Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 12:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ରଖିବା ନିମନ୍ତେ ଯେଉଁ ସ୍ଥାନ ମନୋନୀତ କରିବେ, ତାହା ଯଦି ତୁମ୍ଭ ନିକଟରୁ ବହୁତ ଦୂର ହୁଏ, ତେବେ ତୁମ୍ଭେ ସଦାପ୍ରଭୁଙ୍କ ଦତ୍ତ ଗୋମେଷାଦି ପଲରୁ ପଶୁ ନେଇ ଆମ୍ଭ ଆଜ୍ଞାମତେ ବଧ କରି ଆପଣା ପ୍ରାଣର ବାଞ୍ଛାନୁସାରେ ନଗର-ଦ୍ୱାର ଭିତରେ ଭୋଜନ କରି ପାରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆପଣା ନାମ ରଖିବା ନିମନ୍ତେ ଯେଉଁ ସ୍ଥାନ ମନୋନୀତ କରିବେ, ତାହା ଯେବେ ତୁମ୍ଭ ନିକଟରୁ ବହୁତ ଦୂର ହୁଏ, ତେବେ ତୁମ୍ଭେ ସଦାପ୍ରଭୁଙ୍କ ଦତ୍ତ ଗୋମେଷାଦି ପଲରୁ ପଶୁ ନେଇ ଆମ୍ଭ ଆଜ୍ଞାମତେ ବଧ କରି ଆପଣା ପ୍ରାଣର ବାଞ୍ଛାନୁସାରେ ନଗରଦ୍ଵାର ଭିତରେ ଭୋଜନ କରି ପାରିବ।

Gade chapit la Kopi

ଓଡିଆ ବାଇବେଲ

21 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ରଖିବା ନିମନ୍ତେ ଯେଉଁ ସ୍ଥାନ ମନୋନୀତ କରିବେ, ତାହା ଯଦି ତୁମ୍ଭ ନିକଟରୁ ବହୁତ ଦୂର ହୁଏ, ତେବେ ତୁମ୍ଭେ ସଦାପ୍ରଭୁଙ୍କ ଦତ୍ତ ଗୋମେଷାଦି ପଲରୁ ପଶୁ ନେଇ ଆମ୍ଭ ଆଜ୍ଞାମତେ ବଧ କରି ଆପଣା ପ୍ରାଣର ବାଞ୍ଛାନୁସାରେ ନଗରଦ୍ୱାର ଭିତରେ ଭୋଜନ କରି ପାରିବ।

Gade chapit la Kopi




ଦ୍ଵିତୀୟ ବିବରଣ 12:21
13 Referans Kwoze  

ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ରଖିବା ନିମନ୍ତେ ତୁମ୍ଭମାନଙ୍କ ସମସ୍ତ ବଂଶ ମଧ୍ୟରୁ ଯେଉଁ ସ୍ଥାନ ମନୋନୀତ କରିବେ, ତାହାଙ୍କ ସେହି ନିବାସ ସ୍ଥାନ ତୁମ୍ଭେମାନେ ଅନ୍ୱେଷଣ କରିବ ଓ ସେହି ସ୍ଥାନକୁ ତୁମ୍ଭେ ଯିବ;


ଆଉ, ଯେଉଁ ଯେଉଁ ରାଜା ଓ ଗୋଷ୍ଠୀୟମାନେ ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଏହି ଗୃହ ବିନାଶ କରିବା ଅଭିପ୍ରାୟରେ ଉକ୍ତ ବାକ୍ୟ ଅନ୍ୟଥା କରିବାକୁ ହସ୍ତକ୍ଷେପ କରିବେ, ସେସମସ୍ତଙ୍କୁ ଯିରୂଶାଲମରେ ସ୍ୱନାମ-ସ୍ଥାପନକାରୀ ପରମେଶ୍ୱର ଉଚ୍ଛିନ୍ନ କରନ୍ତୁ। ମୁଁ ଦାରୀୟାବସ ଏହି ଆଜ୍ଞା ଦେଇଅଛି; ଏହା ଅତି ଯତ୍ନପୂର୍ବକ କରାଯାଉ।”


ଏହିରୂପେ ରିହବୀୟାମ ଯିରୂଶାଲମରେ ଆପଣାକୁ ବଳବାନ କରି ରାଜତ୍ୱ କଲେ; ରିହବୀୟାମ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଏକଚାଳିଶ ବର୍ଷ ବୟସ୍କ ହୋଇଥିଲେ, ଆଉ ସଦାପ୍ରଭୁ ଆପଣା ନାମ ସ୍ଥାପନାର୍ଥେ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଯେଉଁ ନଗର ମନୋନୀତ କରିଥିଲେ, ସେହି ଯିରୂଶାଲମ ନଗରରେ ସେ ସତର ବର୍ଷ ରାଜତ୍ୱ କଲେ; ତାଙ୍କ ମାତାର ନାମ ନୟମା, ସେ ଅମ୍ମୋନ ଦେଶୀୟା ଥିଲା।


ଶଲୋମନଙ୍କର ପୁତ୍ର ରିହବୀୟାମ ଯିହୁଦା ଦେଶରେ ରାଜ୍ୟ କଲେ। ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ରିହବୀୟାମଙ୍କୁ ଏକଚାଳିଶ ବର୍ଷ ବୟସ ହୋଇଥିଲା, ପୁଣି, ସଦାପ୍ରଭୁ ଆପଣା ନାମ ସ୍ଥାପନାର୍ଥେ ସମୁଦାୟ ଇସ୍ରାଏଲ ବଂଶ ମଧ୍ୟରୁ ଯେଉଁ ନଗର ମନୋନୀତ କରିଥିଲେ, ସେହି ଯିରୂଶାଲମରେ ସେ ସତର ବର୍ଷ ରାଜ୍ୟ କଲେ ଓ ତାଙ୍କର ମାତାର ନାମ ନୟମା ଯେ ଅମ୍ମୋନୀୟା ଥିଲେ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦତ୍ତ ଆପଣା ସେହି ଦେଶର ଭୂମିଜାତ ସମସ୍ତ ପ୍ରଥମ ଫଳରୁ କିଛି କିଛି ରଖିବ ଓ ଚାଙ୍ଗୁଡ଼ିରେ ତାହା ନେଇ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ନିମନ୍ତେ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ଗମନ କରିବ।


ଆଉ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ; ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ ଓ ତୁମ୍ଭ ମଧ୍ୟରେ ଥିବା ବିଦେଶୀୟ ଲୋକ ଓ ପିତୃହୀନ ଓ ବିଧବା (ତୁମ୍ଭେ) ସମସ୍ତେ ଆନନ୍ଦ କରିବ।


ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସନ୍ଧ୍ୟା ସମୟରେ, ସୂର୍ଯ୍ୟାସ୍ତ ବେଳେ ତୁମ୍ଭେ ମିସରରୁ ବାହାରିବା ଋତୁରେ ନିସ୍ତାରପର୍ବୀୟ ବଳିଦାନ କରିବ।


ତଥାପି ତୁମ୍ଭେ ଆପଣା ପ୍ରାଣର ବାଞ୍ଛାମତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ଆଶୀର୍ବାଦ ଅନୁସାରେ ଆପଣାର ସମସ୍ତ ନଗର-ଦ୍ୱାର ଭିତରେ ପଶୁ ବଧ କରି ମାଂସ ଭୋଜନ କରି ପାରିବ; ଶୁଚି ଓ ଅଶୁଚି ଲୋକ, କୃଷ୍ଣସାର ଓ ହରିଣର ମାଂସ ତୁଲ୍ୟ ତାହା ଭୋଜନ କରି ପାରିବେ।


ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ବାସ କରିବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ତୁମ୍ଭେମାନେ ମୋହର ଆଜ୍ଞାନୁସାରେ ଆପଣା ଆପଣା ହୋମ-ନୈବେଦ୍ୟ ଓ ଆପଣା ଆପଣା ବଳିଦାନ, ଆପଣା ଆପଣା ଦଶମାଂଶ, ଆପଣା ଆପଣା ହସ୍ତର ଉତ୍ତୋଳନୀୟ ଉପହାର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମନାସିବାର ତୁମ୍ଭମାନଙ୍କ ସକଳ ମନୋନୀତ ମାନତ ଆଣିବ।


ତୁମ୍ଭେ ଆମ୍ଭ ନିମନ୍ତେ ଏକ ମୃତ୍ତିକାର ବେଦି ନିର୍ମାଣ କରିବ, ପୁଣି, ତହିଁ ଉପରେ ତୁମ୍ଭର ଗୋମେଷାଦି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବ; ଆମ୍ଭେ ଯେଉଁ ପ୍ରତ୍ୟେକ ସ୍ଥାନରେ ଆପଣା ନାମ ସ୍ମରଣ କରାଇବା, ସେହି ପ୍ରତ୍ୟେକ ସ୍ଥାନରେ ଆମ୍ଭେ ତୁମ୍ଭ ନିକଟକୁ ଆସି ତୁମ୍ଭକୁ ଆଶୀର୍ବାଦ କରିବା।


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେରୂପ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ସେ ଯେତେବେଳେ ତୁମ୍ଭ ସୀମା ବିସ୍ତାର କରିବେ, ପୁଣି ମାଂସ ଭୋଜନ କରିବାକୁ ତୁମ୍ଭର ବାଞ୍ଛା ହୁଅନ୍ତେ, ତୁମ୍ଭେ କହିବ, “ଆମ୍ଭେ ମାଂସ ଭୋଜନ କରିବା,” ସେତେବେଳେ ତୁମ୍ଭେ ଆପଣା ପ୍ରାଣର ବାଞ୍ଛାନୁସାରେ ମାଂସ ଭୋଜନ କରି ପାରିବ।


ଯେପରି କୃଷ୍ଣସାର ମୃଗ ଓ ହରିଣ ଭୋଜନ କରାଯାଏ, ସେହିପରି ତାହା ଭୋଜନ କରିବ; ଶୁଚି ଓ ଅଶୁଚି ଲୋକ ସମାନ ରୂପେ ଭୋଜନ କରିବେ।


Swiv nou:

Piblisite


Piblisite