Biblia Todo Logo
Bib sou entènèt

- Piblisite -




ଦାନିୟେଲ 8:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ସେ ବଳରେ ପରାକ୍ରାନ୍ତ ହେବ, ମାତ୍ର ତାହାର ନିଜ ବଳରେ ନୁହେଁ; ଆଉ, ସେ ଆଶ୍ଚର୍ଯ୍ୟ ରୂପେ ବିନାଶ କରିବ ଓ ସମୃଦ୍ଧ ହୋଇ ସ୍ଵେଚ୍ଛାମତ କାର୍ଯ୍ୟ କରିବ; ଆଉ, ସେ ପରାକ୍ରମୀଗଣକୁ ଓ ପବିତ୍ର ଲୋକମାନଙ୍କୁ ବିନାଶ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ସେ ବଳରେ ପରାକ୍ରା; ହେବ, ମାତ୍ର ତାହାର ନିଜ ବଳରେ ନୁହେଁ; ଆଉ, ସେ ଆଶ୍ଚର୍ଯ୍ୟ ରୂପେ ବିନାଶ କରିବ ଓ ସମୃଦ୍ଧ ହୋଇ ସ୍ଵେଚ୍ଛାମତ କାର୍ଯ୍ୟ କରିବ; ଆଉ, ସେ ପରାକ୍ରମୀଗଣକୁ ଓ ପବିତ୍ର ଲୋକମାନଙ୍କୁ ବିନାଶ କରିବ।

Gade chapit la Kopi

ଓଡିଆ ବାଇବେଲ

24 ସେ ବଳରେ ପରାକ୍ରାନ୍ତ ହେବ, ମାତ୍ର ତାହାର ନିଜ ବଳରେ ନୁହେଁ; ଆଉ, ସେ ଆଶ୍ଚର୍ଯ୍ୟ ରୂପେ ବିନାଶ କରିବ ଓ ସମୃଦ୍ଧ ହୋଇ ସ୍ଵେଚ୍ଛାମତ କାର୍ଯ୍ୟ କରିବ; ଆଉ, ସେ ପରାକ୍ରମୀଗଣକୁ ଓ ପବିତ୍ର ଲୋକମାନଙ୍କୁ ବିନାଶ କରିବ।

Gade chapit la Kopi

ପବିତ୍ର ବାଇବଲ

24 ସେ ବଳରେ ଅତି ପରାକ୍ରମୀ ହେବ। ମାତ୍ର ତାହାର ନିଜ ବଳରେ ନୁହେଁ। ସେ ଭୟଙ୍କର ବିନାଶର କାରଣ ହେବ ଓ ଶକ୍ତିଶାଳୀ ହୋଇ ସ୍ୱେଚ୍ଛାଗ୍ଭରୀ ଭାବରେ କାର୍ଯ୍ୟ କରିବ। ଆଉ ସେ ପରାକ୍ରମୀ ଓ ପବିତ୍ର ଲୋକମାନଙ୍କୁ ବିନାଶ କରିବ।

Gade chapit la Kopi




ଦାନିୟେଲ 8:24
15 Referans Kwoze  

ପୁଣି, ଆଜ୍ଞାଲଙ୍ଘନ ସକାଶୁ ନିତ୍ୟ ହୋମବଳି ସହିତ ବାହିନୀ ତାହା ହସ୍ତରେ ସମର୍ପିତ ହେଲା ଓ ସେ ସତ୍ୟତାକୁ ଭୂମିରେ ନିପାତ କଲା, ଆଉ ସ୍ଵେଚ୍ଛାମତ କର୍ମ କରି ସଫଳତା ଲାଭ କଲା।


କାରଣ ଈଶ୍ବରଙ୍କ ସମସ୍ତ ବାକ୍ୟ ଯେପର୍ଯ୍ୟନ୍ତ ସଫଳ ନ ହୁଏ, ସେପର୍ଯ୍ୟନ୍ତ ସେମାନେ ଯେପରି ତାହାର ଅଭିପ୍ରାୟ ସିଦ୍ଧ କରନ୍ତି ଓ ଏକମନା ହୋଇ ଆପଣାମାନଙ୍କ ରାଜ୍ୟ ପଶୁକୁ ଦାନ କରନ୍ତି, ଏଥିନିମନ୍ତେ ଈଶ୍ବର ସେମାନଙ୍କ ମନରେ ସୂଚାଇ ଦେଲେ।


ତହିଁରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀଜଳ ଉପରେ ସ୍ଥିତ ମନୁଷ୍ୟ ଆପଣା ଦକ୍ଷିଣ ଓ ବାମ ହସ୍ତ ସ୍ୱର୍ଗ ଆଡ଼େ ଉଠାଇ ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, “ଏହା ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ହେବ; ପୁଣି, ସେମାନେ ପବିତ୍ର ଲୋକମାନଙ୍କର ପରାକ୍ରମ ଭଗ୍ନ କରିବାର ଶେଷ କଲେ, ଏହି ସକଳ ବିଷୟ ସିଦ୍ଧ ହେବ।”


ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ଦମନ କରିବ; ଆଉ, ସେ କାଳ ଓ ବ୍ୟବସ୍ଥାର ପରିବର୍ତ୍ତନ କରିବାକୁ ବିଚାର କରିବ; ପୁଣି, ଏକ କାଳ, (ଦୁଇ) ପବିତ୍ର ପର୍ବ ଓ ଅର୍ଦ୍ଧ ପବିତ୍ର ପର୍ବ ପର୍ଯ୍ୟନ୍ତ ସେମାନେ ତାହା ହସ୍ତରେ ସମର୍ପିତ ହେବେ।


କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାୟ; ଯେଉଁ ମହା ବେଶ୍ୟା ଆପଣା ବ୍ୟଭିଚାର ଦ୍ୱାରା, ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ଡ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି।”


ମୁଁ ସେହି ସ୍ତ୍ରୀଲୋକକୁ ସାଧୁମାନଙ୍କ ଓ ଯୀଶୁଙ୍କ ସାକ୍ଷୀମାନଙ୍କ ରକ୍ତପାନରେ ମତ୍ତ ହେବାର ଦେଖିଲି। ତାହାକୁ ଦେଖି ମୁଁ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହେଲି।


ଆଉ, ତାହା ଆକାଶମଣ୍ଡଳର ବାହିନୀ ପର୍ଯ୍ୟନ୍ତ ହିଁ ବୃଦ୍ଧି ପାଇଲା ଓ ସେହି ବାହିନୀ ଓ ତାରାଗଣର କେତେକଙ୍କୁ ଭୂମିରେ ପକାଇ ସେମାନଙ୍କୁ ପଦ ତଳେ ଦଳିଲା।


ଯେଣୁ ସେମାନେ ସାଧୁମାନଙ୍କର ଓ ଭାବବାଦୀମାନଙ୍କର ରକ୍ତପାତ କରିଥିଲେ, ଆଉ ତୁମ୍ଭେ ସେମାନଙ୍କୁ ପାନ କରିବା ନିମନ୍ତେ ରକ୍ତ ଦେଇଅଛ, ସେମାନେ ସେଥିର ଯୋଗ୍ୟ।”


ହଁ, ସେହି ବାହିନୀଗଣର ଅଧିପତି ବିରୁଦ୍ଧରେ ଆପଣାର ବଡ଼ାଇ କରି ତାହାଙ୍କଠାରୁ ନିତ୍ୟ ହୋମାର୍ଥକ ବଳି ଅପହରଣ କଲା ଓ ତାହାଙ୍କ ଧର୍ମଧାମ ନିପାତିତ ହେଲା।


ପୁଣି, ସେମାନଙ୍କ ରାଜ୍ୟର ପରିଣାମ ସମୟରେ ଯେତେବେଳେ ଆଜ୍ଞା-ଲଙ୍ଘନକାରୀମାନଙ୍କର ଆଜ୍ଞାଲଙ୍ଘନ ସମ୍ପୂର୍ଣ୍ଣ ହେବ, ସେତେବେଳେ ଭୟଙ୍କର ବଦନ ଓ ନିଗୂଢ଼ ବାକ୍ୟ-ଜ୍ଞାନୀ ଏକ ରାଜା ଉତ୍ପନ୍ନ ହେବ।


ମୁଁ ଦୁଷ୍ଟକୁ ମହାକ୍ଷମତାପନ୍ନ ଓ ସ୍ୱଭୂମିରେ ସତେଜ ବୃକ୍ଷ ତୁଲ୍ୟ ଆପଣାକୁ ପ୍ରସାରିବାର ଦେଖିଅଛି।


ପୁଣି, ତାହାର ସହିତ ଚୁକ୍ତି ସ୍ଥିର କରାଗଲା ପରେ ସେ ପ୍ରତାରଣାପୂର୍ବକ କାର୍ଯ୍ୟ କରିବ; କାରଣ ସେ ଆସି ଅଳ୍ପ ଲୋକ ଦ୍ୱାରା ପରାକ୍ରମୀ ହେବ।


Swiv nou:

Piblisite


Piblisite