ ପାଗ ହେବ, କାରଣ ଆକାଶ ଲାଲ୍ ହୋଇଅଛି।’


ପାପର କ୍ଷଣିକ ସୁଖଭୋଗ ଅପେକ୍ଷା ଈଶ୍ବରଙ୍କ ଲୋକମାନଙ୍କ ସହିତ ବରଂ ଦୁଃଖଭୋଗ କରିବାକୁ ସେ ପସନ୍ଦ କଲେ,


ତହୁଁ ସେ କହିଲେ, “ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍‍ଯୋଗୀ ହେଲି; କାରଣ ଇସ୍ରାଏଲ-ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭ ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଖଡ୍ଗରେ ବଧ କଲେ; ତହିଁରେ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋହର ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି।”


ତଥାପି ଆମ୍ଭେ ଇସ୍ରାଏଲ ମଧ୍ୟରେ ଆପଣା ପାଇଁ ସାତ ସହସ୍ର ଲୋକ ଅବଶିଷ୍ଟ ରଖିବା, ଯେଉଁମାନଙ୍କର ଆଣ୍ଠୁ ବାଲ୍‍ ସମ୍ମୁଖରେ ନତ ହୋଇ ନାହିଁ ଓ ଯେଉଁମାନଙ୍କର ମୁଖ ତାହାକୁ ଚୁମ୍ବନ କରି ନାହିଁ।”


Swiv nou:

Piblisite


Piblisite