Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 13:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆଉ ତୁମ୍ଭେ ତହିଁର ଲୁଟିତ ଦ୍ରବ୍ୟସବୁ ତହିଁର ଛକ ମଧ୍ୟରେ ସଂଗ୍ରହ କରି ସେହି ନଗର ଓ ସେହି ସମସ୍ତ ଦ୍ରବ୍ୟ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବ, ପୁଣି ତାହା ଅନନ୍ତକାଳୀନ ଢିପି ହେବ; ତାହା ପୁନର୍ବାର ନିର୍ମିତ ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆଉ ତୁମ୍ଭେ ତହିଁର ଲୁଟିତ ଦ୍ରବ୍ୟସବୁ ତହିଁର ଛକ ମଧ୍ୟରେ ସଂଗ୍ରହ କରି ସେହି ନଗର ଓ ସେସକଳ ଦ୍ରବ୍ୟ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବ, ପୁଣି ତାହା ଅନନ୍ତକାଳୀନ ଢିପି ହେବ; ତାହା ପୁନର୍ବାର ନିର୍ମିତ ହେବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

16 ଆଉ ତୁମ୍ଭେ ତହିଁର ଲୁଟିତ ଦ୍ରବ୍ୟସବୁ ତହିଁର ଛକ ମଧ୍ୟରେ ସଂଗ୍ରହ କରି ସେହି ନଗର ଓ ସେହି ସମସ୍ତ ଦ୍ରବ୍ୟ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବ, ପୁଣି ତାହା ଅନନ୍ତକାଳୀନ ଢିପି ହେବ; ତାହା ପୁନର୍ବାର ନିର୍ମିତ ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

16 ଆଉ ତୁମ୍ଭେମାନେ ତହିଁର ଲୁଟିତ ଦ୍ରବ୍ୟ ସବୁ ନଗର ମଧ୍ୟରେ ସଂଗ୍ରହ କର ଓ ନେଇଯାଅ, ସେହି ନଗରକୁ ସେଥି ମଧ୍ୟରେ ଥିବା ସମସ୍ତ ସାମଗ୍ରୀକୁ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଦ‌‌ଗ୍‌‌ଧ କର। ସେହି ସହର ସବୁଦିନ ପାଇଁ ଧ୍ୱଂସ ହେବା ଉଚିତ୍। ଆଉ ଏହା ପୂନଃନିର୍ମିତ ହେବା ଉଚିତ୍ ନୁହେଁ।

Gade chapit la Kopi




ଦ୍ଵିତୀୟ ବିବରଣ 13:16
13 Referans Kwoze  

ଏହେତୁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଅମ୍ମୋନ-ସନ୍ତାନଗଣର ରବ୍ବା ନଗର ବିରୁଦ୍ଧରେ ଯୁଦ୍ଧର ଭୟ ଧ୍ୱନି ଶୁଣାଇବା, ଏପରି ସମୟ ଆସୁଅଛି; ଆଉ, ତାହା ନରଶୂନ୍ୟ ଢିପି ହେବ ଓ ତାହାର କନ୍ୟାଗଣ ଅଗ୍ନିରେ ଦଗ୍ଧ କରାଯିବେ; ତହିଁରେ ଯେଉଁମାନେ ଇସ୍ରାଏଲ ଉପରେ ଅଧିକାର କରିଥିଲେ, ସେ ସେମାନଙ୍କ ଉପରେ ଅଧିକାର କରିବ, ଏହା ସଦାପ୍ରଭୁ କହନ୍ତି।


ପୁଣି ଯିହୋଶୂୟ ଅୟ ନଗରକୁ ଅଗ୍ନିରେ ଦଗ୍ଧ କରି ଅନନ୍ତକାଳୀନ ଢିପି ଓ ଆଜିଯାଏ ଏକ ଶୂନ୍ୟସ୍ଥାନ କଲେ।


ଯେହେତୁ ତୁମ୍ଭେ ନଗରକୁ ଢିପି, ପ୍ରାଚୀର-ବେଷ୍ଟିତ ନଗରକୁ କାନ୍ଥଡ଼ା କରିଅଛ; ବିଦେଶୀମାନଙ୍କ ରାଜପୁରୀକୁ ବିନଷ୍ଟ କରିଅଛ; ତାହା ଆଉ କେବେ ନିର୍ମିତ ହେବ ନାହିଁ।


ଦମ୍ମେଶକ ବିଷୟକ ଭାବବାଣୀ। ଦେଖ, ଦମ୍ମେଶକ ଆଉ ନଗର ନ ହୋଇ ଦୂରୀକୃତ ହୋଇଅଛି, ତାହା କାନ୍ଥଡ଼ାର ଢ଼ିପି ହେବ।


ଆହୁରି ଲୋକମାନେ ନଗର ଓ ତନ୍ମଧ୍ୟସ୍ଥିତସକଳ ବସ୍ତୁ ଅଗ୍ନିରେ ଦଗ୍ଧ କଲେ; କେବଳ ରୂପା ଓ ସୁନା, ପୁଣି ପିତ୍ତଳ ଓ ଲୁହାର ପାତ୍ର ସଦାପ୍ରଭୁଙ୍କ ଗୃହର ଭଣ୍ଡାରରେ ରଖିଲେ।


ଏଥିପାଇଁ ଆମ୍ଭେ ଶମରୀୟାକୁ କ୍ଷେତ୍ରସ୍ଥ ଢିପି ଓ ଦ୍ରାକ୍ଷାଲତା ରୋପଣର ସ୍ଥାନ ତୁଲ୍ୟ କରିବା; ଆଉ, ଆମ୍ଭେ ତହିଁର ପ୍ରସ୍ତରସକଳ ଉପତ୍ୟକାରେ ପକାଇ ତହିଁର ଭିତ୍ତିମୂଳ ଅନାବୃତ କରିବା।


ସେସମୟରେ ଯିହୋଶୂୟ ସେମାନଙ୍କୁ ଶପଥ କରାଇ କହିଲେ, ଯେକେହି ଉଠି ପୁନର୍ବାର ଏହି ଯିରୀହୋ ନଗର ନିର୍ମାଣ କରେ, ସେ ସଦାପ୍ରଭୁଙ୍କ ସାକ୍ଷାତରେ ଶାପଗ୍ରସ୍ତ ହେଉ; “ସେ ଆପଣା ଜ୍ୟେଷ୍ଠ ପୁତ୍ରର ମୃତ୍ୟୁୁ ସହିତ ତହିଁର ଭିତ୍ତିମୂଳ ସ୍ଥାପନ କରିବ ଓ ଆପଣା କନିଷ୍ଠ ପୁତ୍ରର ମୃତ୍ୟୁୁ ସହିତ ତହିଁର ଦ୍ୱାରମାନ ସ୍ଥାପନ କରିବ।”


ତୁମ୍ଭେମାନେ ସେମାନଙ୍କ ଦେବଗଣର ଖୋଦିତ ପ୍ରତିମାସକଳ ଅଗ୍ନିରେ ଦଗ୍ଧ କରିବ; ତୁମ୍ଭେ ଯେପରି ଫାନ୍ଦରେ ନ ପଡ଼ିବ, ଏଥିପାଇଁ ସେହି ସବୁରେ ଥିବା ରୂପା କି ସୁନା ପ୍ରତି ଲୋଭ କରିବ ନାହିଁ, କିଅବା ଆପଣା ନିମନ୍ତେ ତାହା ଗ୍ରହଣ କରିବ ନାହିଁ, କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣିତ ବସ୍ତୁ;


ପୁଣି ତୁମ୍ଭେ ସେହି ଘୃଣିତ ବସ୍ତୁ ଆପଣା ଗୃହକୁ ଆଣିବ ନାହିଁ, ଆଣିଲେ ତାହା ତୁଲ୍ୟ ବର୍ଜିତ ହେବ; ତୁମ୍ଭେ ତାହା ଅତିଶୟ ଘୃଣା କରିବ ଓ ଅତିଶୟ ତୁଚ୍ଛଜ୍ଞାନ କରିବ; ଯେହେତୁ ତାହା ବର୍ଜନୀୟ ବସ୍ତୁ।


ପୁଣି, ଆମ୍ଭେ ତୁମ୍ଭକୁ ଶୁଷ୍କ ଶୈଳ କରିବା; ତୁମ୍ଭେ ଜାଲ ପ୍ରସାରିବାର ସ୍ଥାନ ହେବ; ତୁମ୍ଭେ ଆଉ ନିର୍ମିତ ନୋହିବ କାରଣ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


ଯେକେହି ପଶୁ ସହିତ ଯୌନ ସମ୍ପର୍କ ରଖେ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।


ପୁଣି ସେମାନେ ପୁରୁଷ ଓ ସ୍ତ୍ରୀ, ଯୁବା ଓ ବୃଦ୍ଧ, ପୁଣି ଗୋରୁ ଓ ମେଷ ଓ ଗର୍ଦ୍ଦଭ ଆଦି ଯାହା ଯାହା ନଗରରେ ଥିଲା, ସେସବୁକୁ ଖଡ୍ଗମୁଖରେ ବର୍ଜିତ ରୂପେ ବିନାଶ କଲେ।


Swiv nou:

Piblisite


Piblisite