ଦାନିୟେଲ 5:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କାରଣ ସେହି ଦାନିୟେଲଙ୍କ ଅନ୍ତରରେ ଶ୍ରେଷ୍ଠ ଆତ୍ମା, ଜ୍ଞାନ ଓ ବୁଦ୍ଧି, ସ୍ୱପ୍ନ ଅର୍ଥ କରିବାର ଓ ଗୂଢ଼ ବାକ୍ୟ ପ୍ରକାଶ କରିବାର ଓ ସନ୍ଦେହ ଭଞ୍ଜନ କରିବାର ଶକ୍ତି ଦେଖା ଯାଇଥିଲା, ରାଜା ତାଙ୍କୁ ବେଲ୍ଟଶତ୍ସର ନାମ ଦେଇଥିଲେ। ଏବେ ଦାନିୟେଲଙ୍କୁ ଡକାଯାଉ, ସେ ଅର୍ଥ ପ୍ରକାଶ କରିବେ।” Gade chapit laପବିତ୍ର ବାଇବଲ (Re-edited) - (BSI)12 କାରଣ ସେହି ଦାନିୟେଲଙ୍କ ଅନ୍ତରରେ ଶ୍ରେଷ୍ଠ ଆତ୍ମା, ଜ୍ଞାନ ଓ ବୁଦ୍ଧି, ସ୍ଵପ୍ନ ଅର୍ଥ କରିବାର ଓ ଗୂଢ଼ ବାକ୍ୟ ପ୍ରକାଶ କରିବାର ଓ ସନ୍ଦେହ ଭଞ୍ଜନ କରିବାର ଶକ୍ତି ଦେଖା ଯାଇଥିଲା, ରାଜା ତାଙ୍କୁ ବେଲ୍ଟଶତ୍ସର ନାମ ଦେଇଥିଲେ। ଏବେ ଦାନିୟେଲଙ୍କୁ ଡକାଯାଉ, ସେ ଅର୍ଥ ପ୍ରକାଶ କରିବେ। Gade chapit laଓଡିଆ ବାଇବେଲ12 କାରଣ ସେହି ଦାନିୟେଲଙ୍କ ଅନ୍ତରରେ ଶ୍ରେଷ୍ଠ ଆତ୍ମା, ଜ୍ଞାନ ଓ ବୁଦ୍ଧି, ସ୍ୱପ୍ନ ଅର୍ଥ କରିବାର ଓ ଗୂଢ଼ ବାକ୍ୟ ପ୍ରକାଶ କରିବାର ଓ ସନ୍ଦେହ ଭଞ୍ଜନ କରିବାର ଶକ୍ତି ଦେଖା ଯାଇଥିଲା, ରାଜା ତାଙ୍କୁ ବେଲ୍ଟଶତ୍ସର ନାମ ଦେଇଥିଲେ। ଏବେ ଦାନିୟେଲଙ୍କୁ ଡକାଯାଉ, ସେ ଅର୍ଥ ପ୍ରକାଶ କରିବେ। Gade chapit laପବିତ୍ର ବାଇବଲ12 ମୁଁ ଯେଉଁ ବ୍ୟକ୍ତି ବିଷୟରେ କହୁଛି, ସେ ଦାନିୟେଲ। ରାଜା ତାଙ୍କୁ ବେଲ୍ଟଶତ୍ସର ନାମ ଦେଇଥିଲେ। ସେହି ବେଲ୍ଟଶତ୍ସର ମହାନ ଥିଲେ। ସେ ଜ୍ଞାନୀ, ବୁଦ୍ଧିମାନ ଓ ସ୍ୱପ୍ନଦ୍ରଷ୍ଟା ଅଟନ୍ତି ଓ ସେ ନିଗୂଢ଼ ତଥ୍ୟ ପ୍ରକାଶ କରି ପାରନ୍ତି। ତାଙ୍କୁ ଡକାଅ। ସେ କେବଳ ଏ ଲେଖାର ଅର୍ଥ ବୁଝାଇ ଦେବେ।” Gade chapit la |
ତହିଁରେ ବେଲ୍ଟଶତ୍ସର ନାମକ ଦାନିୟେଲ କ୍ଷଣକାଳ ଚମତ୍କୃତ ହୋଇ ରହିଲେ ଓ ତାଙ୍କର ଭାବନା ତାଙ୍କୁ ବ୍ୟାକୁଳିତ କଲା। ରାଜା ଉତ୍ତର କରି କହିଲା, “ହେ ବେଲ୍ଟଶତ୍ସର, ସେହି ସ୍ୱପ୍ନ ଅବା ତହିଁର ଅର୍ଥ ତୁମ୍ଭଙ୍କୁ ବ୍ୟାକୁଳିତ ନ କରୁ।” ବେଲ୍ଟଶତ୍ସର ଉତ୍ତର କରି କହିଲେ, “ହେ ମୋର ପ୍ରଭୁ, ଯେଉଁମାନେ ଆପଣଙ୍କୁ ଘୃଣା କରନ୍ତି, ସେମାନଙ୍କ ପାଇଁ ଏହି ସ୍ୱପ୍ନ ହେଉ ଓ ଆପଣଙ୍କ ବିପକ୍ଷମାନଙ୍କ ପ୍ରତି ତହିଁର ଅର୍ଥ ଘଟୁ।