Biblia Todo Logo
Bib sou entènèt

- Piblisite -




ଦାନିୟେଲ 4:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ସେହି ସମୟରେ ମୋʼ ବୁଦ୍ଧି ମୋʼ କତିକି ଫେରି ଆସିଲା ଓ ମୋʼ ରାଜ୍ୟର ଗୌରବ ନିମନ୍ତେ ମୋର ପ୍ରତାପ ଓ ତେଜ ମୋʼ କତିକି ଫେରି ଆସିଲା; ତହିଁରେ ମୋର ମନ୍ତ୍ରୀ ଓ ଅମାତ୍ୟଗଣ ମୋର ଅନ୍ୱେଷଣ କଲେ; ପୁଣି, ମୁଁ ଆପଣା ରାଜ୍ୟରେ ସ୍ଥାପିତ ହେଲି ଓ ମୋର ମହିମା ଅତିଶୟ ବୃଦ୍ଧି ପାଇଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ସେହି ସମୟରେ ମୋʼ ବୁଦ୍ଧି ମୋʼ କତିକୁ ଫେରିଆସିଲା ଓ ମୋʼ ରାଜ୍ୟର ଗୌରବ ନିମନ୍ତେ ମୋର ପ୍ରତାପ ଓ ତେଜ ମୋʼ କତିକୁ ଫେରି ଆସିଲା; ତହିଁରେ ମୋର ମନ୍ତ୍ରୀ ଓ ଅମାତ୍ୟଗଣ ମୋର ଅନ୍ଵେଷଣ କଲେ; ପୁଣି, ମୁଁ ଆପଣା ରାଜ୍ୟରେ ସ୍ଥାପିତ ହେଲି ଓ ମୋର ମହିମା ଅତିଶୟ ବୃଦ୍ଧି ପାଇଲା।

Gade chapit la Kopi

ଓଡିଆ ବାଇବେଲ

36 ସେହି ସମୟରେ ମୋ’ ବୁଦ୍ଧି ମୋ’ କତିକୁ ଫେରି ଆସିଲା ଓ ମୋ’ ରାଜ୍ୟର ଗୌରବ ନିମନ୍ତେ ମୋର ପ୍ରତାପ ଓ ତେଜ ମୋ’ କତିକୁ ଫେରି ଆସିଲା; ତହିଁରେ ମୋର ମନ୍ତ୍ରୀ ଓ ଅମାତ୍ୟଗଣ ମୋର ଅନ୍ୱେଷଣ କଲେ; ପୁଣି, ମୁଁ ଆପଣା ରାଜ୍ୟରେ ସ୍ଥାପିତ ହେଲି ଓ ମୋର ମହିମା ଅତିଶୟ ବୃଦ୍ଧି ପାଇଲା।

Gade chapit la Kopi

ପବିତ୍ର ବାଇବଲ

36 ଆଉ ସେହି ସମୟରେ ପରମେଶ୍ୱର ମୋର ଉତ୍ତମ ବୁଦ୍ଧି ମୋତେ ଫେରାଇ ଦେଲେ। ମୋ’ ରାଜ୍ୟର ଗୌରବ ନିମନ୍ତେ ମୋର ତେଜ ଓ ପ୍ରତାପ ମୋ’ ପାଖକୁ ଫେରି ଆସିଲା। ମୋର ମନ୍ତ୍ରୀ ଓ ଅମାତ୍ୟମାନେ ପୁନର୍ବାର ମୋର ପରାମର୍ଶ ଲୋଡ଼ିଲେ। ମୁଁ ପୁନର୍ବାର ରାଜା ହେଲି ଓ ମୋର ମହିମା ପୂର୍ବାପେକ୍ଷା ଅଧିକ ବୃଦ୍ଧି ପାଇଲା।

Gade chapit la Kopi




ଦାନିୟେଲ 4:36
11 Referans Kwoze  

ଏଥିଉତ୍ତାରେ ସେହି ସମୟର ଶେଷରେ ମୁଁ ନବୂଖଦ୍‍ନିତ୍ସର ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କଲି, ତହିଁରେ ମୋର ବୁଦ୍ଧି ମୋʼ କତିକି ଫେରି ଆସିଲା, ତହୁଁ ମୁଁ ସର୍ବୋପରିସ୍ଥଙ୍କର ଧନ୍ୟବାଦ କଲି ଓ ଯେ ଅନନ୍ତଜୀବୀ, ତାହାଙ୍କର ପ୍ରଶଂସା ଓ ସମାଦର କଲି; କାରଣ ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ ଓ ତାହାଙ୍କର ରାଜ୍ୟ ପୁରୁଷାନୁକ୍ରମେ ଥାଏ।


ନମ୍ରତାର ଓ ସଦାପ୍ରଭୁଙ୍କ ବିଷୟକ ଭୟର ପୁରସ୍କାର ଧନ, ସମ୍ମାନ ଓ ଜୀବନ ଅଟେ।


କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।


ପୁଣି, ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ତୁମ୍ଭର ବସତି ହେବ; ବଳଦ ନ୍ୟାୟ ତୁମ୍ଭକୁ ତୃଣଭୋଜୀ କରାଯିବ, ଏହିରୂପେ ତୁମ୍ଭ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ।”


କାରଣ ଏହି କ୍ଷଣକାଳସ୍ଥାୟୀ ଲଘୁ କ୍ଳେଶ ଅତ୍ୟଧିକ ବାହୁଲ୍ୟ ରୂପେ ଆମ୍ଭମାନଙ୍କ ନିମନ୍ତେ ଅନନ୍ତକାଳସ୍ଥାୟୀ ମହା ଗୌରବ ସାଧନ କରୁଅଛି;


ତୁମ୍ଭମାନଙ୍କ ସ୍ମରଣୀୟ ବଚନମାଳା ଭସ୍ମରୂପ ପ୍ରବାଦ ଅଟେ, ତୁମ୍ଭମାନଙ୍କର ଦୁର୍ଗସବୁ କର୍ଦ୍ଦମର ଦୁର୍ଗ ଅଟେ।


ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତକାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ,’ ମାତ୍ର ଏବେ ସଦାପ୍ରଭୁ କହନ୍ତି, ‘ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁ ଜ୍ଞାନ କରାଯିବେ।


ହେ ମହାରାଜ, ଆପଣ ଦେଖୁ ଦେଖୁ ଏକ ପ୍ରକାଣ୍ଡ ପ୍ରତିମା ଦେଖିଲେ, ଅତି ବିକ୍ରମୀ ଓ ଅତିଶୟ ତେଜୋବିଶିଷ୍ଟ ସେହି ପ୍ରତିମା ଆପଣଙ୍କ ସମ୍ମୁଖରେ ଠିଆ ହେଲା ଓ ତହିଁର ଦୃଶ୍ୟ ଭୟଙ୍କର ଥିଲା।


ହେ ମହାରାଜ, ସେହି ବୃକ୍ଷ ଆପଣ ଅଟନ୍ତି, ଆପଣ ବୃଦ୍ଧି ପାଇ ବଳବାନ ହୋଇଅଛନ୍ତି; କାରଣ ଆପଣଙ୍କର ମହତ୍ତ୍ୱ ବୃଦ୍ଧି ପାଇଅଛି ଓ ତାହା ଗଗନ ସ୍ପର୍ଶ କରୁଅଛି ଓ ଆପଣଙ୍କର କର୍ତ୍ତୃତ୍ୱ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ବ୍ୟାପିଅଛି।


Swiv nou:

Piblisite


Piblisite