Biblia Todo Logo
Bib sou entènèt

- Piblisite -




ଦାନିୟେଲ 7:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତାହାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା; ସହସ୍ର ସହସ୍ର ତାହାଙ୍କର ପରିଚର୍ଯ୍ୟା କଲେ ଓ ଅୟୁତ ଅୟୁତ ତାହାଙ୍କ ସମ୍ମୁଖରେ ଉଭା ହେଲେ। ବିଚାର-ସଭା ବସିଲା ଓ ପୁସ୍ତକମାନ ଫିଟାଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତାହାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା; ସହସ୍ର ସହସ୍ର ତାହାଙ୍କର ପରିଚର୍ଯ୍ୟା କଲେ ଓ ଅୟୁତ ଅୟୁତ ତାହାଙ୍କ ସମ୍ମୁଖରେ ଉଭା ହେଲେ। ବିଚାରସଭା ବସିଲା ଓ ପୁସ୍ତକମାନ ଫିଟାଗଲା।।

Gade chapit la Kopi

ଓଡିଆ ବାଇବେଲ

10 ତାହାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା; ସହସ୍ର ସହସ୍ର ତାହାଙ୍କର ପରିଚର୍ଯ୍ୟା କଲେ ଓ ଅୟୁତ ଅୟୁତ ତାହାଙ୍କ ସମ୍ମୁଖରେ ଉଭା ହେଲେ। ବିଚାରସଭା ବସିଲା ଓ ପୁସ୍ତକମାନ ଫିଟାଗଲା।

Gade chapit la Kopi

ପବିତ୍ର ବାଇବଲ

10 ତାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା ଓ ସହସ୍ର ସହସ୍ର ଲୋକ ତାଙ୍କର ଗ୍ଭରିପଟେ ଛିଡ଼ା ହେଲେ। ବିଗ୍ଭର ସଭା ବସିଲା ଓ ପୁସ୍ତକମାନ ଖୋଲାଗଲା।

Gade chapit la Kopi




ଦାନିୟେଲ 7:10
26 Referans Kwoze  

ଦେଖ, ସଦାପ୍ରଭୁଙ୍କର ନାମ ତାହାଙ୍କ କ୍ରୋଧରେ ପ୍ରଜ୍ୱଳିତ ଓ ନିବିଡ଼ ଧୂମରାଶି ହୋଇ ଦୂରରୁ ଆସୁଅଛି; ତାହାଙ୍କର ଓଷ୍ଠାଧର କ୍ରୋଧରେ ପରିପୂର୍ଣ୍ଣ ଓ ତାହାଙ୍କର ଜିହ୍ୱା ସର୍ବଗ୍ରାସକ ଅଗ୍ନି ତୁଲ୍ୟ;


ସେ କହିଲେ, “ସଦାପ୍ରଭୁ ସୀନୟରୁ ଆସିଲେ, ସେ ସେୟୀରରୁ ସେମାନଙ୍କ ପ୍ରତି ଉଦିତ ହେଲେ; ସେ ପାରଣ ପର୍ବତରୁ ସୁପ୍ରକାଶିତ ହେଲେ ଓ ସେ ଅୟୁତ ଅୟୁତ ପବିତ୍ର ପ୍ରାଣୀମାନଙ୍କ ନିକଟରୁ ଆସିଲେ; ତାହାଙ୍କ ଦକ୍ଷିଣ ହସ୍ତରେ ସେମାନଙ୍କ ପାଇଁ ଅଗ୍ନିମୟ ବ୍ୟବସ୍ଥା ଥିଲା।”


ତତ୍ପରେ ମୁଁ ଦୃଷ୍ଟିପାତ କଲି, ପୁଣି, ସିଂହାସନ, ପ୍ରାଣୀ ଓ ପ୍ରାଚୀନମାନଙ୍କ ଚତୁର୍ଦ୍ଦିଗରେ ଅନେକ ଅନେକ ଦୂତଙ୍କର ସ୍ୱର ଶୁଣିଲି ସେମାନଙ୍କର ସଂଖ୍ୟା ସହସ୍ର ସହସ୍ର ଓ ଅୟୁତ ଅୟୁତ।


ଆମ୍ଭମାନଙ୍କର ପରମେଶ୍ୱର ଆସିବେ ଓ ନୀରବ ରହିବେ ନାହିଁ; ତାହାଙ୍କ ସମ୍ମୁଖରେ ଅଗ୍ନି ଗ୍ରାସ କରିବ ଓ ତାହାଙ୍କ ଚତୁର୍ଦ୍ଦିଗ ଅତ୍ୟନ୍ତ ଝଡ଼ମୟ ହେବ।


ପରମେଶ୍ୱରଙ୍କର ରଥ ଅୟୁତ ଅୟୁତ ଓ ଲକ୍ଷ ଲକ୍ଷ; ଯେପରି ପ୍ରଭୁ ଆପଣା ପବିତ୍ର ସ୍ଥାନ ସୀନୟରେ, ସେପରି ସେସବୁର ମଧ୍ୟରେ ଅଛନ୍ତି।


ଆଦମଙ୍କଠାରୁ ସପ୍ତମ ପୁରୁଷ ଯେ ହନୋକ, ସେ ମଧ୍ୟ ସେମାନଙ୍କ ବିଷୟରେ ଭାବବାଣୀ ପ୍ରଚାର କରି କହିଥିଲେ,


“ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ୱମହିମାରେ ଆସିବେ, ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ବସିବେ,


କାରଣ ତୋଫତ୍‍ (ଅଗ୍ନିକୁଣ୍ଡ) ପୂର୍ବକାଳରୁ ନିର୍ମିତ ହୋଇଅଛି ଓ ତାହା ରାଜାର ନିମନ୍ତେ ପ୍ରସ୍ତୁତ ହୋଇଅଛି; ସେ ତାହାକୁ ଗଭୀର ଓ ପ୍ରଶସ୍ତ କରିଅଛନ୍ତି, ତହିଁର ସ୍ତୂପ ଅଗ୍ନି ଓ ପ୍ରଚୁର କାଷ୍ଠମୟ; ପୁଣି, ସଦାପ୍ରଭୁଙ୍କ ଫୁତ୍କାର ଗନ୍ଧକ ସ୍ରୋତନ୍ୟାୟ ତାହା ପ୍ରଜ୍ୱଳିତ କରେ।


ପୁଣି, ମୀଖାୟ କହିଲା, “ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟଙ୍କୁ ଉଭା ହେବାର ଦେଖିଲି।


ଶେଷରେ ସେହି ଅନେକ କାଳର ବୃଦ୍ଧ ଆସିଲେ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ବିଚାର ଭାର ଦତ୍ତ ହେଲା ଓ ପବିତ୍ରଗଣଙ୍କର ରାଜ୍ୟ ଭୋଗ କରିବାର ସମୟ ଉପସ୍ଥିତ ହେଲା।


କିନ୍ତୁ ତୁମ୍ଭେମାନେ ସିୟୋନ ପର୍ବତ ଓ ଜୀବନ୍ତ ଈଶ୍ବରଙ୍କ ନଗର, ଅର୍ଥାତ୍‍, ସ୍ୱର୍ଗୀୟ ଯିରୂଶାଲମ, ଅସଂଖ୍ୟ ଦୂତବାହିନୀଙ୍କ ମହୋତ୍ସବ,


ଆଉ, ତୁମ୍ଭେମାନେ ଆମ୍ଭ ପର୍ବତଗଣର ଉପତ୍ୟକା ଦେଇ ପଳାୟନ କରିବ; କାରଣ ପର୍ବତଗଣର ଉପତ୍ୟକା ଆତ୍ସେଲ ପର୍ଯ୍ୟନ୍ତ ଯିବ; ହଁ, ତୁମ୍ଭେମାନେ ଯିହୁଦାର ରାଜା ଉଷୀୟର ସମୟରେ ଯେପରି ଭୂମିକମ୍ପର ଆଗରୁ ପଳାୟନ କଲେ, ସେପରି ପଳାୟନ କରିବ। ଆଉ, ସଦାପ୍ରଭୁ ମୋʼ ପରମେଶ୍ୱର ଆସିବେ ଓ ତାହାଙ୍କ ସଙ୍ଗେ ସବୁ ପବିତ୍ର ପ୍ରାଣୀମାନେ ଆସିବେ।


ମାତ୍ର ବିଚାର-ସଭା ବସିବ ଓ ସେମାନେ ଶେଷ ପର୍ଯ୍ୟନ୍ତ ତାହାର କର୍ତ୍ତୃତ୍ୱର କ୍ଷୟ ଓ ବିନାଶ କରିବା ପାଇଁ ତାହାଠାରୁ ତାହା ନେବେ।


ଏମାନେ ସମସ୍ତେ କଅଣ ସେବାକାରୀ ଆତ୍ମା ନୁହଁନ୍ତି, ପୁଣି, ପରିତ୍ରାଣର ଭାବି ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାନ୍ତି?


ଅଣଯିହୁଦୀମାନେ କ୍ରୁଦ୍ଧ ହୋଇଥିଲେ, କିନ୍ତୁ ତୁମ୍ଭର କ୍ରୋଧ ଉପସ୍ଥିତ ହେଲା, ପୁଣି, ମୃତମାନଙ୍କ ବିଚାର କରିବା ସମୟ, ଏବଂ ତୁମ୍ଭର ଦାସ ଭାବବାଦୀମାନଙ୍କୁ, ସାଧୁମାନଙ୍କୁ ଏବଂ ତୁମ୍ଭ ନାମର ଭୟକାରୀ, ସାନ ଓ ବଡ଼ ସମସ୍ତ ଲୋକଙ୍କୁ ପୁରସ୍କାର ଦେବାର, ଆଉ ପୃଥିବୀ ବିନାଶକାରୀମାନଙ୍କୁ ବିନାଶ କରିବାର ସମୟ ଉପସ୍ଥିତ ହେଲା।”


ପୁଣି ମୀଖାୟ କହିଲା, “ଏହେତୁ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟକୁ ଉଭା ହେବାର ଦେଖିଲି।


ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ୱାରା ଅଙ୍ଗାର ପ୍ରଜ୍ୱଳିତ ହେଲା।


ସେହି ସମୟରେ ତୁମ୍ଭ ଲୋକଙ୍କ ସନ୍ତାନଗଣର ସାହାଯ୍ୟକାରୀ ମୀଖାୟେଲ ମହାନ ଅଧିପତି ଠିଆ ହେବେ ଓ ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳଠାରୁ ସେହି ସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଙ୍କଟର ସମୟ କେବେ ହୋଇ ନାହିଁ, ଏପରି ସଙ୍କଟର କାଳ ଉପସ୍ଥିତ ହେବ, ଆଉ, ତୁମ୍ଭ ଗୋଷ୍ଠୀୟ ଯେଉଁ ପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକେ ସେହି ସମୟରେ ଉଦ୍ଧାର ପାଇବେ।


ତାହାଙ୍କ ସୈନ୍ୟଦଳର କି କୌଣସି ସଂଖ୍ୟା ଅଛି? କାହା ଉପରେ ତାହାଙ୍କ ଦୀପ୍ତି ଉଦିତ ନ ହୁଏ?


ହେ ସଦାପ୍ରଭୁଙ୍କର ପରିଚାରକ ଓ ତାହାଙ୍କ ଅଭିମତସାଧକ ସୈନ୍ୟ ସକଳ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର।


Swiv nou:

Piblisite


Piblisite