Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 13:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଯେ କେତେକ ଦୁଷ୍ଟ ଲୋକ ତୁମ୍ଭ ମଧ୍ୟରୁ ବାହାରି, “ଚାଲ, ଆମ୍ଭେମାନେ ଅନ୍ୟ ଦେବତାଗଣର ସେବା କରୁ,” ତୁମ୍ଭମାନଙ୍କ ଅଜ୍ଞାତ ଦେବତାଗଣ ବିଷୟରେ ଏହା କହି ସେମାନଙ୍କ ନଗର ନିବାସୀମାନଙ୍କୁ ଭୁଲାଇ ନେଇଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଯେ ପାପାଧମ ସନ୍ତାନ କେତେକ ଜଣ ତୁମ୍ଭ ମଧ୍ୟରୁ ବାହାରି, ଚାଲ, ଆମ୍ଭେମାନେ ଅନ୍ୟ ଦେବତାଗଣର ସେବା କରୁ, ତୁମ୍ଭମାନଙ୍କ ଅଜ୍ଞାତ ଦେବତାଗଣ ବିଷୟରେ ଏହା କହି ସେମାନଙ୍କ ନଗର ନିବାସୀମାନଙ୍କୁ ଭୁଲାଇ ନେଇଅଛନ୍ତି;

Gade chapit la Kopi

ଓଡିଆ ବାଇବେଲ

13 ଯେ କେତେକ ଦୁଷ୍ଟ ଲୋକ ତୁମ୍ଭ ମଧ୍ୟରୁ ବାହାରି, ଚାଲ, ଆମ୍ଭେମାନେ ଅନ୍ୟ ଦେବତାଗଣର ସେବା କରୁ, ତୁମ୍ଭମାନଙ୍କ ଅଜ୍ଞାତ ଦେବତାଗଣ ବିଷୟରେ ଏହା କହି ସେମାନଙ୍କ ନଗର ନିବାସୀମାନଙ୍କୁ ଭୁଲାଇ ନେଇଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ

13 କେତେକ ମନ୍ଦ ଲୋକ କହି ପାରନ୍ତି, ‘ଆସ ଆମ୍ଭେ ଅନ୍ୟ ଦେବତାମାନଙ୍କର ସେବା କରିବା।’ ଏହା କହି ସେମାନେ ସେମାନଙ୍କ ନଗର ନିବାସୀମାନଙ୍କୁ ପ୍ରଲୋଭିତ କରି ପାରନ୍ତି। (ଏହିସବୁ ଦେବତାମାନଙ୍କୁ ତୁମ୍ଭେମାନେ କେବେ ଜାଣି ନ ଥିଲ)।

Gade chapit la Kopi




ଦ୍ଵିତୀୟ ବିବରଣ 13:13
24 Referans Kwoze  

ସେମାନେ ଆମ୍ଭମାନଙ୍କ ମଧ୍ୟରୁ ବାହାରିଲେ, କିନ୍ତୁ ଆମ୍ଭମାନଙ୍କ ଦଳର ଲୋକ ନ ଥିଲେ; କାରଣ ଯଦି ଆମ୍ଭମାନଙ୍କ ଦଳର ଲୋକ ହୋଇଥାଆନ୍ତେ, ତେବେ ଆମ୍ଭମାନଙ୍କ ସହିତ ରହିଥାଆନ୍ତେ; କିନ୍ତୁ ସମସ୍ତେ ଯେ ଆମ୍ଭମାନଙ୍କ ଦଳର ଲୋକ ନୁହଁନ୍ତି, ଏହା ଯେପରି ପ୍ରକାଶ ପାଇବ, ଏଥିନିମନ୍ତେ ସେମାନେ ବାହାରିଗଲେ।


ଆଉ ସେହି ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ସଫଳ ହେଲେ, “ତୁମ୍ଭେ ଯେଉଁମାନଙ୍କୁ ଜାଣି ନାହଁ, ଏପରି ଅନ୍ୟ ଦେବତାଗଣ ବିଷୟରେ କହେ, ଆସ, ଆମ୍ଭେମାନେ ସେମାନଙ୍କ ପଶ୍ଚାଦ୍‍ଗାମୀ ହେବା ଓ ସେମାନଙ୍କ ସେବା କରିବା;”


ସେମାନେ ଦଳଭେଦ ସୃଷ୍ଟି କରନ୍ତି, ସେମାନେ ସାଂସାରିକମନା ଓ ଈଶ୍ବରଙ୍କ ଆତ୍ମାବିହୀନ।


ବିଲିୟାର୍‍ ସହିତ ଖ୍ରୀଷ୍ଟଙ୍କର କି ମିଳନ? କିମ୍ବା ଅବିଶ୍ୱାସୀ ସହିତ ବିଶ୍ୱାସୀର କି ଅଂଶ?


ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା। ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ। ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା।


ଆଉ ଦୁଇଗୋଟି ଦୁଷ୍ଟ ମନୁଷ୍ୟ ଆସି ତାହା ସମ୍ମୁଖରେ ବସିଲେ; ପୁଣି, ସେହି ପାପାଧମ ମନୁଷ୍ୟମାନେ ଲୋକମାନଙ୍କ ସାକ୍ଷାତରେ ନାବୋତ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଲେ, “ନାବୋତ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛି।” ତହୁଁ ସେମାନେ ତାହାକୁ ନଗରର ବାହାରକୁ ନେଇଯାଇ ପ୍ରସ୍ତରାଘାତ କରି ବଧ କଲେ।


ଆଉ ତାହା ସମ୍ମୁଖରେ ଦୁଇଗୋଟି ଦୁଷ୍ଟ ମନୁଷ୍ୟକୁ ବସାଅ ଓ ସେମାନେ ତାହା ବିରୁଦ୍ଧରେ ସାକ୍ଷ୍ୟ ଦେଇ କହନ୍ତୁ, ତୁମ୍ଭେ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛ। ତହିଁ ଉତ୍ତାରେ ତାହାକୁ ବାହାରକୁ ନେଇ ପ୍ରସ୍ତରାଘାତ କରି ବଧ କର।


ସେହି ସମୟରେ ବିନ୍ୟାମୀନୀୟ ବିଖ୍ରିର ପୁତ୍ର ଶେବଃ ନାମରେ ଜଣେ ଅସୁବିଧା ସୃଷ୍ଟିକାରୀ ଲୋକ ସେଠାରେ ଥିଲା; ପୁଣି ସେ ତୂରୀ ବଜାଇ କହିଲା, “ଦାଉଦଠାରେ ଆମ୍ଭମାନଙ୍କର କୌଣସି ଅଂଶ ନାହିଁ, କିଅବା ଯିଶୀର ପୁତ୍ରଠାରେ ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ଚାଲ।”


ପୁଣି ଶିମୀୟି ଅଭିଶାପ ଦେଉ ଦେଉ ଏପରି କହିଲା, “ଆରେ ରକ୍ତପାତୀ ମନୁଷ୍ୟ, ଆରେ ପାପାଧମ ଲୋକ, ଦୁର୍ ହୁଅ, ଚାଲିଯାଅ!


ଏହେତୁ ଏବେ ତୁମ୍ଭର କି କର୍ତ୍ତବ୍ୟ, ଏହା ବିବେଚନା କରି ବୁଝ; କାରଣ ଆମ୍ଭମାନଙ୍କ କର୍ତ୍ତା ଓ ତାଙ୍କର ସମସ୍ତ ଗୃହ ପ୍ରତିକୂଳରେ ଅମଙ୍ଗଳ ସ୍ଥିର ହୋଇଅଛି; ମାତ୍ର ସେ ଏପରି ଦୁଷ୍ଟ ଲୋକ ଯେ, ତାଙ୍କୁ କେହି କିଛି କହି ନ ପାରେ।”


ଏଲିଙ୍କର ପୁତ୍ରମାନେ ଦୁଷ୍ଟ ଥିଲେ, ସେମାନେ ସଦାପ୍ରଭୁଙ୍କୁ ଜାଣିଲେ ନାହିଁ।


ଏବେ ତୁମ୍ଭେମାନେ ସେହି ଗିବୀୟାର ଦୁଷ୍ଟ ଲୋକମାନଙ୍କୁ ସମର୍ପଣ କର, ତହିଁରେ ଆମ୍ଭେମାନେ ସେମାନଙ୍କୁ ବଧ କରି ଇସ୍ରାଏଲ ମଧ୍ୟରୁ ଦୁଷ୍ଟତା ଦୂର କରିବା।” ମାତ୍ର ବିନ୍ୟାମୀନ୍ ଆପଣା ଭ୍ରାତା ଇସ୍ରାଏଲ-ସନ୍ତାନଗଣର ରବ ଶୁଣିବାକୁ ସମ୍ମତ ହେଲେ ନାହିଁ।


ସେମାନେ ଆପଣା ଆପଣା ମନକୁ ଖୁସି କଲା ବେଳେ, ଦେଖ, ନଗରର ଲୋକ କେତେକ ଦୁଷ୍ଟ ଲୋକମାନେ କବାଟରେ ମାରି ମାରି ଘରର ଚାରିପାଖ ଘେରିଲେ; ପୁଣି ସେମାନେ ସେହି ଗୃହକର୍ତ୍ତା ବୃଦ୍ଧ ଲୋକକୁ କହିଲେ, “ତୁମ୍ଭ ଗୃହକୁ ଯେଉଁ ମନୁଷ୍ୟ ଆସିଅଛି, ତାହାକୁ ବାହାରକୁ ଆଣ, ଆମ୍ଭେମାନେ ତାହା ସହିତ ଶାରୀରିକ ସମ୍ବନ୍ଧ କରିବା।”


ଆଉ ତୁମ୍ଭର କି ତୁମ୍ଭ ପୂର୍ବପୁରୁଷମାନଙ୍କର ଅଜ୍ଞାତ କୌଣସି ଦେବତା, ଅର୍ଥାତ୍‍, “ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ନିକଟବର୍ତ୍ତୀ ବା ତୁମ୍ଭଠାରୁ ଦୂରବର୍ତ୍ତୀ, ପୃଥିବୀର ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ମଧ୍ୟରେ ଯେକୌଣସି ଗୋଷ୍ଠୀର ଯେକୌଣସି ଦେବତା ହେଉ,


ଏଥିରେ କିଏ ଈଶ୍ବରଙ୍କ ସନ୍ତାନ ଓ କିଏ ଶୟତାନର ସନ୍ତାନ, ଏହା ପ୍ରକାଶିତ ହୁଏ; ଯେ କେହି ଧର୍ମାଚରଣ କରେ ନାହିଁ, କିଅବା ଆପଣା ଭାଇକୁ ପ୍ରେମ କରେ ନାହିଁ, ସେ ଈଶ୍ବରଙ୍କଠାରୁ ଜାତ ନୁହେଁ।


ପୁଣି ଦୁଷ୍ଟ ଓ ଅସାର ଲୋକମାନେ ତାହା ପକ୍ଷରେ ଏକତ୍ର ହୋଇ ଶଲୋମନଙ୍କର ପୁତ୍ର, ରିହବୀୟାମଙ୍କ ପ୍ରତିକୂଳରେ ଆପଣମାନଙ୍କୁ ବଳିଷ୍ଠ କଲେ; ସେହି ସମୟରେ ରିହବୀୟାମ ଯୁବା ଓ କୋମଳାନ୍ତଃକରଣ ଥିଲେ ଓ ସେମାନଙ୍କର ପ୍ରତିବାଧା କରି ପାରିଲେ ନାହିଁ।


କାରଣ ସେ ଦାଉଦ ବଂଶରୁ ଇସ୍ରାଏଲକୁ ଛିନ୍ନ କଲେ; ଆଉ ସେମାନେ ନବାଟର ପୁତ୍ର ଯାରବୀୟାମଙ୍କୁ ରାଜା କଲେ ଓ ଯାରବୀୟାମ ଇସ୍ରାଏଲକୁ ସଦାପ୍ରଭୁଙ୍କ ଅନୁଗମନରୁ ତଡ଼ିଦେଇ ସେମାନଙ୍କୁ ଏକ ମହାପାପ କରାଇଲେ।


ମାତ୍ର ପାପାଧମ ସମସ୍ତେ ଉତ୍ପାଟନୀୟ କଣ୍ଟକ ସ୍ୱରୂପ, କାରଣ ସେମାନେ ହସ୍ତରେ ଧରା ଯାଇ ନ ପାରନ୍ତି;


ବିନୟ କରୁଅଛି, ମୋହର ପ୍ରଭୋ, ସେହି ଦୁଷ୍ଟ ମନୁଷ୍ୟ ନାବଲକୁ ମନରେ ନ କରନ୍ତୁ; କାରଣ ତାହାର ନାମ ଯେପରି, ସେ ସେପରି; ତାହାର ନାମ ନାବଲ ଓ ମୂଢ଼ତା ତାହାଠାରେ ଅଛି; ମାତ୍ର ଆପଣଙ୍କ ଏହି ଦାସୀ ମୋହର ପ୍ରଭୁଙ୍କ ପ୍ରେରିତ ଯୁବାମାନଙ୍କୁ ଦେଖି ନାହିଁ।


ମାତ୍ର କେତେକ ଦୁଷ୍ଟ ଲୋକମାନେ କହିଲେ, “ଏହି ଲୋକ କିପରି ଆମ୍ଭମାନଙ୍କୁ ଉଦ୍ଧାର କରିବ?” ଆଉ ସେମାନେ ତାଙ୍କୁ ତୁଚ୍ଛଜ୍ଞାନ କରି କିଛି ଦର୍ଶନୀ ଆଣିଲେ ନାହିଁ। ମାତ୍ର ସେ ମୌନ ହୋଇ ରହିଲେ।


କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥିତ ସମସ୍ତ ଦେଶୀୟ ଲୋକମାନଙ୍କ ନିମନ୍ତେ ନିଯୁକ୍ତ କରିଅଛନ୍ତି, ଏପରି ସୂର୍ଯ୍ୟ ଓ ଚନ୍ଦ୍ର ଓ ତାରା ପ୍ରଭୃତି ଆକାଶର ସମସ୍ତ ବାହିନୀ ପ୍ରତି ଊର୍ଦ୍ଧ୍ୱଦୃଷ୍ଟି କରି ଅନାଇଲେ ଭ୍ରାନ୍ତ ହୋଇ ତୁମ୍ଭେମାନେ ସେମାନଙ୍କୁ ପ୍ରଣାମ କରିବ ଓ ସେବା କରିବ।


ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ବାସ କରିବା ନିମନ୍ତେ ଯେଉଁ ଯେଉଁ ନଗର ଦେବେ, ତହିଁର କୌଣସି ଏକ ନଗର ବିଷୟରେ ଯେବେ ତୁମ୍ଭେ ଶୁଣିବ,


ତେବେ ତୁମ୍ଭେ ବୁଝିବ ଓ ଖୋଜିବ ଓ ଭଲ ରୂପେ ପଚାରିବ ଆଉ ଦେଖ, ଯେବେ ତାହା ସତ୍ୟ, ପୁଣି କଥା ନିଶ୍ଚିତ ହୁଏ ଯେ, ତୁମ୍ଭ ମଧ୍ୟରେ ଏରୂପ ଘୃଣ୍ୟ କର୍ମ କରାଯାଇଅଛି;


ତେବେ, ତାହା ତୁମ୍ଭକୁ କୁହାଗଲେ ଓ ତୁମ୍ଭେ ତାହା ଶୁଣିଲେ, ତାହା ଭଲ ରୂପେ ବୁଝିବ; ଆଉ ଦେଖ, ଯଦି ତାହା ସତ୍ୟ, ପୁଣି କଥା ନିଶ୍ଚିତ ହୁଏ ଯେ, ଇସ୍ରାଏଲ ମଧ୍ୟରେ ଏରୂପ ଘୃଣ୍ୟ କର୍ମ କରାଯାଇଅଛି;


Swiv nou:

Piblisite


Piblisite