Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 11:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି ଆଜିଠାରୁ ଜ୍ଞାନବାନ ହୁଅ କାରଣ ମୁଁ ତୁମ୍ଭମାନଙ୍କ ବାଳକମାନଙ୍କୁ କହୁ ନାହିଁ, ସେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ କୃତ ଶାସ୍ତି ଜାଣି ନାହାନ୍ତି, ତାହାଙ୍କ ମହିମା, ତାହାଙ୍କ ବଳବାନ ହସ୍ତ ଓ ବିସ୍ତାରିତ ବାହୁ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ଆଜିଠାରୁ ଜ୍ଞାନବାନ ହୁଅ; କାରଣ ମୁଁ ତୁମ୍ଭମାନଙ୍କ ବାଳକମାନଙ୍କୁ କହୁ ନାହିଁ, ସେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ କୃତ ଶାସ୍ତି ଜାଣି ନାହାନ୍ତି, ତାହାଙ୍କ ମହିମା, ତାହାଙ୍କ ବଳବାନ ହସ୍ତ ଓ ବିସ୍ତାରିତ ବାହୁ,

Gade chapit la Kopi

ଓଡିଆ ବାଇବେଲ

2 ପୁଣି ଆଜିଠାରୁ ଜ୍ଞାନବାନ ହୁଅ କାରଣ ମୁଁ ତୁମ୍ଭମାନଙ୍କ ବାଳକମାନଙ୍କୁ କହୁ ନାହିଁ, ସେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ କୃତ ଶାସ୍ତି ଜାଣି ନାହାନ୍ତି, ତାହାଙ୍କ ମହିମା, ତାହାଙ୍କ ବଳବାନ ହସ୍ତ ଓ ବିସ୍ତାରିତ ବାହୁ,

Gade chapit la Kopi

ପବିତ୍ର ବାଇବଲ

2 ଆଜି ମନେରଖ ତୁମ୍ଭଙ୍କୁ ଶିକ୍ଷା ଦେବା ପାଇଁ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ଯେଉଁସବୁ ଆଶ୍ଚର୍ଯ୍ୟଜନକ କର୍ମ କରିଛନ୍ତି। ସେ ହେଉଛି ତୁମ୍ଭେ ଏବଂ ତୁମ୍ଭର ପିଲାମାନେ ନୁହନ୍ତି ସେହି ସମସ୍ତ ବିଷୟ ଘଟିବାର ଦେଖିଲ ଏବଂ ତା’ ମାଧ୍ୟମରେ ବଞ୍ଚିଲ। ତୁମ୍ଭେ ଦେଖିଛ ସେ କେତେ ଶକ୍ତିଶାଳୀ ଏବଂ ଆଶ୍ଚର୍ଯ୍ୟ କର୍ମ ସେ କରନ୍ତି।

Gade chapit la Kopi




ଦ୍ଵିତୀୟ ବିବରଣ 11:2
14 Referans Kwoze  

ଅତଏବ, ଈଶ୍ବରଙ୍କଠାରୁ ସାହାଯ୍ୟ ପ୍ରାପ୍ତ ହୋଇ ମୁଁ ଆଜି ପର୍ଯ୍ୟନ୍ତ “କ୍ଷୁଦ୍ର ଓ ମହାନ” ସମସ୍ତଙ୍କ ନିକଟରେ ସାକ୍ଷ୍ୟ ଦେଇ ଆସୁଅଛି, ପୁଣି, ଭାବବାଦୀମାନେ ଓ ମୋଶା ଯାହା ଯାହା ଘଟିବ ବୋଲି କହିଅଛନ୍ତି, ସେହିସବୁ ଛଡ଼ା ଆଉ କିଛି କହୁ ନାହିଁ,


ସଦାପ୍ରଭୁଙ୍କଠାରେ ଯେପରି ତୁମ୍ଭର ନିର୍ଭର ରହିବ, ଏଥିପାଇଁ ମୁଁ ଆଜି ତୁମ୍ଭକୁ, ବିଶେଷ ରୂପେ ତୁମ୍ଭକୁ ଏହିସବୁ କଥା ଜଣାଇଲି।


ସଦାପ୍ରଭୁ ତୁମ୍ଭକୁ ଯେପରି କହିଅଛନ୍ତି ଓ ତୁମ୍ଭ ପୂର୍ବପୁରୁଷ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ପ୍ରତି ଯେପରି ଶପଥ କରିଅଛନ୍ତି, ତଦନୁସାରେ ସେ ଯେପରି ଆଜି ତୁମ୍ଭକୁ ଆପଣା ଲୋକ ରୂପେ ସ୍ଥାପନ କରନ୍ତି ଓ ତୁମ୍ଭର ପରମେଶ୍ୱର ହୁଅନ୍ତି;


ପୁଣି ମୁଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲି, “ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ଲୋକଙ୍କୁ ଓ ଆପଣା ଅଧିକାରକୁ ବିନାଶ କର ନାହିଁ, ତୁମ୍ଭେ ଆପଣା ମହିମାରେ ସେମାନଙ୍କୁ ମୁକ୍ତ କରିଅଛ, ତୁମ୍ଭେ ସେମାନଙ୍କୁ ବଳବାନ ହସ୍ତ ଦ୍ୱାରା ମିସରରୁ ବାହାର କରି ଆଣିଅଛ।


ଆଉ ଯେବେ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରିବ, ଅନ୍ୟ ଦେବତାଗଣର ପଶ୍ଚାଦ୍‍ଗାମୀ ହୋଇ ସେମାନଙ୍କ ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆଜି ଏହି ସାକ୍ଷ୍ୟ ଦେଉଅଛି ଯେ, ତୁମ୍ଭେମାନେ ନିତାନ୍ତ ବିନଷ୍ଟ ହେବ।


ତୁମ୍ଭେ ନିଜ ଆଖିରେ ଯେଉଁ ମହା ମହା ପରଖ ଦେଖିଅଛ, ଯେଉଁ ଯେଉଁ ଚିହ୍ନ, ଆଶ୍ଚର୍ଯ୍ୟକ୍ରିୟା, ପରାକ୍ରାନ୍ତ ହସ୍ତ ଓ ବିସ୍ତାରିତ ବାହୁ ଦ୍ୱାରା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ବାହାର କରି ଆଣିଅଛନ୍ତି, ତାହାସବୁ ଉତ୍ତମ ରୂପେ ସ୍ମରଣ କରିବ। ତୁମ୍ଭେ ଯେଉଁମାନଙ୍କୁ ଭୟ କରୁଅଛ, ସେସମସ୍ତ ଲୋକଙ୍କ ପ୍ରତି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେହିପରି କରିବେ।


ପୁଣି, ତୁମ୍ଭେମାନେ କହିଲ, ‘ଦେଖ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ନିକଟରେ ଆପଣା ପ୍ରତାପ ଓ ମହିମା ପ୍ରକାଶ କରିଅଛନ୍ତି, ଆଉ ଆମ୍ଭେମାନେ ଅଗ୍ନି ମଧ୍ୟରୁ ତାହାଙ୍କ ରବ ଶୁଣିଅଛୁ; ଆମ୍ଭେମାନେ ଆଜି ଦେଖିଅଛୁ ଯେ, ପରମେଶ୍ୱର ମନୁଷ୍ୟ ସହିତ କଥା କହିଲେ ସୁଦ୍ଧା ସେ ବଞ୍ଚିପାରେ।


କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟକର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।


“ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ଦାସ ନିକଟରେ ଆପଣା ମହିମା ଓ ବଳବାନ ହସ୍ତ ପ୍ରକାଶ କରିବାକୁ ଆରମ୍ଭ କରିଅଛ; ତୁମ୍ଭର କ୍ରିୟା ତୁଲ୍ୟ ଓ ତୁମ୍ଭର ପରାକ୍ରାନ୍ତ କର୍ମ ତୁଲ୍ୟ ଯେ କରିପାରେ, ସ୍ୱର୍ଗରେ କି ମର୍ତ୍ତ୍ୟରେ ଏପରି ଆଉ କିଏ ଅଛି?


ବଳବାନ ହସ୍ତ ଓ ବିସ୍ତୃତ ବାହୁ ଦ୍ୱାରା ତାହା କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।


ମାତ୍ର ସେ ଆମ୍ଭମାନଙ୍କ ଅଧର୍ମ ନିମନ୍ତେ କ୍ଷତବିକ୍ଷତ ହେଲେ ଓ ଆମ୍ଭମାନଙ୍କର ଅପରାଧ ନିମନ୍ତେ ଚୂର୍ଣ୍ଣ ହେଲେ; ଆମ୍ଭମାନଙ୍କର ଶାନ୍ତିଜନକ ଶାସ୍ତି ତାହାଙ୍କ ଉପରେ ବର୍ତ୍ତିଲା ଓ ତାହାଙ୍କ ପ୍ରହାରରେ ଆମ୍ଭେମାନେ ସୁସ୍ଥ ହେଲୁ।


ଏନିମନ୍ତେ ଇସ୍ରାଏଲ-ସନ୍ତାନଗଣକୁ କୁହ, ‘ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ମିସରୀୟମାନଙ୍କ ଭାରବହନରୁ ନିସ୍ତାର କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦାସତ୍ୱରୁ ମୁକ୍ତ କରିବା, ପୁଣି, ଆମ୍ଭେ ବିସ୍ତୀର୍ଣ୍ଣ ବାହୁ ଓ ମହା ମହା ଦଣ୍ଡ ଦ୍ୱାରା ତୁମ୍ଭମାନଙ୍କୁ ଉଦ୍ଧାର କରିବା।


ଯିହୋଶୂୟଙ୍କର ଜୀବନଯାଏ ଓ ଯେଉଁ ପ୍ରାଚୀନମାନେ ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କ କୃତ ସମସ୍ତ କାର୍ଯ୍ୟ ଜ୍ଞାତ ଥିଲେ, ସେମାନଙ୍କ ମଧ୍ୟରୁ ଯିହୋଶୂୟଙ୍କ ଉତ୍ତାରେ ଯେଉଁମାନେ ଜୀବିତ ଥିଲେ, ସେମାନଙ୍କ ଜୀବନଯାଏ ଇସ୍ରାଏଲ ସଦାପ୍ରଭୁଙ୍କର ସେବା କଲେ।


Swiv nou:

Piblisite


Piblisite