Biblia Todo Logo
Bib sou entènèt

- Piblisite -




ଦାନିୟେଲ 9:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ମୁଁ ସଦାପ୍ରଭୁ ମୋର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲି ଓ ପାପ ସ୍ୱୀକାର କରି କହିଲି, “ହେ ପ୍ରଭୁ, ତୁମ୍ଭେ ମହାନ ଓ ଭୟାନକ ପରମେଶ୍ୱର, ଯେଉଁମାନେ ତୁମ୍ଭଙ୍କୁ ପ୍ରେମ କରନ୍ତି ଓ ତୁମ୍ଭର ଆଜ୍ଞା ପାଳନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ରକ୍ଷା କରିଥାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି, ମୁଁ ସଦାପ୍ରଭୁ ମୋର ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କଲି ଓ ପାପ ସ୍ଵୀକାର କରି କହିଲି, ହେ ପ୍ରଭୁ, ତୁମ୍ଭେ ମହାନ ଓ ଭୟାନକ ପରମେଶ୍ଵର, ଯେଉଁମାନେ ତୁମ୍ଭଙ୍କୁ ପ୍ରେମ କରନ୍ତି ଓ ତୁମ୍ଭର ଆଜ୍ଞା ପାଳନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ରକ୍ଷା କରିଥାଅ।

Gade chapit la Kopi

ଓଡିଆ ବାଇବେଲ

4 ପୁଣି, ମୁଁ ସଦାପ୍ରଭୁ ମୋର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲି ଓ ପାପ ସ୍ୱୀକାର କରି କହିଲି, ହେ ପ୍ରଭୁ, ତୁମ୍ଭେ ମହାନ ଓ ଭୟାନକ ପରମେଶ୍ୱର, ଯେଉଁମାନେ ତୁମ୍ଭଙ୍କୁ ପ୍ରେମ କରନ୍ତି ଓ ତୁମ୍ଭର ଆଜ୍ଞା ପାଳନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ରକ୍ଷା କରିଥାଅ।

Gade chapit la Kopi

ପବିତ୍ର ବାଇବଲ

4 ପୁଣି ମୁଁ ମୋର ପରମେଶ୍ୱର ସଦାପ୍ରଭୁଙ୍କୁ ପ୍ରାର୍ଥନା କଲି ଓ ମୋର ପାପ ସ୍ୱୀକାର କରି କହିଲି, “ହେ ସଦାପ୍ରଭୁ, ତୁମ୍ଭେ ମହାନ ଓ ଭୟାନକ ପରମେଶ୍ୱର। ଯେଉଁମାନେ ତୁମ୍ଭକୁ ପ୍ରେମ କରନ୍ତି ଓ ତୁମ୍ଭର ଚୁକ୍ତି ପାଳନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ଦୟା ଓ ନିୟମ କରିଥାଅ।

Gade chapit la Kopi




ଦାନିୟେଲ 9:4
30 Referans Kwoze  

ଯେଉଁମାନେ ଈଶ୍ବରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ବର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।


ମାତ୍ର ଯେଉଁମାନେ ଆମ୍ଭଙ୍କୁ ପ୍ରେମ କରନ୍ତି ଓ ଆମ୍ଭର ଆଜ୍ଞା ପାଳନ କରନ୍ତି, ଆମ୍ଭେ ସେମାନଙ୍କର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାକାରୀ।


ମାତ୍ର ଯେଉଁମାନେ ଆମ୍ଭଙ୍କୁ ପ୍ରେମ କରନ୍ତି ଓ ଆମ୍ଭର ଆଜ୍ଞା ପାଳନ କରନ୍ତି, ଆମ୍ଭେ ସେମାନଙ୍କର ସହସ୍ର (ପୁରୁଷ) ପର୍ଯ୍ୟନ୍ତ ଦୟାକାରୀ।


ଯେବେ ଆମ୍ଭ ନାମରେ ବିଖ୍ୟାତ ଆମ୍ଭ ଲୋକମାନେ ଆପଣାମାନଙ୍କୁ ନମ୍ର କରି ପ୍ରାର୍ଥନା କରିବେ ଓ ଆମ୍ଭର ମୁଖ ଅନ୍ୱେଷଣ କରି ଆପଣା ଆପଣା କୁପଥରୁ ଫେରିବେ, ତେବେ ଆମ୍ଭେ ସ୍ୱର୍ଗରୁ ଶୁଣିବା ଓ ସେମାନଙ୍କର ପାପ କ୍ଷମା କରିବା ଓ ସେମାନଙ୍କ ଦେଶ ସୁସ୍ଥ କରିବା।


ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ମହାନ, ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ୱର, ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ, ଅଶୂରୀୟ ରାଜାଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜାଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ ଓ ଆମ୍ଭମାନଙ୍କ ଯାଜକଗଣ ଉପରେ ଓ ଆମ୍ଭମାନଙ୍କ ଭବିଷ୍ୟଦ୍‍ବକ୍ତାଗଣ ଉପରେ ଓ ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେ ଯେ କ୍ଳେଶ ଘଟିଅଛି, ତାହାସବୁ ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ଦେଖା ନ ଯାଉ।


ଏହେତୁ ଜାଣ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର, କେବଳ ସେ ପରମେଶ୍ୱର ଅଟନ୍ତି; ସେ ବିଶ୍ୱସନୀୟ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କୁ ପ୍ରେମ କରନ୍ତି ଓ ତାହାଙ୍କ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ସେ ସହସ୍ର ପିଢ଼ି ପର୍ଯ୍ୟନ୍ତ ନିୟମ ଓ ଦୟା ରକ୍ଷା କରନ୍ତି।


“ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ଉପରିସ୍ଥ ସ୍ୱର୍ଗରେ କିଅବା ନୀଚସ୍ଥ ପୃଥିବୀରେ ତୁମ୍ଭ ତୁଲ୍ୟ ପରମେଶ୍ୱର କେହି ନାହିଁ; ତୁମ୍ଭର ଯେଉଁ ଦାସମାନେ ସର୍ବାନ୍ତଃକରଣ ସହିତ ତୁମ୍ଭ ସମ୍ମୁଖରେ ଗମନାଗମନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ପାଳନ କରିଥାଅ;


ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲି ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, “ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ୱୀକାର କରିବି,” ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ। [ସେଲା]


ତୁମ୍ଭେ ସେମାନଙ୍କଠାରୁ ଭୟଯୁକ୍ତ ହେବ ନାହିଁ, କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ, ସେ ମହାନ ଓ ଭୟଙ୍କର ପରମେଶ୍ୱର ଅଟନ୍ତି।


ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ବର କଅଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାନ୍ତି?


ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ପ୍ରେମ କରୁଥିବା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ କରିବ।


ଯେପରି ସେ ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ପ୍ରତି ଦୟା ବ୍ୟବହାର କରନ୍ତି,


ସଦାପ୍ରଭୁ କହନ୍ତି, ତୁମ୍ଭେ ଯେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ଅପରାଧ କରିଅଛ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ତଳେ ବିଦେଶୀୟମାନଙ୍କ ନିକଟକୁ ଯାଇ ଭ୍ରମଣ କରିଅଛ ଓ ଆମ୍ଭ ରବରେ ମନୋଯୋଗ କରି ନାହଁ, ଆପଣାର ଏହି ଅଧର୍ମାଚରଣ କେବଳ ସ୍ୱୀକାର କର।


“ହେ ସଦାପ୍ରଭୋ, ସ୍ୱର୍ଗସ୍ଥ ପରମେଶ୍ୱର, ମୁଁ ବିନୟ କରୁଅଛି, ତୁମ୍ଭେ ମହାନ ଓ ଭୟଙ୍କର ପରମେଶ୍ୱର ଅଟ, ଯେଉଁମାନେ ତୁମ୍ଭକୁ ପ୍ରେମ କରନ୍ତି ଓ ତୁମ୍ଭର ସବୁ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ;


ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରେ ପ୍ରାର୍ଥନା ଓ ସ୍ୱୀକାର, କ୍ରନ୍ଦନ ଓ ପ୍ରଣାମ କରିବା ସମୟରେ ଇସ୍ରାଏଲ ମଧ୍ୟରୁ ପୁରୁଷ ଓ ସ୍ତ୍ରୀ ଓ ବାଳକ ବାଳିକାର ଏକ ମହାସମାଜ ତାଙ୍କ ନିକଟରେ ଏକତ୍ରିତ ହୋଇଥିଲେ; କାରଣ ଲୋକମାନେ ଅତିଶୟ କ୍ରନ୍ଦନ କଲେ।


ଏଥିଉତ୍ତାରେ ଏହି ଲେଖା ସ୍ୱାକ୍ଷରିତ ହୋଇଅଛି ବୋଲି ଜାଣିଲା ଉତ୍ତାରେ ଦାନିୟେଲ ଆପଣା ଗୃହକୁ ଗଲେ; ତାଙ୍କ କୋଠରିର ଝରକା ଯିରୂଶାଲମ ଆଡ଼େ ମେଲା ଥିଲା; ପୁଣି, ସେ ପୂର୍ବେ ଯେପରି କରିଥାʼନ୍ତି, ତଦନୁସାରେ ଦିନ ମଧ୍ୟରେ ତିନି ଥର ଆଣ୍ଠୁପାତି ପ୍ରାର୍ଥନା କଲେ ଓ ଆପଣା ପରମେଶ୍ୱରଙ୍କ ଛାମୁରେ ଧନ୍ୟବାଦ ପ୍ରଦାନ କଲେ।


ଏଣୁ ମୁଁ ଉପବାସ, ଚଟ ପରିଧାନ ଓ ଭସ୍ମ ଲେପନ କରି ପ୍ରାର୍ଥନା ଓ ବିନତି ଦ୍ୱାରା ପ୍ରଭୁ ପରମେଶ୍ୱରଙ୍କର ଅନ୍ଵେଷଣ କରିବା ପାଇଁ ତାହାଙ୍କ ପ୍ରତି ଦୃଷ୍ଟି କଲି।


ତୁମ୍ଭେମାନେ ଏହି ସକଳ ଶାସନ ଶୁଣି, ମାନି ଓ ପାଳନ କରିବାରୁ ଏପରି ହେବ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ ଓ ଦୟା ବିଷୟରେ ଶପଥ କରିଅଛନ୍ତି, ସେ ତାହା ତୁମ୍ଭ ପକ୍ଷରେ ରକ୍ଷା କରିବେ।


ପୁଣି, ସେମାନେ ଆସି ତାହା ଅଧିକାର କଲେ; ମାତ୍ର ସେମାନେ ତୁମ୍ଭ ରବରେ ମନୋଯୋଗ କଲେ ନାହିଁ; କିଅବା ତୁମ୍ଭ ବ୍ୟବସ୍ଥା ପଥରେ ଚାଲିଲେ ନାହିଁ; ତୁମ୍ଭେ ସେମାନଙ୍କୁ ଯାହା ଯାହା ପାଳନ କରିବାକୁ ଆଜ୍ଞା ଦେଲ, ସେସବୁ ମଧ୍ୟରୁ ସେମାନେ କିଛି ହିଁ ପାଳନ କରି ନାହାନ୍ତି; ଏହେତୁ ତୁମ୍ଭେ ଏହିସବୁ ଅମଙ୍ଗଳ ସେମାନଙ୍କ ଉପରେ ଘଟାଇଅଛ।


Swiv nou:

Piblisite


Piblisite