Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 12:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 କେବଳ ରକ୍ତ ଭୋଜନ ନ କରିବା ବିଷୟରେ ସତର୍କ ହୁଅ, କାରଣ ରକ୍ତ ହିଁ ପ୍ରାଣ ଅଟେ; ଆଉ ମାଂସ ସହିତ ପ୍ରାଣ ଭୋଜନ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 କେବଳ ରକ୍ତ ଭୋଜନ ନ କରିବା ବିଷୟରେ ସତର୍କ ହୁଅ କାରଣ ରକ୍ତ ହିଁ ପ୍ରାଣ; ଆଉ ମାଂସ ସହିତ ପ୍ରାଣ ଭୋଜନ କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

23 କେବଳ ରକ୍ତ ଭୋଜନ ନ କରିବା ବିଷୟରେ ସତର୍କ ହୁଅ, କାରଣ ରକ୍ତ ହିଁ ପ୍ରାଣ ଅଟେ; ଆଉ ମାଂସ ସହିତ ପ୍ରାଣ ଭୋଜନ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

23 କିନ୍ତୁ ସାବଧାନ, ସେମାନଙ୍କର ରକ୍ତ ଖାଇବ ନାହିଁ। କାରଣ ରକ୍ତହିଁ ପ୍ରାଣ। ଆଉ ମାଂସ ସହିତ ପ୍ରାଣ ଭୋଜନ କରିବ ନାହିଁ।

Gade chapit la Kopi




ଦ୍ଵିତୀୟ ବିବରଣ 12:23
17 Referans Kwoze  

କାରଣ ରକ୍ତରେ ପ୍ରାଣୀର ପ୍ରାଣ ଥାଏ; ପୁଣି, ତୁମ୍ଭମାନଙ୍କ ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଆମ୍ଭେ ତାହା ବେଦି ଉପରେ ତୁମ୍ଭମାନଙ୍କୁ ଦେଇଅଛୁ, ଯେହେତୁ ପ୍ରାଣର ଗୁଣରେ ରକ୍ତ ହିଁ ପ୍ରାୟଶ୍ଚିତ୍ତ କରେ।


ମାତ୍ର ତୁମ୍ଭେମାନେ ସପ୍ରାଣ (ଅର୍ଥାତ୍‍) ସରକ୍ତ ମାଂସ ଖାଇବ ନାହିଁ।


କେବଳ ତୁମ୍ଭେମାନେ ରକ୍ତ ଭୋଜନ କରିବ ନାହିଁ; ତୁମ୍ଭେ ଜଳ ତୁଲ୍ୟ ତାହା ଭୂମିରେ ଢାଳି ଦେବ।


ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, “ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ସର୍ବବଂଶ ଓ ସର୍ବଜାତିମାନଙ୍କ ମଧ୍ୟରୁ ଈଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,


ଯେପରି ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ପାଇଁ ମୁକ୍ତିର ମୂଲ୍ୟ ସ୍ୱରୂପେ ପ୍ରାଣ ଦେବାକୁ ଆସିଅଛନ୍ତି।”


କିନ୍ତୁ ପ୍ରତିମା ସମ୍ବନ୍ଧୀୟ ଅଶୁଚିତା, ଯୌନକ୍ରିୟା, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀ ଓ ରକ୍ତରୁ ପୃଥକ୍ ରହିବା ନିମନ୍ତେ ଆମ୍ଭେମାନେ ସେମାନଙ୍କୁ ଲେଖୁ।


ପୁଣି, ତୁମ୍ଭମାନଙ୍କର କୌଣସି ବାସ ସ୍ଥାନରେ ତୁମ୍ଭେମାନେ କୌଣସି ପକ୍ଷୀର କି ପଶୁର ରକ୍ତ ଭୋଜନ କରିବ ନାହିଁ।


ଆଉ, ଇସ୍ରାଏଲ ବଂଶଜାତ କୌଣସି ଲୋକ, ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତ ଭୋଜନକାରୀ ବ୍ୟକ୍ତି ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା;


ତୁମ୍ଭେମାନେ ରକ୍ତ ସହିତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ; ତୁମ୍ଭେମାନେ ଗଣକତା ବା ଶୁଭାଶୁଭ କହିବାର ବିଦ୍ୟା ବ୍ୟବହାର କରିବ ନାହିଁ।


ଯେପରି କୃଷ୍ଣସାର ମୃଗ ଓ ହରିଣ ଭୋଜନ କରାଯାଏ, ସେହିପରି ତାହା ଭୋଜନ କରିବ; ଶୁଚି ଓ ଅଶୁଚି ଲୋକ ସମାନ ରୂପେ ଭୋଜନ କରିବେ।


ତୁମ୍ଭେ ତାହା ଭୋଜନ କରିବ ନାହିଁ ତୁମ୍ଭେ ଜଳ ତୁଲ୍ୟ ଭୂମିରେ ତାହା ଢାଳି ଦେବ।


କେବଳ ତୁମ୍ଭେ ତାହାର ରକ୍ତ ଭୋଜନ କରିବ ନାହିଁ, ତୁମ୍ଭେ ଜଳ ପରି ତାହା ଭୂମିରେ ଢାଳି ଦେବ।


ଏହେତୁ ଲୋକମାନେ ଲୁଟଦ୍ରବ୍ୟ ଉପରେ ଉଡ଼ି ପଡ଼ିଲେ, ପୁଣି, ମେଣ୍ଢା, ଗୋରୁ ଓ ବାଛୁରି ନେଇ ଭୂମିରେ ବଧ କଲେ; ତହୁଁ ସେମାନେ ରକ୍ତ ସମେତ ତାହା ଭୋଜନ କଲେ।


ଏଥିରେ କେହି କେହି ଶାଉଲଙ୍କୁ କହିଲେ, ଦେଖନ୍ତୁ, ଲୋକମାନେ ରକ୍ତ ସମେତ ଭୋଜନ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରୁଅଛନ୍ତି। ତହିଁରେ ସେ କହିଲେ, “ତୁମ୍ଭେମାନେ ବିଶ୍ୱାସଘାତକ କର୍ମ କରିଅଛ; ଏହିକ୍ଷଣେ ମୋହର ପାଖକୁ ଗୋଟିଏ ବଡ଼ ପଥର ଗଡ଼ାଇ ଆଣ।”


ଏଥିପାଇଁ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ରକ୍ତ ସହିତ ମାଂସ ଖାଉଅଛ ଓ ଆପଣା ଆପଣା ପ୍ରତିମାଗଣ ପ୍ରତି ଦୃଷ୍ଟି ଟେକୁଅଛ ଓ ରକ୍ତପାତ କରୁଅଛ; ଆଉ, ତୁମ୍ଭେମାନେ କି ଦେଶ ଅଧିକାର କରିବ?


Swiv nou:

Piblisite


Piblisite