Biblia Todo Logo
Bib sou entènèt

- Piblisite -




ଦାନିୟେଲ 5:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହୁଁ ଦାନିୟେଲଙ୍କୁ ରାଜାର ଛାମୁକୁ ଅଣାଗଲା ରାଜା ଦାନିୟେଲଙ୍କୁ କହିଲା, “ମୋର ପିତା ମହାରାଜା ଯିହୁଦା ଦେଶରୁ ଯେଉଁମାନଙ୍କୁ ଆଣିଥିଲେ, ସେହି ନିର୍ବାସିତ ଯିହୁଦୀ ଲୋକମାନଙ୍କ ମଧ୍ୟରେ ଯେଉଁ ଦାନିୟେଲ ଥିଲେ, ସେ କି ତୁମ୍ଭେ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତହୁଁ ଦାନିୟେଲଙ୍କୁ ରାଜାର ଛାମୁକୁ ଅଣାଗଲା। ରାଜା ଦାନିୟେଲଙ୍କୁ କହିଲା, ମୋର ପିତା ମହାରାଜା ଯିହୁଦା ଦେଶରୁ ଯେଉଁମାନଙ୍କୁ ଆଣିଥିଲେ, ସେହି ନିର୍ବାସିତ ଯିହୁଦୀ ଲୋକମାନଙ୍କ ମଧ୍ୟରେ ଯେଉଁ ଦାନିୟେଲ ଥିଲେ, ସେ କି ତୁମ୍ଭେ?

Gade chapit la Kopi

ଓଡିଆ ବାଇବେଲ

13 ତହୁଁ ଦାନିୟେଲଙ୍କୁ ରାଜାର ଛାମୁକୁ ଅଣାଗଲା ରାଜା ଦାନିୟେଲଙ୍କୁ କହିଲା, ମୋର ପିତା ମହାରାଜା ଯିହୁଦା ଦେଶରୁ ଯେଉଁମାନଙ୍କୁ ଆଣିଥିଲେ, ସେହି ନିର୍ବାସିତ ଯିହୁଦୀ ଲୋକମାନଙ୍କ ମଧ୍ୟରେ ଯେଉଁ ଦାନିୟେଲ ଥିଲେ, ସେ କି ତୁମ୍ଭେ ?

Gade chapit la Kopi

ପବିତ୍ର ବାଇବଲ

13 ତହୁଁ ଦାନିୟେଲଙ୍କୁ ରାଜାଙ୍କ ଛାମୁକୁ ଅଣାଗଲା। ରାଜା ଦାନିୟେଲଙ୍କୁ କହିଲା, “ମୋର ପିତା ମହାରାଜ ଯିହୁଦା ଦେଶରୁ ଯେଉଁ ନିର୍ବାସିତ ଯିହୁଦୀମାନଙ୍କୁ ଆଣିଥିଲେ ସେମାନଙ୍କ ମଧ୍ୟରେ ତୁମ୍ଭେ ଦାନିୟେଲ ଅନ୍ୟତମ ଅଟକି?

Gade chapit la Kopi




ଦାନିୟେଲ 5:13
20 Referans Kwoze  

ତହିଁରେ ସେମାନେ ରାଜାଙ୍କ ଛାମୁରେ ଉତ୍ତର କରି କହିଲେ, “ହେ ମହାରାଜ, ନିର୍ବାସିତ ଯିହୁଦୀ-ସନ୍ତାନଗଣ ମଧ୍ୟରେ ଜଣେ ଯେ ଦାନିୟେଲ, ସେ ଆପଣଙ୍କୁ କିଅବା ଆପଣଙ୍କ ସ୍ୱାକ୍ଷରିତ ନିଷେଧ ପତ୍ରକୁ ମାନ୍ୟ କରେ ନାହିଁ, ମାତ୍ର ଦିନ ମଧ୍ୟରେ ତିନି ଥର ପ୍ରାର୍ଥନା କରେ।”


ଆପଣଙ୍କ ରାଜ୍ୟ ମଧ୍ୟରେ ଏକ ଲୋକ ଅଛନ୍ତି, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ଆପଣଙ୍କ ପିତାଙ୍କ ସମୟରେ ଦେବଗଣର ଜ୍ଞାନ ତୁଲ୍ୟ ଜ୍ଞାନଦୀପ୍ତି ଓ ବୁଦ୍ଧି ଓ ଜ୍ଞାନ ତାଙ୍କଠାରେ ଦେଖା ଯାଇଥିଲା; ଆଉ, ଆପଣଙ୍କ ପିତା ରାଜା ନବୂଖଦ୍‍ନିତ୍ସର, ହଁ, ଆପଣଙ୍କ ପିତା ରାଜା, ତାଙ୍କୁ ମନ୍ତ୍ରବେତ୍ତା, ଗଣକ, କଲ୍‍ଦୀୟ ଓ ଶୁଭାଶୁଭବାଦୀମାନଙ୍କ ଉପରେ ପ୍ରଧାନ କରି ନିଯୁକ୍ତ କରିଥିଲେ;


ତହିଁରେ ଅରୀୟୋକ୍‍ ଦାନିୟେଲଙ୍କୁ ଶୀଘ୍ର ରାଜା ଛାମୁକୁ ନେଇ ରାଜାକୁ ଏରୂପ କହିଲା, “ନିର୍ବାସିତ ଯିହୁଦାର ସନ୍ତାନଗଣ ମଧ୍ୟରେ ମୁଁ ଜଣେ ମନୁଷ୍ୟ ପାଇଅଛି, ସେ ମହାରାଜାଙ୍କୁ ଅର୍ଥ ଜଣାଇବେ।”


ତାହାଙ୍କ ଭାଇମାନେ ତାହାଙ୍କୁ କହିଲେ, ତୁମ୍ଭେ ଯେ ଯେ କର୍ମ କରୁଅଛ, ସେହିସବୁ ଯେପରି ତୁମ୍ଭର ଶିଷ୍ୟମାନେ ମଧ୍ୟ ଦେଖିବେ, ଏନିମନ୍ତେ ଏଠାରୁ ବାହାରିଯାଇ ଯିହୂଦିୟା ପ୍ରଦେଶକୁ ଯାଅ,


ମାତ୍ର ବନ୍ଦୀତ୍ୱର ସନ୍ତାନମାନେ ସେହିପରି କର୍ମ କଲେ। ପୁଣି, ଏଜ୍ରା ଯାଜକ ଓ ଆପଣା ଆପଣା ପିତୃବଂଶାନୁସାରେ ଓ ନାମାନୁସାରେ ନିର୍ଦ୍ଦିଷ୍ଟ ପିତୃବଂଶ-ପ୍ରଧାନ କେତେକ ଲୋକ ପୃଥକ କରାଗଲେ; ଆଉ, ସେମାନେ ଦଶମ ମାସର ପ୍ରଥମ ଦିନ ସେହି ବିଷୟ ଅନୁସନ୍ଧାନ କରିବାକୁ ବସିଲେ।


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ, ଯାଜକମାନେ ଓ ଲେବୀୟମାନେ ଓ ବନ୍ଦୀତ୍ୱର ଅବଶିଷ୍ଟ ସନ୍ତାନଗଣ ଆନନ୍ଦରେ ପରମେଶ୍ୱରଙ୍କ ଏହି ଗୃହର ପ୍ରତିଷ୍ଠା-ଉତ୍ସବ ପାଳନ କଲେ।


ଏଥିଉତ୍ତାରେ ବନ୍ଦୀତ୍ୱର ସନ୍ତାନଗଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ମନ୍ଦିର ନିର୍ମାଣ କରୁଅଛନ୍ତି ବୋଲି ଯିହୁଦାର ଓ ବିନ୍ୟାମୀନ୍‍ର ବିପକ୍ଷମାନେ ଶୁଣିଲେ।


ଏଥିଉତ୍ତାରେ ଯୀଶୁ ଗାଲିଲୀରେ ଭ୍ରମଣ କରିବାକୁ ଲାଗିଲେ, କାରଣ କେତେକ ଯିହୁଦୀ ନେତାମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରୁଥିବାରୁ ସେ ଯିହୂଦିୟା ପ୍ରଦେଶରେ ଭ୍ରମଣ କରିବାକୁ ଇଚ୍ଛା କରୁ ନ ଥିଲେ।


ଏଥିଉତ୍ତାରେ ମୁଁ ଦାନିୟେଲ କ୍ଳାନ୍ତ ହେଲି ଓ ଅନେକ ଦିନ ପର୍ଯ୍ୟନ୍ତ ପୀଡ଼ିତ ହେଲି; ତହିଁ ଉତ୍ତାରେ ମୁଁ ଉଠି ରାଜକାର୍ଯ୍ୟ କଲି; ଆଉ, ମୁଁ ସେହି ଦର୍ଶନରେ ଚମତ୍କୃତ ହେଲି, ମାତ୍ର କେହି ସେ ଦର୍ଶନ ବୁଝିଲେ ନାହିଁ।


ବେଲ୍‍ଶତ୍ସର ରାଜାର ରାଜତ୍ଵର ତୃତୀୟ ବର୍ଷରେ ମୁଁ ଦାନିୟେଲ ପ୍ରଥମ ଦର୍ଶନର ଉତ୍ତାରେ ଆଉ ଏକ ଦର୍ଶନ ପାଇଲି।


ହେ ମହାରାଜ, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖଦ୍‍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ;


ପୁଣି, ତାହାର ପିତା ନବୂଖଦ୍‍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ଯେଉଁ ସକଳ ସୁନା ଓ ରୂପାର ପାତ୍ର ଅପହରଣ କରିଥିଲା, ତହିଁରେ ରାଜା ଓ ତାହାର ଅମାତ୍ୟବର୍ଗ, ପୁଣି ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ, ଏଥିପାଇଁ ବେଲ୍‍ଶତ୍ସର ଦ୍ରାକ୍ଷାରସ ଆସ୍ୱାଦନ କରୁ କରୁ ସେସକଳ ପାତ୍ର ଆଣିବା ପାଇଁ ଆଜ୍ଞା କଲା।


ତହୁଁ ରାଜା ଦାନିୟେଲଙ୍କୁ ମହାନ କରି ଅନେକ ବହୁମୂଲ୍ୟ ଉପହାର ଦେଲା, ଆଉ ବାବିଲର ସମୁଦାୟ ପ୍ରଦେଶ ଉପରେ କର୍ତ୍ତୃତ୍ୱ ପଦ ଦେଇ ବାବିଲସ୍ଥ ଯାବତୀୟ ବିଦ୍ୱାନ୍‍ ଲୋକଙ୍କ ଉପରେ ତାଙ୍କୁ ପ୍ରଧାନ ଅଧିପତି କଲା।


ପୁଣି, ଦାନିୟେଲ କୋରସ୍‍ ରାଜାର ପ୍ରଥମ ବର୍ଷ ପର୍ଯ୍ୟନ୍ତ ସେଠାରେ ରହିଲେ।


ଏଥିଉତ୍ତାରେ ଲୋକମାନେ ଯିହୁଦା ଓ ଯିରୂଶାଲମର ସର୍ବତ୍ର ବନ୍ଦୀତ୍ୱର ସନ୍ତାନ ସମସ୍ତଙ୍କ ନିକଟରେ ଘୋଷଣା କରି କହିଲେ ଯେ, ସେମାନେ ଯିରୂଶାଲମରେ ଏକତ୍ରିତ ହେବେ;


ଯିହୁଦାର ରାଜା ଯିହୋୟାକୀମ୍‍ର ଶାସନ କାଳର ତୃତୀୟ ବର୍ଷରେ ବାବିଲର ରାଜା ନବୂଖଦ୍‍ନିତ୍ସର ଯିରୂଶାଲମକୁ ଆସି ତାହା ଅବରୋଧ କଲା।


ପୁଣି, ପ୍ରଭୁ ଯିହୁଦାର ରାଜା ଯିହୋୟାକୀମ୍‍କୁ ଓ ପରମେଶ୍ୱରଙ୍କ ଗୃହର କେତେକ ପାତ୍ର ତାହାର ହସ୍ତରେ ସମର୍ପି ଦେଲେ; ତହିଁରେ ସେ ଶିନୀୟର ଦେଶରେ ଥିବା ଆପଣା ଦେବ ମନ୍ଦିରକୁ ସେହି ସବୁ ନେଇଗଲା ଓ ପାତ୍ରସକଳ ସେ ଆପଣା ଦେବତାର ଭଣ୍ଡାର ଗୃହରେ ରଖିଲା।


ମୁଁ ତୁମ୍ଭ ବିଷୟରେ ଶୁଣିଅଛି ଯେ, ତୁମ୍ଭ ଅନ୍ତରରେ ଦେବଗଣର ଆତ୍ମା ଅଛନ୍ତି, ଆଉ ଜ୍ଞାନ ଓ ଦୀପ୍ତି, ବୁଦ୍ଧି ଓ ଶ୍ରେଷ୍ଠ ଜ୍ଞାନ ତୁମ୍ଭଠାରେ ଦେଖାଯାଏ।


ଏମାନଙ୍କ ମଧ୍ୟରେ ଯିହୁଦା ବଂଶୀୟ ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟ ଥିଲେ।


Swiv nou:

Piblisite


Piblisite