Biblia Todo Logo
Bib sou entènèt

- Piblisite -




ଦାନିୟେଲ 4:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟଗଣର ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ପୁଣି ମନୁଷ୍ୟମାନଙ୍କ ମଧ୍ୟରେ ନୀଚତମ ଲୋକକୁ ତହିଁ ଉପରେ ନିଯୁକ୍ତ କରନ୍ତି, ଜୀବିତ ଲୋକମାନେ ଯେପରି ଏହା ଜାଣିବେ, ଏଥିପାଇଁ ଏହି ବାକ୍ୟ ପ୍ରହରୀଗଣର ଆଦେଶରେ ଓ ଏହି ଦାବୀ ପବିତ୍ରଗଣର ବାକ୍ୟ ଦ୍ୱାରା ହୋଇଅଛି।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟଗଣର ରାଜ୍ୟରେ କର୍ତ୍ତୃତ୍ଵ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ପୁଣି ମନୁଷ୍ୟମାନଙ୍କ ମଧ୍ୟରେ ନୀଚତମ ଲୋକକୁ ତହିଁ ଉପରେ ନିଯୁକ୍ତ କରନ୍ତି, ଜୀବିତ ଲୋକମାନେ ଯେପରି ଏହା ଜାଣିବେ, ଏଥିପାଇଁ ଏହି ବାକ୍ୟ ପ୍ରହରୀଗଣର ଆଦେଶରେ ଓ ଏହି ଦାବୀ ପବିତ୍ରଗଣର ବାକ୍ୟ ଦ୍ଵାରା ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

17 ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟଗଣର ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ପୁଣି ମନୁଷ୍ୟମାନଙ୍କ ମଧ୍ୟରେ ନୀଚତମ ଲୋକକୁ ତହିଁ ଉପରେ ନିଯୁକ୍ତ କରନ୍ତି, ଜୀବିତ ଲୋକମାନେ ଯେପରି ଏହା ଜାଣିବେ, ଏଥିପାଇଁ ଏହି ବାକ୍ୟ ପ୍ରହରୀଗଣର ଆଦେଶରେ ଓ ଏହି ଦାବୀ ପବିତ୍ରଗଣର ବାକ୍ୟ ଦ୍ୱାରା ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ

17 “ଜଣେ ପବିତ୍ର ସ୍ୱର୍ଗଦୂତ ଏହି ଦଣ୍ତ ଘୋଷଣା କଲେ। ସମସ୍ତ ଲୋକ ଏହା ଜାଣିବେ ଯେ, ମନୁଷ୍ୟମାନଙ୍କ ଉପରେ ସର୍ବୋପରିସ୍ଥ ପରମେଶ୍ୱର ଶାସନ କରନ୍ତି, ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି। ପରମେଶ୍ୱର ନମ୍ର ଲୋକକୁ ରାଜ୍ୟ ଶାସନ ପାଇଁ ନିଯୁକ୍ତ କରନ୍ତି। ତେଣୁ ପୃଥିବୀର ଜୀବିତ ଲୋକମାନେ ତାଙ୍କର ଏ ମହିମା ଜାଣିବେ।

Gade chapit la Kopi




ଦାନିୟେଲ 4:17
30 Referans Kwoze  

ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତିବ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ।


ଆଉ, ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି; ସେ ରାଜାଗଣକୁ ପଦଚ୍ୟୁତ କରନ୍ତି ଓ ରାଜାଗଣକୁ ପଦସ୍ଥ କରନ୍ତି; ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତମାନଙ୍କୁ ବିବେଚନା ଦିଅନ୍ତି;


ସେ କୁଳୀନମାନଙ୍କ ସଙ୍ଗେ ବସାଇବା ପାଇଁ ଓ ଗୌରବ ସିଂହାସନ ଅଧିକାର କରିବା ପାଇଁ ଧୂଳିରୁ ଦୀନହୀନକୁ ଉଠାନ୍ତି ଓ ଦରିଦ୍ରକୁ ଖତରାଶିରୁ ଉନ୍ନତ କରନ୍ତି; କାରଣ ପୃଥିବୀର ସ୍ତମ୍ଭସକଳ ସଦାପ୍ରଭୁଙ୍କର ଓ ସେ ତହିଁ ଉପରେ ଜଗତ ସ୍ଥାପନ କରିଅଛନ୍ତି।


ଏଥିପାଇଁ ଈଶ୍ବର ଜ୍ଞାନୀମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଜଗତର ମୂର୍ଖମାନଙ୍କୁ ମନୋନୀତ କଲେ, ପୁଣି, ବଳବାନମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଈଶ୍ବର ଜଗତର ଦୁର୍ବଳମାନଙ୍କୁ ମନୋନୀତ କଲେ,


ପୁଣି, ଯାହାକୁ ସେମାନେ ରାଜାର ସମ୍ମାନ ଦେଇ ନ ଥିଲେ, ଏପରି ଜଣେ ତୁଚ୍ଛ ଲୋକ ତାହାର ପଦ ପ୍ରାପ୍ତ ହେବ; ମାତ୍ର ସେ ନିଶ୍ଚିନ୍ତ ସମୟରେ ଆସିବ ଓ ଚାଟୁବାକ୍ୟ ଦ୍ୱାରା ରାଜ୍ୟ ପାଇବ।


ମାତ୍ର ତୁମ୍ଭକୁ ଆପଣା ପରାକ୍ରମ ଦେଖାଇବାକୁ ଓ ସମୁଦାୟ ପୃଥିବୀରେ ଯେପରି ଆମ୍ଭର ନାମ କୀର୍ତ୍ତିତ ହେବ, ପ୍ରକୃତରେ ଏଥିପାଇଁ ଆମ୍ଭେ ତୁମ୍ଭକୁ ସ୍ଥାପନ କରି ରଖିଅଛୁ।


ପୁଣି, ଆମ୍ଭେ ପ୍ରଚଣ୍ଡ ଭର୍ତ୍ସନା ସହିତ ସେମାନଙ୍କଠାରୁ ଭାରୀ ପ୍ରତିଶୋଧ ନେବା; ଆଉ, ଯେଉଁ ସମୟରେ ଆମ୍ଭେ ଆପଣା ଦତ୍ତ ପ୍ରତିଶୋଧର ଭାର ସେମାନଙ୍କ ଉପରେ ଥୋଇବା, ସେହି ସମୟରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”


ଏଥିପାଇଁ ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଦୁଷ୍ଟତମ ଲୋକଙ୍କୁ ଆଣିବା, ତହିଁରେ ସେମାନେ ଏମାନଙ୍କର ଗୃହସବୁ ଅଧିକାର କରିବେ; ମଧ୍ୟ ଆମ୍ଭେ ବଳବାନମାନଙ୍କର ଦର୍ପ ଚୂର୍ଣ୍ଣ କରିବା; ତହିଁରେ ସେମାନଙ୍କର ପବିତ୍ର ସ୍ଥାନସବୁ ଅପବିତ୍ର ହେବ।


ଆଉ, ସେମାନେ ପରସ୍ପର ଡାକି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ପବିତ୍ର, ପବିତ୍ର, ପବିତ୍ର; ସମୁଦାୟ ପୃଥିବୀ ତାହାଙ୍କ ମହିମାରେ ପରିପୂର୍ଣ୍ଣ।”


ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି। [ହିଗାୟୋନ୍‍, ସେଲା]


ଯେପରି ଏହି ଆହାବ ଆପଣା ଭାର୍ଯ୍ୟା ଈଷେବଲ୍‍ ଦ୍ୱାରା ପ୍ରବର୍ତ୍ତିତ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ଆପଣାକୁ ବିକ୍ରୟ କଲେ, ସେପରି ଆଉ କେହି କରିବ ନାହିଁ।


ପ୍ରତ୍ୟେକ ପ୍ରାଣୀର ଛଅ ଛଅ ପକ୍ଷ, ସେହି ପକ୍ଷଗୁଡ଼ିକର ବାହାର ଓ ଭିତର ଚକ୍ଷୁରେ ପରିପୂର୍ଣ୍ଣ। ସେମାନେ ଦିବାରାତ୍ର ବିଶ୍ରାମ ନ କରି କହୁଅଛନ୍ତି, “‘ଯେ ସର୍ବଶକ୍ତିମାନ, ଯେ ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ,’ ସେହି ପ୍ରଭୁ ଈଶ୍ବର ପବିତ୍ର, ପବିତ୍ର, ପବିତ୍ର।”


ଈଶ୍ବରଙ୍କ, ଖ୍ରୀଷ୍ଟ ଯୀଶୁଙ୍କ ଓ ମନୋନୀତ ଦୂତମାନଙ୍କ ସାକ୍ଷାତରେ ମୁଁ ଦୃଢ଼ରୂପେ ଆଜ୍ଞା ଦେଉଅଛି, ତୁମ୍ଭେ ପୂର୍ବଧାରଣା ଦ୍ୱାରା ଚାଳିତ ନ ହୋଇ ଏହି ସମସ୍ତ ପାଳନ କର, ପୁଣି, ପକ୍ଷପାତଭାବରେ କୌଣସି କାର୍ଯ୍ୟ କର ନାହିଁ।


ଏଥିଉତ୍ତାରେ “ମୁଁ କାହାକୁ ପଠାଇବି? ଓ କିଏ ଆମ୍ଭମାନଙ୍କ ପାଇଁ ଯିବ?” ପ୍ରଭୁଙ୍କର ଏହି ରବ ମୁଁ ଶୁଣିଲି। ତେବେ ମୁଁ କହିଲି, “ମୁଁ ଅଛି; ମୋତେ ପଠାଅ।”


ମନୁଷ୍ୟ-ସନ୍ତାନଗଣ ମଧ୍ୟରେ ଅଧମତା ଉଚ୍ଚୀକୃତ ହେବା ବେଳେ ଦୁଷ୍ଟମାନେ ଚତୁର୍ଦ୍ଦିଗରେ ଭ୍ରମଣ କରନ୍ତି।


ପୁଣି, ସେହି ଆହସ୍‌ ରାଜା ଆପଣାର କ୍ଳେଶ ସମୟରେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆହୁରି ସତ୍ୟ-ଲଙ୍ଘନ କଲେ।


ପ୍ରତ୍ୟେକ ଜଣ ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ବଶୀଭୂତ ହେଉ, କାରଣ ଅଧିକାର କେବଳ ଈଶ୍ବରଙ୍କଠାରୁ ଆସେ, ଆଉ ଯେ ସମସ୍ତ ଅଧିକାରପ୍ରାପ୍ତ ଶାସନକର୍ତ୍ତା ଅଛନ୍ତି; ସେମାନେ ଈଶ୍ବରଙ୍କ ଦ୍ୱାରା ନିଯୁକ୍ତ।


ସଦାପ୍ରଭୁ ସ୍ୱର୍ଗରେ ଆପଣା ସିଂହାସନ ସ୍ଥାପନ କରିଅଛନ୍ତି; ପୁଣି, ତାହାଙ୍କ ରାଜ୍ୟ ସମସ୍ତଙ୍କ ଉପରେ କର୍ତ୍ତୃତ୍ୱ କରେ।


ସର୍ବୋପରିସ୍ଥ ପରମେଶ୍ୱର ମୋର ପକ୍ଷରେ ଯେଉଁ ଯେଉଁ ଚିହ୍ନ ଓ ଆଶ୍ଚର୍ଯ୍ୟକ୍ରିୟା ସାଧନ କରିଅଛନ୍ତି, ତାହାସବୁ ପ୍ରଚାର କରିବାକୁ ମୋର ଉଚିତ ବୋଧ ହେଲା।


ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ଦମନ କରିବ; ଆଉ, ସେ କାଳ ଓ ବ୍ୟବସ୍ଥାର ପରିବର୍ତ୍ତନ କରିବାକୁ ବିଚାର କରିବ; ପୁଣି, ଏକ କାଳ, (ଦୁଇ) ପବିତ୍ର ପର୍ବ ଓ ଅର୍ଦ୍ଧ ପବିତ୍ର ପର୍ବ ପର୍ଯ୍ୟନ୍ତ ସେମାନେ ତାହା ହସ୍ତରେ ସମର୍ପିତ ହେବେ।


Swiv nou:

Piblisite


Piblisite