Biblia Todo Logo
Bib sou entènèt

- Piblisite -




ଦାନିୟେଲ 7:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ପୁଣି, ସେହି ଦଶ ଶୃଙ୍ଗର ତାତ୍ପର୍ଯ୍ୟ ଏହି ଯେ, ସେହି ରାଜ୍ୟରୁ ଦଶ ରାଜା ଉତ୍ପନ୍ନ ହେବେ; ସେମାନଙ୍କ ଉତ୍ତାରେ ଆଉ ଜଣେ ଉତ୍ପନ୍ନ ହେବ। ସେ ପୂର୍ବବର୍ତ୍ତୀମାନଙ୍କଠାରୁ ଭିନ୍ନ ହେବ ଓ ସେ ତିନି ରାଜାଙ୍କୁ ଦମନ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ପୁଣି, ସେହି ଦଶ ଶୃଙ୍ଗର ତାତ୍ପର୍ଯ୍ୟ ଏହି ଯେ, ସେହି ରାଜ୍ୟରୁ ଦଶ ରାଜା ଉତ୍ପନ୍ନ ହେବେ; ସେମାନଙ୍କ ଉତ୍ତାରେ ଆଉ ଜଣେ ଉତ୍ପନ୍ନ ହେବ ଓ ସେ ପୂର୍ବବର୍ତ୍ତୀମାନଙ୍କଠାରୁ ଭିନ୍ନ ହେବ ଓ ସେ ତିନି ରାଜାଙ୍କୁ ଦମନ କରିବ।

Gade chapit la Kopi

ଓଡିଆ ବାଇବେଲ

24 ପୁଣି, ସେହି ଦଶ ଶୃଙ୍ଗର ତାତ୍ପର୍ଯ୍ୟ ଏହି ଯେ, ସେହି ରାଜ୍ୟରୁ ଦଶ ରାଜା ଉତ୍ପନ୍ନ ହେବେ; ସେମାନଙ୍କ ଉତ୍ତାରେ ଆଉ ଜଣେ ଉତ୍ପନ୍ନ ହେବ। ସେ ପୂର୍ବବର୍ତ୍ତୀମାନଙ୍କଠାରୁ ଭିନ୍ନ ହେବ ଓ ସେ ତିନି ରାଜାଙ୍କୁ ଦମନ କରିବ।

Gade chapit la Kopi

ପବିତ୍ର ବାଇବଲ

24 ପୁଣି ସେହି ଦଶ ଶିଙ୍ଗର ତାତ୍ପର୍ଯ୍ୟ ହେଉଛି ଯେ ସେହି ରାଜ୍ୟରୁ ଦଶ ରାଜା ଉତ୍ପନ୍ନ ହେବେ। ସେମାନଙ୍କ ପରେ ଆଉ ଜଣେ ଉତ୍ପନ୍ନ ହେବ ଓ ସେ ତାଙ୍କର ପୂର୍ବବର୍ତ୍ତୀମାନଙ୍କଠାରୁ ଭିନ୍ନ ହେବ ଓ ସେ ତିନି ରାଜାଙ୍କୁ ଦମନ କରିବ।

Gade chapit la Kopi




ଦାନିୟେଲ 7:24
13 Referans Kwoze  

ପୁଣି, ତାହାର ମସ୍ତକରେ ଯେଉଁ ଦଶ ଶୃଙ୍ଗ ଥିଲା ଓ ଅନ୍ୟ ଯେଉଁ ଶୃଙ୍ଗ ଉଠିଲା ଓ ଯାହା ସାକ୍ଷାତରେ ତିନି ଶୃଙ୍ଗ ପଡ଼ିଗଲା; ଅର୍ଥାତ୍‍, ସେ ଯେଉଁ ଶୃଙ୍ଗର ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା, ଯାହାର ଆକାର ଆପଣା ସଙ୍ଗୀମାନଙ୍କ ଅପେକ୍ଷା ଦାମ୍ଭିକ ଥିଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି।


ତତ୍ପରେ ମୁଁ ସମୁଦ୍ର ମଧ୍ୟରୁ ଗୋଟିଏ ପଶୁକୁ ଉଠି ଆସିବାର ଦେଖିଲି, ତାହାର ଦଶ ଶୃଙ୍ଗ ଓ ସପ୍ତ ମସ୍ତକ, ତାହାର ଶୃଙ୍ଗଗୁଡ଼ାକରେ ଦଶଟା ମୁକୁଟ ଓ ମସ୍ତକଗୁଡ଼ାକ ଉପରେ ଈଶ୍ବରନିନ୍ଦାସୂଚକ ବିଭିନ୍ନ ନାମ।


ଆଉ, ରାଜା ଆପଣା ଇଚ୍ଛାନୁସାରେ କର୍ମ କରିବ ଓ ସକଳ ଦେବତା ଅପେକ୍ଷା ଆପଣାକୁ ବଡ଼ କରି ଦର୍ପ କରିବ, ପୁଣି ଈଶ୍ୱରଗଣର ଈଶ୍ୱରଙ୍କ ବିରୁଦ୍ଧରେ ଅଦ୍ଭୁତ କଥା କହିବ ଓ କ୍ରୋଧ ସଫଳ ହେବା ପର୍ଯ୍ୟନ୍ତ ସମୃଦ୍ଧି ହେବ; କାରଣ ଯାହା ନିରୂପିତ ହୋଇଅଛି, ତାହା କରାଯିବ।


ସେଥିରେ ସେ ମୋତେ ପବିତ୍ର ଆତ୍ମାରେ ପ୍ରାନ୍ତର ମଧ୍ୟକୁ ଘେନିଯାଆନ୍ତେ ମୁଁ ଜଣେ ସ୍ତ୍ରୀଲୋକକୁ ଗୋଟିଏ ଲୋହିତବର୍ଣ୍ଣ ପଶୁ ଉପରେ ବସିଥିବାର ଦେଖିଲି; ସେହି ପଶୁର ସର୍ବାଙ୍ଗ ଈଶ୍ବରନିନ୍ଦାସୂଚକ ନାମରେ ପରିପୂର୍ଣ୍ଣ, ଆଉ ତାହାର ସପ୍ତ ମସ୍ତକ ଓ ଦଶ ଶୃଙ୍ଗ।


ଆକାଶରେ ଆଉ ଗୋଟିଏ ଲକ୍ଷଣ ଦେଖାଗଲା; ଦେଖ, ଗୋଟିଏ ଲାଲ୍ ରଙ୍ଗର ପ୍ରକାଣ୍ଡ ସର୍ପ, ତାହାର ସପ୍ତ ମସ୍ତକ ଓ ଦଶ ଶୃଙ୍ଗ, ପୁଣି, ମସ୍ତକ ଗୁଡ଼ିକ ଉପରେ ସପ୍ତ ମୁକୁଟ।


ସେ ଏହିରୂପେ କହିଲେ, ‘ଚତୁର୍ଥ ପଶୁ ପୃଥିବୀର ଚତୁର୍ଥ ରାଜ୍ୟ ହେବ, ତାହା ଅନ୍ୟ ସକଳ ରାଜ୍ୟଠାରୁ ଭିନ୍ନ ହେବ ଓ ସମୁଦାୟ ପୃଥିବୀକୁ ଗ୍ରାସ କରିବ, ଆଉ ଦଳିତ କରି ଖଣ୍ଡ ଖଣ୍ଡ କରିବ ଓ ତାହା ଭାଙ୍ଗି ପକାଇବ।


ଆହୁରି, ଆପଣ ଯେପରି ଦେଖିଲେ ଯେ, ପାଦ ଓ ପାଦର ଅଙ୍ଗୁଳି କିଛି କୁମ୍ଭକାରର ମୃତ୍ତିକାମୟ ଓ କିଛି ଲୌହମୟ ଥିଲା, ସେପରି ସେ ରାଜ୍ୟ ବିଭକ୍ତ ରାଜ୍ୟ ହେବ; ମାତ୍ର ତହିଁରେ ଲୌହର ଦୃଢ଼ତା ରହିବ, କାରଣ କର୍ଦ୍ଦମରେ ଲୌହ ମିଶ୍ରିତ ଥିବାର ଆପଣ ଦେଖିଲେ।


Swiv nou:

Piblisite


Piblisite