Biblia Todo Logo
Bib sou entènèt

- Piblisite -




ଦାନିୟେଲ 9:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ପୁଣି, ସେ ମୋତେ ଶିକ୍ଷା ଦେଲେ ଓ ମୋʼ ସଙ୍ଗେ କଥାବାର୍ତ୍ତା କରି କହିଲେ, “ହେ ଦାନିୟେଲ, ମୁଁ ଏବେ ତୁମ୍ଭକୁ ବୁଦ୍ଧିର କୌଶଳ ଦେବାକୁ ଆସିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ପୁଣି, ସେ ମୋତେ ଶିକ୍ଷା ଦେଲେ ଓ ମୋʼ ସଙ୍ଗେ କଥାବାର୍ତ୍ତା କରି କହିଲେ, ହେ ଦାନିୟେଲ, ମୁଁ ଏବେ ତୁମ୍ଭକୁ ବୁଦ୍ଧିର କୌଶଳ ଦେବାକୁ ଆସିଲି।

Gade chapit la Kopi

ଓଡିଆ ବାଇବେଲ

22 ପୁଣି, ସେ ମୋତେ ଶିକ୍ଷା ଦେଲେ ଓ ମୋ’ ସଙ୍ଗେ କଥାବାର୍ତ୍ତା କରି କହିଲେ, ହେ ଦାନିୟେଲ, ମୁଁ ଏବେ ତୁମ୍ଭକୁ ବୁଦ୍ଧିର କୌଶଳ ଦେବାକୁ ଆସିଲି।

Gade chapit la Kopi

ପବିତ୍ର ବାଇବଲ

22 ଗାବ୍ରିଏଲ ମୋତେ ଶିକ୍ଷା ଦେଇ କହିଲେ, “ହେ ଦାନିୟେଲ, ମୁଁ ତୁମ୍ଭକୁ ବୁଝିବା ପାଇଁ ଜ୍ଞାନ ପ୍ରଦାନ କରୁଅଛି।

Gade chapit la Kopi




ଦାନିୟେଲ 9:22
12 Referans Kwoze  

ମାତ୍ର ସତ୍ୟଗ୍ରନ୍ଥରେ ଯାହା ଲିଖିତ ଅଛି, ତାହା ଆମ୍ଭେ ତୁମ୍ଭଙ୍କୁ ଜଣାଇବୁ; ଏମାନଙ୍କ ବିରୁଦ୍ଧରେ ଆମ୍ଭର ସାହାଯ୍ୟ କରିବା ପାଇଁ ତୁମ୍ଭମାନଙ୍କର ଅଧିପତି ମୀଖାୟେଲ ବିନୁ ଆଉ କେହି ନାହାନ୍ତି।


ପୁଣି, ଉଳୟ ନଦୀ ମଧ୍ୟରୁ ମୁଁ ମନୁଷ୍ୟର ରବ ଶୁଣିଲି, ସେ ଡାକି କହିଲେ, “ହେ ଗାବ୍ରିଏଲ, ଏହି ମନୁଷ୍ୟକୁ ଦର୍ଶନର ତାତ୍ପର୍ଯ୍ୟ ବୁଝାଇ ଦିଅ।”


ଏଥିରେ ମୁଁ କହିଲି, ‘ହେ ମହାଶୟ, ଏସବୁ କଅଣ?’ ତହିଁରେ ମୋʼ ସଙ୍ଗରେ କଥା କହୁଥିବା ଦୂତ ମୋତେ କହିଲେ, ‘ଏସବୁ କଅଣ, ଏହା ଆମ୍ଭେ ତୁମ୍ଭଙ୍କୁ ଜଣାଇବା।’


ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସ୍ୱର୍ଗରେ ଗୋଟିଏ ଦ୍ୱାର ଉନ୍ମୁକ୍ତ; ପୁଣି, ତୂରୀଶବ୍ଦ ସଦୃଶ ମୋ ସହିତ କହୁଥିବା ଯେଉଁ ସ୍ୱର ମୁଁ ପୂର୍ବରେ ଶୁଣିଥିଲି; ତାହା କହିଲା, “ଏଠାକୁ ଉଠିଆସ; ଯାହାସବୁ ଏହାପରେ ଅବଶ୍ୟ ଘଟିବ, ସେହିସବୁ ଆମ୍ଭେ ତୁମ୍ଭକୁ ଦେଖାଇବା।”


ତହିଁରେ ମୋʼ ସଙ୍ଗେ କଥା କହୁଥିବା ଦୂତ ମୋତେ କହିଲେ, ତୁମ୍ଭେ ଘୋଷଣା କରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି ଆମ୍ଭେ ଯିରୂଶାଲମ ଓ ସିୟୋନ ପକ୍ଷରେ ମହା ଈର୍ଷାରେ ଈର୍ଷାନ୍ୱିତ ଅଛୁ।


ମୋର ନିକଟରେ ଯେଉଁମାନେ ଠିଆ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଏକ ଜଣର ନିକଟକୁ ମୁଁ ଯାଇ ଏସବୁର ତଥ୍ୟ ପଚାରିଲି। ତହିଁରେ ସେ ମୋତେ ସେହିସବୁର ଅର୍ଥ ଜଣାଇ କହିଲେ।


ଏବେ, ଶେଷ କାଳରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭକୁ ବୁଝାଇ ଦେବା ପାଇଁ ଆମ୍ଭେ ଆସିଅଛୁ; କାରଣ ଦର୍ଶନ ଆହୁରି ଅନେକ କାଳ ପର୍ଯ୍ୟନ୍ତ ଅଛି।”


ନିଶ୍ଚୟ ପ୍ରଭୁ ସଦାପ୍ରଭୁ ନିଜ ଗୁପ୍ତ ବିଷୟ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ପ୍ରକାଶ ନ କରି କିଛି କରନ୍ତି ନାହିଁ।


ପୁଣି, ସେ ମୋତେ କହିଲେ, “ହେ ଅତ୍ୟନ୍ତ ପ୍ରିୟପାତ୍ର ଦାନିୟେଲ, ଆମ୍ଭେ ତୁମ୍ଭଙ୍କୁ ଯେଉଁ ଯେଉଁ ବାକ୍ୟ କହୁ, ତାହା ବୁଝ ଓ ସିଧା ହୋଇ ଠିଆ ହୁଅ; କାରଣ ଏବେ ଆମ୍ଭେ ତୁମ୍ଭ ନିକଟକୁ ପ୍ରେରିତ ହୋଇଅଛୁ;” ସେ ମୋତେ ଏହି କଥା କହିବାରୁ ମୁଁ କମ୍ପି କମ୍ପି ଠିଆ ହେଲି।


ଏଥିରେ ସେ ମୋତେ କହିଲେ, “ହେ ଦାନିୟେଲ, ଭୟ କର ନାହିଁ; କାରଣ ତୁମ୍ଭେ ଯେଉଁ ପ୍ରଥମ ଦିନରୁ ବୁଝିବା ପାଇଁ ଓ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ଆପଣାକୁ ନମ୍ର କରିବା ପାଇଁ ଆପଣା ମନୋନିବେଶ କଲ, ସେହି ଦିନଠାରୁ ତୁମ୍ଭର ବାକ୍ୟ ଶୁଣାଗଲା; ଆଉ, ତୁମ୍ଭର ବାକ୍ୟ ସକାଶୁ ଆମ୍ଭେ ଆସିଅଛୁ।


Swiv nou:

Piblisite


Piblisite