Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 11:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ତୁମ୍ଭମାନଙ୍କ ସମ୍ମୁଖରେ କୌଣସି ମନୁଷ୍ୟ ଛିଡ଼ା ହେବାକୁ ସମର୍ଥ ହେବ ନାହିଁ; ତୁମ୍ଭେମାନେ ଯେଉଁ ଯେଉଁ ଦେଶରେ ପାଦ ପକାଇବ, ସେହି ସମସ୍ତ ଦେଶରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ବାକ୍ୟାନୁସାରେ ତୁମ୍ଭମାନଙ୍କ ବିଷୟକ ଆଶଙ୍କା ଓ ତୁମ୍ଭମାନଙ୍କ ବିଷୟକ ଭୟ ଉପସ୍ଥିତ କରାଇବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ତୁମ୍ଭମାନଙ୍କ ସମ୍ମୁଖରେ କୌଣସି ମନୁଷ୍ୟ ଛିଡ଼ା ହେବାକୁ ସମର୍ଥ ହେବ ନାହିଁ; ତୁମ୍ଭେମାନେ ଯେଉଁ ଯେଉଁ ଦେଶରେ ପାଦ ପକାଇବ, ସେସମସ୍ତ ଦେଶରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଆପଣା ବାକ୍ୟାନୁସାରେ ତୁମ୍ଭମାନଙ୍କ ବିଷୟକ ଆଶଙ୍କା ଓ ତୁମ୍ଭମାନଙ୍କ ବିଷୟକ ତ୍ରାସ ଉପସ୍ଥିତ କରାଇବେ।

Gade chapit la Kopi

ଓଡିଆ ବାଇବେଲ

25 ତୁମ୍ଭମାନଙ୍କ ସମ୍ମୁଖରେ କୌଣସି ମନୁଷ୍ୟ ଛିଡ଼ା ହେବାକୁ ସମର୍ଥ ହେବ ନାହିଁ; ତୁମ୍ଭେମାନେ ଯେଉଁ ଯେଉଁ ଦେଶରେ ପାଦ ପକାଇବ, ସେହି ସମସ୍ତ ଦେଶରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ବାକ୍ୟାନୁସାରେ ତୁମ୍ଭମାନଙ୍କ ବିଷୟକ ଆଶଙ୍କା ଓ ତୁମ୍ଭମାନଙ୍କ ବିଷୟକ ଭୟ ଉପସ୍ଥିତ କରାଇବେ।

Gade chapit la Kopi

ପବିତ୍ର ବାଇବଲ

25 ତୁମ୍ଭମାନଙ୍କ ବିପକ୍ଷରେ କୌଣସି ମନୁଷ୍ୟ ଛିଡ଼ା ହେବାକୁ ସକ୍ଷମ ହେବ ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତାଙ୍କର ପ୍ରତିଜ୍ଞାନୁସାରେ ସମଗ୍ର ଦେଶରେ ତୁମ୍ଭେ ଯେଉଁଠିକୁ ଯାଅ, ତୁମ୍ଭ ପ୍ରତି ସମସ୍ତଙ୍କର ଭୟ ଓ ଆଶାଙ୍କିତ ସୃଷ୍ଟି କରିବେ।

Gade chapit la Kopi




ଦ୍ଵିତୀୟ ବିବରଣ 11:25
7 Referans Kwoze  

ତୁମ୍ଭର ଯାବଜ୍ଜୀବନ ତୁମ୍ଭ ସମ୍ମୁଖରେ କେହି ଠିଆ ହୋଇ ପାରିବ ନାହିଁ; ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେପରି ଆମ୍ଭେ ତୁମ୍ଭ ସଙ୍ଗରେ ଥିବା; ଆମ୍ଭେ ତୁମ୍ଭ ପ୍ରତି ନିରସ୍ତ ହେବା ନାହିଁ, କି ତୁମ୍ଭକୁ ତ୍ୟାଗ କରିବା ନାହିଁ।


ଆଉ ସେ ସେମାନଙ୍କ ରାଜାଗଣକୁ ତୁମ୍ଭ ହସ୍ତରେ ସମର୍ପଣ କରିବେ, ତହିଁରେ ତୁମ୍ଭେ ଆକାଶମଣ୍ଡଳର ତଳୁ ସେମାନଙ୍କ ନାମ ଲୋପ କରିବ; ତୁମ୍ଭେ ସେମାନଙ୍କୁ ବିନାଶ କରିବା ପର୍ଯ୍ୟନ୍ତ କେହି ତୁମ୍ଭ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହେବ ନାହିଁ।


ଆମ୍ଭେ ତୁମ୍ଭ ଆଗେ ଆଗେ ଆମ୍ଭ ବିଷୟକ ଭୟ ପ୍ରେରଣ କରିବା; ପୁଣି, ତୁମ୍ଭେ ଯେଉଁସବୁ ଲୋକଙ୍କ ନିକଟରେ ଉପସ୍ଥିତ ହେବ, ସେମାନଙ୍କୁ ବ୍ୟାକୁଳ କରିବା ଓ ଆମ୍ଭେ ତୁମ୍ଭର ଶତ୍ରୁଗଣକୁ ବିମୁଖ କରିବା।


ଏଥିଉତ୍ତାରେ ଆମ୍ଭେମାନେ ପାର ହେବା ପର୍ଯ୍ୟନ୍ତ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯର୍ଦ୍ଦନ ନଦୀର ଜଳ କିପରି ଶୁଷ୍କ କଲେ, ଏହା ଯେତେବେଳେ ଯର୍ଦ୍ଦନର ପଶ୍ଚିମପାରିସ୍ଥିତ ଇମୋରୀୟ ରାଜାଗଣ ଓ ସମୁଦ୍ର ନିକଟସ୍ଥ କିଣାନୀୟ ରାଜାଗଣ ଶୁଣିଲେ, ସେତେବେଳେ ସେମାନଙ୍କ ହୃଦୟ ତରଳି ଗଲା ଓ ଇସ୍ରାଏଲ ସନ୍ତାନମାନଙ୍କ ମୁଖ ସକାଶୁ ସେମାନଙ୍କଠାରେ ଆତ୍ମା ଆଉ ରହିଲା ନାହିଁ।


ଆଜି ଆମ୍ଭେ ସମସ୍ତ ଆକାଶମଣ୍ଡଳର ଅଧଃସ୍ଥିତ ଲୋକମାନଙ୍କ ମନରେ ତୁମ୍ଭ ବିଷୟକ ଆଶଙ୍କା ଓ ଭୟ ଜନ୍ମାଇବାକୁ ଆରମ୍ଭ କରିବା, ସେମାନେ ତୁମ୍ଭ ବିଷୟର ସମ୍ବାଦ ଶୁଣିଲେ ତୁମ୍ଭ ସକାଶୁ କମ୍ପିତ ଓ ବ୍ୟଥିତ ହେବେ।”


“ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ଭୟ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶ ନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି।


ତହିଁରେ ଦାଉଦଙ୍କର ସୁଖ୍ୟାତି ସର୍ବଦେଶରେ ବ୍ୟାପିଗଲା; ପୁଣି, ସଦାପ୍ରଭୁ ସବୁ ଗୋଷ୍ଠୀ ମଧ୍ୟରେ ତାଙ୍କ ବିଷୟରେ ଭୟ ଜନ୍ମାଇଲେ।


Swiv nou:

Piblisite


Piblisite