Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 10:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତୁମ୍ଭ ପୂର୍ବପୁରୁଷମାନେ ସତୁରି ପ୍ରାଣୀ ସହିତ ମିସରକୁ ଯାଇଥିଲେ; ମାତ୍ର ଏବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆକାଶମଣ୍ଡଳର ତାରାଗଣ ପରି ତୁମ୍ଭକୁ ବହୁସଂଖ୍ୟକ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ତୁମ୍ଭ ପୂର୍ବପୁରୁଷମାନେ ସତୁରି ପ୍ରାଣୀ ସହିତ ମିସରକୁ ଯାଇଥିଲେ; ମାତ୍ର ଏବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆକାଶମଣ୍ତଳର ତାରାଗଣ ପରି ତୁମ୍ଭକୁ ବହୁସଂଖ୍ୟକ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

22 ତୁମ୍ଭ ପୂର୍ବପୁରୁଷମାନେ ସତୁରି ପ୍ରାଣୀ ସହିତ ମିସରକୁ ଯାଇଥିଲେ; ମାତ୍ର ଏବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆକାଶମଣ୍ଡଳର ତାରାଗଣ ପରି ତୁମ୍ଭକୁ ବହୁସଂଖ୍ୟକ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

22 ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସତୁରି ପ୍ରାଣୀ ସହିତ ମିଶରକୁ ଯାଇଥିଲେ। ମାତ୍ର ଏବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆକାଶ ମଣ୍ତଳର ତାରାଗଣ ପରି ତୁମ୍ଭମାନଙ୍କୁ ବହୁସଂଖ୍ୟକ କରିଛନ୍ତି।

Gade chapit la Kopi




ଦ୍ଵିତୀୟ ବିବରଣ 10:22
14 Referans Kwoze  

ମିସରରେ ଯୋଷେଫଙ୍କର ଯେଉଁ ପୁତ୍ର ଜାତ ହୋଇଥିଲେ, ସେମାନେ ଦୁଇ ପ୍ରାଣୀ। ମିସରକୁ ଆଗତ ଯାକୁବଙ୍କର ପରିଜନ ସର୍ବସୁଦ୍ଧା ସତୁରି ଜଣ ଥିଲେ।


ସର୍ବସୁଦ୍ଧା ଯାକୁବଙ୍କଠାରୁ ଉତ୍ପନ୍ନ ବଂଶ ସତୁରି ପ୍ରାଣୀ ଥିଲେ; ମାତ୍ର ଯୋଷେଫ ପୂର୍ବେ ମିସରରେ ଥିଲେ।


ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ବାହାରକୁ ଆଣି କହିଲେ, “ତୁମ୍ଭେ ଆକାଶକୁ ଦୃଷ୍ଟି କରି ଯଦି ତାରାସମୂହ ଗଣିପାର, ତେବେ ଗଣି କୁହ।” ସେ ଆହୁରି କହିଲେ, “ଏହି ପ୍ରକାର ତୁମ୍ଭର ବଂଶ ହେବ।”


ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ବୃଦ୍ଧି କରିଅଛନ୍ତି, ଏଣୁ ଦେଖ, ତୁମ୍ଭେମାନେ ଆଜି ଆକାଶର ତାରାଗଣ ତୁଲ୍ୟ ବହୁସଂଖ୍ୟକ ହୋଇଅଛ।


ଆହୁରି, ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଆକାଶର ନକ୍ଷତ୍ରଗଣ ତୁଲ୍ୟ ବହୁସଂଖ୍ୟକ କଲ ଓ ଯେଉଁ ଦେଶ ସେମାନେ ଅଧିକାର କରିବାକୁ ଯିବେ ବୋଲି ତୁମ୍ଭେ ସେମାନଙ୍କ ପିତୃଗଣକୁ କହିଥିଲ, ସେହି ଦେଶକୁ ସେମାନଙ୍କୁ ଆଣିଲ।


ତହିଁରେ ତୁମ୍ଭେମାନେ ବହୁସଂଖ୍ୟକ ସକାଶୁ ଆକାଶର ତାରାଗଣ ପରି ହେଲେ ମଧ୍ୟ ଅଳ୍ପସଂଖ୍ୟକ ହୋଇ ରହିବ; ଯେହେତୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ କର୍ଣ୍ଣପାତ କଲ ନାହିଁ।


ତାହାପରେ ଯୋଷେଫ ଆପଣା ପିତା ଯାକୁବ ଓ ପଞ୍ଚସ୍ତରି ଜଣ ଜ୍ଞାତିକୁଟୁମ୍ବ ସମସ୍ତଙ୍କୁ ଡକାଇ ପଠାଇଲେ। ସେଥିରେ ଯାକୁବ ମିସରକୁ ଗଲେ,


ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ଗଣିତ ଲୋକମାନଙ୍କର ସଂଖ୍ୟା ଛଅ ଲକ୍ଷ ଏକ ହଜାର ସାତ ଶହ ତିରିଶ ଥିଲା।


ଏହେତୁରୁ ମଧ୍ୟ ମୃତକଳ୍ପ ଜଣେ ବ୍ୟକ୍ତିଙ୍କଠାରୁ ଆକାଶର ନକ୍ଷତ୍ରଗଣ ପରି ଅସଂଖ୍ୟ ଓ ସମୁଦ୍ରତୀରସ୍ଥ ବାଲୁକା ପରି ଅଗଣ୍ୟ ଏକ ଜାତି ଉତ୍ପନ୍ନ ହେଲା।


ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ଲୋକ ଗଣାଯାʼନ୍ତେ, ତେଇଶ ହଜାର ଜଣ ହେଲେ; କାରଣ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେମାନଙ୍କୁ କୌଣସି ଅଧିକାର ଦତ୍ତ ନୋହିବାରୁ ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ।


ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ୱାର ଅଧିକାର କରିବେ।


ପୁଣି ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଉତ୍ତର ଦେଇ କହିବ, “ଏକ ଜଣ ଭ୍ରମଣକାରୀ ଅରାମୀୟ ଲୋକ ଆମ୍ଭର ପିତା ଥିଲା ଓ ସେ ଅଳ୍ପସଂଖ୍ୟକ ହୋଇ ମିସରକୁ ଯାଇ ପ୍ରବାସ କଲା; ପୁଣି ସେ ସ୍ଥାନରେ ସେ ମହାନ, ବଳବାନ ଓ ବହୁସଂଖ୍ୟକ ଏକ ଗୋଷ୍ଠୀ ହୋଇ ଉଠିଲା।


ଯାକୁବଙ୍କ କଟିରୁ ଉତ୍ପନ୍ନ ଯେଉଁ ପ୍ରାଣୀଗଣ ତାଙ୍କ ସଙ୍ଗରେ ମିସରରେ ଉପସ୍ଥିତ ହେଲେ, ଯାକୁବଙ୍କ ପୁତ୍ରବଧୂମାନଙ୍କ ଛଡ଼ା ସେମାନେ ସର୍ବସୁଦ୍ଧା ଛଅଷଠି ପ୍ରାଣୀ ଥିଲେ।


ତୁମ୍ଭେମାନେ ଏବେ ଯେତେ ଅଛ, ସଦାପ୍ରଭୁ ତୁମ୍ଭମାନଙ୍କ ପୈତୃକ ପରମେଶ୍ୱର ତୁମ୍ଭମାନଙ୍କୁ ତହିଁର ସହସ୍ର ଗୁଣ କରନ୍ତୁ ଓ ସେ ଯେରୂପ ତୁମ୍ଭମାନଙ୍କୁ ପ୍ରତିଜ୍ଞା କରିଅଛନ୍ତି, ତଦ୍ରୂପ ତୁମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ।


Swiv nou:

Piblisite


Piblisite