Biblia Todo Logo
Bib sou entènèt

- Piblisite -




ଦାନିୟେଲ 8:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ମୁଁ ଦେଖିଲି ଯେ, ସେ ସେହି ମେଷ ନିକଟକୁ ଆସିଲା ଓ ତାହା ଉପରେ ପ୍ରଚଣ୍ଡ କ୍ରୋଧରେ ଉତ୍ତେଜିତ ହୋଇ ସେହି ମେଷକୁ ଆଘାତ କଲା ଓ ତାହାର ଦୁଇ ଶୃଙ୍ଗ ଭାଙ୍ଗି ପକାଇଲା ଓ ତାହା ସମ୍ମୁଖରେ ଠିଆ ହେବା ପାଇଁ ସେହି ମେଷର ଆଉ ଶକ୍ତି ରହିଲା ନାହିଁ; ମାତ୍ର ସେ ଛାଗ ତାହାକୁ ଭୂମିରେ ପକାଇ ପଦରେ ଦଳିଲା, ଆଉ ତାହାର ହସ୍ତରୁ ସେହି ମେଷକୁ ଉଦ୍ଧାର କରିବା ପାଇଁ କେହି ନ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପୁଣି, ମୁଁ ଦେଖିଲି ଯେ, ସେ ସେହି ମେଷ ନିକଟକୁ ଆସିଲା ଓ ତାହା ଉପରେ ପ୍ରଚଣ୍ତ କ୍ରୋଧରେ ଉତ୍ତେଜିତ ହୋଇ ସେହି ମେଷକୁ ଆଘାତ କଲା ଓ ତାହାର ଦୁଇ ଶୃଙ୍ଗ ଭାଙ୍ଗି ପକାଇଲା ଓ ତାହା ସମ୍ମୁଖରେ ଠିଆ ହେବା ପାଇଁ ସେହି ମେଷର ଆଉ ଶକ୍ତି ରହିଲା ନାହିଁ; ମାତ୍ର ସେ ଛାଗ ତାହାକୁ ଭୂମିରେ ପକାଇ ପଦରେ ଦଳିଲା, ଆଉ ତାହାର ହସ୍ତରୁ ସେହି ମେଷକୁ ଉଦ୍ଧାର କରିବା ପାଇଁ କେହି ନ ଥିଲା।

Gade chapit la Kopi

ଓଡିଆ ବାଇବେଲ

7 ପୁଣି, ମୁଁ ଦେଖିଲି ଯେ, ସେ ସେହି ମେଷ ନିକଟକୁ ଆସିଲା ଓ ତାହା ଉପରେ ପ୍ରଚଣ୍ଡ କ୍ରୋଧରେ ଉତ୍ତେଜିତ ହୋଇ ସେହି ମେଷକୁ ଆଘାତ କଲା ଓ ତାହାର ଦୁଇ ଶୃଙ୍ଗ ଭାଙ୍ଗି ପକାଇଲା ଓ ତାହା ସମ୍ମୁଖରେ ଠିଆ ହେବା ପାଇଁ ସେହି ମେଷର ଆଉ ଶକ୍ତି ରହିଲା ନାହିଁ; ମାତ୍ର ସେ ଛାଗ ତାହାକୁ ଭୂମିରେ ପକାଇ ପଦରେ ଦଳିଲା, ଆଉ ତାହାର ହସ୍ତରୁ ସେହି ମେଷକୁ ଉଦ୍ଧାର କରିବା ପାଇଁ କେହି ନ ଥିଲା।

Gade chapit la Kopi

ପବିତ୍ର ବାଇବଲ

7 ଏବଂ ମୁଁ ଦେଖିଲି ଯେ ସେହି ଛାଗ ପ୍ରଚଣ୍ତ କ୍ରୋଧରେ ସେହି ମେଷ ନିକଟକୁ ଆସିଲା ଓ ଉତ୍ତେଜିତ ହୋଇ ମେଷକୁ ଆଘାତ କଲା ଓ ତାହାର ଦୁଇ ଶିଙ୍ଗ ଭାଙ୍ଗି ପକାଇଲା। ତେଣୁ ଅଣ୍ତିରା ମେଷ, ସେହି ଛାଗର ସମ୍ମୁଖୀନ ହୋଇ ପାରିଲା ନାହିଁ। ତା'ର ଠିଆ ହେବାକୁ ଶକ୍ତି ପାଇଲା ନାହିଁ। ସେହି ଛାଗ ତାକୁ ଭୂମିଶାୟୀ କରି ପାଦରେ ଦଳିଲା, ଆଉ ସେହି ଛାଗଠାରୁ ମେଷକୁ ରକ୍ଷା କରିବାକୁ କେହି ନ ଥିଲେ।

Gade chapit la Kopi




ଦାନିୟେଲ 8:7
8 Referans Kwoze  

ତହିଁରେ ଦକ୍ଷିଣ ଦେଶର ରାଜା କ୍ରୋଧାନ୍ବିତ ହୋଇ ଉତ୍ତର ଦେଶୀୟ ରାଜାଙ୍କ ବିରୁଦ୍ଧରେ ଯୁଦ୍ଧ କରିବ; ତହିଁରେ ସେ (ଉତ୍ତର ଦେଶୀୟ ରାଜା) ମହାଜନତା ସଂଗ୍ରହ କରିବ, ମାତ୍ର ସେହି ଜନତା ତାହାର (ଦକ୍ଷିଣ ଦେଶର ରାଜାଙ୍କ) ହସ୍ତରେ ସମର୍ପିତ ହେବ।


ଏଥିଉତ୍ତାରେ ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଦେଖ, ଚତୁର୍ଥ ପଶୁ, ସେ ଭୟଙ୍କର, କ୍ଷମତାପନ୍ନ ଓ ଅତିଶୟ ବଳବାନ ଓ ତାହାର ବଡ଼ ବଡ଼ ଲୌହମୟ ଦନ୍ତ ଥିଲା; ସେ ଗ୍ରାସ କଲା ଓ ଭାଙ୍ଗି ଚୂର୍ଣ୍ଣ କଲା ଓ ଅବଶିଷ୍ଟ ଯାହା ରହିଲା, ତାହା ପଦ ତଳେ ଦଳିତ କଲା; ଆଉ, ସେ ତାହାର ପୂର୍ବବର୍ତ୍ତୀ ସବୁ ପଶୁମାନଙ୍କଠାରୁ ଭିନ୍ନ; ପୁଣି ତାହାର ଦଶ ଶୃଙ୍ଗ ଥିଲା।


ଏଉତ୍ତାରେ ଅୟର ଲୋକମାନେ ଆପଣା ପଛକୁ ଅନାଇ ଦେଖିଲେ, ଆଉ ଦେଖ, ନଗରର ଧୂମ ଆକାଶକୁ ଉଠୁଅଛି, ମାତ୍ର ଏଆଡ଼େ କି ସେଆଡ଼େ ପଳାଇବାକୁ ସେମାନଙ୍କର ବଳ ନ ଥିଲା; ଆଉ ଯେଉଁମାନେ ପ୍ରାନ୍ତରକୁ ପଳାଉଥିଲେ, ସେମାନେ ଫେରି ଗୋଡ଼ାଇବା ଲୋକମାନଙ୍କୁ ଆକ୍ରମଣ କଲେ।


ପୁଣି କେହି ନ ଗୋଡ଼ାଇଲେ ହେଁ ଯେପରି ଖଡ୍ଗ ସମ୍ମୁଖରେ, ସେପରି ସେମାନେ ପରସ୍ପର ଉପରେ ଝୁଣ୍ଟି ପଡ଼ିବେ ଓ ଶତ୍ରୁଗଣ ସମ୍ମୁଖରେ ଠିଆ ହେବା ପାଇଁ ସେମାନଙ୍କର ବଳ ପାଇବ ନାହିଁ।


ଆଉ, ମୁଁ ଯେଉଁ ଦୁଇ ଶୃଙ୍ଗବିଶିଷ୍ଟ ମେଷକୁ ନଦୀ ସମ୍ମୁଖରେ ଠିଆ ହେବାର ଦେଖିଲି, ତାହା ଆଡ଼କୁ ସେ ଆସି ଆପଣା ବଳର ପ୍ରଚଣ୍ଡତାରେ ତାହା ଉପରକୁ ଧାଇଁଲା।


ଏଉତ୍ତାରେ ସେ ଛାଗ ଆପଣାର ଅତିଶୟ ବଡ଼ାଇ ପ୍ରକାଶ କଲା ଓ ସେ ବଳବାନ ଥିଲା ବେଳେ ତାହାର ବୃହତ ଶୃଙ୍ଗ ଭଗ୍ନ ହେଲା; ଆଉ, ତହିଁର ପରିବର୍ତ୍ତରେ ଆକାଶର ଚତୁର୍ଦ୍ଦିଗ ଆଡ଼େ ଚାରି ବିଲକ୍ଷଣ ଶୃଙ୍ଗ ଉତ୍ପନ୍ନ ହେଲା।


ଆଉ, ତାହା ଆକାଶମଣ୍ଡଳର ବାହିନୀ ପର୍ଯ୍ୟନ୍ତ ହିଁ ବୃଦ୍ଧି ପାଇଲା ଓ ସେହି ବାହିନୀ ଓ ତାରାଗଣର କେତେକଙ୍କୁ ଭୂମିରେ ପକାଇ ସେମାନଙ୍କୁ ପଦ ତଳେ ଦଳିଲା।


ପୁଣି, ଅନ୍ୟ ପଶୁମାନଙ୍କଠାରୁ ସେମାନଙ୍କର କର୍ତ୍ତୃତ୍ୱ ନିଆଗଲା; ତଥାପି ଏକ ନିର୍ଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ ସେମାନଙ୍କର ଆୟୁ ଦୀର୍ଘ କରାଗଲା।


Swiv nou:

Piblisite


Piblisite