Biblia Todo Logo
Bib sou entènèt

- Piblisite -




ଦାନିୟେଲ 4:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତାହାଙ୍କର ଚିହ୍ନସକଳ କିପରି ମହତ ଓ ତାହାଙ୍କର ଆଶ୍ଚର୍ଯ୍ୟ କ୍ରିୟାସକଳ କିପରି ପ୍ରଭାବିଶିଷ୍ଟ! ତାହାଙ୍କର ରାଜ୍ୟ ଅନନ୍ତକାଳୀନ ରାଜ୍ୟ ଓ ତାହାଙ୍କର କର୍ତ୍ତୃତ୍ୱ ପୁରୁଷାନୁକ୍ରମେ ଥାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତାହାଙ୍କର ଚିହ୍ନସକଳ କିପରି ମହତ ! ଓ ତାହାଙ୍କର ଆଶ୍ଚର୍ଯ୍ୟ କ୍ରିୟାସକଳ କିପରି ପ୍ରଭାବିଶିଷ୍ଟ ! ତାହାଙ୍କର ରାଜ୍ୟ ଅନନ୍ତକାଳୀନ ରାଜ୍ୟ ଓ ତାହାଙ୍କର କର୍ତ୍ତୃତ୍ଵ ପୁରୁଷାନୁକ୍ରମେ ଥାଏ।

Gade chapit la Kopi

ଓଡିଆ ବାଇବେଲ

3 ତାହାଙ୍କର ଚିହ୍ନସକଳ କିପରି ମହତ ଓ ତାହାଙ୍କର ଆଶ୍ଚର୍ଯ୍ୟ କ୍ରିୟାସକଳ କିପରି ପ୍ରଭାବିଶିଷ୍ଟ ! ତାହାଙ୍କର ରାଜ୍ୟ ଅନନ୍ତକାଳୀନ ରାଜ୍ୟ ଓ ତାହାଙ୍କର କର୍ତ୍ତୃତ୍ୱ ପୁରୁଷାନୁକ୍ରମେ ଥାଏ।

Gade chapit la Kopi

ପବିତ୍ର ବାଇବଲ

3 ପରମେଶ୍ୱରଙ୍କ ଚମତ୍କାରସବୁ ଶକ୍ତିଶାଳୀ, ଅ‌‌ଦ୍‌‌ଭୂତ ଅଟେ। ସେ ଅନନ୍ତକାଳ ପାଇଁ ଶାସନ କରିବେ ଓ ତାଙ୍କର ରାଜ୍ୟ କେବେ ସମାପ୍ତ ହେବ ନାହିଁ।

Gade chapit la Kopi




ଦାନିୟେଲ 4:3
29 Referans Kwoze  

ତୁମ୍ଭର ରାଜ୍ୟ ଅନନ୍ତକାଳସ୍ଥାୟୀ ରାଜ୍ୟ ଓ ତୁମ୍ଭର କର୍ତ୍ତୃତ୍ୱସକଳ ପୁରୁଷାନୁକ୍ରମସ୍ଥାୟୀ।


ପୁଣି, ସେହି ରାଜାଗଣର ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାପି ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ାଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ଡ ଖଣ୍ଡ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।


ହେ ସଦାପ୍ରଭୋ, ତୁମ୍ଭେ ମୋହର ପରମେଶ୍ୱର; ମୁଁ ତୁମ୍ଭର ଗୌରବ କରିବି, ମୁଁ ତୁମ୍ଭ ନାମର ପ୍ରଶଂସା କରିବି; କାରଣ ତୁମ୍ଭେ ଆଶ୍ଚର୍ଯ୍ୟକ୍ରିୟା, ଅର୍ଥାତ୍‍, ପୁରାତନ କାଳର ମନ୍ତ୍ରଣାସବୁ ବିଶ୍ୱସ୍ତତାରେ ଓ ସତ୍ୟରେ ସାଧନ କରିଅଛ।


ପୁଣି, ସମୁଦାୟ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ଯେପରି ତାହାଙ୍କର ସେବା କରିବେ, ଏଥିପାଇଁ ତାହାଙ୍କୁ କର୍ତ୍ତୃତ୍ୱ, ମହିମା ଓ ରାଜ୍ୟ ଦତ୍ତ ହେଲା; ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ କର୍ତ୍ତୃତ୍ୱ, ତାହା ଲୁପ୍ତ ହେବ ନାହିଁ, ଆଉ ତାହାଙ୍କର ରାଜ୍ୟ ଅବିନାଶ୍ୟ।


ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, “ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।”


ଅପର ପକ୍ଷରେ ସେ ପୁତ୍ରଙ୍କ ବିଷୟରେ କହନ୍ତି, “ହେ ଈଶ୍ବର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ, ପୁଣି, ନ୍ୟାୟର ଦଣ୍ଡ ତୁମ୍ଭର ରାଜ୍ୟର ଦଣ୍ଡ ଅଟେ।”


ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ବର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍‍।


ଆଉ, ଶାସନ କାଳ ଓ କର୍ତ୍ତୃତ୍ୱ ଓ ଆକାଶମଣ୍ଡଳର ଅଧଃସ୍ଥିତ ରାଜ୍ୟସମୂହର ମହିମା, ସର୍ବୋପରିସ୍ଥଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହେବ; ତାହାଙ୍କର ରାଜ୍ୟ ଅନନ୍ତକାଳୀନ ରାଜ୍ୟ ଓ ଯାବତୀୟ ଶାସନକର୍ତ୍ତା ତାହାଙ୍କର ସେବା କରିବେ ଓ ତାହାଙ୍କର ଆଜ୍ଞାବହ ହେବେ।’


କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ବରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ବରଙ୍କଠାରୁ ଶକ୍ତିପ୍ରାପ୍ତ ଲୋକ ପରି ସେବା କରୁ, ଯେପରି ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର। ଆମେନ୍‍।


ସେ ସମ୍ବନ୍ଧରେ ଈଶ୍ବର ମଧ୍ୟ ଆପଣା ଇଚ୍ଛାନୁସାରେ ନାନା ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ବିବିଧ ଶକ୍ତିର କାର୍ଯ୍ୟ ଓ ପବିତ୍ର ଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ସାକ୍ଷ୍ୟ ଦେଇଅଛନ୍ତି।


ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି; ସେ ଜୀବିତ ପରମେଶ୍ୱର ଓ ଅନନ୍ତକାଳସ୍ଥାୟୀ ରାଜା; ତାହାଙ୍କ କୋପରେ ପୃଥିବୀ କମ୍ପିତ ହୁଏ, ପୁଣି ସର୍ବଦେଶୀୟମାନେ ତାହାଙ୍କର କ୍ରୋଧ ସହି ପାରନ୍ତି ନାହିଁ।


ସେମାନେ ଲୋକମାନଙ୍କ ମଧ୍ୟରେ ତାହାଙ୍କର ବିବିଧ ଲକ୍ଷଣ ଓ ହାମ୍‍ ଦେଶରେ ନାନା ଅଦ୍ଭୁତ କର୍ମ ପ୍ରକାଶ କଲେ।


ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟଗଣର ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ପୁଣି ମନୁଷ୍ୟମାନଙ୍କ ମଧ୍ୟରେ ନୀଚତମ ଲୋକକୁ ତହିଁ ଉପରେ ନିଯୁକ୍ତ କରନ୍ତି, ଜୀବିତ ଲୋକମାନେ ଯେପରି ଏହା ଜାଣିବେ, ଏଥିପାଇଁ ଏହି ବାକ୍ୟ ପ୍ରହରୀଗଣର ଆଦେଶରେ ଓ ଏହି ଦାବୀ ପବିତ୍ରଗଣର ବାକ୍ୟ ଦ୍ୱାରା ହୋଇଅଛି।’


ଏହା ହିଁ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ହୁଏ, ସେ ମନ୍ତ୍ରଣାରେ ଆଶ୍ଚର୍ଯ୍ୟ ଓ ଜ୍ଞାନରେ ମହାନ।


ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସାଧନ କରିବ।


ହେ ସଦାପ୍ରଭୋ, ତୁମ୍ଭର କାର୍ଯ୍ୟସକଳ କିପରି ବହୁବିଧ! ତୁମ୍ଭେ ଜ୍ଞାନରେ ସେସବୁ ନିର୍ମାଣ କରିଅଛ; ପୃଥିବୀ ତୁମ୍ଭ ସମ୍ପତ୍ତିରେ ପରିପୂର୍ଣ୍ଣ।


ହେ ସଦାପ୍ରଭୋ, ତୁମ୍ଭର କର୍ମସବୁ କିପରି ମହତ! ତୁମ୍ଭର ସଂକଳ୍ପସବୁ ଅତି ଗଭୀର।


କାରଣ ତୁମ୍ଭେ ମହାନ ଓ ଆଶ୍ଚର୍ଯ୍ୟକର୍ମ କରୁଥାଅ। ତୁମ୍ଭେ ଏକମାତ୍ର ପରମେଶ୍ୱର ଅଟ।


ସମୁଦ୍ରରେ ତୁମ୍ଭର ପଥ ଓ ମହାଜଳରାଶିରେ ତୁମ୍ଭର ମାର୍ଗ ଥିଲା, ପୁଣି, ତୁମ୍ଭର ପଦଚିହ୍ନ ଜଣା ନୋହିଲା।


ସଦାପ୍ରଭୁ ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ, କେବଳ ସେ ଆଶ୍ଚର୍ଯ୍ୟକର୍ମ କରନ୍ତି;


ସେ ଆପଣା ପରାକ୍ରମରେ ଅନନ୍ତକାଳ କର୍ତ୍ତୃତ୍ୱ କରନ୍ତି; ତାହାଙ୍କ ଚକ୍ଷୁ ଗୋଷ୍ଠୀସମୂହକୁ ନିରୀକ୍ଷଣ କରେ; ବିଦ୍ରୋହୀମାନେ ଆପଣାମାନଙ୍କୁ ଉନ୍ନତ ନ କରନ୍ତୁ। [ସେଲା]


“ପ୍ରଭୁତ୍ୱ ଓ ଭୟ ତାହାଙ୍କଠାରେ ଥାଏ; ସେ ଆପଣା ଉଚ୍ଚସ୍ଥାନରେ ଶାନ୍ତି ସମ୍ପାଦନ କରନ୍ତି।


କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟକର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।


ଆହା! ଈଶ୍ବରଙ୍କ ବୁଦ୍ଧି ଓ ଜ୍ଞାନରୂପ ନିଧି କେଡ଼େ ଗଭୀର! ତାହାଙ୍କର ବିଚାରସବୁ କିପରି ବୋଧର ଅଗମ୍ୟ ଓ ତାହାଙ୍କ ପଥସବୁ କିପରି ରହସ୍ୟାବୃତ!


ତହୁଁ ରାଜାକୁ ତାହାର ସ୍ୱପ୍ନ ଜଣାଇବା ନିମନ୍ତେ ରାଜା ମନ୍ତ୍ରବେତ୍ତା, ଗଣକ, ମାୟାବୀ ଓ କଲ୍‍ଦୀୟମାନଙ୍କୁ ଡାକିବା ପାଇଁ ଆଜ୍ଞା ଦେଲା। ଏଥିରେ ସେମାନେ ଆସି ରାଜାର ସମ୍ମୁଖରେ ଠିଆ ହେଲେ।


Swiv nou:

Piblisite


Piblisite