Biblia Todo Logo
Bib sou entènèt

- Piblisite -




ଦାନିୟେଲ 9:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ପୁଣି, ସେ ଏକ ସପ୍ତାହ ପର୍ଯ୍ୟନ୍ତ ଅନେକଙ୍କ ସହିତ ଦୃଢ଼ ନିୟମ କରିବ ଓ ସପ୍ତାହର ଅର୍ଦ୍ଧେକ କାଳ ଯଜ୍ଞ ଓ ନୈବେଦ୍ୟ ନିବୃତ୍ତ କରାଇବ; ଆଉ, ଘୃଣାଯୋଗ୍ୟ ବସ୍ତୁସକଳର ପକ୍ଷ ଉପରେ ବିନାଶକ ଜଣେ ଆସିବ; ପୁଣି, ନିରୂପିତ ସିଦ୍ଧି ପର୍ଯ୍ୟନ୍ତ ବିନାଶ କର ଉପରେ କ୍ରୋଧ ଢଳାଯିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ପୁଣି, ସେ ଏକ ସପ୍ତାହ ପର୍ଯ୍ୟନ୍ତ ଅନେକର ସହିତ ଦୃଢ଼ ନିୟମ କରିବ ଓ ସପ୍ତାହର ଅର୍ଦ୍ଧେକ କାଳ ଯଜ୍ଞ ଓ ନୈବେଦ୍ୟ ନିବୃତ୍ତ କରାଇବ; ଆଉ, ଘୃଣାଯୋଗ୍ୟ ବସ୍ତୁସକଳର ପକ୍ଷ ଉପରେ ବିନାଶକ ଜଣେ ଆସିବ; ପୁଣି, ନିରୂପିତ ସିଦ୍ଧି ପର୍ଯ୍ୟନ୍ତ ବିନାଶକର ଉପରେ କ୍ରୋଧ ଢଳାଯିବ।

Gade chapit la Kopi

ଓଡିଆ ବାଇବେଲ

27 ପୁଣି, ସେ ଏକ ସପ୍ତାହ ପର୍ଯ୍ୟନ୍ତ ଅନେକଙ୍କ ସହିତ ଦୃଢ଼ ନିୟମ କରିବ ଓ ସପ୍ତାହର ଅର୍ଦ୍ଧେକ କାଳ ଯଜ୍ଞ ଓ ନୈବେଦ୍ୟ ନିବୃତ୍ତ କରାଇବ; ଆଉ, ଘୃଣାଯୋଗ୍ୟ ବସ୍ତୁସକଳର ପକ୍ଷ ଉପରେ ବିନାଶକ ଜଣେ ଆସିବ; ପୁଣି, ନିରୂପିତ ସିଦ୍ଧି ପର୍ଯ୍ୟନ୍ତ ବିନାଶକର ଉପରେ କ୍ରୋଧ ଢଳାଯିବ।

Gade chapit la Kopi

ପବିତ୍ର ବାଇବଲ

27 “ତା'ପରେ ଆଗାମୀ ଅଧିପତି ଏକ ସପ୍ତାହ ପର୍ଯ୍ୟନ୍ତ ଅନେକ ଲୋକଙ୍କ ସହିତ ଦୃଢ଼ ଚୁକ୍ତି କରିବ ଓ ଅର୍ଦ୍ଧ ସପ୍ତାହ ଯଜ୍ଞ ଓ ନୈବେଦ୍ୟ ନିବୃତ୍ତ କରାଇବ। ଆଉ ଘୃଣ୍ୟବସ୍ତ୍ର ସହ ଜଣେ ବିନାଶକ ଆସିବ ଓ ସେ ଭୟଙ୍କର ବିନାଶ ସାଧନ କରିବ। ମାତ୍ର ପରମେଶ୍ୱର ସେହି ବିନାଶକର ସମ୍ପୂର୍ଣ୍ଣ ବିନାଶ କରିବେ।”

Gade chapit la Kopi




ଦାନିୟେଲ 9:27
43 Referans Kwoze  

ଏଣୁ ତୁମ୍ଭେମାନେ ଯେତେବେଳେ ଦାନିୟେଲ ଭାବବାଦୀଙ୍କ ଦ୍ୱାରା ଉକ୍ତ ଧ୍ୱଂସକାରୀ ଘୃଣ୍ୟ ବସ୍ତୁକୁ ପବିତ୍ର ସ୍ଥାନରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ),


“କିନ୍ତୁ ତୁମ୍ଭେମାନେ ଯେତେବେଳେ ଯିରୂଶାଲମ ସହରକୁ ସୈନ୍ୟସାମନ୍ତ ଘେରିଥିବା ଦେଖିବ, ସେତେବେଳେ ତାହା ଧ୍ୱଂସ ହେବା ଯେ ସନ୍ନିକଟ, ଏହା ଜାଣ।


ପୁଣି, ଯେଉଁ ସମୟରେ ନିତ୍ୟ ନୈବେଦ୍ୟ ନିବୃତ୍ତ ହେବ ଓ ବିନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପିତ ହେବ, ସେହି ସମୟଠାରୁ ଏକ ହଜାର ଦୁଇ ଶହ ନବେ ଦିନ ହେବ।


“କିନ୍ତୁ ତୁମ୍ଭେମାନେ ଯେତେବେଳେ ସେହି ଧ୍ୱଂସକାରୀ ଘୃଣ୍ୟ ବସ୍ତୁକୁ, ଯେଉଁଠାରେ ଅବସ୍ଥିତ ହେବା ଉଚିତ୍ ନୁହେଁ, ସେଠାରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ), ସେତେବେଳେ ଯେଉଁମାନେ ଯିହୂଦିୟା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଉନ୍ତୁ;


ଆଉ, ରାଜା ଆପଣା ଇଚ୍ଛାନୁସାରେ କର୍ମ କରିବ ଓ ସକଳ ଦେବତା ଅପେକ୍ଷା ଆପଣାକୁ ବଡ଼ କରି ଦର୍ପ କରିବ, ପୁଣି ଈଶ୍ୱରଗଣର ଈଶ୍ୱରଙ୍କ ବିରୁଦ୍ଧରେ ଅଦ୍ଭୁତ କଥା କହିବ ଓ କ୍ରୋଧ ସଫଳ ହେବା ପର୍ଯ୍ୟନ୍ତ ସମୃଦ୍ଧି ହେବ; କାରଣ ଯାହା ନିରୂପିତ ହୋଇଅଛି, ତାହା କରାଯିବ।


ଏଉତ୍ତାରେ ମୁଁ ଏକ ପବିତ୍ର ବ୍ୟକ୍ତି କଥା କହିବାର ଶୁଣିଲି; ଆଉ, ଯେ କଥା କହିଲେ, ତାଙ୍କୁ ଅନ୍ୟ ଏକ ପବିତ୍ର ବ୍ୟକ୍ତି ପଚାରିଲେ, “ନିତ୍ୟ ହୋମବଳି ଓ ଧ୍ୱଂସକାରୀ ଆଜ୍ଞାଲଙ୍ଘନ ଓ ଦଳିତ ହେବା ନିମନ୍ତେ ଧର୍ମଧାମର ଓ ବାହିନୀର ସମର୍ପଣ ହେବା ବିଷୟକ ଯେଉଁ ଦର୍ଶନ, ତାହା କେତେ କାଳ ପର୍ଯ୍ୟନ୍ତ ହେବ?”


କର୍ଣ୍ଣ ଡେର ଓ ଆମ୍ଭ ନିକଟକୁ ଆସ; ଶୁଣ, ତହିଁରେ ତୁମ୍ଭମାନଙ୍କର ପ୍ରାଣ ବଞ୍ଚିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ସହିତ ଏକ ନିତ୍ୟସ୍ଥାୟୀ ନିୟମ, ଅର୍ଥାତ୍‍, ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।


କିନ୍ତୁ ଅପରାଧ ଯେପରି, ଅନୁଗ୍ରହ ଦାନ ମଧ୍ୟ ଯେ ସେହିପରି, ତାହା ନୁହେଁ, କାରଣ ଯଦି ଜଣକର ଅପରାଧ ଦ୍ୱାରା ଅନେକେ ମୃତ୍ୟୁଭୋଗ କଲେ, ତାହାହେଲେ ଈଶ୍ବରଙ୍କ ଅନୁଗ୍ରହ ଓ ଜଣେ ମନୁଷ୍ୟଙ୍କ, ଅର୍ଥାତ୍‍ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଦତ୍ତ ଦାନ ଅନେକଙ୍କ ପ୍ରତି ଅଧିକ ପ୍ରଚୁର ହେଲା।


ପୁଣି, ଦେଖ, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା, ଆଉ ଭୂମିକମ୍ପ ହେଲା ଓ ଶୈଳସବୁ ବିଦୀର୍ଣ୍ଣ ହେଲା,


“ଏଥିରୁ ସମସ୍ତେ ପାନ କର, କାରଣ ଯେଉଁ ନିୟମର ରକ୍ତ ଅନେକଙ୍କ ପାଇଁ ପାପ କ୍ଷମା ଉଦ୍ଦେଶ୍ୟରେ ପାତିତ ହେଉଅଛି, ଏ ମୋହର ସେହି ରକ୍ତ।


ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ।


“ଆମ୍ଭେ ସଦାପ୍ରଭୁ, ଧର୍ମରେ ତୁମ୍ଭକୁ ଆହ୍ୱାନ କରିଅଛୁ ଓ ତୁମ୍ଭର ହସ୍ତ ଧରି ତୁମ୍ଭକୁ ରକ୍ଷା କରିବୁ, ଆଉ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରିବା ପାଇଁ, ବନ୍ଦୀମାନଙ୍କୁ କାରାକୂପରୁ ଓ ଅନ୍ଧକାରରେ ବସିଥିବା ଲୋକମାନଙ୍କୁ ବନ୍ଦୀଗୃହରୁ ବାହାର କରି ଆଣିବା ପାଇଁ,


ଏହେତୁ ଏବେ ତୁମ୍ଭେମାନେ ନିନ୍ଦକ ହୁଅ ନାହିଁ, ପଛେ ଅବା ତୁମ୍ଭମାନଙ୍କର ବନ୍ଧନ ଦୃଢ଼ ହୁଏ; କାରଣ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଆମ୍ଭେ ସମୁଦାୟ ପୃଥିବୀ ଉପରେ ଉଚ୍ଛିନ୍ନତାର, ନିରୂପିତ ଉଚ୍ଛିନ୍ନତାର କଥା ଶୁଣିଅଛୁ।


ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେ ମାତ୍ର ଉତ୍ସର୍ଗୀକୃତ ହେଲେ, କିନ୍ତୁ ଦ୍ୱିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି, ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ।


ଆଉ, ଏହି ପ୍ରକାରେ ସମସ୍ତ ଇସ୍ରାଏଲ ପରିତ୍ରାଣ ପାଇବେ, ଯେପରି ଲେଖାଅଛି, “ସିୟୋନରୁ ଉଦ୍ଧାରକର୍ତ୍ତା ଆଗମନ କରିବେ, ସେ ଯାକୁବଠାରୁ ଅଧର୍ମ ଦୂର କରିବେ।


କାରଣ ଯେପରି ଜଣକର ଅନାଜ୍ଞାବହତା ଦ୍ୱାରା ଅନେକେ ପାପୀ ହେଲେ, ସେହିପରି ମଧ୍ୟ ଜଣକର ଆଜ୍ଞାବହତା ଦ୍ୱାରା ଅନେକେ ଧାର୍ମିକ ହେବେ।


ଆଉ ସେମାନେ ଖଡ୍ଗରେ ହତ ହେବେ ଓ ବନ୍ଦୀ ହୋଇ ସମସ୍ତ ଅଣଯିହୁଦୀ ମଧ୍ୟକୁ ନିଆଯିବେ, ପୁଣି, ଅଣଯିହୁଦୀମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯିରୂଶାଲମ ସେମାନଙ୍କର ପଦଦଳିତ ହୋଇ ରହିବ।”


ଯେହେତୁ ସଦାପ୍ରଭୁ କହନ୍ତି, ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ ଯିହୁଦାର ସନ୍ତାନଗଣ କରିଅଛନ୍ତି; ସେମାନେ ଆମ୍ଭ ନାମରେ ଖ୍ୟାତ ଏହି ଗୃହକୁ ଅଶୁଚି କରିବା ନିମନ୍ତେ ସେମାନଙ୍କର ଘୃଣାଯୋଗ୍ୟ ବସ୍ତୁ ତହିଁ ମଧ୍ୟରେ ରଖିଅଛନ୍ତି।


ଆଉ, ତାହାର ପକ୍ଷସ୍ଥ ସୈନ୍ୟଗଣ ଉଠି ଧର୍ମଧାମ, ଅର୍ଥାତ୍‍, ଦୁର୍ଗ ଅଶୁଚି କରିବେ ଓ ନିତ୍ୟ ନୈବେଦ୍ୟ ନିବୃତ୍ତ କରିବେ, ଆଉ ସର୍ବନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପନ କରିବେ।


କାରଣ ଇସ୍ରାଏଲ-ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜାହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ;


ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;


ତୁମ୍ଭେମାନେ କହିଅଛ, “ଆମ୍ଭେମାନେ ମୃତ୍ୟୁୁ ସଙ୍ଗେ ନିୟମ କରିଅଛୁ ଓ ପାତାଳ ସଙ୍ଗେ ଆମ୍ଭମାନଙ୍କର ସନ୍ଧି ଅଛି; ଏହେତୁ ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତାହା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ; କାରଣ ଆମ୍ଭେମାନେ ମିଥ୍ୟାକୁ ଆପଣାମାନଙ୍କର ଆଶ୍ରୟ କରିଅଛୁ ଓ ଅସତ୍ୟର ତଳେ ଆମ୍ଭେମାନେ ଆପଣାମାନଙ୍କୁ ଲୁଚାଇଅଛୁ,”


ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ଦମନ କରିବ; ଆଉ, ସେ କାଳ ଓ ବ୍ୟବସ୍ଥାର ପରିବର୍ତ୍ତନ କରିବାକୁ ବିଚାର କରିବ; ପୁଣି, ଏକ କାଳ, (ଦୁଇ) ପବିତ୍ର ପର୍ବ ଓ ଅର୍ଦ୍ଧ ପବିତ୍ର ପର୍ବ ପର୍ଯ୍ୟନ୍ତ ସେମାନେ ତାହା ହସ୍ତରେ ସମର୍ପିତ ହେବେ।


Swiv nou:

Piblisite


Piblisite