Biblia Todo Logo
Bib sou entènèt

- Piblisite -




ଦାନିୟେଲ 8:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତହିଁରେ ମୁଁ ଯେଉଁ ସ୍ଥାନରେ ଠିଆ ହୋଇଥିଲି, ସେହି ସ୍ଥାନର ନିକଟକୁ ସେ ଆସିଲେ; ପୁଣି, ସେ ଆସନ୍ତେ, ମୁଁ ଭୀତ ହେଲି ଓ ମୁହଁ ମାଡ଼ି ପଡ଼ିଲି; ମାତ୍ର ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ବୁଝ; କାରଣ ଏହି ଦର୍ଶନ ଶେଷ କାଳ ବିଷୟକ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ତହିଁରେ ମୁଁ ଯେଉଁ ସ୍ଥାନରେ ଠିଆ ହୋଇଥିଲି, ସେସ୍ଥାନର ନିକଟକୁ ସେ ଆସିଲେ; ପୁଣି, ସେ ଆସନ୍ତେ, ମୁଁ ଭୀତ ହେଲି ଓ ମୁହଁ ମାଡ଼ି ପଡ଼ିଲି; ମାତ୍ର ସେ ମୋତେ କହିଲେ, ହେ ମନୁଷ୍ୟସନ୍ତାନ, ବୁଝ; କାରଣ ଏହି ଦର୍ଶନ ଶେଷ କାଳ ବିଷୟକ।

Gade chapit la Kopi

ଓଡିଆ ବାଇବେଲ

17 ତହିଁରେ ମୁଁ ଯେଉଁ ସ୍ଥାନରେ ଠିଆ ହୋଇଥିଲି, ସେହି ସ୍ଥାନର ନିକଟକୁ ସେ ଆସିଲେ; ପୁଣି, ସେ ଆସନ୍ତେ, ମୁଁ ଭୀତ ହେଲି ଓ ମୁହଁ ମାଡ଼ି ପଡ଼ିଲି; ମାତ୍ର ସେ ମୋତେ କହିଲେ, ହେ ମନୁଷ୍ୟ ସନ୍ତାନ, ବୁଝ; କାରଣ ଏହି ଦର୍ଶନ ଶେଷ କାଳ ବିଷୟକ।

Gade chapit la Kopi

ପବିତ୍ର ବାଇବଲ

17 ମନୁଷ୍ୟାକୃତି ସ୍ୱର୍ଗଦୂତ ଗାବ୍ରିଏଲ ମୋ’ ନିକଟକୁ ଆସିଲେ। ମୁଁ ଭୟଭୀତ ହୋଇ ତାଙ୍କ ପାଦତଳେ ପଡ଼ିଗଲି। ମାତ୍ର ସେ ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ବୁଝ, ଏହି ଦର୍ଶନ ଶେଷକାଳ ବିଷୟକ ଅଟେ।”

Gade chapit la Kopi




ଦାନିୟେଲ 8:17
27 Referans Kwoze  

ଆଉ, ସେ ମୋତେ କହିଲେ, “ଦେଖ, କ୍ରୋଧର ପରିଣାମ ସମୟରେ ଯାହା ଘଟିବ, ତାହା ଆମ୍ଭେ ତୁମ୍ଭକୁ ଜଣାଇବା; କାରଣ ଏହା ନିରୂପିତ ଶେଷ କାଳର କଥା।


ମାତ୍ର ହେ ଦାନିୟେଲ, ତୁମ୍ଭେ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ କରି ଓ ଏହି ନଳାକାର ପୁସ୍ତକ ମୁଦ୍ରାଙ୍କନ କରି ରଖ; ଅନେକେ ଏଣେତେଣେ ଧାବମାନ ହେବେ ଓ ଜ୍ଞାନର ବୃଦ୍ଧି ହେବ।”


ତାହାଙ୍କୁ ଦେଖି ମୁଁ ମୃତ ପରି ତାହାଙ୍କ ପାଦ ତଳେ ପଡ଼ିଗଲି। ସେଥିରେ ସେ ମୋ ଉପରେ ଆପଣା ଦକ୍ଷିଣ ହସ୍ତ ଥୋଇ କହିଲେ,


କାରଣ ଏହି ଦର୍ଶନ ଏବେ ହେଁ ନିରୂପିତ କାଳର ଅପେକ୍ଷା ଓ ପରିଣାମର ଆକାଂକ୍ଷା କରେ ଓ ତାହା ମିଥ୍ୟା ହେବ ନାହିଁ; ତାହା ବିଳମ୍ବ ହେଲେ ହେଁ ତହିଁ ପାଇଁ ଅପେକ୍ଷା କର; କାରଣ ତାହା ଅବଶ୍ୟ ଘଟିବ, ବିଳମ୍ବ ହେବ ନାହିଁ।


ମାତ୍ର ଶେଷ କାଳ ପର୍ଯ୍ୟନ୍ତ ତୁମ୍ଭେ ଆପଣା ପଥରେ ଗମନ କର; କାରଣ ତୁମ୍ଭେ ବିଶ୍ରାମ ପାଇବ ଓ କାଳର ଶେଷରେ ଆପଣା ଅଧିକାରରେ ଠିଆ ହେବ।”


ଆଉ, ଅନ୍ତିମ କାଳରେ ଦକ୍ଷିଣ ଦେଶର ରାଜା ତାହା ସଙ୍ଗେ ବିରୋଧ କରିବ ଓ ଉତ୍ତର ଦେଶର ରାଜା ରଥ, ଅଶ୍ୱାରୋହୀଗଣ ଓ ଅନେକ ଜାହାଜ ନେଇ ତାହା ବିରୁଦ୍ଧରେ ଘୂର୍ଣ୍ଣିବାୟୁ ତୁଲ୍ୟ ଆସିବ ଓ ସେ ନାନା ଦେଶ ମଧ୍ୟରେ ପ୍ରବେଶ କରି ବଢ଼ି ତୁଲ୍ୟ ପ୍ଲାବନ କରି ବହିଯିବ।


ମୁଁ ଯୋହନ ସ୍ୱୟଂ ଏହି ସମସ୍ତ ଶ୍ରବଣ ଓ ଦର୍ଶନ କରିବା ପରେ, ଯେଉଁ ଦୂତ ମୋତେ ଏହି ସମସ୍ତ ଦର୍ଶନ କରାଇଲେ, ମୁଁ ତାହାଙ୍କ ପାଦ ତଳେ ପ୍ରଣାମ କରିବା ନିମନ୍ତେ ଉବୁଡ଼ ହେଲି।


ବୃଷ୍ଟି ଦିନରେ ମେଘରେ ଧନୁର ଯେପରି ଆଭା, ସେହିପରି ସେହି ଚତୁର୍ଦ୍ଦିଗସ୍ଥ ତେଜ ଥିଲା। ଏହା ସଦାପ୍ରଭୁଙ୍କ ପ୍ରତାପର ମୂର୍ତ୍ତିର ଆଭା। ପୁଣି, ମୁଁ ତାହା ଦେଖି ମୁହଁ ମାଡ଼ି ପଡ଼ିଲି, ତହିଁରେ ମୁଁ ବାକ୍ୟବାଦୀ ଏକ ବ୍ୟକ୍ତିଙ୍କର ରବ ଶୁଣିଲି।


ପୁଣି, ସେମାନେ ଉପରକୁ ଚାହିଁ କେବଳ ଯୀଶୁଙ୍କ ବିନା ଆଉ କାହାରିକୁ ଦେଖିଲେ ନାହିଁ।


ଏଥିରେ ଦେଖ, ମନୁଷ୍ୟ-ସନ୍ତାନଗଣର ଆକୃତିବିଶିଷ୍ଟ ଏକ ବ୍ୟକ୍ତି ମୋର ଓଷ୍ଠାଧର ସ୍ପର୍ଶ କଲେ; ତହୁଁ ମୁଁ ଆପଣା ମୁଖ ଫିଟାଇ ମୋʼ ସମ୍ମୁଖରେ ଠିଆ ହେବା ବ୍ୟକ୍ତିଙ୍କୁ କହିଲି, “ହେ ମୋର ପ୍ରଭୁ, ଏହି ଦର୍ଶନ ସକାଶୁ ମୋର ବେଦନା ମୋତେ ଆକ୍ରାନ୍ତ କରିଅଛି ଓ ମୁଁ କିଛିମାତ୍ର ବଳ ରକ୍ଷା କରି ପାରୁ ନାହିଁ।


ପୁଣି, ସେ ମୋତେ କହିଲେ, “ହେ ଅତ୍ୟନ୍ତ ପ୍ରିୟପାତ୍ର ଦାନିୟେଲ, ଆମ୍ଭେ ତୁମ୍ଭଙ୍କୁ ଯେଉଁ ଯେଉଁ ବାକ୍ୟ କହୁ, ତାହା ବୁଝ ଓ ସିଧା ହୋଇ ଠିଆ ହୁଅ; କାରଣ ଏବେ ଆମ୍ଭେ ତୁମ୍ଭ ନିକଟକୁ ପ୍ରେରିତ ହୋଇଅଛୁ;” ସେ ମୋତେ ଏହି କଥା କହିବାରୁ ମୁଁ କମ୍ପି କମ୍ପି ଠିଆ ହେଲି।


ପୁଣି, ସେ ଏକ ସପ୍ତାହ ପର୍ଯ୍ୟନ୍ତ ଅନେକଙ୍କ ସହିତ ଦୃଢ଼ ନିୟମ କରିବ ଓ ସପ୍ତାହର ଅର୍ଦ୍ଧେକ କାଳ ଯଜ୍ଞ ଓ ନୈବେଦ୍ୟ ନିବୃତ୍ତ କରାଇବ; ଆଉ, ଘୃଣାଯୋଗ୍ୟ ବସ୍ତୁସକଳର ପକ୍ଷ ଉପରେ ବିନାଶକ ଜଣେ ଆସିବ; ପୁଣି, ନିରୂପିତ ସିଦ୍ଧି ପର୍ଯ୍ୟନ୍ତ ବିନାଶ କର ଉପରେ କ୍ରୋଧ ଢଳାଯିବ।”


ତୁମ୍ଭର ବିନତିର ଆରମ୍ଭ ସମୟରେ ଆଜ୍ଞା ନିର୍ଗତ ହେଲା, ଆଉ ତୁମ୍ଭକୁ ଜଣାଇବା ପାଇଁ ମୁଁ ଆସିଅଛି, କାରଣ ତୁମ୍ଭେ ଅତ୍ୟନ୍ତ ପ୍ରିୟପାତ୍ର; ଏଥିପାଇଁ ଏ ବିଷୟ ବିବେଚନା କର ଓ ଦର୍ଶନ ବୁଝ।


ଏଥିଉତ୍ତାରେ ମୁଁ ଦାନିୟେଲ ଏହି ଦର୍ଶନ ପାଇଲା ଉତ୍ତାରେ ତାହା ବୁଝିବା ପାଇଁ ଚେଷ୍ଟା କଲି; ଆଉ ଦେଖ, ମନୁଷ୍ୟାକୃତି ଏକ ବ୍ୟକ୍ତି ସମ୍ମୁଖରେ ଠିଆ ହେଲେ।


ସେତେବେଳେ ରାଜା ନବୂଖଦ୍‍ନିତ୍ସର ମୁହଁ ମାଡ଼ି ପଡ଼ି ଦାନିୟେଲଙ୍କୁ ପ୍ରଣାମ କଲା ଓ ଲୋକମାନେ ଯେପରି ତାଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଓ ସୁଗନ୍ଧି ଧୂପ ଉତ୍ସର୍ଗ କରିବେ, ଏହା ଆଜ୍ଞା କଲା।


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ପ୍ରତି ଆପଣା ମୁଖ କରି ସେମାନଙ୍କ ପ୍ରତି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର,


ତହିଁରେ ଅବ୍ରାମ ମୁହଁ ମାଡ଼ି ପଡ଼ନ୍ତେ, ପରମେଶ୍ୱର ତାଙ୍କ ସହିତ ଆଳାପ କରି କହିଲେ,


ତେବେ ସେ ଉତ୍ତର ଦ୍ୱାର ପଥରେ ମୋତେ ଗୃହ ସମ୍ମୁଖକୁ ଆଣିଲେ; ତହିଁରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସଦାପ୍ରଭୁଙ୍କ ଗୃହ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ଥିଲା; ତହିଁରେ ମୁଁ ମୁହଁ ମାଡ଼ି ପଡ଼ିଲି।


ମୋର ନିକଟରେ ଯେଉଁମାନେ ଠିଆ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଏକ ଜଣର ନିକଟକୁ ମୁଁ ଯାଇ ଏସବୁର ତଥ୍ୟ ପଚାରିଲି। ତହିଁରେ ସେ ମୋତେ ସେହିସବୁର ଅର୍ଥ ଜଣାଇ କହିଲେ।


ଏଥିଉତ୍ତାରେ ମୁଁ ଦାନିୟେଲ କ୍ଳାନ୍ତ ହେଲି ଓ ଅନେକ ଦିନ ପର୍ଯ୍ୟନ୍ତ ପୀଡ଼ିତ ହେଲି; ତହିଁ ଉତ୍ତାରେ ମୁଁ ଉଠି ରାଜକାର୍ଯ୍ୟ କଲି; ଆଉ, ମୁଁ ସେହି ଦର୍ଶନରେ ଚମତ୍କୃତ ହେଲି, ମାତ୍ର କେହି ସେ ଦର୍ଶନ ବୁଝିଲେ ନାହିଁ।


ଏଥିଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଆପଣା ଚରଣରେ ଠିଆ ହୁଅ, ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା।”


ପୁଣି, ଏହି ଦୁଇ ରାଜାର ଚିତ୍ତ ଅନିଷ୍ଟ କରିବାକୁ ପ୍ରବୃତ୍ତ ହେବ ଓ ସେମାନେ ଏକ ମେଜରେ ବସି ମିଥ୍ୟା କଥା କହିବେ; ମାତ୍ର ତାହା ସଫଳ ନୋହିବ; କାରଣ ସେତେବେଳେ ହେଁ ପରିଣାମ ନିରୂପିତ କାଳର ଅପେକ୍ଷା କରିବ।


Swiv nou:

Piblisite


Piblisite