Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 13:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେହି ଭବିଷ୍ୟଦ୍‍ବକ୍ତାର କି ସ୍ୱପ୍ନଦର୍ଶକର ପ୍ରାଣଦଣ୍ଡ ହେବ; କାରଣ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ ଓ ଦାସ୍ୟଗୃହରୁ ତୁମ୍ଭକୁ ମୁକ୍ତ କଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ପଥରେ ଗମନ କରିବା ନିମନ୍ତେ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ତହିଁରୁ ଭୁଲାଇ ନେଇଯିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ସେ ବିଦ୍ରୋହର କଥା କହିଅଛି। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତାକୁ ଉଚ୍ଛିନ୍ନ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେହି ଭବିଷ୍ୟଦ୍ବକ୍ତାର କି ସ୍ଵପ୍ନଦର୍ଶକର ପ୍ରାଣଦଣ୍ତ ହେବ; କାରଣ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରିଆଣିଲେ ଓ ଦାସ୍ୟଗୃହରୁ ତୁମ୍ଭକୁ ମୁକ୍ତ କଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଯେଉଁ ପଥରେ ଗମନ କରିବା ନିମନ୍ତେ ତୁମକୁ ଆଜ୍ଞା ଦେଇଅଛନ୍ତି, ତହିଁରୁ ଭୁଲାଇ ନେଇ ଯିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରତିକୂଳରେ ସେ ବିଦ୍ରୋହର କଥା କହିଅଛି। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତାକୁ ଉଚ୍ଛିନ୍ନ କରିବ।

Gade chapit la Kopi

ଓଡିଆ ବାଇବେଲ

5 ସେହି ଭବିଷ୍ୟଦ୍‍ବକ୍ତାର କି ସ୍ୱପ୍ନଦର୍ଶକର ପ୍ରାଣଦଣ୍ଡ ହେବ; କାରଣ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ ଓ ଦାସ୍ୟଗୃହରୁ ତୁମ୍ଭକୁ ମୁକ୍ତ କଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ପଥରେ ଗମନ କରିବା ନିମନ୍ତେ ତୁମକୁ ଆଜ୍ଞା ଦେଇଅଛନ୍ତି, ତହିଁରୁ ଭୁଲାଇ ନେଇ ଯିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ସେ ବିଦ୍ରୋହର କଥା କହିଅଛି। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତାକୁ ଉଚ୍ଛିନ୍ନ କରିବ।

Gade chapit la Kopi

ପବିତ୍ର ବାଇବଲ

5 ତୁମ୍ଭେମାନେ ସେହି ଭବିଷ୍ୟ‌ଦ୍‌ବକ୍ତା ବା ସ୍ୱପ୍ନ ଦର୍ଶକକୁ ପ୍ରାଣ ଦଣ୍ତ ଦେବା ଉଚିତ୍। କାରଣ ସେହି ବ୍ୟକ୍ତିଟି ମୋର ଲୋକମାନଙ୍କୁ ପରମେଶ୍ୱରଙ୍କ ବିରୁଦ୍ଧରେ ବିଦ୍ରୋହ କରିବା ପାଇଁ ପ୍ରତାରିତ କଲା, ଯିଏକି ତୁମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲେ ଓ ଦାସତ୍ୱରୁ ତୁମ୍ଭମାନଙ୍କୁ ମୁକ୍ତ କଲେ। ସେହି ବ୍ୟକ୍ତିଟି ତୁମ୍ଭକୁ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କଠାରୁ ଦୂରକୁ ନେବାକୁ ଚେଷ୍ଟା କରୁଛି। ଯାହା ସେ ତୁମ୍ଭମାନଙ୍କୁ ଅନୁସରଣ କରିବା ପାଇଁ ନିର୍ଦ୍ଦେଶ ଦେଲେ। ଏହି ଉପାୟରେ ତୁମ୍ଭ ମଧ୍ୟରେ ଥିବା କୁକର୍ମ ଦୂର କରି ପାରିବ।

Gade chapit la Kopi




ଦ୍ଵିତୀୟ ବିବରଣ 13:5
34 Referans Kwoze  

କିନ୍ତୁ ଯେଉଁମାନେ ବାହାରେ ଅଛନ୍ତି, ସେମାନଙ୍କ ବିଚାର ଈଶ୍ବର କରିବେ। ସେହି ଦୁଷ୍ଟ ଲୋକକୁ ତୁମ୍ଭମାନଙ୍କ ମଧ୍ୟରୁ ବାହାର କରିଦିଅ।


ମାତ୍ର ଆମ୍ଭେ ଯାହା କହିବାକୁ ଆଜ୍ଞା ଦେଇ ନାହୁଁ, ଆମ୍ଭ ନାମରେ ଏପରି କୌଣସି କଥା କହିବାକୁ ଯେଉଁ ଭବିଷ୍ୟଦ୍‍ବକ୍ତା ଦୁଃସାହସ କରିବ, ଅବା ଅନ୍ୟ ଦେବତାଗଣର ନାମରେ କହିବ, ସେହି ଭବିଷ୍ୟଦ୍‍ବକ୍ତା ମରିବ।


ଏହେତୁ ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ଆମ୍ଭେ ସେମାନଙ୍କୁ ପ୍ରେରଣ ନ କଲେ ହେଁ ସେମାନେ କହନ୍ତି, ‘ଏହି ଦେଶରେ ଖଡ୍ଗ ଓ ଦୁର୍ଭିକ୍ଷ ଉପସ୍ଥିତ ହେବ ନାହିଁ,’ ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ସେହି ଭବିଷ୍ୟଦ୍‍ବକ୍ତାମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ବିନଷ୍ଟ ହେବେ।


କୌଣସି ମନୁଷ୍ୟ ଯେବେ ଆପଣା ଭାଇ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ କୌଣସି ପ୍ରାଣୀକୁ ଚୋରି କରିବାର ଧରା ପଡ଼େ, ପୁଣି ସେ ତାହାକୁ ଦାସ ପରି ବ୍ୟବହାର କରେ, ବା ତାହାକୁ ବିକି ଦିଏ; ତେବେ ସେହି ଚୋର ହତ ହେବ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।


ତେବେ ସେମାନେ ସେହି କନ୍ୟାକୁ ବାହାର କରି ପିତୃଗୃହର ଦ୍ୱାର ନିକଟକୁ ଆଣିବେ, ଆଉ ନଗରସ୍ଥ ଲୋକମାନେ ପ୍ରସ୍ତରାଘାତ କରି ତାହାକୁ ବଧ କରିବେ; କାରଣ ପିତୃଗୃହରେ ବ୍ୟଭିଚାର କରିବାରୁ ସେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କର୍ମ କଲା; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।


ତେବେ ସେ ଆପଣା ଭାଇ ପ୍ରତି ଯେପରି କରିବାକୁ କଳ୍ପନା କରିଥିଲା, ତାହା ପ୍ରତି ତୁମ୍ଭେମାନେ ସେହିପରି କରିବ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।


ତାହାର ପ୍ରାଣଦଣ୍ଡ କରିବା ପାଇଁ ତାହା ଉପରେ ପ୍ରଥମେ ସାକ୍ଷୀମାନଙ୍କର ହସ୍ତ, ତହିଁ ଉତ୍ତାରେ ସମସ୍ତ ଲୋକଙ୍କର ହସ୍ତ ଉଠିବ। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।


ତାହାର ମରଣ ପର୍ଯ୍ୟନ୍ତ ତାହାକୁ ପ୍ରସ୍ତରାଘାତ କରିବ; ଯେହେତୁ ଯେ ତୁମ୍ଭକୁ ଦାସ୍ୟଗୃହରୂପ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରୁ ଭୁଲାଇ ନେବା ପାଇଁ ସେ ଚେଷ୍ଟା କଲା।


ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟକର୍ମଗୁଡ଼ିକ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ।


କିନ୍ତୁ ସେହି ମାୟାବୀ ଅଲ୍ଲୀମା (ଅନୁବାଦ କଲେ ଏହି ନାମର ଅର୍ଥ ମାୟାବୀ) ସେହି ଶାସନକର୍ତ୍ତାଙ୍କୁ ବିଶ୍ୱାସରୁ ବିମୁଖ କରିବା ଚେଷ୍ଟାରେ ସେମାନଙ୍କର ପ୍ରତିରୋଧ କରିବାକୁ ଲାଗିଲା।


ଆଉ, କେହି ଯଦି ପୁନର୍ବାର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରେ, ତେବେ ତାହାର ଜନ୍ମଦାତା ପିତା ଓ ମାତା ତାହାକୁ କହିବେ, ‘ତୁମ୍ଭେ ବଞ୍ଚିବ ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ନାମରେ ମିଥ୍ୟା କହୁଅଛ;’ ଆଉ, ସେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା ବେଳେ, ତାହାର ଜନ୍ମଦାତା ପିତା ଓ ମାତା ତାହାକୁ ଅସ୍ତ୍ରବିଦ୍ଧ କରିବେ।


ଆମ୍ଭର ଲୋକମାନେ ହଜିଲା ମେଷ ହୋଇଅଛନ୍ତି, ସେମାନଙ୍କର ପାଳକମାନେ ସେମାନଙ୍କୁ ବିପଥରେ ଗମନ କରାଇଅଛନ୍ତି, ନାନା ପର୍ବତରେ ସେମାନଙ୍କୁ ପଥ ହୁଡ଼ାଇ ଭ୍ରମଣ କରାଇଅଛନ୍ତି; ସେମାନେ ପର୍ବତରୁ ଉପପର୍ବତକୁ ଗମନ କରିଅଛନ୍ତି, ସେମାନେ ଆପଣାମାନଙ୍କର ବିଶ୍ରାମ-ସ୍ଥାନ ପାସୋରିଅଛନ୍ତି।


ତହୁଁ ଏଲୀୟ ସେମାନଙ୍କୁ କହିଲେ, “ବାଲ୍‍ର ଭବିଷ୍ୟଦ୍‍ବକ୍ତାମାନଙ୍କୁ ଧର; ସେମାନଙ୍କର କାହାରିକୁ ପଳାଇବାକୁ ଦିଅ ନାହିଁ।” ତହିଁରେ ଲୋକମାନେ ସେମାନଙ୍କୁ ଧରିଲେ, ପୁଣି, ଏଲୀୟ ସେମାନଙ୍କୁ କୀଶୋନ୍‍ ନଦୀ ନିକଟକୁ ନେଇ ସେଠାରେ ସେମାନଙ୍କୁ ବଧ କଲେ।


ତେବେ ତୁମ୍ଭେମାନେ ସେହି ଦୁଇ ଜଣଙ୍କୁ ବାହାର କରି ନଗର-ଦ୍ୱାର ନିକଟକୁ ଆଣି ପ୍ରସ୍ତରାଘାତ କରି ବଧ କରିବ; କାରଣ ସେହି କନ୍ୟା ନଗର ମଧ୍ୟରେ ଥାଇ ମଧ୍ୟ ଡାକ ପକାଇଲା ନାହିଁ; ପୁଣି ସେହି ପୁରୁଷ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କଲା; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।


କାରଣ ସେ ତୁମ୍ଭ ପୁତ୍ରକୁ ଆମ୍ଭ ଅନୁସରଣରୁ ଫେରାଇବ, ତହିଁରେ ସେମାନେ ଅନ୍ୟ ଦେବଗଣର ସେବା କରିବେ ତାହାହେଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ତୁମ୍ଭକୁ ଶୀଘ୍ର ବିନାଶ କରିବେ।


କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥିତ ସମସ୍ତ ଦେଶୀୟ ଲୋକମାନଙ୍କ ନିମନ୍ତେ ନିଯୁକ୍ତ କରିଅଛନ୍ତି, ଏପରି ସୂର୍ଯ୍ୟ ଓ ଚନ୍ଦ୍ର ଓ ତାରା ପ୍ରଭୃତି ଆକାଶର ସମସ୍ତ ବାହିନୀ ପ୍ରତି ଊର୍ଦ୍ଧ୍ୱଦୃଷ୍ଟି କରି ଅନାଇଲେ ଭ୍ରାନ୍ତ ହୋଇ ତୁମ୍ଭେମାନେ ସେମାନଙ୍କୁ ପ୍ରଣାମ କରିବ ଓ ସେବା କରିବ।


ମାତ୍ର ତୁମ୍ଭେ ନିଶ୍ଚୟ ତାହାକୁ ବଧ କରିବ; ତାହାକୁ ବଧ କରିବା ପାଇଁ ତୁମ୍ଭ ହସ୍ତ ପ୍ରଥମେ ତାହା ଉପରେ ଉଠିବ, ତହିଁ ଉତ୍ତାରେ ସମସ୍ତ ଲୋକଙ୍କ ହସ୍ତ ଉଠିବ।


ତେବେ ତୁମ୍ଭେ ନିଶ୍ଚୟ ସେହି ନଗର ନିବାସୀମାନଙ୍କୁ ଖଡ୍ଗଧାରରେ ଆଘାତ କରିବ, ପୁଣି ନଗର, ତହିଁ ମଧ୍ୟସ୍ଥିତ ସମୁଦାୟ ଓ ତହିଁର ପଶୁମାନଙ୍କୁ ଖଡ୍ଗଧାରରେ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କରିବ;


ତେବେ ଯେଉଁ ପୁରୁଷ କି ଯେଉଁ ସ୍ତ୍ରୀ ସେହି କୁକର୍ମ କରିଅଛି, ତୁମ୍ଭେ ସେହି ପୁରୁଷକୁ କି ସେହି ସ୍ତ୍ରୀକୁ ନଗର-ଦ୍ୱାର ନିକଟକୁ ବାହାର କରି ଆଣିବ; ଆଉ ତୁମ୍ଭେ ସେମାନଙ୍କର ମରଣ ପର୍ଯ୍ୟନ୍ତ ସେମାନଙ୍କୁ ପ୍ରସ୍ତରାଘାତ କରିବ।


ଏବେ ତୁମ୍ଭେମାନେ ସେହି ଗିବୀୟାର ଦୁଷ୍ଟ ଲୋକମାନଙ୍କୁ ସମର୍ପଣ କର, ତହିଁରେ ଆମ୍ଭେମାନେ ସେମାନଙ୍କୁ ବଧ କରି ଇସ୍ରାଏଲ ମଧ୍ୟରୁ ଦୁଷ୍ଟତା ଦୂର କରିବା।” ମାତ୍ର ବିନ୍ୟାମୀନ୍ ଆପଣା ଭ୍ରାତା ଇସ୍ରାଏଲ-ସନ୍ତାନଗଣର ରବ ଶୁଣିବାକୁ ସମ୍ମତ ହେଲେ ନାହିଁ।


ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ନିହିଲାମୀୟ ଶମୟୀୟକୁ ଓ ତାହାର ବଂଶକୁ ଦଣ୍ଡ ଦେବା; ଏହି ଲୋକମାନଙ୍କ ମଧ୍ୟରେ ବାସ କରିବା ପାଇଁ ତାହାର କେହି ରହିବେ ନାହିଁ; ଆଉ, ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ମଙ୍ଗଳ କରିବା, ତାହା ସେ ଦେଖିବ ନାହିଁ, ଏହା ସଦାପ୍ରଭୁ କହନ୍ତି; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛି।’”


ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ଭୟ କରିବ ଓ ତୁମ୍ଭେ ତାହାଙ୍କର ସେବା କରିବ ଓ ତାହାଙ୍କ ନାମରେ ଶପଥ କରିବ।


ମୁଁ ଆପଣା ଶୋକ ସମୟରେ ତହିଁରୁ କିଛି ଭୋଜନ କରି ନାହିଁ, ଅବା ଅଶୁଚି ହୋଇ ତହିଁରୁ କିଛି ରଖି ନାହିଁ, କିଅବା ମୃତ ଲୋକ ଉଦ୍ଦେଶ୍ୟରେ ତହିଁରୁ କିଛି ଦେଇ ନାହିଁ। ମୁଁ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ ଅବଧାନ କରିଅଛି, ତୁମ୍ଭେ ମୋତେ ଯାହା ଯାହା ଆଜ୍ଞା କଲ, ସେହି ସମସ୍ତ ମୁଁ କରିଅଛି।


ମାତ୍ର ଯେପରି ଆଜି ପର୍ଯ୍ୟନ୍ତ କରି ଆସୁଅଛ, ସେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆସକ୍ତ ଥାଅ।


ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କୁ ଭୟ କରିବ ଓ ତାହାଙ୍କର ସେବା କରିବ ଓ ତାହାଙ୍କ ରବ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ ନ କରିବ, ପୁଣି, ତୁମ୍ଭେମାନେ ଓ ମଧ୍ୟ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱକାରୀ ରାଜା, ଉଭୟ ଯେବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନୁବର୍ତ୍ତୀ ହେବ, ତେବେ ଭଲ;


ଏହେତୁ ସେ ତାହା ସଙ୍ଗେ ଫେରିଯାଇ ତାହା ଗୃହରେ ଅନ୍ନ ଭୋଜନ ଓ ଜଳ ପାନ କଲା।


ପୁଣି, ରାଜା ଆପଣା ସ୍ଥାନରେ ଠିଆ ହୋଇ ସଦାପ୍ରଭୁଙ୍କର ଅନୁଗାମୀ ହେବାକୁ ଓ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଆଜ୍ଞା ଓ ସାକ୍ଷ୍ୟ କଥା ଓ ବିଧି ପାଳନ କରି ଏହି ପୁସ୍ତକ-ଲିଖିତ ନିୟମ-ବାକ୍ୟ ସଫଳ କରିବାକୁ ସଦାପ୍ରଭୁଙ୍କ ସାକ୍ଷାତରେ ନିୟମ କଲେ।


ମାତ୍ର ଆମ୍ଭେ ଆଜ୍ଞା ଦେଇ ସେମାନଙ୍କୁ ଏହି କଥା କହିଲୁ, ତୁମ୍ଭେମାନେ ଆମ୍ଭ ରବରେ ଅବଧାନ କର, ତହିଁରେ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଯେ ଯେ ପଥରେ ଚାଲିବାକୁ ଆଜ୍ଞା କରୁ, ସେସବୁ ପଥରେ ତୁମ୍ଭେମାନେ ଚାଲ, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।


Swiv nou:

Piblisite


Piblisite