Biblia Todo Logo
Bib sou entènèt

- Piblisite -




ଦାନିୟେଲ 5:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ମାତ୍ର ତୁମ୍ଭ ବିଷୟରେ ମୁଁ ଶୁଣିଅଛି ଯେ, ତୁମ୍ଭେ ଅର୍ଥ ପ୍ରକାଶ ଓ ସନ୍ଦେହ ଦୂର କରିପାର; ଏବେ ତୁମ୍ଭେ ଯଦି ଏହି ଲେଖା ପାଠ କରି ତହିଁର ଅର୍ଥ ମୋତେ ଜଣାଇପାର, ତେବେ ତୁମ୍ଭେ ବାଇଗଣିଆ ବର୍ଣ୍ଣର ବସ୍ତ୍ରରେ ବସ୍ତ୍ରାନ୍ୱିତ ହେବ, ତୁମ୍ଭ କଣ୍ଠରେ ସୁବର୍ଣ୍ଣ ହାର ଦିଆଯିବ ଓ ତୁମ୍ଭେ ରାଜ୍ୟରେ ତୃତୀୟ କର୍ତ୍ତା ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ମାତ୍ର ତୁମ୍ଭ ବିଷୟରେ ମୁଁ ଶୁଣିଅଛି ଯେ, ତୁମ୍ଭେ ଅର୍ଥ ପ୍ରକାଶ ଓ ସନ୍ଦେହ ଭଞ୍ଜନ କରି ପାର; ଏବେ ତୁମ୍ଭେ ଯଦି ଏହି ଲେଖା ପାଠ କରି ତହିଁର ଅର୍ଥ ମୋତେ ଜଣାଇ ପାର, ତେବେ ତୁମ୍ଭେ ବାଇଗଣିଆ ବର୍ଣ୍ଣର ବସ୍ତ୍ରରେ ବସ୍ତ୍ରାନ୍ଵିତ ହେବ, ତୁମ୍ଭ କଣ୍ଠରେ ସୁବର୍ଣ୍ଣ ହାର ଦିଆଯିବ ଓ ତୁମ୍ଭେ ରାଜ୍ୟରେ ତୃତୀୟ କର୍ତ୍ତା ହେବ।

Gade chapit la Kopi

ଓଡିଆ ବାଇବେଲ

16 ମାତ୍ର ତୁମ୍ଭ ବିଷୟରେ ମୁଁ ଶୁଣିଅଛି ଯେ, ତୁମ୍ଭେ ଅର୍ଥ ପ୍ରକାଶ ଓ ସନ୍ଦେହ ଦୂର କରି ପାର; ଏବେ ତୁମ୍ଭେ ଯଦି ଏହି ଲେଖା ପାଠ କରି ତହିଁର ଅର୍ଥ ମୋତେ ଜଣାଇ ପାର, ତେବେ ତୁମ୍ଭେ ବାଇଗଣିଆ ବର୍ଣ୍ଣର ବସ୍ତ୍ରରେ ବସ୍ତ୍ରାନ୍ୱିତ ହେବ, ତୁମ୍ଭ କଣ୍ଠରେ ସୁବର୍ଣ୍ଣ ହାର ଦିଆଯିବ ଓ ତୁମ୍ଭେ ରାଜ୍ୟରେ ତୃତୀୟ କର୍ତ୍ତା ହେବ।

Gade chapit la Kopi

ପବିତ୍ର ବାଇବଲ

16 ମୁଁ ତୁମ୍ଭ ବିଷୟରେ ଶୁଣୁଅଛି ଯେ ତୁମ୍ଭେ ଅର୍ଥ ପ୍ରକାଶ ଓ ସନ୍ଦେହ ଭଞ୍ଜନ କରିପାର। ଏବେ ତୁମ୍ଭେ ଯଦି ଏହି ଲେଖା ପାଠ କରି ତହିଁର ଅର୍ଥ ମୋତେ ଜଣାଇ ପାର, ତେବେ ମୁଁ ତୁମ୍ଭକୁ ବାଇଗଣିଆ ବସ୍ତ୍ର ଉପହାର ଦେବି ଓ ତୁମ୍ଭ କଣ୍ଠରେ ସୁବର୍ଣ୍ଣ ହାର ଲମ୍ବାଇବି। ଆଉ ତୁମ୍ଭେ ମୋ’ ରାଜ୍ୟରେ ତୃତୀୟ ସର୍ବୋଚ୍ଚ ଶାସନକର୍ତ୍ତା ହେବ।”

Gade chapit la Kopi




ଦାନିୟେଲ 5:16
9 Referans Kwoze  

ରାଜା ଗଣକ, କଲ୍‍ଦୀୟ ଓ ଶୁଭାଶୁଭବାଦୀମାନଙ୍କୁ ଆଣିବା ପାଇଁ ଉଚ୍ଚସ୍ୱର କରି ଡାକିଲା। ରାଜା ବାବିଲୀୟ ବିଦ୍ୱାନ୍‍ମାନଙ୍କୁ କହିଲା, “ଯେକେହି ଏହି ଲେଖା ପଢ଼ିବ ଓ ତହିଁର ଅର୍ଥ ମୋତେ ଜଣାଇବ, ସେ ବାଇଗଣିଆ ରଙ୍ଗ ବସନରେ ବସ୍ତ୍ରାନ୍ୱିତ ହେବ ଓ ତାହାର କଣ୍ଠରେ ସୁବର୍ଣ୍ଣର ହାର ଦିଆଯିବ, ଆଉ ସେ ରାଜ୍ୟରେ ତୃତୀୟ କର୍ତ୍ତା ହେବ।”


ସେତେବେଳେ ବେଲ୍‍ଶତ୍ସର ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କୁ ବାଇଗଣିଆ ରଙ୍ଗର ବସ୍ତ୍ର ପିନ୍ଧାଇଲେ ଓ ତାଙ୍କର କଣ୍ଠରେ ସୁବର୍ଣ୍ଣ ହାର ଦେଲେ ଓ ସେ ଯେ ରାଜ୍ୟର ତୃତୀୟ କର୍ତ୍ତା ହେବେ, ତାଙ୍କ ବିଷୟରେ ଏହା ଘୋଷଣା କଲେ।


ସେମାନେ କହିଲେ, “ଆମ୍ଭେମାନେ ସ୍ୱପ୍ନ ଦେଖିଅଛୁ, ମାତ୍ର ତହିଁର ଅର୍ଥ କରିବାକୁ କେହି ନାହିଁ।” ତେବେ ଯୋଷେଫ ସେମାନଙ୍କୁ କହିଲେ, “ଅର୍ଥର ଜ୍ଞାନ କି ପରମେଶ୍ୱରଙ୍କର ଅଧୀନ ନୁହେଁ? ବିନୟ କରୁଅଛି, ତୁମ୍ଭମାନଙ୍କ ସ୍ୱପ୍ନ ମୋତେ କୁହ।”


ପ୍ରେରିତମାନଙ୍କର ହସ୍ତାର୍ପଣ ଦ୍ୱାରା ପବିତ୍ର ଆତ୍ମା ଆସୁଥିବା ଦେଖି, ଶିମୋନ ସେମାନଙ୍କୁ ଟଙ୍କା ଯାଚି କହିଲା,


ତହୁଁ ଫାରୋ ଯୋଷେଫଙ୍କୁ କହିଲେ, “ଆମ୍ଭେ ଗୋଟିଏ ସ୍ୱପ୍ନ ଦେଖିଅଛୁ, କେହି ତହିଁର ଅର୍ଥ କରି ପାରୁ ନାହାନ୍ତି; ମାତ୍ର ଆମ୍ଭେ ତୁମ୍ଭ ବିଷୟରେ ଶୁଣିଅଛୁ, ଯେ ତୁମ୍ଭେ ସ୍ୱପ୍ନ ଶୁଣିଲେ, ତହିଁର ଅର୍ଥ କରିପାର।”


ଏଥିଉତ୍ତାରେ ଫାରୋ ଆପଣା ହସ୍ତରୁ ନିଜ ସନ୍ତକ-ଅଙ୍ଗୁରୀୟ କାଢ଼ି ଯୋଷେଫଙ୍କ ହସ୍ତରେ ଦେଇ ତାଙ୍କୁ ସୂକ୍ଷ୍ମବସ୍ତ୍ର ପିନ୍ଧାଇ ତାଙ୍କ ଗଳାରେ ସୁବର୍ଣ୍ଣ ହାର ଦେଲେ।


ମାତ୍ର ଯଦି ତୁମ୍ଭେମାନେ ସ୍ୱପ୍ନ ଓ ତହିଁର ଅର୍ଥ ପ୍ରକାଶ କର, ତେବେ ତୁମ୍ଭେମାନେ ମୋʼ ଠାରୁ ଦାନ, ପୁରସ୍କାର ଓ ମହାସମାଦର ପାଇବ; ଏଥିପାଇଁ ସେହି ସ୍ୱପ୍ନ ଓ ତହିଁର ଅର୍ଥ ମୋʼ ନିକଟରେ ପ୍ରକାଶ କର।”


ତହୁଁ ରାଜା ଦାନିୟେଲଙ୍କୁ ମହାନ କରି ଅନେକ ବହୁମୂଲ୍ୟ ଉପହାର ଦେଲା, ଆଉ ବାବିଲର ସମୁଦାୟ ପ୍ରଦେଶ ଉପରେ କର୍ତ୍ତୃତ୍ୱ ପଦ ଦେଇ ବାବିଲସ୍ଥ ଯାବତୀୟ ବିଦ୍ୱାନ୍‍ ଲୋକଙ୍କ ଉପରେ ତାଙ୍କୁ ପ୍ରଧାନ ଅଧିପତି କଲା।


ଓ ସେହି କ୍ଷିତିପାଳମାନେ ଯେପରି ହିସାବ ଦେବେ ଓ ରାଜାର ଯେପରି କିଛି କ୍ଷତି ନ ହେବ, ଏଥିପାଇଁ ସେମାନଙ୍କ ଉପରେ ତିନି ଜଣ ଅଧ୍ୟକ୍ଷ ନିଯୁକ୍ତ କରିବାକୁ ବିହିତ ବୁଝିଲା; ଏହି ତିନି ଜଣ ମଧ୍ୟରେ ଦାନିୟେଲ ଏକ ଜଣ ଥିଲେ।


Swiv nou:

Piblisite


Piblisite