Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 11:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଓ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରେ ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇ ପାରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଓ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ସେହି ଦୁଗ୍ଧମଧୁପ୍ରବାହୀ ଦେଶରେ ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇ ପାରିବ।

Gade chapit la Kopi

ଓଡିଆ ବାଇବେଲ

9 ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଓ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରେ ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇ ପାରିବ।

Gade chapit la Kopi

ପବିତ୍ର ବାଇବଲ

9 ସେଥିପାଇଁ ତୁମ୍ଭେମାନେ ସେହି ଦୁ‌‌ଗ୍‌‌ଧମଧୁପ୍ରବାହୀତ ଦେଶରେ ଦୀର୍ଘ ଦିନ ବାସ କରିବ। ଏହି ଦେଶ ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷ ଓ ସେମାନଙ୍କର ଭବିଷ୍ୟଦ୍ ବଂଶଧରମାନଙ୍କୁ ଦେବା ପାଇଁ ପ୍ରତିଜ୍ଞା କରିଥିଲେ।

Gade chapit la Kopi




ଦ୍ଵିତୀୟ ବିବରଣ 11:9
19 Referans Kwoze  

ଏହେତୁ ମିସରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି, ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍‍, କିଣାନୀୟ, ହିତ୍ତୀୟ, ଇମୋରୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥାʼନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବାକୁ ଓହ୍ଲାଇ ଆସିଲୁ।


ପୁଣି ଯେପରି ତୁମ୍ଭର ମଙ୍ଗଳ ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ମଙ୍ଗଳ ହୁଏ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସଦାକାଳ ନିମନ୍ତେ ତୁମ୍ଭକୁ ଯେଉଁ ଭୂମି ଦିଅନ୍ତି, ତହିଁ ଉପରେ ଯେପରି ତୁମ୍ଭର ଦୀର୍ଘ ପରମାୟୁ ହୁଏ, ଏଥିପାଇଁ ମୁଁ ତାହାଙ୍କର ଯେଉଁ ଯେଉଁ ବିଧି ଓ ଆଜ୍ଞା ଆଜି ତୁମ୍ଭକୁ ଆଦେଶ କରୁଅଛି, ତାହା ପାଳନ କର।


ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ସକଳ ବିଧି ଓ ଆଜ୍ଞା ମୁଁ ଆଦେଶ କରେ, ତୁମ୍ଭେ ଯାବଜ୍ଜୀବନ ପୁତ୍ରପୌତ୍ରାଦିକ୍ରମେ ତାହା ପାଳନ କରିବା ପାଇଁ ତାଙ୍କୁ ଭୟ କଲେ, ତୁମ୍ଭର ଦୀର୍ଘାୟୁ ହେବ।


ସେହି ଦିନ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ପାଇଁ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯେଉଁ ଦେଶ ଅନୁସନ୍ଧାନ କରିଥିଲୁ, ସର୍ବ ଦେଶର ଗୌରବ ସ୍ୱରୂପ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବା ପାଇଁ ଆମ୍ଭେ ସେମାନଙ୍କ ସପକ୍ଷରେ ଆପଣା ହସ୍ତ ଉଠାଇଲୁ;


ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ସକାଶୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ ମାତ୍ର ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ, ଆଉ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ, ଇସ୍‌ହାକଙ୍କୁ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ଆପଣା ପିତାଙ୍କୁ ଓ ଆପଣା ମାତାଙ୍କୁ ସମାଦର କର; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ଓ ମଙ୍ଗଳ ହେବ।


ସଦାପ୍ରଭୁଙ୍କ ବିଷୟକ ଭୟ ଦିନ ବଢ଼ାଏ, ମାତ୍ର ଦୁଷ୍ଟର ବର୍ଷ ଊଣା କରାଯିବ।


ଯେହେତୁ ମୋʼ ଦ୍ୱାରା ତୁମ୍ଭର ଦିନ ବୃଦ୍ଧି ପାଇବ, ପୁଣି, ତୁମ୍ଭ ଆୟୁର ବର୍ଷ ବଢ଼ିବ।


ତାହାର ଡାହାଣ ହସ୍ତରେ ଦୀର୍ଘାୟୁ, ତାହାର ବାମ ହସ୍ତରେ ଧନ ଓ ସମ୍ମାନ ଥାଏ।


ଯେହେତୁ ତଦ୍ଦ୍ୱାରା ପରମାୟୁର ଦୀର୍ଘତା ଓ ଜୀବନର ବର୍ଷ ସଂଖ୍ୟା ଓ ଶାନ୍ତି ବୃଦ୍ଧି ହେବ।


ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ନ୍ୟାୟ ଓ ଉତ୍ତମ, ତୁମ୍ଭେ ତାହା କରିବ; ତହିଁରେ ତୁମ୍ଭର ମଙ୍ଗଳ ହେବ ଓ ସଦାପ୍ରଭୁ ଆପଣା ବାକ୍ୟାନୁସାରେ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଦୂର କରିବା ପାଇଁ,


ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।


ଯେପରି ତୁମ୍ଭେମାନେ ବଞ୍ଚିବ ଓ ତୁମ୍ଭମାନଙ୍କର ମଙ୍ଗଳ ହେବ, ପୁଣି ଯେଉଁ ଦେଶ ତୁମ୍ଭେମାନେ ଅଧିକାର କରିବ, ତହିଁରେ ଯେପରି ତୁମ୍ଭମାନଙ୍କର ଦୀର୍ଘ ପରମାୟୁ ହେବ, ଏଥିପାଇଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଯେଉଁ ଯେଉଁ ପଥରେ ଚାଲିବାକୁ ଆଜ୍ଞା ଦେଇଅଛନ୍ତି, ସେହି ସମସ୍ତ ପଥରେ ଚାଲ।”


କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଏକ ଉତ୍ତମ ଦେଶକୁ ନେଇ ଯାଉଅଛନ୍ତି; ତାହା ସମସ୍ଥଳୀ ଓ ପର୍ବତରେ ପ୍ରବାହିତ ସ୍ରୋତ ଓ ନିର୍ଝର ଓ ଜଳାଶୟର ଦେଶ;


ତୁମ୍ଭେମାନେ ଯେଉଁ ମିସର ଦେଶରୁ ବାହାର ହୋଇ ଆସିଲ, ସେଠାରେ ବୀଜ ବୁଣି ଶାକ-ଉଦ୍ୟାନ ତୁଲ୍ୟ ପାଦ ଦ୍ୱାରା ଜଳ ସେଚନ କରୁଥିଲ; ମାତ୍ର ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ସେପରି ନୁହେଁ।


ଦେଖ, ଆମ୍ଭେ ତୁମ୍ଭମାନଙ୍କ ଆଗରେ ଏହି ଦେଶ ସମର୍ପଣ କରିଅଛୁ; ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମଙ୍କୁ ଓ ଇସ୍‌ହାକକୁ ଓ ଯାକୁବକୁ ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଥିଲେ, ତୁମ୍ଭେମାନେ ସେହି ଦେଶକୁ ଯାଇ ତାହା ଅଧିକାର କର।’”


ଏହେତୁ ହେ ଇସ୍ରାଏଲ, ଶୁଣ ଓ ତାହା ପାଳନ କରିବାକୁ ମନୋଯୋଗ କର; ତହିଁରେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭକୁ ଯେରୂପ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେମାନେ ଅତିଶୟ ବର୍ଦ୍ଧିଷ୍ଣୁ ହେବ।


ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭମାନଙ୍କ ଅବସ୍ଥିତି କାଳ ଓ ତୁମ୍ଭମାନଙ୍କ ସନ୍ତାନଗଣର ଅବସ୍ଥିତି କାଳ ଭୂମଣ୍ଡଳ ଉପରେ ଆକାଶମଣ୍ଡଳର ଅବସ୍ଥିତି କାଳ ତୁଲ୍ୟ ହେବ।


Swiv nou:

Piblisite


Piblisite