Biblia Todo Logo
Bib sou entènèt

- Piblisite -




ଦାନିୟେଲ 4:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ରାଜାର ମୁଖରେ ଏହି କଥା ଥାଉ ଥାଉ ଏହି ସ୍ୱର୍ଗୀୟ ବାଣୀ ହେଲା, “ହେ ରାଜନ୍‍ ନବୂଖଦ୍‍ନିତ୍ସର, ତୁମ୍ଭକୁ ଏହି କଥା କୁହାଯାଉଅଛି, ତୁମ୍ଭଠାରୁ ରାଜ୍ୟ ଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ରାଜାର ମୁଖରେ ଏହି କଥା ଥାଉ ଥାଉ ଏହି ସ୍ଵର୍ଗୀୟ ବାଣୀ ହେଲା, ହେ ରାଜନ୍ ନବୂଖଦ୍ନିତ୍ସର, ତୁମ୍ଭକୁ ଏହି କଥା କୁହାଯାଉଅଛି, ତୁମ୍ଭଠାରୁ ରାଜ୍ୟ ଗଲା।

Gade chapit la Kopi

ଓଡିଆ ବାଇବେଲ

31 ରାଜାର ମୁଖରେ ଏହି କଥା ଥାଉ ଥାଉ ଏହି ସ୍ୱର୍ଗୀୟ ବାଣୀ ହେଲା, ହେ ରାଜନ୍‍ ନବୂଖଦ୍‍ନିତ୍ସର, ତୁମ୍ଭକୁ ଏହି କଥା କୁହାଯାଉଅଛି, ତୁମ୍ଭଠାରୁ ରାଜ୍ୟ ଗଲା।

Gade chapit la Kopi

ପବିତ୍ର ବାଇବଲ

31 ରାଜାଙ୍କ ମୁଖରୁ କଥା ଶେଷ ନ ହେଉଣୁ, ଏହି ସ୍ୱର୍ଗୀୟବାଣୀ ହେଲା, “ହେ ରାଜା ନବୂଖ‌ଦ୍‌ନିତ୍ସର, ତୁମ୍ଭକୁ ଏହି କଥା କୁହାଯାଉଅଛି ଯେ ତୁମ୍ଭଠାରୁ ରାଜ୍ୟ କାଢ଼ି ନିଆଗଲା।

Gade chapit la Kopi




ଦାନିୟେଲ 4:31
25 Referans Kwoze  

ସେତେବେଳେ ମୁଁ ବେଦିରୁ ଏହା ଶୁଣିଲି, “ହଁ, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର, ତୁମ୍ଭର ସମସ୍ତ ବିଚାର ସତ୍ୟ ଓ ଯଥାର୍ଥ।”


କିନ୍ତୁ ଈଶ୍ବର ତାହାକୁ କହିଲେ, ରେ ନିର୍ବୋଧ, ଆଜି ରାତିରେ ତୋର ପ୍ରାଣ ତୋʼଠାରୁ ନିଆଯିବ; ସେଥିରେ ତୁ ଯାହା ଯାହା ସଞ୍ଚୟ କରିଅଛୁ, ସେହିସବୁ କାହାର ହେବ?


ଆଉ ଦେଖ, ଆକାଶରୁ ଏହି ବାଣୀ ହେଲା, “ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ।”


ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍‍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ।


ପିତଃ, ଆପଣା ନାମ ମହିମାନ୍ୱିତ କର।” ସେଥିରେ ଆକାଶରୁ ଏହି ବାଣୀ ହେଲା, ଆମ୍ଭେ ତାହା ମହିମାନ୍ୱିତ କରିଅଛୁ, ଆଉ ପୁନର୍ବାର ମହିମାନ୍ୱିତ କରିବୁ।


ପୀରସ୍‍, ଆପଣଙ୍କ ରାଜ୍ୟ ବିଭକ୍ତ ହୋଇଅଛି, ଆଉ ମାଦୀୟ ଓ ପାରସିକମାନଙ୍କୁ ଦତ୍ତ ହୋଇଅଛି।”


ଏଥିଉତ୍ତାରେ ସେହି ସମୟର ଶେଷରେ ମୁଁ ନବୂଖଦ୍‍ନିତ୍ସର ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କଲି, ତହିଁରେ ମୋର ବୁଦ୍ଧି ମୋʼ କତିକି ଫେରି ଆସିଲା, ତହୁଁ ମୁଁ ସର୍ବୋପରିସ୍ଥଙ୍କର ଧନ୍ୟବାଦ କଲି ଓ ଯେ ଅନନ୍ତଜୀବୀ, ତାହାଙ୍କର ପ୍ରଶଂସା ଓ ସମାଦର କଲି; କାରଣ ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ ଓ ତାହାଙ୍କର ରାଜ୍ୟ ପୁରୁଷାନୁକ୍ରମେ ଥାଏ।


ହେ ମହାରାଜ, ଏହାର ଅର୍ଥ ଏହି, ଆଉ ମୋର ପ୍ରଭୁ ମହାରାଜାଙ୍କ ବିଷୟରେ ସର୍ବୋପରିସ୍ଥଙ୍କର ନିରୂପଣ ଏହି।


ସେ ଆପଣା ଉଦର ପୂର୍ଣ୍ଣ କରିବାକୁ ଉଦ୍ୟତ ହେବା ସମୟରେ ପରମେଶ୍ୱର ତାହା ଉପରେ ଆପଣା କୋପର ପ୍ରଚଣ୍ଡତା ନିକ୍ଷେପ କରିବେ ଓ ସେ ଭୋଜନ କରୁଥିବା ସମୟରେ ତାହା ଉପରେ ତାହା ବୃଷ୍ଟି କରିବେ।


ଯେହେତୁ ବିଦ୍ରୋହ ମନ୍ତ୍ର ପାଠ ପାପ ତୁଲ୍ୟ ଓ ଅବାଧ୍ୟତା ଅବସ୍ତୁର ଓ ଠାକୁରମାନର ପୂଜା ତୁଲ୍ୟ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ, ଏଥିପାଇଁ ସେ ମଧ୍ୟ ତୁମ୍ଭକୁ ରାଜା ହୋଇଥିବା ପାଇଁ ତୁଚ୍ଛ କରିଅଛନ୍ତି।”


ମାତ୍ର ଏବେ ତୁମ୍ଭର ରାଜତ୍ୱ ସ୍ଥିର ହେବ ନାହିଁ; ସଦାପ୍ରଭୁ ନିଜ ମନର ମତ ଏକ ଜଣ ଆପଣା ପାଇଁ ଅନ୍ୱେଷଣ କରିଅଛନ୍ତି, ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ତାହାକୁ ଅଗ୍ରଣୀ ନିରୂପଣ କରିଅଛନ୍ତି, କାରଣ ସଦାପ୍ରଭୁ ତୁମ୍ଭକୁ ଯାହା ଆଜ୍ଞା କରିଥିଲେ, ତୁମ୍ଭେ ତାହା ପାଳନ କଲ ନାହିଁ।”


ମନୁଷ୍ୟର ଅହଙ୍କାର ତାହାକୁ ନତ କରିବ; ମାତ୍ର ଯାହାର ଆତ୍ମା ବିନତ, ସେ ସମ୍ମାନ ପାଇବ।


କାରଣ ସୈନ୍ୟାଧିପତି ସଦାପ୍ରଭୁ ମନ୍ତ୍ରଣା କରିଅଛନ୍ତି, ଆଉ ତାହା କିଏ ଅନ୍ୟଥା କରିବ? ଓ ତାହାଙ୍କର ହସ୍ତ ବିସ୍ତାରିତ ହୋଇଅଛି, ଆଉ କିଏ ତାହା ଫେରାଇବ?


ଆହୁରି, ବୃକ୍ଷର ମୂଳ-ଗଣ୍ଡି ଛାଡ଼ିବା ପାଇଁ ଆଜ୍ଞା ଦିଆ ଯିବାର ଅର୍ଥ ଏହି; ସ୍ୱର୍ଗ ହିଁ କର୍ତ୍ତୃତ୍ୱ କରଇ, ଏହା ଆପଣ ଜାଣିଲା ଉତ୍ତାରେ ଆପଣଙ୍କ ରାଜ୍ୟ ଆପଣଙ୍କ ପ୍ରତି ନିଶ୍ଚିତ ହେବ।


“ରାଜା ଏହି କଥା କହିଲା, ମୁଁ ଆପଣା ବଳର ପ୍ରଭାବରେ ଓ ଆପଣା ପ୍ରତାପର ମହିମା ନିମନ୍ତେ ରାଜଧାନୀ କରିବା ପାଇଁ ଯାହା ନିର୍ମାଣ କରିଅଛି, ଏହି କି ସେହି ମହତୀ ବାବିଲ ନୁହେଁ?”


ପୁଣି, ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ତୁମ୍ଭର ବସତି ହେବ; ବଳଦ ନ୍ୟାୟ ତୁମ୍ଭକୁ ତୃଣଭୋଜୀ କରାଯିବ, ଏହିରୂପେ ତୁମ୍ଭ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ।”


ମାତ୍ର ତାଙ୍କର ଅନ୍ତଃକରଣ ଗର୍ବିତ ହୁଅନ୍ତେ ଓ ତାଙ୍କର ଆତ୍ମା କଠିନ ହୋଇ ସେ ଅହଙ୍କାରପୂର୍ବକ ବ୍ୟବହାର କରନ୍ତେ, ସେ ଆପଣା ରାଜସିଂହାସନରୁ ଚ୍ୟୁତ ହେଲେ ଓ ତାଙ୍କର ଗୌରବ ତାଙ୍କଠାରୁ ଅପହୃତ ହେଲା,


ପୁଣି, ଶାଲେମ୍‍ର ରାଜା ମଲ୍‍କୀଷେଦକ ରୁଟି ଓ ଦ୍ରାକ୍ଷାରସ ଘେନି ଆସିଲେ; ସେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଯାଜକ;


ତୁମ୍ଭର ରାଜ୍ୟ ଅନନ୍ତକାଳସ୍ଥାୟୀ ରାଜ୍ୟ ଓ ତୁମ୍ଭର କର୍ତ୍ତୃତ୍ୱସକଳ ପୁରୁଷାନୁକ୍ରମସ୍ଥାୟୀ।


ସେ ଉଦ୍ଧାର କରନ୍ତି ଓ ରକ୍ଷା କରନ୍ତି, ପୁଣି ସେ ସ୍ୱର୍ଗରେ ଓ ପୃଥିବୀରେ ଚିହ୍ନ ଓ ଅଦ୍ଭୁତ କ୍ରିୟା ସାଧନ କରନ୍ତି; ସେ ଦାନିୟେଲଙ୍କୁ ସିଂହମାନଙ୍କ ବଳରୁ ଉଦ୍ଧାର କରିଅଛନ୍ତି।”


ତହିଁରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀଜଳ ଉପରେ ସ୍ଥିତ ମନୁଷ୍ୟ ଆପଣା ଦକ୍ଷିଣ ଓ ବାମ ହସ୍ତ ସ୍ୱର୍ଗ ଆଡ଼େ ଉଠାଇ ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, “ଏହା ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ହେବ; ପୁଣି, ସେମାନେ ପବିତ୍ର ଲୋକମାନଙ୍କର ପରାକ୍ରମ ଭଗ୍ନ କରିବାର ଶେଷ କଲେ, ଏହି ସକଳ ବିଷୟ ସିଦ୍ଧ ହେବ।”


Swiv nou:

Piblisite


Piblisite