Biblia Todo Logo
Bib sou entènèt

- Piblisite -




ଦାନିୟେଲ 8:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ପୁଣି, ସେମାନଙ୍କ ରାଜ୍ୟର ପରିଣାମ ସମୟରେ ଯେତେବେଳେ ଆଜ୍ଞା-ଲଙ୍ଘନକାରୀମାନଙ୍କର ଆଜ୍ଞାଲଙ୍ଘନ ସମ୍ପୂର୍ଣ୍ଣ ହେବ, ସେତେବେଳେ ଭୟଙ୍କର ବଦନ ଓ ନିଗୂଢ଼ ବାକ୍ୟ-ଜ୍ଞାନୀ ଏକ ରାଜା ଉତ୍ପନ୍ନ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ପୁଣି, ସେମାନଙ୍କ ରାଜ୍ୟର ପରିଣାମ ସମୟରେ ଯେତେବେଳେ ଆଜ୍ଞା ଲଙ୍ଘନକାରୀମାନଙ୍କର ଆଜ୍ଞା ଲଙ୍ଘନ ସମ୍ପୂର୍ଣ୍ଣ ହେବ, ସେତେବେଳେ ଭୟଙ୍କର ବଦନ ଓ ନିଗୂଢ଼ ବାକ୍ୟ-ଜ୍ଞାନୀ ଏକ ରାଜା ଉତ୍ପନ୍ନ ହେବ।

Gade chapit la Kopi

ଓଡିଆ ବାଇବେଲ

23 ପୁଣି, ସେମାନଙ୍କ ରାଜ୍ୟର ପରିଣାମ ସମୟରେ ଯେତେବେଳେ ଆଜ୍ଞା-ଲଙ୍ଘନକାରୀମାନଙ୍କର ଆଜ୍ଞା-ଲଙ୍ଘନ ସମ୍ପୂର୍ଣ୍ଣ ହେବ, ସେତେବେଳେ ଭୟଙ୍କର ବଦନ ଓ ନିଗୂଢ଼ ବାକ୍ୟ-ଜ୍ଞାନୀ ଏକ ରାଜା ଉତ୍ପନ୍ନ ହେବ।

Gade chapit la Kopi

ପବିତ୍ର ବାଇବଲ

23 “ଯେତେବେଳେ ସେହି ରାଜ୍ୟଗୁଡ଼ିକର ଶେଷ ସମୟ ଆସିବ ସେତେବେଳେ ଜଣେ ଅତି ସାହସୀ ଓ ନିଷ୍ଠୁର ରାଜା ଜନ୍ମ ହେବେ। ଆଉ ସେ ରାଜା ଅତି କୌଶଳୀ ହେବେ ମାତ୍ର ସେତେବେଳେ ବହୁ ପାପୀଷ୍ଠ ବ୍ୟକ୍ତି ଜନ୍ମ ନେଇଥିବେ।

Gade chapit la Kopi




ଦାନିୟେଲ 8:23
23 Referans Kwoze  

ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟକର୍ମଗୁଡ଼ିକ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ।


ପବିତ୍ର ଆତ୍ମା ସ୍ପଷ୍ଟ ରୂପେ କହୁଅଛନ୍ତି, ଶେଷ କାଳରେ କେହି କେହି ଭ୍ରଷ୍ଟବିବେକ ମିଥ୍ୟାବାଦୀ ଲୋକମାନଙ୍କ କପଟପଣରେ


ପୁଣି, ତାହାର ମସ୍ତକରେ ଯେଉଁ ଦଶ ଶୃଙ୍ଗ ଥିଲା ଓ ଅନ୍ୟ ଯେଉଁ ଶୃଙ୍ଗ ଉଠିଲା ଓ ଯାହା ସାକ୍ଷାତରେ ତିନି ଶୃଙ୍ଗ ପଡ଼ିଗଲା; ଅର୍ଥାତ୍‍, ସେ ଯେଉଁ ଶୃଙ୍ଗର ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା, ଯାହାର ଆକାର ଆପଣା ସଙ୍ଗୀମାନଙ୍କ ଅପେକ୍ଷା ଦାମ୍ଭିକ ଥିଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି।


ସେହି ଶୃଙ୍ଗର କଥିତ ଦର୍ପ-ବାକ୍ୟର ରବ ସକାଶୁ ସେହି ସମୟରେ ମୁଁ ଅନାଇଲି; ମୁଁ ଦେଖିଲି ଯେ, ଶେଷରେ ସେ ପଶୁ ହତ ହେଲା ଓ ତାହାର ଶରୀର ବିନଷ୍ଟ ହେଲା ଓ ସେ ଅଗ୍ନିରେ ଦଗ୍ଧ ହେବା ପାଇଁ ସମର୍ପିତ ହେଲା।


ମୁଁ ସେହି ଶୃଙ୍ଗମାନର ବିଷୟ ଭାବନା କରୁ କରୁ ଦେଖ, ସେହିସବୁର ମଧ୍ୟରେ ଆଉ ଗୋଟିଏ ଶୃଙ୍ଗ ଉଠିଲା, ତାହା କ୍ଷୁଦ୍ର, ତାହା ସମ୍ମୁଖରେ ପ୍ରଥମ ଶୃଙ୍ଗମାନର ମଧ୍ୟରୁ ତିନିଗୋଟି ଶୃଙ୍ଗ ସମୂଳେ ଉତ୍ପାଟିତ ହେଲା; ପୁଣି ଦେଖ, ଏହି ଶୃଙ୍ଗରେ ମନୁଷ୍ୟର ଚକ୍ଷୁ ତୁଲ୍ୟ ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା।


ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ଦମନ କରିବ; ଆଉ, ସେ କାଳ ଓ ବ୍ୟବସ୍ଥାର ପରିବର୍ତ୍ତନ କରିବାକୁ ବିଚାର କରିବ; ପୁଣି, ଏକ କାଳ, (ଦୁଇ) ପବିତ୍ର ପର୍ବ ଓ ଅର୍ଦ୍ଧ ପବିତ୍ର ପର୍ବ ପର୍ଯ୍ୟନ୍ତ ସେମାନେ ତାହା ହସ୍ତରେ ସମର୍ପିତ ହେବେ।


ପୁଣି, ଆପଣା କୌଶଳ ଦ୍ୱାରା ତାହାର ହସ୍ତରେ ଛଳ ସଫଳ ହେବ ଓ ସେ ଆପଣା ଅନ୍ତଃକରଣରେ ନିଜକୁ ବଡ଼ାଇ କରିବ ଓ ସେମାନଙ୍କ ନିରାପଦ କାଳରେ ଅନେକଙ୍କୁ ବିନାଶ କରିବ; ଆହୁରି, ସେ ଅଧିପତିଗଣର ଅଧିପତିଙ୍କ ପ୍ରତିକୂଳରେ ଠିଆ ହେବ; ମାତ୍ର ସେ ବିନା ହସ୍ତରେ ଭଗ୍ନ ହେବ।


ଆଉ, ତୁମ୍ଭେ ଦେଶକୁ ମେଘ ତୁଲ୍ୟ ଆଚ୍ଛାଦନ କରିବା ପାଇଁ ଆମ୍ଭ ଇସ୍ରାଏଲ ଲୋକଙ୍କ ବିରୁଦ୍ଧରେ ଆସିବ; ହେ ଗୋଗ୍‍, ଶେଷ କାଳରେ ଏହା ଘଟିବ ଯେ, ଗୋଷ୍ଠୀୟମାନେ ଯେପରି ଆମ୍ଭକୁ ଜାଣିବେ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଆମ୍ଭ ଦେଶ ବିରୁଦ୍ଧରେ ଆଣିବା, ସେତେବେଳେ ଆମ୍ଭେ ଗୋଷ୍ଠୀୟମାନଙ୍କ ଦୃଷ୍ଟିରେ ତୁମ୍ଭ ମଧ୍ୟରେ ପବିତ୍ରୀକୃତ ହେବା।


ଅନେକ ଦିନ ଉତ୍ତାରେ ତୁମ୍ଭର ତତ୍ତ୍ୱାନୁସନ୍ଧାନ କରାଯିବ; ଶେଷ ବର୍ଷମାନର ମଧ୍ୟରେ ତୁମ୍ଭେ, ଖଡ୍ଗରୁ ପୁନରାନୀତ, ଅନେକ ଗୋଷ୍ଠୀ ମଧ୍ୟରୁ ସଂଗୃହୀତ ଦେଶକୁ, ଇସ୍ରାଏଲର ଚିର ଉତ୍ସନ୍ନ ପର୍ବତ ସକଳକୁ ଆସିବ; ମାତ୍ର ତାହା ନାନା ଗୋଷ୍ଠୀ ମଧ୍ୟରୁ ବାହାରେ ଆନୀତ ହୋଇଅଛି, ଆଉ ସେମାନେ, ସେମାନଙ୍କର ସମସ୍ତେ ନିରାପଦରେ ବାସ କରିବେ।


ସେ ନିଶ୍ଚିନ୍ତ ସମୟରେ ଦେଶର ଅତ୍ୟୁତ୍ତମ ସ୍ଥାନରେ ପ୍ରବେଶ କରିବ ଓ ତାହାର ପିତୃ ଓ ପିତାମହଗଣ ଯାହା କରି ନ ଥିଲେ, ତାହା ସେ କରିବ; ସେ ସେମାନଙ୍କ ମଧ୍ୟରେ ଲୁଟିତ ଦ୍ରବ୍ୟ ଓ ଅପହୃତ ବସ୍ତୁ ଓ ଧନ ବିଞ୍ଚି ଦେବ ଓ ଦୃଢ଼ ଗଡ଼ସକଳର ବିରୁଦ୍ଧରେ ସେ କିଛି କାଳ କୌଶଳ କଳ୍ପନା କରିବ।


ପୁଣି, ଯାହାକୁ ସେମାନେ ରାଜାର ସମ୍ମାନ ଦେଇ ନ ଥିଲେ, ଏପରି ଜଣେ ତୁଚ୍ଛ ଲୋକ ତାହାର ପଦ ପ୍ରାପ୍ତ ହେବ; ମାତ୍ର ସେ ନିଶ୍ଚିନ୍ତ ସମୟରେ ଆସିବ ଓ ଚାଟୁବାକ୍ୟ ଦ୍ୱାରା ରାଜ୍ୟ ପାଇବ।


ଏବେ, ଶେଷ କାଳରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭକୁ ବୁଝାଇ ଦେବା ପାଇଁ ଆମ୍ଭେ ଆସିଅଛୁ; କାରଣ ଦର୍ଶନ ଆହୁରି ଅନେକ କାଳ ପର୍ଯ୍ୟନ୍ତ ଅଛି।”


ପୁଣି, ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଏହି ଦେଶକୁ ବାହୁଡ଼ି ଆସିବେ; ଯେହେତୁ ଇମୋରୀୟ ଲୋକମାନଙ୍କର ପାପ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ।”


କାରଣ ଅଣଯିହୁଦୀମାନଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ନିକଟରେ ପ୍ରଚାର କରିବାକୁ ସେମାନେ ସର୍ବଦା ଆମ୍ଭମାନଙ୍କୁ ବାଧା ଦିଅନ୍ତି, ପୁଣି, ସେମାନେ ପାପରେ ଆପଣା ଆପଣାକୁ ପରିପୂର୍ଣ୍ଣ କରୁଥାଆନ୍ତି; ସେମାନଙ୍କ ଉପରେ କ୍ରୋଧ ସମ୍ପୂର୍ଣ୍ଣ ରୂପେ ବର୍ତ୍ତିଲାଣି।


ତୁମ୍ଭେମାନେ ନିଜ ନିଜ ପିତୃ-ପୁରୁଷଙ୍କର ପରିମାଣ ପୂର୍ଣ୍ଣ କର।


ସେହି ଗୋଷ୍ଠୀ ଭୟଙ୍କର ବଦନବିଶିଷ୍ଟ, ସେ ବୃଦ୍ଧର ମୁଖାପେକ୍ଷା କରିବ ନାହିଁ, କିଅବା ଯୁବାକୁ ଦୟା କରିବ ନାହିଁ।


ମାତ୍ର କିତ୍ତୀମ-ତୀରରୁ ଜାହାଜମାନ ଆସିବ ଓ ସେମାନେ ଅଶୂରକୁ ଦୁଃଖ ଦେବେ, ଆଉ ଏବରକୁ ଦୁଃଖ ଦେବେ, ପୁଣି, ସେ ମଧ୍ୟ ବିନାଶରେ ଉପସ୍ଥିତ ହେବ।”


ପୁଣି, ଏକ ଉପଦେଶ କଥା ଓ ଏକ ରୂପକ କଥା ଏବଂ ପଣ୍ଡିତମାନଙ୍କର ବାକ୍ୟ ଓ ସେମାନଙ୍କର ଗୂଢ଼ ବଚନ ବୁଝି ପାରିବ।


ଆଉ, ଯେଉଁ ଶୃଙ୍ଗ ଭଗ୍ନ ହୋଇ ତହିଁର ସ୍ଥାନରେ ଯେ ଚାରି ଶୃଙ୍ଗ ଉତ୍ପନ୍ନ ହେଲା, ଏଥିରେ ସେହି ଦେଶୀୟମାନଙ୍କ ମଧ୍ୟରୁ ଚାରି ରାଜ୍ୟ ଉତ୍ପନ୍ନ ହେବାର ଜାଣିବ, ମାତ୍ର ପରାକ୍ରମରେ ତାହାର ତୁଲ୍ୟ ନୋହିବ।


ସେ ବଳରେ ପରାକ୍ରାନ୍ତ ହେବ, ମାତ୍ର ତାହାର ନିଜ ବଳରେ ନୁହେଁ; ଆଉ, ସେ ଆଶ୍ଚର୍ଯ୍ୟ ରୂପେ ବିନାଶ କରିବ ଓ ସମୃଦ୍ଧ ହୋଇ ସ୍ଵେଚ୍ଛାମତ କାର୍ଯ୍ୟ କରିବ; ଆଉ, ସେ ପରାକ୍ରମୀଗଣକୁ ଓ ପବିତ୍ର ଲୋକମାନଙ୍କୁ ବିନାଶ କରିବ।


Swiv nou:

Piblisite


Piblisite