Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 13:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି ମୁଁ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ତୁମ୍ଭକୁ କହୁଅଛି, ତୁମ୍ଭେ ଯେବେ ତାହାଙ୍କ ରବରେ ଅବଧାନ କରି ସେହି ସକଳ ଆଜ୍ଞା ପାଳନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କରିବ, ତେବେ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ତୁମ୍ଭ ପ୍ରତି କୃପା କରି ତୁମ୍ଭକୁ ବୃଦ୍ଧି କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପୁଣି ମୁଁ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ଯେ ଯେ ଆଜ୍ଞା ତୁମ୍ଭକୁ କହୁଅଛି, ତୁମ୍ଭେ ଯେବେ ତାହାଙ୍କ ରବରେ ଅବଧାନ କରି ସେହି ସକଳ ଆଜ୍ଞା ପାଳନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କରିବ, ତେବେ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ତୁମ୍ଭ ପ୍ରତି କୃପା କରି ତୁମ୍ଭକୁ ବୃଦ୍ଧି କରିବେ।

Gade chapit la Kopi

ଓଡିଆ ବାଇବେଲ

18 ପୁଣି ମୁଁ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ତୁମ୍ଭକୁ କହୁଅଛି, ତୁମ୍ଭେ ଯେବେ ତାହାଙ୍କ ରବରେ ଅବଧାନ କରି ସେହି ସକଳ ଆଜ୍ଞା ପାଳନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କରିବ, ତେବେ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ତୁମ୍ଭ ପ୍ରତି କୃପା କରି ତୁମ୍ଭକୁ ବୃଦ୍ଧି କରିବେ।

Gade chapit la Kopi

ପବିତ୍ର ବାଇବଲ

18 ଯଦି ତୁମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କ ଆଜ୍ଞା ମାନ ଯାହା ମୁଁ (ମୋଶା) ତୁମ୍ଭମାନଙ୍କୁ ଆଜି ଦେଉଛି ଏବଂ ତାଙ୍କ ଦୃଷ୍ଟିରେ ଯାହା ଠିକ୍ ତାହା କର। ତାହାହେଲେ ସେ ଯାହା ପ୍ରତିଜ୍ଞା କଲେ ତାହା କରିବେ।

Gade chapit la Kopi




ଦ୍ଵିତୀୟ ବିବରଣ 13:18
12 Referans Kwoze  

ମୁଁ ତୁମ୍ଭକୁ ଏହି ଯେଉଁ ସକଳ କଥା ଆଜ୍ଞା ଦେଉଅଛି, ତାହା ମନୋଯୋଗ କରି ଶୁଣ, ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟିରେ ଯାହା ଉତ୍ତମ ଓ ଯଥାର୍ଥ, ତାହା କଲେ ତୁମ୍ଭର ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ଯୁଗାନୁକ୍ରମେ ମଙ୍ଗଳ ହେବ।


ଏଣୁ ଯେ କେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ, ସେ ପଥର ଉପରେ ଘର ତିଆରି କରିବା ଜଣେ ବୁଦ୍ଧିମାନ ଲୋକ ସଦୃଶ ହେବ।


ମୋତେ ‘ପ୍ରଭୁ, ପ୍ରଭୁ’ ବୋଲି ଡାକନ୍ତି, ଏପରି ପ୍ରତ୍ୟେକେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ, ମାତ୍ର ଯେ ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ପ୍ରବେଶ କରିବ।


ତୁମ୍ଭେ ତାହା ଭୋଜନ କରିବ ନାହିଁ ତହିଁରେ ତୁମ୍ଭେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ତୁମ୍ଭର ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ମଙ୍ଗଳ ହେବ।


କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।


ତୁମ୍ଭର ସକଳ ଆଜ୍ଞା ପ୍ରତି ଦୃଷ୍ଟି ରଖିବା ବେଳେ ମୁଁ ଲଜ୍ଜିତ ହେବି ନାହିଁ।


ମୁଁ ଯାହା ଯାହା ତୁମ୍ଭମାନଙ୍କୁ ଆଜ୍ଞା ଦେଉଅଛି, ତାହାସବୁ ତୁମ୍ଭେମାନେ ପାଳନ କରିବାକୁ ମନୋଯୋଗ କରିବ; ତୁମ୍ଭେ ତହିଁରେ ଯୋଗ କରିବ ନାହିଁ କି ତହିଁରୁ ଊଣା କରିବ ନାହିଁ।


ଆଉ ସେହି ବର୍ଜିତ ଦ୍ରବ୍ୟର କିଛି ହିଁ ତୁମ୍ଭ ହସ୍ତରେ ଲାଗିବ ନାହିଁ; ତହିଁରେ ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧରୁ ଫେରି ତୁମ୍ଭ ପ୍ରତି କରୁଣା କରିବେ;


ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସନ୍ତାନ ଅଟ; ତୁମ୍ଭେମାନେ ମୃତ ଲୋକମାନଙ୍କ ନିମନ୍ତେ ଆପଣା ଆପଣା ଶରୀରରେ କଟାକଟି କରିବ ନାହିଁ, କିଅବା ଆପଣାମାନଙ୍କ ଭ୍ରୂଲତାର ମଧ୍ୟସ୍ଥଳ କ୍ଷୌର କରିବ ନାହିଁ।


ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ୱାର ଅଧିକାର କରିବେ।


ପୁଣି ତୁମ୍ଭେ ସେହି ଘୃଣିତ ବସ୍ତୁ ଆପଣା ଗୃହକୁ ଆଣିବ ନାହିଁ, ଆଣିଲେ ତାହା ତୁଲ୍ୟ ବର୍ଜିତ ହେବ; ତୁମ୍ଭେ ତାହା ଅତିଶୟ ଘୃଣା କରିବ ଓ ଅତିଶୟ ତୁଚ୍ଛଜ୍ଞାନ କରିବ; ଯେହେତୁ ତାହା ବର୍ଜନୀୟ ବସ୍ତୁ।


ଆଉ ସେମାନେ ତାହା ଉପରେ ଏକ ବୃହତ ପ୍ରସ୍ତର ଢିପି କଲେ, ତାହା ଆଜିଯାଏ ଅଛି; ଏହିରୂପେ ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧରୁ ନିବୃତ୍ତ ହେଲେ। ଏହେତୁ ସେହି ସ୍ଥାନ ଆଜିଯାଏ ଆଖୋର୍‍ ଉପତ୍ୟକା ବୋଲି ଖ୍ୟାତ ଅଛି।


Swiv nou:

Piblisite


Piblisite