Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 11:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ ତୁମ୍ଭେମାନେ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କୁ ସେବା କରିବାକୁ ଆଜି ଆମ୍ଭେ ଯେଉଁ ଆଜ୍ଞା ଦେଉଅଛୁ, ତାହା ଯଦି ଯତ୍ନପୂର୍ବକ ଶୁଣିବ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆଉ ତୁମ୍ଭେମାନେ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କୁ ସେବା କରିବାକୁ ଆଜି ଆମ୍ଭେ ଯେଉଁ ଆଜ୍ଞା ଦେଉଅଛୁ, ତାହା ଯେବେ ଯନିପୂର୍ବକ ଶୁଣିବ;

Gade chapit la Kopi

ଓଡିଆ ବାଇବେଲ

13 ଆଉ ତୁମ୍ଭେମାନେ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କୁ ସେବା କରିବାକୁ ଆଜି ଆମ୍ଭେ ଯେଉଁ ଆଜ୍ଞା ଦେଉଅଛୁ, ତାହା ଯଦି ଯତ୍ନପୂର୍ବକ ଶୁଣିବ;

Gade chapit la Kopi

ପବିତ୍ର ବାଇବଲ

13 “ସଦାପ୍ରଭୁ କହିଲେ, ‘ତୁମ୍ଭେମାନେ ଯତ୍ନ ସହକାରେ ଆଜି ମୁଁ ତୁମ୍ଭମାନଙ୍କୁ ଯାହା କହୁଅଛି ଶୁଣ। ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କର। ତୁମ୍ଭେମାନେ ଅନ୍ତଃକରଣ ଓ ପ୍ରାଣ ସହିତ ସେବା କର। ଯଦି ତୁମ୍ଭେ ଏପରି କର ତେବେ,

Gade chapit la Kopi




ଦ୍ଵିତୀୟ ବିବରଣ 11:13
16 Referans Kwoze  

ଏବେ ହେ ଇସ୍ରାଏଲ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ଭୟ କରିବାର, ତାହାଙ୍କ ସକଳ ପଥରେ ଗମନ କରିବାର ଓ ତାହାଙ୍କୁ ପ୍ରେମ କରିବାର, ପୁଣି ଆପଣାର ସମସ୍ତ ଅନ୍ତଃକରଣ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସେବା କରିବାର,


ମାତ୍ର ସେହି ସ୍ଥାନରୁ ଯେବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଅନ୍ୱେଷଣ କରିବ, ତେବେ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଅନ୍ୱେଷଣ କଲେ, ତାହାଙ୍କର ଉଦ୍ଦେଶ୍ୟ ପାଇବ।


ଏଥିପାଇଁ ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେମାନେ ସେହି ସବୁ ଆଜ୍ଞା ପାଳନ କରିବ; ତହିଁରେ ତୁମ୍ଭେମାନେ ବଳବାନ ହେବ, ପୁଣି ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ତହିଁରେ ପ୍ରବେଶ କରି ଅଧିକାର କରିବ;


ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ତୁମ୍ଭ ପ୍ରତି ଆଦିଷ୍ଟ ସମସ୍ତ ଆଜ୍ଞା, ତାହାଙ୍କ ପ୍ରମାଣ-ବାକ୍ୟ ଓ ତାହାଙ୍କ ବିଧି ଯତ୍ନପୂର୍ବକ ପାଳନ କରିବ।


ଆମ୍ଭେମାନେ ଯତ୍ନପୂର୍ବକ ଯେପରି ତୁମ୍ଭର ବିଧାନସବୁ ପାଳନ କରିବା, ଏଥିପାଇଁ ତୁମ୍ଭେ ତାହାସବୁ ଆଜ୍ଞା କରିଅଛ।


କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ସମସ୍ତ ପଥରେ ଚାଲିବାକୁ ଓ ତାହାଙ୍କଠାରେ ଦୃଢ଼ ରୂପେ ଆସକ୍ତ ହେବାକୁ ଏହି ଯେଉଁ ସମସ୍ତ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ପାଳନ କରିବାକୁ ଦେଉଅଛି, ତାହାସବୁ ଯଦି ତୁମ୍ଭେମାନେ ଯତ୍ନପୂର୍ବକ ମାନ୍ୟ କରିବ;


ଯଦି ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଚ଼ାଲିବ ଓ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ;


ତୁମ୍ଭେମାନେ ଏହି ସକଳ ଶାସନ ଶୁଣି, ମାନି ଓ ପାଳନ କରିବାରୁ ଏପରି ହେବ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ ଓ ଦୟା ବିଷୟରେ ଶପଥ କରିଅଛନ୍ତି, ସେ ତାହା ତୁମ୍ଭ ପକ୍ଷରେ ରକ୍ଷା କରିବେ।


ଏହେତୁ ତୁମ୍ଭେ ସବୁବେଳେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କରିବ ଓ ତାହାଙ୍କ ରକ୍ଷଣୀୟ ଓ ବିଧି ଓ ଶାସନ ଓ ଆଜ୍ଞାସକଳ ପାଳନ କରିବ।


ମୁଁ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ସେହି ସବୁ ମାନିବା ପାଇଁ ଓ କରିବା ପାଇଁ ଯଦି ତୁମ୍ଭେ ତାହାଙ୍କ ରବରେ ଯତ୍ନପୂର୍ବକ କର୍ଣ୍ଣପାତ କରିବ, ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ପୃଥିବୀସ୍ଥ ସମସ୍ତ ଦେଶୀୟ ଲୋକଙ୍କ ଅପେକ୍ଷା ତୁମ୍ଭକୁ ଶ୍ରେଷ୍ଠ କରିବେ।


ପୁଣି, ଶଲୋମନ ଆପଣା ପିତା ଦାଉଦଙ୍କର ବିଧି ଅନୁସାରେ ଆଚରଣ କରି ସଦାପ୍ରଭୁଙ୍କୁ ପ୍ରେମ କଲେ; କେବଳ ସେ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।


ଯେଉଁମାନେ ତାହାଙ୍କ ପ୍ରମାଣ-ବାକ୍ୟସବୁ ପାଳନ କରନ୍ତି, ଯେଉଁମାନେ ସର୍ବାନ୍ତଃକରଣରେ ତାହାଙ୍କୁ ଖୋଜନ୍ତି, ସେମାନେ ଧନ୍ୟ।


ପୁଣି, ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଯେବେ ଯତ୍ନପୂର୍ବକ ଆମ୍ଭ କଥାରେ ମନୋଯୋଗ କରି ବିଶ୍ରାମବାରରେ ଏହି ନଗର-ଦ୍ୱାର ଦେଇ କୌଣସି ବୋଝ ଭିତରକୁ ନ ଆଣ ଓ ସେହି ଦିନ କୌଣସି କାର୍ଯ୍ୟ ନ କରି ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ କର;


ପୁଣି, ଆମ୍ଭେ ସେମାନଙ୍କୁ ଓ ଆମ୍ଭ ପର୍ବତର ଚତୁର୍ଦ୍ଦିଗସ୍ଥିତ ସ୍ଥାନକୁ ଆଶୀର୍ବାଦ ସ୍ୱରୂପ କରିବା; ଆଉ, ଆମ୍ଭେ ଯଥା ସମୟରେ ଜଳଧାରା ବର୍ଷାଇବା; ତାହା ଆଶୀର୍ବାଦର ଜଳଧାରା ହେବ।


ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭମାନଙ୍କୁ ବୃଷ୍ଟିଦାନ କରିବା, ତହିଁରେ ଭୂମି ନିଜ ଶସ୍ୟର ପୂର୍ଣ୍ଣତା ଉତ୍ପନ୍ନ କରିବ ଓ କ୍ଷେତ୍ରର ବୃକ୍ଷସକଳ ଆପଣା ଆପଣା ଫଳ ଉତ୍ପନ୍ନ କରିବ।


Swiv nou:

Piblisite


Piblisite