Biblia Todo Logo
Bib sou entènèt

- Piblisite -




ଦାନିୟେଲ 8:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ମୁଁ ଦର୍ଶନକ୍ରମେ ଦେଖିଲି; ମୁଁ ଦେଖୁ ଦେଖୁ ଦେଖିଲି ଯେ, ମୁଁ ଏଲମ୍‍ ପ୍ରଦେଶସ୍ଥ ଶୂଶନ୍‍ ରାଜଗୃହରେ ଅଛି; ଆଉ, ସେହି ଦର୍ଶନରେ ମୁଁ ଦେଖିଲି ଯେ, ମୁଁ ଉଳୟ ନଦୀ ନିକଟରେ ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି, ମୁଁ ଦର୍ଶନ କ୍ରମେ ଦେଖିଲି; ମୁଁ ଦେଖୁ ଦେଖୁ ଦେଖିଲି ଯେ, ମୁଁ ଏଲମ ପ୍ରଦେଶସ୍ଥ ଶୂଶନ ରାଜଗୃହରେ ଅଛି; ଆଉ, ଦର୍ଶନ କ୍ରମେ ମୁଁ ଦେଖିଲି ଯେ, ମୁଁ ଉଳୟ ନଦୀ ନିକଟରେ ଅଛି।

Gade chapit la Kopi

ଓଡିଆ ବାଇବେଲ

2 ପୁଣି, ମୁଁ ଦର୍ଶନ କ୍ରମେ ଦେଖିଲି; ମୁଁ ଦେଖୁ ଦେଖୁ ଦେଖିଲି ଯେ, ମୁଁ ଏଲମ୍‍ ପ୍ରଦେଶସ୍ଥ ଶୂଶନ୍‍ ରାଜଗୃହରେ ଅଛି; ଆଉ, ସେହି ଦର୍ଶନରେ ମୁଁ ଦେଖିଲି ଯେ, ମୁଁ ଉଳୟ ନଦୀ ନିକଟରେ ଅଛି।

Gade chapit la Kopi

ପବିତ୍ର ବାଇବଲ

2 ଯେତେବେଳେ ମୁଁ ଏଲମର ରାଜଧାନୀ ଶୂଶନ୍ ରେ ଥିଲି, ଏବଂ ଉଲୟ ନଦୀ ନିକଟରେ ଛିଡ଼ା ହେଉଥିଲି। ମୁଁ ଏହି ଦର୍ଶନ ପାଇଲି।

Gade chapit la Kopi




ଦାନିୟେଲ 8:2
24 Referans Kwoze  

ଏହି ଅକ୍ଷଶ୍ୱେରଶ ରାଜା ଶୂଶନ୍‍ ରାଜଧାନୀରେ ଆପଣା ରାଜସିଂହାସନରେ ଉପବିଷ୍ଟ ହେଲା ଉତ୍ତାରେ,


ହଖଲୀୟର ପୁତ୍ର ନିହିମୀୟାଙ୍କର ବାକ୍ୟ। କୋଡ଼ିଏତମ ବର୍ଷର କିଶ୍ଲେବ୍‍ ମାସରେ ମୁଁ ଶୂଶନ୍‍ ରାଜଧାନୀରେ ଥିଲି।


ସେହି ସ୍ଥାନରେ ଏଲମ୍‍ ଓ ତାହାର କବରର ଚତୁର୍ଦ୍ଦିଗରେ ତାହାର ସମସ୍ତ ଲୋକସମୂହ ଅଛି; ଯେଉଁମାନେ ଜୀବିତମାନଙ୍କ ଦେଶରେ ଭୟ ଜନ୍ମାଇଲେ, ସେମାନେ ସମସ୍ତେ ହତ, ଖଡ୍ଗ ଦ୍ୱାରା ପତିତ ହୋଇ ଅସୁନ୍ନତ ଅବସ୍ଥାରେ ଅଧୋଭୁବନକୁ ଓହ୍ଲାଇ ଯାଇଅଛନ୍ତି ଓ ଗର୍ତ୍ତଗାମୀମାନଙ୍କ ସହିତ ଆପଣାମାନଙ୍କ ଅପମାନ ଭୋଗ କରିଅଛନ୍ତି।


ଆଉ, ସିମ୍ରିର ସମସ୍ତ ରାଜାଙ୍କୁ, ଏଲମ୍‍ର ସମସ୍ତ ରାଜାଙ୍କୁ ଓ ମାଦୀୟମାନଙ୍କର ସମସ୍ତ ରାଜାଙ୍କୁ;


ଏଉତ୍ତାରୁ ରାଜାଙ୍କ ସେହି ବାକ୍ୟ ଓ ଆଜ୍ଞା ପ୍ରଚାରିତ ହୁଅନ୍ତେ, ଶୂଶନ୍‍ ରାଜଧାନୀରେ ହେଗୟ ନିକଟରେ ଅନେକ କନ୍ୟା ସଂଗୃହୀତ ହେବା ବେଳେ ଏଷ୍ଟର ହିଁ ରାଜପୁରୀକୁ ସ୍ତ୍ରୀରକ୍ଷକ ହେଗୟ ନିକଟକୁ ନିଆଗଲା।


ଏଥିଉତ୍ତାରେ ଶିନୀୟରର ଅମ୍ରାଫଲ୍‍ ରାଜା ଓ ଇଲ୍ଲାସରର ଅରୀୟୋକ୍‍ ରାଜା ଓ ଏଲମ୍‍ର କଦର୍ଲାୟୋମର ରାଜା ଓ ଗୋୟିମର ତିଦୀୟଲ୍ ରାଜାଙ୍କର ଅଧିକାର ସମୟରେ,


ଶେମର ଏହିସବୁ ସନ୍ତାନ, ଏଲମ୍‍ ଓ ଅଶୂର ଓ ଅର୍ଫକ୍ଷଦ ଓ ଲୁଦ୍‍ ଓ ଅରାମ।


ତହିଁରେ ମୁଁ ଚକ୍ଷୁ ଖୋଲି ଦେଖିଲି ଯେ, ଦେଖ, ନଦୀ ସମ୍ମୁଖରେ ଏକ ମେଷ ଠିଆ ହୋଇଅଛି, ତାହାର ଦୁଇ ଶୃଙ୍ଗ ଓ ସେହି ଦୁଇ ଶୃଙ୍ଗ ଉଚ୍ଚ; ମାତ୍ର ଏକ ଶୃଙ୍ଗ ଅନ୍ୟ ଅପେକ୍ଷା ଉଚ୍ଚ ଓ ଯାହା ଉଚ୍ଚ, ତାହା ପଶ୍ଚାତ୍‍ ଉତ୍ପନ୍ନ ହେଲା।


ମୁଁ ଦାନିୟେଲ, ମୋର ଆତ୍ମା ମୋର ଶରୀର ମଧ୍ୟରେ ଶୋକାନ୍ୱିତ ହେଲା ଓ ମୋର ମାନସିକ ଦର୍ଶନ ମୋତେ ଉଦ୍‍ବିଗ୍ନ କଲା।


ଦାନିୟେଲ କହିଲେ, “ମୁଁ ରାତ୍ରିକାଳରେ ଦର୍ଶନକ୍ରମେ ଦେଖିଲି ଯେ, ଦେଖ, ମହାସମୁଦ୍ର ଉପରେ ଆକାଶର ଚତୁର୍ଦ୍ଦିଗରୁ ବାୟୁ ପ୍ରଚଣ୍ଡ ରୂପେ ବହିଲା।


ଏକ ଦୁଃଖଦାୟକ ଦର୍ଶନ ଆମ୍ଭ ପ୍ରତି ପ୍ରକାଶିତ ହୋଇଅଛି; ବିଶ୍ୱାସଘାତକ ବିଶ୍ୱାସଘାତକତା କରୁଅଛି ଓ ଲୁଟିତକାରୀ ଲୁଟୁଅଛି। ହେ ଏଲମ୍‍, ଉପରକୁ ଯାଅ; ହେ ମାଦୀୟେ, ଅବରୋଧ କର; ମୁଁ ତହିଁର ହାହାକାର ଧ୍ୱନିସବୁ ନିବୃତ୍ତ କରିଅଛି।


ଆହୁରି, ସେହି ଦିନରେ ପ୍ରଭୁ ଆପଣା ଲୋକମାନଙ୍କର ଅବଶିଷ୍ଟାଂଶକୁ ଅଶୂରରୁ, ମିସରରୁ ଓ ପଥ୍ରୋଷରୁ, କୂଶରୁ, ଏଲମ୍‍, ଶିନୀୟରରୁ ଓ ହମାତରୁ ଓ ସମୁଦ୍ରର ଦ୍ୱୀପସମୂହରୁ ମୁକ୍ତ କରି ଆଣିବା ନିମନ୍ତେ ପୁନର୍ବାର ଦ୍ୱିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ।


ଆଉ, ଶୂଶନ୍‍ସ୍ଥ ଯିହୁଦୀୟମାନେ ଅଦର ମାସର ଚତୁର୍ଦ୍ଦଶ ଦିନରେ ମଧ୍ୟ ଏକତ୍ରିତ ହୋଇ ଶୂଶନ୍‍ରେ ତିନି ଶତ ଲୋକଙ୍କୁ ବଧ କଲେ, ମାତ୍ର ଲୁଟ କରିବା ପାଇଁ ହସ୍ତକ୍ଷେପ କଲେ ନାହିଁ।


ଯେଉଁମାନେ ଶୂଶନ୍‍ ରାଜଧାନୀରେ ହତ ହେଲେ, ସେମାନଙ୍କର ସଂଖ୍ୟା ସେହି ଦିନରେ ରାଜା ଛାମୁକୁ ଆସନ୍ତେ,


ଏଉତ୍ତାରୁ ମର୍ଦ୍ଦଖୟ ନୀଳ ଓ ଶୁକ୍ଳବର୍ଣ୍ଣ ରାଜକୀୟ ବସ୍ତ୍ର ପିନ୍ଧି, ମସ୍ତକରେ ସୁବର୍ଣ୍ଣମୟ ବୃହତ ମୁକୁଟ ଦେଇ, ସରୁ ଓ ଧୂମ୍ରବର୍ଣ୍ଣ ଉତ୍ତରୀୟ ବସ୍ତ୍ରରେ ବସ୍ତ୍ରାନ୍ୱିତ ହୋଇ ରାଜା ଛାମୁରୁ ବାହାରକୁ ଗଲ; ତହିଁରେ ଶୂଶନ୍‍ ରାଜଧାନୀ ଆନନ୍ଦ ଓ ହର୍ଷନାଦରେ ପରିପୂର୍ଣ୍ଣ ହେଲା।


ତେବେ ସେ କହିଲେ, “ଆମ୍ଭର ବାକ୍ୟ ଶୁଣ; ଯଦି ତୁମ୍ଭମାନଙ୍କ ମଧ୍ୟରେ କେହି ଭବିଷ୍ୟଦ୍‍ବକ୍ତା ଥାଏ, ତେବେ ଆମ୍ଭେ ସଦାପ୍ରଭୁ କୌଣସି ଦର୍ଶନ ଦ୍ୱାରା ତାହା ପ୍ରତି ଆପଣାକୁ ପ୍ରକାଶ କରିବା, ଆମ୍ଭେ ସ୍ୱପ୍ନ ଦ୍ୱାରା ତାହା ସହିତ କଥା କହିବା।


ଈଶ୍ବର ଅତୀତରେ ବିଭିନ୍ନ ସ୍ଥାନରେ ଓ ବିଭିନ୍ନ ପ୍ରକାରେ ଭାବବାଦୀମାନଙ୍କ ଦ୍ୱାରା ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ କଥା କହି,


ଏଷ୍ଟର କହିଲେ, “ଏହି ଦୁଷ୍ଟ ହାମନ୍‍ ଜଣେ ବିପକ୍ଷ ଓ ଶତ୍ରୁ ଅଟେ;” ତହିଁରେ ରାଜା ଓ ରାଣୀଙ୍କ ସାକ୍ଷାତରେ ହାମନ୍‍ ଭୀତ ହେଲେ।


ଆଉ, ଧାବକଗଣ ରାଜାଜ୍ଞା ପାଇ ଶୀଘ୍ର ବାହାରିଗଲେ, ପୁଣି ସେହି ଆଜ୍ଞା ଶୂଶନ୍‍ ରାଜଧାନୀରେ ପ୍ରକାଶିତ ହେଲା, ତହୁଁ ରାଜା ଓ ହାମନ୍‍ ପାନ କରିବାକୁ ବସିଲେ, ମାତ୍ର ଶୂଶନ୍‍ ନଗର ଉଦ୍‍ବିଗ୍ନ ହେଲା।


ଆଉ ମୁଁ ଦର୍ଶନରେ ଅଶ୍ୱ ଓ ସେମାନଙ୍କ ଆରୋହୀମାନଙ୍କୁ ଏହି ପ୍ରକାର ଦେଖିଲି, ସେମାନଙ୍କ ଊରସ୍ତ୍ରାଣ ଅଗ୍ନିବର୍ଣ୍ଣ, ନୀଳବର୍ଣ୍ଣ ଓ ଗନ୍ଧକବର୍ଣ୍ଣ; ଅଶ୍ୱମାନଙ୍କ ମସ୍ତକ ସିଂହମାନଙ୍କ ମସ୍ତକ ସଦୃଶ, ଆଉ ସେମାନଙ୍କ ମୁଖରୁ ଅଗ୍ନି, ଧୂମ ଓ ଗନ୍ଧକ ନିର୍ଗତ ହେଉଥିଲା।


ତିରିଶ ବର୍ଷର ଚତୁର୍ଥ ମାସର ପଞ୍ଚମ ଦିନରେ ବାବିଲର କବାର ନଦୀ କୂଳରେ ବନ୍ଦୀମାନଙ୍କ ମଧ୍ୟରେ ମୁଁ ଥିବା ସମୟରେ ସ୍ୱର୍ଗ ମୁକ୍ତ ହେଲା, ତହିଁରେ ମୁଁ ପରମେଶ୍ୱରଙ୍କଠାରୁ ଦର୍ଶନମାନ ଦେଖିଲି।


ବେଲ୍‍ଶତ୍ସର ରାଜାର ରାଜତ୍ଵର ତୃତୀୟ ବର୍ଷରେ ମୁଁ ଦାନିୟେଲ ପ୍ରଥମ ଦର୍ଶନର ଉତ୍ତାରେ ଆଉ ଏକ ଦର୍ଶନ ପାଇଲି।


ପୁଣି, ପ୍ରଥମ ମାସର ଚତୁର୍ବିଂଶ ଦିନରେ ମୁଁ ହିଦ୍ଦେକଲ ନାମକ ମହାନଦୀ ତୀରରେ ଥିବା ବେଳେ,


Swiv nou:

Piblisite


Piblisite