Biblia Todo Logo
Bib sou entènèt

- Piblisite -




ଦାନିୟେଲ 3:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ରାଜା ଉତ୍ତର କରି କହିଲା, “ଦେଖ, ମୁଁ ଅଗ୍ନି ମଧ୍ୟରେ ଗମନ କରିବାର ଚାରି ମୁକ୍ତ ଲୋକ ଦେଖୁଅଛି ଓ ସେମାନଙ୍କର କୌଣସି କ୍ଷତି ହୋଇ ନାହିଁ; ପୁଣି, ଚତୁର୍ଥ ଲୋକର ମୂର୍ତ୍ତି ପରମେଶ୍ୱରଙ୍କ ପୁତ୍ର ସଦୃଶ୍ୟ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ରାଜା ଉତ୍ତର କରି କହିଲା, ଦେଖ, ମୁଁ ଅଗ୍ନି ମଧ୍ୟରେ ଗମନ କରିବାର ଚାରି ମୁକ୍ତ ଲୋକ ଦେଖୁଅଛି ଓ ସେମାନଙ୍କର କୌଣସି କ୍ଷତି ହୋଇ ନାହିଁ; ପୁଣି, ଚତୁର୍ଥ ଲୋକର ମୂର୍ତ୍ତି ପରମେଶ୍ଵରଙ୍କ ପୁତ୍ର ସଦୃଶ୍ୟ।

Gade chapit la Kopi

ଓଡିଆ ବାଇବେଲ

25 ରାଜା ଉତ୍ତର କରି କହିଲା, ଦେଖ, ମୁଁ ଅଗ୍ନି ମଧ୍ୟରେ ଗମନ କରିବାର ଚାରି ମୁକ୍ତ ଲୋକ ଦେଖୁଅଛି ଓ ସେମାନଙ୍କର କୌଣସି କ୍ଷତି ହୋଇ ନାହିଁ; ପୁଣି, ଚତୁର୍ଥ ଲୋକର ମୂର୍ତ୍ତି ପରମେଶ୍ୱରଙ୍କ ପୁତ୍ର ସଦୃଶ୍ୟ।

Gade chapit la Kopi

ପବିତ୍ର ବାଇବଲ

25 ରାଜା ଉତ୍ତର କରି କହିଲେ, “ଦେଖ, ମୁଁ ଅଗ୍ନି କୁଣ୍ତରେ ଗ୍ଭରିଟି ମୁକ୍ତ ଲୋକ ବିଚରଣ କରୁଥିବାର ଦେଖୁଛି। ଆଉ ସେମାନେ ଦ‌ଗ୍‌ଧିଭୂତ ହୋଇ ନାହାନ୍ତି ଓ ଚତୁର୍ଥ ଲୋକଟି ଦେବପୁତ୍ର ସଦୃଶ।”

Gade chapit la Kopi




ଦାନିୟେଲ 3:25
20 Referans Kwoze  

ତୁମ୍ଭେ ଜଳ ମଧ୍ୟଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦ-ନଦୀ ମଧ୍ୟରେ ଗମନ କଲେ, ସେହି ସବୁ ତୁମ୍ଭକୁ ମଗ୍ନ କରିବ ନାହିଁ; ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ହେବ ନାହିଁ, କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ।


କିନ୍ତୁ ପାଉଲ ଜନ୍ତୁଟାକୁ ଝାଡ଼ି ନିଆଁରେ ପକାଇଦେଲେ, ଆଉ ତାଙ୍କର କିଛି କ୍ଷତି ହେଲା ନାହିଁ।


ପୁଣି, ପ୍ରାଣନାଶକ କୌଣସି ପଦାର୍ଥ ପାନ କଲେ ସେମାନଙ୍କର କିଛି କ୍ଷତି ହେବ ନାହିଁ; ସେମାନେ ପୀଡ଼ିତମାନଙ୍କ ଉପରେ ହସ୍ତ ଥୋଇଲେ ସେମାନେ ସୁସ୍ଥ ହେବେ।”


ଦିନକରେ ପରମେଶ୍ୱରଙ୍କ ଦୂତଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ମଧ୍ୟ ସେମାନଙ୍କ ମଧ୍ୟରେ ଉପସ୍ଥିତ ହେଲା।


ନବୂଖଦ୍‍ନିତ୍ସର କହିଲା, “ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ତାହାଙ୍କର ଯେଉଁ ଦାସମାନେ ତାହାଙ୍କଠାରେ ବିଶ୍ୱାସ କଲେ ଓ ଆପଣାମାନଙ୍କର ପରମେଶ୍ୱର ବ୍ୟତୀତ ଯେପରି ଅନ୍ୟ କୌଣସି ଦେବତାକୁ ସେବା କିମ୍ବା ପ୍ରଣାମ ନ କରିବେ, ଏଥିପାଇଁ ରାଜାର ବାକ୍ୟ ଅନ୍ୟଥା କରି ଆପଣା ଆପଣା ଶରୀର ସମର୍ପଣ କଲେ, ସେ ସେମାନଙ୍କୁ ଉଦ୍ଧାର କଲେ।


ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି।


ଆଉ ତୁମ୍ଭେମାନେ ଯଦି ଉତ୍ତମ ବିଷୟରେ ଉଦ୍‌ଯୋଗୀ ହୁଅ, ତେବେ କିଏ ତୁମ୍ଭମାନଙ୍କର ଅନିଷ୍ଟ କରିବ?


ମାତ୍ର ଯଦି ନ କରନ୍ତି, ତେବେ ହେ ମହାରାଜ, ଆମ୍ଭେମାନେ ଯେ ଆପଣଙ୍କ ଦେବତାଗଣର ସେବା କରିବୁ ନାହିଁ, କିଅବା ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବୁ ନାହିଁ, ଏହା ଆପଣ ଜ୍ଞାତ ହେଉନ୍ତୁ।”


ଓ ପରମେଶ୍ୱରଙ୍କ ଦୂତଗଣ ଆନନ୍ଦରେ ଜୟଧ୍ୱନି କରିବା ବେଳେ କିଏ ତହିଁର କୋଣ-ପ୍ରସ୍ତର ବସାଇଲା?


କିନ୍ତୁ ଧର୍ମମୟ ପବିତ୍ର ଆତ୍ମା ସମ୍ବନ୍ଧରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ଦ୍ୱାରା ଈଶ୍ବରଙ୍କ ପୁତ୍ର ବୋଲି ଶକ୍ତି ସହ ନିର୍ଦ୍ଧିଷ୍ଟ ହେଲେ


ଦୂତ ତାହାଙ୍କୁ ଉତ୍ତର ଦେଲେ, ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ମହାନ ଈଶ୍ବରଙ୍କ ଶକ୍ତି ତୁମ୍ଭକୁ ଆବୋରିବ, ଏଣୁ ଯେ ଜାତ ହେବେ, ସେ ପବିତ୍ର ଓ ଈଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ।


କିଏ ସ୍ୱର୍ଗାରୋହଣ କରି ସେଠାରୁ ଅବରୋହଣ କରିଅଛି? କିଏ ଆପଣା ମୁଷ୍ଟିରେ ବାୟୁ ଏକତ୍ର କରିଅଛି? କିଏ ଆପଣା ବସ୍ତ୍ରରେ ଜଳସମୂହକୁ ବାନ୍ଧିଅଛି? କିଏ ପୃଥିବୀର ସବୁ ସୀମା ନିରୂପଣ କରିଅଛି? ତାହାଙ୍କର ନାମ କଅଣ? ତାହାଙ୍କ ପୁତ୍ରର ନାମ କଅଣ? ଏହା ଯେବେ ଜାଣ, ତେବେ କୁହ।


ସେମାନଙ୍କ ସକାଶୁ ଭୀତ ହୁଅ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।”


ପୁଣି, ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ; ମାତ୍ର ତୁମ୍ଭ ଉପରେ ଜୟଯୁକ୍ତ ହେବେ ନାହିଁ। କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭର ସଙ୍ଗେ ସଙ୍ଗେ ଅଛୁ।”


ପୁଣି, ଆମ୍ଭେ ତୁମ୍ଭକୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରିବା ଓ ଆମ୍ଭେ ତୁମ୍ଭକୁ ଭୟାନକ ଲୋକମାନଙ୍କ ହସ୍ତରୁ ମୁକ୍ତ କରିବା।”


ଏଥିରେ ରାଜା ନବୂଖଦ୍‍ନିତ୍ସର ଚମତ୍କୃତ ହୋଇ ଶୀଘ୍ର ଉଠିଲା। ସେ ଆପଣା ମନ୍ତ୍ରୀମାନଙ୍କୁ କହିଲା, “ଆମ୍ଭେମାନେ କି ତିନି ଲୋକଙ୍କୁ ବାନ୍ଧି ଅଗ୍ନି ମଧ୍ୟରେ ପକାଇ ନ ଥିଲୁ?” ସେମାନେ ରାଜାକୁ ଉତ୍ତର କରି କହିଲେ, “ସତ୍ୟ ମହାରାଜ।”


ତହିଁରେ ରାଜା ଅତିଶୟ ଆନନ୍ଦିତ ହୋଇ ଦାନିୟେଲଙ୍କୁ ଗର୍ତ୍ତରୁ ଉଠାଇ ଆଣିବାକୁ ଆଜ୍ଞା ଦେଲା। ତହୁଁ ଦାନିୟେଲ ଗର୍ତ୍ତରୁ ଉଠାଗଲେ ଓ ତାଙ୍କ ଶରୀରରେ କୌଣସି ପ୍ରକାର କ୍ଷତ ଦେଖା ନ ଗଲା, କାରଣ ସେ ଆପଣା ପରମେଶ୍ୱରଙ୍କଠାରେ ବିଶ୍ୱାସ କରିଥିଲେ।


ସେ ଛଅଗୋଟି ସଙ୍କଟରୁ ତୁମ୍ଭକୁ ଉଦ୍ଧାର କରିବେ; ଆହୁରି, ସାତ ସଙ୍କଟରୁ ତୁମ୍ଭକୁ କୌଣସି ଅମଙ୍ଗଳ ସ୍ପର୍ଶ କରିବ ନାହିଁ।


Swiv nou:

Piblisite


Piblisite