Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 12:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି ତୁମ୍ଭେମାନେ ସେହି ସ୍ଥାନକୁ ଆପଣା ଆପଣା ହୋମ-ନୈବେଦ୍ୟ, ଆପଣା ଆପଣା ବଳିଦାନ, ଆପଣା ଆପଣା ଦଶମାଂଶ, ଆପଣା ଆପଣା ହସ୍ତର ଉତ୍ତୋଳନୀୟ ଉପହାର, ଆପଣା ଆପଣା ମାନତ ଦ୍ରବ୍ୟ, ଆପଣା ଆପଣା ସ୍ଵେଚ୍ଛାଦତ୍ତ ନୈବେଦ୍ୟ ଓ ଆପଣା ଆପଣା ଗୋମେଷଦି ପଲର ପ୍ରଥମଜାତ ସମସ୍ତଙ୍କୁ ଆଣିବ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ପୁଣି ତୁମ୍ଭେମାନେ ସେହି ସ୍ଥାନକୁ ଆପଣା ଆପଣା ହୋମ-ନୈବେଦ୍ୟ ଓ ଆପଣା ଆପଣା ବଳିଦାନ ଓ ଆପଣା ଆପଣା ଦଶମାଂଶ ଓ ଆପଣା ଆପଣା ହସ୍ତର ଉତ୍ତୋଳନୀୟ ଉପହାର ଓ ଆପଣା ଆପଣା ମାନତ-ଦ୍ରବ୍ୟ ଓ ଆପଣା ଆପଣା ସ୍ଵେଚ୍ଛାଦତ୍ତ ନୈବେଦ୍ୟ ଓ ଆପଣା ଆପଣା ଗୋମେଷଦି ପଲର ପ୍ରଥମଜାତ ସମସ୍ତଙ୍କୁ ଆଣିବ;

Gade chapit la Kopi

ଓଡିଆ ବାଇବେଲ

6 ପୁଣି ତୁମ୍ଭେମାନେ ସେହି ସ୍ଥାନକୁ ଆପଣା ଆପଣା ହୋମ ନୈବେଦ୍ୟ, ଆପଣା ଆପଣା ବଳିଦାନ, ଆପଣା ଆପଣା ଦଶମାଂଶ, ଆପଣା ଆପଣା ହସ୍ତର ଉତ୍ତୋଳନୀୟ ଉପହାର, ଆପଣା ଆପଣା ମାନତ ଦ୍ରବ୍ୟ, ଆପଣା ଆପଣା ସ୍ଵେଚ୍ଛାଦତ୍ତ ନୈବେଦ୍ୟ ଓ ଆପଣା ଆପଣା ଗୋମେଷଦି ପଲର ପ୍ରଥମଜାତ ସମସ୍ତଙ୍କୁ ଆଣିବ;

Gade chapit la Kopi

ପବିତ୍ର ବାଇବଲ

6 ତୁମ୍ଭେମାନେ ସେହି ସ୍ଥାନକୁ ନିଜ ନିଜ ହୋମବଳି ଓ ନିଜ ନିଜ ବଳିଦାନ ଓ ନିଜ ନିଜ ଦଶମାଂଶ ଓ ନିଜ ନିଜ ହସ୍ତର ଉତ୍ତୋଳନୀୟ ଉପହାର ନିଜ ନିଜ ମାନତ ଦ୍ରବ୍ୟ, ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଓ ନିଜ ନିଜ ପଶୁପଲର ପ୍ରଥମଜାତ ସମସ୍ତଙ୍କୁ ଆଣିବ।

Gade chapit la Kopi




ଦ୍ଵିତୀୟ ବିବରଣ 12:6
22 Referans Kwoze  

ମୁଁ ସପ୍ତାହରେ ଦୁଇ ଥର ଉପବାସ କରିଥାଏ ଓ ମୋହର ସମସ୍ତ ଆଦାୟର ଦଶମାଂଶ ଦେଇଥାଏ।’


କିନ୍ତୁ ହାୟ, ଦଣ୍ଡର ପାତ୍ର ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ଆରୁଦ ଓ ସମସ୍ତ ପ୍ରକାର ଶାକର ଦଶମାଂଶ ଦେଉଥାଅ, ଆଉ ନ୍ୟାୟବିଚାର ଓ ଈଶ୍ବରଙ୍କ ପ୍ରେମ ଅବହେଳା କରୁଥାଅ; କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ଅବହେଳା ନ କରିବା ଉଚିତ।


ଆମ୍ଭର ଗୃହରେ ଯେପରି ଖାଦ୍ୟ ରହିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ଭଣ୍ଡାରକୁ ସମ୍ପୂର୍ଣ୍ଣ ଦଶମାଂଶ ଆଣ, ଆଉ ଆମ୍ଭେ ଆକାଶସ୍ଥ ଦ୍ୱାରସବୁ ମୁକ୍ତ କରି, ରଖିବା ପାଇଁ ସ୍ଥାନ ନିଅଣ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦରୂପ ବୃଷ୍ଟି ବର୍ଷାଇବା କି ନାହିଁ, ଏହି ବିଷୟରେ ଏବେ ଆମ୍ଭର ପରୀକ୍ଷା ନିଅ,


ମନୁଷ୍ୟ କି ପରମେଶ୍ୱରଙ୍କ ଦ୍ରବ୍ୟ ଚୋରି କରିବ? ତଥାପି ତୁମ୍ଭେମାନେ ଆମ୍ଭର ଦ୍ରବ୍ୟ ଚୋରି କରୁଅଛ। ମାତ୍ର ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କିପରି ତୁମ୍ଭର ଦ୍ରବ୍ୟ ଦଶମାଂଶରେ ଓ ନୈବେଦ୍ୟରେ ଚୋରି କରିଅଛୁ?”


କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ପବିତ୍ର ପର୍ବତରେ, ଇସ୍ରାଏଲର ଉଚ୍ଚତମ ପର୍ବତରେ, ସମୁଦାୟ ଇସ୍ରାଏଲ ବଂଶ, ସେମାନଙ୍କର ସମସ୍ତେ ହିଁ ସେଠାରେ ଦେଶ ମଧ୍ୟରେ ଆମ୍ଭର ସେବା କରିବେ; ସେହି ସ୍ଥାନରେ ଆମ୍ଭେ ସେମାନଙ୍କୁ ଗ୍ରାହ୍ୟ କରିବା ଓ ସେହି ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କର ଯାବତୀୟ ପବିତ୍ର ବସ୍ତୁ ସହିତ ତୁମ୍ଭମାନଙ୍କ ଉପହାର ଓ ପ୍ରଥମଜାତ ଫଳର ନୈବେଦ୍ୟ ଚାହିଁବା।


ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦତ୍ତ ଆପଣା ସେହି ଦେଶର ଭୂମିଜାତ ସମସ୍ତ ପ୍ରଥମ ଫଳରୁ କିଛି କିଛି ରଖିବ ଓ ଚାଙ୍ଗୁଡ଼ିରେ ତାହା ନେଇ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ନିମନ୍ତେ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ଗମନ କରିବ।


ତୁମ୍ଭେ ଆପଣା ଶସ୍ୟର କି ଦ୍ରାକ୍ଷାରସର କି ତୈଳର ଦଶମାଂଶ, କି ଗୋମେଷାଦିର ପ୍ରଥମଜାତ, କିଅବା ତୁମ୍ଭ ମନାସିବାର ମାନତ ଦ୍ରବ୍ୟ କି ତୁମ୍ଭ ସ୍ଵେଚ୍ଛାଦତ୍ତ ନୈବେଦ୍ୟ କି ତୁମ୍ଭ ହସ୍ତର ଉତ୍ତୋଳନୀୟ ଉପହାର, ଆପଣା ନଗର-ଦ୍ୱାର ମଧ୍ୟରେ ଭୋଜନ କରି ପାରିବ ନାହିଁ।


ସେ ଯଦି ଗୋଠରୁ (ଗାଈଗୋରୁ ପଲରୁ) ହୋମାର୍ଥକ ବଳି ଉତ୍ସର୍ଗ କରେ, ତେବେ ନିଖୁନ୍ତ ପୁଂପଶୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ; ଯେପରି ତାହା ସଦାପ୍ରଭୁଙ୍କ ଛାମୁରେ ଗ୍ରାହ୍ୟ ହେବ।


ମାତ୍ର ଆମ୍ଭେମାନେ ଯେ ହୋମ ଓ ବଳି ଓ ମଙ୍ଗଳାର୍ଥକ ଉପହାର ଦ୍ୱାରା ସଦାପ୍ରଭୁଙ୍କ ସମ୍ମୁଖରେ ସେବା କରି ପାରୁ, ଏଥିପାଇଁ ତାହା ତୁମ୍ଭମାନଙ୍କ ଓ ଆମ୍ଭମାନଙ୍କ ମଧ୍ୟରେ, ପୁଣି ଆମ୍ଭମାନଙ୍କ ଭବିଷ୍ୟତ ପୁରୁଷ ମଧ୍ୟରେ ଏକ ସାକ୍ଷୀ ହେବ; ତହିଁରେ ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର କୌଣସି ଅଂଶ ନାହିଁ, ଏପରି କଥା ଆସନ୍ତା କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଆମ୍ଭମାନଙ୍କ ସନ୍ତାନଗଣକୁ କହି ପାରିବେ ନାହିଁ।’


ଏଥିଉତ୍ତାରେ ସେ ତାହାକୁ ସ୍ତନ୍ୟପାନ ତ୍ୟାଗ କରାନ୍ତେ, ତିନି ଗୋବତ୍ସ ଓ ଏକ ଐଫା ମଇଦା ଓ ଏକ କୁମ୍ପା ଦ୍ରାକ୍ଷାରସ ସହିତ ତାହାକୁ ଶୀଲୋସ୍ଥିତ ସଦାପ୍ରଭୁଙ୍କ ଗୃହକୁ ଆଣିଲା; ସେତେବେଳେ ବାଳକ ଅଳ୍ପ ବୟସ୍କ ଥିଲା।


ତହିଁରେ ଯୋଷାଦକର ପୁତ୍ର ଯେଶୂୟ ଓ ତାହାର ଯାଜକ-ଭ୍ରାତୃଗଣ ଓ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ତାହାର ଭ୍ରାତୃଗଣ ଉଠି ପରମେଶ୍ୱରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାର ଲିଖନାନୁସାରେ ହୋମବଳି ଉତ୍ସର୍ଗ କରିବା ପାଇଁ ଇସ୍ରାଏଲର ପରମେଶ୍ୱରଙ୍କ ଯଜ୍ଞବେଦି ନିର୍ମାଣ କଲେ।


କାରଣ ପବିତ୍ର ସ୍ଥାନର ପାତ୍ରସବୁ ଓ ପରିଚାରକ ଯାଜକମାନେ, ଆଉ ଦ୍ୱାରପାଳ ଓ ଗାୟକମାନେ ଯେଉଁସବୁ କୋଠରିରେ ଥାʼନ୍ତି, ସେଠାକୁ ଇସ୍ରାଏଲ-ସନ୍ତାନଗଣ ଓ ଲେବୀୟ ସନ୍ତାନଗଣ ଶସ୍ୟର, ଦ୍ରାକ୍ଷାରସର ଓ ତୈଳର ଉତ୍ତୋଳନୀୟ ଉପହାର ଆଣିବେ; ପୁଣି, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହ ପରିତ୍ୟାଗ କରିବୁ ନାହିଁ।


ଏଉତ୍ତାରେ ଇଲ୍‍କାନା ଓ ତାହାର ଗୃହସ୍ଥ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବାର୍ଷିକ ବଳିଦାନ ଓ ଆପଣା ମାନତ ନିବେଦନ କରିବାକୁ ଗଲେ।


ଏଥିଉତ୍ତାରେ ସଦାପ୍ରଭୁ ଶଲୋମନଙ୍କୁ ରାତ୍ରିରେ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ ଓ ଏହି ସ୍ଥାନକୁ ବଳିଦାନର ଗୃହ ରୂପେ ଆପଣା ପାଇଁ ମନୋନୀତ କଲୁ।


ଆଉ, ଲେବୀୟ ଯିମ୍ନାର ପୁତ୍ର କୋରି, ଯେ ପୂର୍ବଦିଗ ଦ୍ୱାରପାଳ ଥିଲା, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଓ ମହାପବିତ୍ର ବସ୍ତୁ ବିତରଣ କରିବା ପାଇଁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ଉପହାର ଉପରେ ନିଯୁକ୍ତ ହେଲା।


ମଧ୍ୟ ବ୍ୟବସ୍ଥାର ଲିଖନାନୁସାରେ ଆମ୍ଭମାନଙ୍କ ସନ୍ତାନଗଣର ଓ ପଶୁଗଣର ପ୍ରଥମଜାତ ଓ ଆମ୍ଭମାନଙ୍କ ଗୋପଲ ଓ ମେଷପଲର ପ୍ରଥମଜାତମାନଙ୍କୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହକୁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରେ ପରିଚର୍ଯ୍ୟାକାରୀ ଯାଜକମାନଙ୍କ ନିକଟକୁ ଆଣିବା ପାଇଁ,


ମୁଁ ତୁମ୍ଭ ନିକଟରେ ଧନ୍ୟବାଦାର୍ଥକ ବଳି ଉତ୍ସର୍ଗ କରିବି, ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି।


Swiv nou:

Piblisite


Piblisite