Biblia Todo Logo
Bib sou entènèt

- Piblisite -




ଦାନିୟେଲ 6:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହିଁରେ ସେମାନେ ରାଜାଙ୍କ ଛାମୁରେ ଉତ୍ତର କରି କହିଲେ, “ହେ ମହାରାଜ, ନିର୍ବାସିତ ଯିହୁଦୀ-ସନ୍ତାନଗଣ ମଧ୍ୟରେ ଜଣେ ଯେ ଦାନିୟେଲ, ସେ ଆପଣଙ୍କୁ କିଅବା ଆପଣଙ୍କ ସ୍ୱାକ୍ଷରିତ ନିଷେଧ ପତ୍ରକୁ ମାନ୍ୟ କରେ ନାହିଁ, ମାତ୍ର ଦିନ ମଧ୍ୟରେ ତିନି ଥର ପ୍ରାର୍ଥନା କରେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତହିଁରେ ସେମାନେ ରାଜା ଛାମୁରେ ଉତ୍ତର କରି କହିଲେ, ହେ ମହାରାଜ, ନିର୍ବାସିତ ଯିହୁଦୀ-ସନ୍ତାନଗଣ ମଧ୍ୟରେ ଜଣେ ଯେ ଦାନିୟେଲ, ସେ ଆପଣଙ୍କୁ କିଅବା ଆପଣଙ୍କ ସ୍ଵାକ୍ଷରିତ ନିଷେଧ ପତ୍ରକୁ ମାନ୍ୟ କରେ ନାହିଁ, ମାତ୍ର ଦିନ ମଧ୍ୟରେ ତିନି ଥର ପ୍ରାର୍ଥନା କରେ।

Gade chapit la Kopi

ଓଡିଆ ବାଇବେଲ

13 ତହିଁରେ ସେମାନେ ରାଜାଙ୍କ ଛାମୁରେ ଉତ୍ତର କରି କହିଲେ, ହେ ମହାରାଜ, ନିର୍ବାସିତ ଯିହୁଦୀ-ସନ୍ତାନଗଣ ମଧ୍ୟରେ ଜଣେ ଯେ ଦାନିୟେଲ, ସେ ଆପଣଙ୍କୁ କିଅବା ଆପଣଙ୍କ ସ୍ୱାକ୍ଷରିତ ନିଷେଧ ପତ୍ରକୁ ମାନ୍ୟ କରେ ନାହିଁ, ମାତ୍ର ଦିନ ମଧ୍ୟରେ ତିନି ଥର ପ୍ରାର୍ଥନା କରେ।

Gade chapit la Kopi

ପବିତ୍ର ବାଇବଲ

13 ତା'ପରେ ସେମାନେ ରାଜାଙ୍କୁ ଉତ୍ତର ଦେଲେ, “ହେ ମହାରାଜ, ନିର୍ବାସିତ ଯିହୁଦୀ ସନ୍ତାନଗଣ ମଧ୍ୟରେ ଜଣେ ବ୍ୟକ୍ତି ଦାନିୟେଲ, ସେ ଆପଣଙ୍କୁ କି ଆପଣଙ୍କ ସ୍ୱାକ୍ଷରିତ ନିଷେଧ ପତ୍ରକୁ ମାନ୍ୟ କରେ ନାହିଁ। ସେ ଏବେ ମଧ୍ୟ ଦିନରେ ତିନିଥର ତା'ର ପରମେଶ୍ୱରକୁ ପ୍ରାର୍ଥନା କରୁଛି।”

Gade chapit la Kopi




ଦାନିୟେଲ 6:13
9 Referans Kwoze  

ଏଠାରେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ ନାମକ କେତେକ ଯିହୁଦୀ ଲୋକ ଅଛନ୍ତି, ସେମାନଙ୍କୁ ଆପଣ ବାବିଲ ପ୍ରଦେଶର ରାଜକର୍ମରେ ନିଯୁକ୍ତ କରିଅଛନ୍ତି; ହେ ମହାରାଜ, ସେହି ଲୋକମାନେ ଆପଣଙ୍କୁ ମାନି ନାହାନ୍ତି; ସେମାନେ ଆପଣଙ୍କ ଦେବଗଣର ସେବା କରନ୍ତି ନାହିଁ କିଅବା ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରନ୍ତି ନାହିଁ।”


କିନ୍ତୁ ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ, ମନୁଷ୍ୟମାନଙ୍କର ଆଜ୍ଞା ଅପେକ୍ଷା ବରଂ ଈଶ୍ବରଙ୍କ ଆଜ୍ଞା ପାଳନ କରିବା କର୍ତ୍ତବ୍ୟ।


ତହିଁରେ ଅରୀୟୋକ୍‍ ଦାନିୟେଲଙ୍କୁ ଶୀଘ୍ର ରାଜା ଛାମୁକୁ ନେଇ ରାଜାକୁ ଏରୂପ କହିଲା, “ନିର୍ବାସିତ ଯିହୁଦାର ସନ୍ତାନଗଣ ମଧ୍ୟରେ ମୁଁ ଜଣେ ମନୁଷ୍ୟ ପାଇଅଛି, ସେ ମହାରାଜାଙ୍କୁ ଅର୍ଥ ଜଣାଇବେ।”


ତହୁଁ ଦାନିୟେଲଙ୍କୁ ରାଜାର ଛାମୁକୁ ଅଣାଗଲା ରାଜା ଦାନିୟେଲଙ୍କୁ କହିଲା, “ମୋର ପିତା ମହାରାଜା ଯିହୁଦା ଦେଶରୁ ଯେଉଁମାନଙ୍କୁ ଆଣିଥିଲେ, ସେହି ନିର୍ବାସିତ ଯିହୁଦୀ ଲୋକମାନଙ୍କ ମଧ୍ୟରେ ଯେଉଁ ଦାନିୟେଲ ଥିଲେ, ସେ କି ତୁମ୍ଭେ?


ଏଥିଉତ୍ତାରେ ହାମନ୍‍ ଅକ୍ଷଶ୍ୱେରଶ ରାଜାଙ୍କୁ କହିଲେ, “ଆପଣଙ୍କ ରାଜ୍ୟର ସମସ୍ତ ପ୍ରଦେଶସ୍ଥ ଲୋକଙ୍କ ମଧ୍ୟରେ ଛିନ୍ନଭିନ୍ନ ଓ ପୃଥକୀକୃତ ଏକ ଦେଶୀୟ ଲୋକ ଅଛନ୍ତି; ଅନ୍ୟ ସକଳ ଲୋକଙ୍କର ବ୍ୟବସ୍ଥାଠାରୁ ସେମାନଙ୍କ ବ୍ୟବସ୍ଥା ଭିନ୍ନ, ମଧ୍ୟ ସେମାନେ ମହାରାଜାଙ୍କ ବ୍ୟବସ୍ଥା ମାନନ୍ତି ନାହିଁ; ଏଣୁ ସେମାନଙ୍କ ବ୍ୟବହାର ସହ୍ୟ କରିବା ମହାରାଜାଙ୍କର ଉଚିତ ନୁହେଁ।


ଏମାନଙ୍କ ମଧ୍ୟରେ ଯିହୁଦା ବଂଶୀୟ ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟ ଥିଲେ।


ଯୀଶୁ ନାମରେ ଆଉ ଜଣେ ରାଜା ଅଛି ବୋଲି କହି ଏମାନେ ସମସ୍ତେ କାଇସରଙ୍କ ଆଜ୍ଞାର ବିରୁଦ୍ଧାଚରଣ କରୁଅଛନ୍ତି।


ଏଥିପାଇଁ ସେହି ସମୟରେ କେତେକ କଲ୍‍ଦୀୟ ଲୋକ ନିକଟକୁ ଆସି ଯିହୁଦୀୟ ଲୋକମାନଙ୍କ ବିରୁଦ୍ଧରେ ଅପବାଦ ଆଣିଲେ।


ପୁଣି, ଯେକୌଣସି ଲୋକ ଉବୁଡ଼ ହୋଇ ପ୍ରଣାମ ନ କରିବ, ସେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ;


Swiv nou:

Piblisite


Piblisite