Biblia Todo Logo
Bib sou entènèt

- Piblisite -




ଦାନିୟେଲ 3:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ନବୂଖଦ୍‍ନିତ୍ସର କହିଲା, “ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ତାହାଙ୍କର ଯେଉଁ ଦାସମାନେ ତାହାଙ୍କଠାରେ ବିଶ୍ୱାସ କଲେ ଓ ଆପଣାମାନଙ୍କର ପରମେଶ୍ୱର ବ୍ୟତୀତ ଯେପରି ଅନ୍ୟ କୌଣସି ଦେବତାକୁ ସେବା କିମ୍ବା ପ୍ରଣାମ ନ କରିବେ, ଏଥିପାଇଁ ରାଜାର ବାକ୍ୟ ଅନ୍ୟଥା କରି ଆପଣା ଆପଣା ଶରୀର ସମର୍ପଣ କଲେ, ସେ ସେମାନଙ୍କୁ ଉଦ୍ଧାର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ନବୂଖଦ୍ନିତ୍ସର କହିଲା, ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପରମେଶ୍ଵର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ତାହାଙ୍କର ଯେଉଁ ଦାସମାନେ ତାହାଙ୍କଠାରେ ବିଶ୍ଵାସ କଲେ ଓ ଆପଣାମାନଙ୍କର ପରମେଶ୍ଵର ଭିନ୍ନ ଯେପରି ଅନ୍ୟ କୌଣସି ଦେବତାକୁ ସେବା କିମ୍ଵା ପ୍ରଣାମ ନ କରିବେ, ଏଥିପାଇଁ ରାଜବାକ୍ୟ ଅନ୍ୟଥା କରି ଆପଣା ଆପଣା ଶରୀର ସମର୍ପଣ କଲେ, ସେ ସେମାନଙ୍କୁ ଉଦ୍ଧାର କଲେ।

Gade chapit la Kopi

ଓଡିଆ ବାଇବେଲ

28 ନବୂଖଦ୍‍ନିତ୍ସର କହିଲା, ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ତାହାଙ୍କର ଯେଉଁ ଦାସମାନେ ତାହାଙ୍କଠାରେ ବିଶ୍ୱାସ କଲେ ଓ ଆପଣାମାନଙ୍କର ପରମେଶ୍ୱର ବ୍ୟତୀତ ଯେପରି ଅନ୍ୟ କୌଣସି ଦେବତାକୁ ସେବା କିମ୍ବା ପ୍ରଣାମ ନ କରିବେ, ଏଥିପାଇଁ ରାଜାର ବାକ୍ୟ ଅନ୍ୟଥା କରି ଆପଣା ଆପଣା ଶରୀର ସମର୍ପଣ କଲେ, ସେ ସେମାନଙ୍କୁ ଉଦ୍ଧାର କଲେ।

Gade chapit la Kopi

ପବିତ୍ର ବାଇବଲ

28 ତା'ପରେ ନବୂଖ‌ଦ୍‌ନିତ୍ସର କହିଲା, “ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ଆପଣା ଦାସମାନଙ୍କୁ ଅଗ୍ନିରୁ ଉଦ୍ଧାର କଲେ। ଆଉ ଏହି ତିନି ଜଣ ଆପଣା ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖିଲେ ଓ ତାଙ୍କ ଭିନ୍ନ ଅନ୍ୟ କୌଣସି ଦେବତାଙ୍କର ପୂଜା କଲେ ନାହିଁ କି ପ୍ରଣାମ କଲେ ନାହିଁ। ଆଉ ମଧ୍ୟ ରାଜବାକ୍ୟ ଅମାନ୍ୟ କରି ଆପଣା ପରମେଶ୍ୱରଙ୍କ ସେବା କଲେ।

Gade chapit la Kopi




ଦାନିୟେଲ 3:28
45 Referans Kwoze  

ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍‍ଯୋଗୀ ପରମେଶ୍ୱର ଅଟୁ, ପୁଣି, ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;


ଆଉ ସେମାନେ ମେଷଶାବକଙ୍କ ରକ୍ତ, ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ।


ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ବରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ବରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା।


ସଦାପ୍ରଭୁ ଆପଣା ଭୟକାରୀମାନଙ୍କଠାରେ ଓ ତାହାଙ୍କ ଦୟାରେ ଭରସାକାରୀମାନଙ୍କଠାରେ ତୁଷ୍ଟ ଅଟନ୍ତି।


କିନ୍ତୁ ପ୍ରଭୁଙ୍କର ଜଣେ ଦୂତ ରାତ୍ରିକାଳରେ କାରାଗାରର ଦ୍ୱାରସବୁ ଫିଟାଇଦେଲେ ଓ ସେମାନଙ୍କୁ ବାହାର କରି ଆଣି କହିଲେ,


ରାଜା ଉତ୍ତର କରି କହିଲା, “ଦେଖ, ମୁଁ ଅଗ୍ନି ମଧ୍ୟରେ ଗମନ କରିବାର ଚାରି ମୁକ୍ତ ଲୋକ ଦେଖୁଅଛି ଓ ସେମାନଙ୍କର କୌଣସି କ୍ଷତି ହୋଇ ନାହିଁ; ପୁଣି, ଚତୁର୍ଥ ଲୋକର ମୂର୍ତ୍ତି ପରମେଶ୍ୱରଙ୍କ ପୁତ୍ର ସଦୃଶ୍ୟ।”


ତହିଁରେ ଯୀଶୁ ତାହାକୁ କହିଲେ, “ଦୂର ହ, ଶୟତାନ, କାରଣ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରଣାମ କରିବ, ପୁଣି, କେବଳ ତାହାଙ୍କର ଉପାସନା କରିବ।’”


ରାଜା ଦାନିୟେଲଙ୍କୁ ଉତ୍ତର କରି କହିଲା, “ତୁମ୍ଭେ ଏହି ନିଗୂଢ଼ କଥା ପ୍ରକାଶ କରିବାକୁ ସମର୍ଥ ହୋଇଅଛ, ଏଥିପାଇଁ ନିଶ୍ଚୟ ତୁମ୍ଭର ପରମେଶ୍ୱର ଈଶ୍ୱରଗଣର ଈଶ୍ୱର ଓ ରାଜାଗଣର ପ୍ରଭୁ ଓ ନିଗୂଢ଼ ବିଷୟମାନର ପ୍ରକାଶକ ଅଟନ୍ତି।”


ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। [ସେଲା]


ଏ ସମ୍ବନ୍ଧରେ ମୋହର ଏକାନ୍ତ ଆକାଂକ୍ଷା ଓ ଭରସା ଅଛି ଯେ ମୁଁ କୌଣସି ବିଷୟରେ ଲଜ୍ଜିତ ହେବି ନାହିଁ, କିନ୍ତୁ ସର୍ବଦା ଯେଉଁପରି, ଏବେ ମଧ୍ୟ ସେହିପରି ଅତି ସାହସରେ, ଜୀବନରେ ହେଉ ବା ମରଣରେ ହେଉ, ଖ୍ରୀଷ୍ଟଙ୍କୁ ମୋହର ଶରୀରରେ ମହିମାନ୍ୱିତ କରିବି।


ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଅଶୀ ସହସ୍ର ଲୋକ ସଂହାର କଲେ; ପୁଣି, ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସମସ୍ତେ ମୃତ ଶବ।


ତହିଁରେ ସଦାପ୍ରଭୁ ଏକ ଦୂତ ପ୍ରେରଣ କରି ଅଶୂର ରାଜାର ଛାଉଣି ମଧ୍ୟରେ ମହାବିକ୍ରମଶାଳୀ ଲୋକ ସମସ୍ତଙ୍କୁ, ଆଉ ପ୍ରଧାନ ଓ ସେନାପତିମାନଙ୍କୁ ଉଚ୍ଛିନ୍ନ କଲେ। ତହିଁରେ ସେ ଲଜ୍ଜିତମୁଖ ହୋଇ ଆପଣା ଦେଶକୁ ଫେରିଗଲା। ତହିଁ ଉତ୍ତାରେ ସେ ଆପଣା ଦେବ ମନ୍ଦିରକୁ ଆସନ୍ତେ, ତାହାର କେତେକ ଔରସଜାତ ସେଠାରେ ତାହାକୁ ଖଡ୍ଗରେ ବଧ କଲେ।


ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ତକୋୟ ପ୍ରାନ୍ତର ଆଡ଼କୁ ବାହାରିଗଲେ; ଆଉ, ସେମାନେ ଯିବା ସମୟରେ ଯିହୋଶାଫଟ୍‍ ଠିଆ ହୋଇ କହିଲେ, “ହେ ଯିହୁଦା, ହେ ଯିରୂଶାଲମ ନିବାସୀଗଣ, ମୋʼ କଥା ଶୁଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ ସ୍ଥିରୀକୃତ ହେବ ତାହାଙ୍କ ଭବିଷ୍ୟଦ୍‍ବକ୍ତାମାନଙ୍କୁ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ କୃତକାର୍ଯ୍ୟ ହେବ।”


ଯେଉଁ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ୱିତ କରିଅଛନ୍ତି, ସେହି ଈଶ୍ବରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ୱାରା ବିଶ୍ୱାସ କରୁଅଛ, ଏଣୁ ଈଶ୍ବର ତୁମ୍ଭମାନଙ୍କର ବିଶ୍ୱାସ ଓ ଭରସାର ସ୍ଥାନ ଅଟନ୍ତି।


କେହି ଅବା ପ୍ରସ୍ତରାଘାତରେ ହତ, କେହି ଅବା ନିର୍ଯ୍ୟାତିତ, କେହି କରତ ଦ୍ୱାରା ଦ୍ୱିଖଣ୍ଡିତ, ପୁଣି, କେହି ଅବା ଖଡ୍ଗ ଦ୍ୱାରା ନିହତ ହେଲେ, କେହି କେହି ମେଷ ଓ ଛାଗଳର ଚର୍ମରେ ଆଚ୍ଛାଦିତ, ଅଭାବଗ୍ରସ୍ତ, କ୍ଳିଷ୍ଟ ଓ ତାଡନାପ୍ରାପ୍ତ ହୋଇ


ଏମାନେ ସମସ୍ତେ କଅଣ ସେବାକାରୀ ଆତ୍ମା ନୁହଁନ୍ତି, ପୁଣି, ପରିତ୍ରାଣର ଭାବି ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାନ୍ତି?


କିନ୍ତୁ ପିତର ଓ ଯୋହନ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ବରଙ୍କ କଥା ଶୁଣିବା ଅପେକ୍ଷା ଆପଣମାନଙ୍କ କଥା ଶୁଣିବା ଈଶ୍ବରଙ୍କ ଦୃଷ୍ଟିରେ ଯଥାର୍ଥ କି ନା, ତାହା ଆପଣମାନେ ବିଚାର କରନ୍ତୁ


ମୁଁ ଏହି ଆଜ୍ଞା କରୁଅଛି ଯେ, ମୋର ରାଜ୍ୟସ୍ଥ ସମୁଦାୟ ପ୍ରଦେଶର ଲୋକମାନେ ଦାନିୟେଲଙ୍କର ପରମେଶ୍ୱରଙ୍କ ଛାମୁରେ କମ୍ପିତ ଓ ଭୀତ ହେଉନ୍ତୁ; କାରଣ ସେ ଜୀବିତ ପରମେଶ୍ୱର ଓ ନିତ୍ୟସ୍ଥାୟୀ ଅଟନ୍ତି ଓ ତାହାଙ୍କର ରାଜ୍ୟ ଅବିନାଶ୍ୟ ଅଟେ; ପୁଣି ତାହାଙ୍କର କର୍ତ୍ତୃତ୍ୱ ଶେଷ ପର୍ଯ୍ୟନ୍ତ ହିଁ ଥିବ।


ଏଥିଉତ୍ତାରେ ସେହି ସମୟର ଶେଷରେ ମୁଁ ନବୂଖଦ୍‍ନିତ୍ସର ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କଲି, ତହିଁରେ ମୋର ବୁଦ୍ଧି ମୋʼ କତିକି ଫେରି ଆସିଲା, ତହୁଁ ମୁଁ ସର୍ବୋପରିସ୍ଥଙ୍କର ଧନ୍ୟବାଦ କଲି ଓ ଯେ ଅନନ୍ତଜୀବୀ, ତାହାଙ୍କର ପ୍ରଶଂସା ଓ ସମାଦର କଲି; କାରଣ ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ ଓ ତାହାଙ୍କର ରାଜ୍ୟ ପୁରୁଷାନୁକ୍ରମେ ଥାଏ।


ସଦାପ୍ରଭୁ ଆପଣା ଦାସଗଣର ପ୍ରାଣ ମୁକ୍ତ କରନ୍ତି; ପୁଣି, ତାହାଙ୍କର ଶରଣାଗତ କେହି ଦୋଷୀକୃତ ହେବେ ନାହିଁ।


ଆମ୍ଭମାନଙ୍କ ଅନ୍ତଃକରଣ ତାହାଙ୍କଠାରେ ଆନନ୍ଦ କରିବ, କାରଣ ଆମ୍ଭେମାନେ ତାହାଙ୍କ ପବିତ୍ର ନାମରେ ବିଶ୍ୱାସ କରିଅଛୁ।


ଦେଖ, ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କ ଦୟାରେ ଭରସା ରଖନ୍ତି,


ଆହୁରି ମୁଁ ଆଜ୍ଞା କରୁଅଛି ଯେ, ଯେକେହି ଏହି ବାକ୍ୟ ଅନ୍ୟଥା କରିବ, ତାହାର ଗୃହରୁ ଏକ କଡ଼ି ବାହାର କରାଯାଇ ସେହି କାଷ୍ଠରେ ସେ ବନ୍ଧା ହୋଇ ଟଙ୍ଗାଯାଉ; ପୁଣି, ତହିଁ ଲାଗି ତାହାର ଗୃହ ଖତରାଶି କରାଯାଉ।


ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ତାହାର ପରମେଶ୍ୱର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯିହୁଦା ଦେଶସ୍ଥିତ ଯିରୂଶାଲମକୁ ଯାତ୍ରା କରି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଗୃହ ନିର୍ମାଣ କରୁ; ସେ ପରମେଶ୍ୱର ଅଟନ୍ତି।


ସେମାନେ ସେମାନଙ୍କ ପ୍ରତିକୂଳରେ ସାହାଯ୍ୟ ପାଇଲେ, ତହିଁରେ ହାଗରୀୟମାନେ ଓ ସେମାନଙ୍କ ସଙ୍ଗୀ ସମସ୍ତ ଲୋକ ସେମାନଙ୍କ ହସ୍ତରେ ସମର୍ପିତ ହେଲେ; କାରଣ ସେମାନେ ଯୁଦ୍ଧରେ ପରମେଶ୍ୱରଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସେ ସେମାନଙ୍କ ପ୍ରାର୍ଥନା ଶୁଣିଲେ; ଯେହେତୁ ସେମାନେ ତାହାଙ୍କଠାରେ ବିଶ୍ୱାସ କଲେ।


ଆଉ ସେ କହିଲେ, “ଶେମର ପରମେଶ୍ୱର ସଦାପ୍ରଭୁ ଧନ୍ୟ ହେଉନ୍ତୁ; କିଣାନ ଶେମର ଦାସ ହେଉ।


ହେ ସଦାପ୍ରଭୁଙ୍କ ବାକ୍ୟସାଧକ ଓ ତାହାଙ୍କ ବାକ୍ୟର ରବ ଶ୍ରବଣକାରୀ, ବଳରେ ପରାକ୍ରାନ୍ତ ଦୂତଗଣ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର।


ପୁଣି, ଯଦି ମୁଁ ଦରିଦ୍ରମାନଙ୍କୁ ଭୋଜନ କରାଇବା ନିମନ୍ତେ ମୋହର ସର୍ବସ୍ୱ ବିତରଣ କରେ, ପୁଣି, ଯଦି ମୁଁ ମୋହର ଶରୀରକୁ ଦଗ୍ଧ ହେବା ନିମନ୍ତେ ସମର୍ପଣ କରେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୋହର କିଛି ଲାଭ ନାହିଁ।


ଦେଖ, “ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବାଃ ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।”


ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାହାଙ୍କ ସେବକର ବାକ୍ୟ ପାଳନ କରେ, ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି? ଯେଉଁ ଲୋକ ଅନ୍ଧକାରରେ ଗମନ କରେ ଓ ଦୀପ୍ତିପ୍ରାପ୍ତ ନ ହୁଏ, ସେ ସଦାପ୍ରଭୁଙ୍କ ନାମରେ ବିଶ୍ୱାସ କରୁ ଓ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର କରୁ।


ତହୁଁ ରାଜା ଆଜ୍ଞା କରନ୍ତେ, ସେମାନେ ଦାନିୟେଲଙ୍କୁ ଆଣି ସିଂହମାନଙ୍କ ଗର୍ତ୍ତରେ ନିକ୍ଷେପ କଲେ। ପୁଣି, ରାଜା ଦାନିୟେଲଙ୍କୁ କହିଲା, “ତୁମ୍ଭେ ନିତ୍ୟ ନିତ୍ୟ ଯେଉଁ ପରମେଶ୍ୱରଙ୍କର ସେବା କରୁଅଛ, ସେ ତୁମ୍ଭଙ୍କୁ ଉଦ୍ଧାର କରିବେ।”


Swiv nou:

Piblisite


Piblisite