Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 13:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତେବେ ତୁମ୍ଭେ ସେହି ଲୋକର କଥାରେ ସମ୍ମତ ହେବ ନାହିଁ, କି ତାହାର କଥା ଶୁଣିବ ନାହିଁ; କିଅବା ତାହା ପ୍ରତି ଚକ୍ଷୁଲଜ୍ଜା କରିବ ନାହିଁ, ଅବା ତାହାକୁ ଦୟା କରିବ ନାହିଁ, କି ତାହାକୁ ଲୁଚାଇ ରଖିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତେବେ ତୁମ୍ଭେ ସେହି ଲୋକର କଥାରେ ସମ୍ମତ ହେବ ନାହିଁ, କି ତାହାର କଥା ଶୁଣିବ ନାହିଁ; କିଅବା ତାହା ପ୍ରତି ଚକ୍ଷୁଲଜ୍ଜା କରିବ ନାହିଁ, ଅବା ତାହାକୁ ଦୟା କରିବ ନାହିଁ, କି ତାହାକୁ ଲୁଚାଇ ରଖିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

8 ତେବେ ତୁମ୍ଭେ ସେହି ଲୋକର କଥାରେ ସମ୍ମତ ହେବ ନାହିଁ, କି ତାହାର କଥା ଶୁଣିବ ନାହିଁ; କିଅବା ତାହା ପ୍ରତି ଚକ୍ଷୁ ଲଜ୍ଜା କରିବ ନାହିଁ, ଅବା ତାହାକୁ ଦୟା କରିବ ନାହିଁ, କି ତାହାକୁ ଲୁଚାଇ ରଖିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

8 ସେହି ବ୍ୟକ୍ତିର କଥା ତୁମ୍ଭେମାନେ ଶୁଣିବା ଉଚିତ୍ ନୁହଁ। ସେମାନଙ୍କ ପାଇଁ ଅନୁକମ୍ପା ଦେଖାଅ ନାହିଁ। ତାଙ୍କୁ ମୁକ୍ତି ଦିଅ ନାହିଁ କି ତାଙ୍କୁ ସୁରକ୍ଷା ଦିଅ ନାହିଁ।

Gade chapit la Kopi




ଦ୍ଵିତୀୟ ବିବରଣ 13:8
13 Referans Kwoze  

ହେ ମୋହର ପୁତ୍ର, ପାପୀଗଣ ତୁମ୍ଭକୁ ଫୁସୁଲାଇଲେ, ତୁମ୍ଭେ ସମ୍ମତ ହୁଅ ନାହିଁ।


ତୁମ୍ଭର ଚକ୍ଷୁ ତାହାକୁ ଦୟା କରିବ ନାହିଁ, ମାତ୍ର ତୁମ୍ଭେ ଇସ୍ରାଏଲ ମଧ୍ୟରୁ ନିର୍ଦ୍ଦୋଷ ରକ୍ତପାତର ଅପରାଧ ଦୂର କରିବ, ତହିଁରେ ତୁମ୍ଭର ମଙ୍ଗଳ ହେବ।


ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତରେ ଯେଉଁ ଲୋକମାନଙ୍କୁ ସମର୍ପଣ କରିବେ, ତୁମ୍ଭେ ସେମାନଙ୍କୁ ଗ୍ରାସ କରିବ; ତୁମ୍ଭର ଚକ୍ଷୁ ସେମାନଙ୍କୁ ଦୟା କରିବ ନାହିଁ; କିଅବା ତୁମ୍ଭେ ସେମାନଙ୍କ ଦେବଗଣକୁ ସେବା କରିବ ନାହିଁ, କାରଣ ତାହା ତୁମ୍ଭର ଫାନ୍ଦ ସ୍ୱରୂପ ହେବ।


ହେ ବତ୍ସଗଣ, ପ୍ରତିମାମାନଙ୍କଠାରୁ ଆପଣା ଆପଣାକୁ ରକ୍ଷା କର। ଆମେନ୍।


ଏହେତୁ ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭେ ଆପଣାର ତୁଚ୍ଛ ବସ୍ତୁସକଳ ଦ୍ୱାରା ଓ ଆପଣାର ସବୁ ଘୃଣାଯୋଗ୍ୟ କର୍ମ ଦ୍ୱାରା ଆମ୍ଭର ପବିତ୍ର ସ୍ଥାନ ଅଶୁଚି କରିଅଛ, ଏଥିପାଇଁ ଆମ୍ଭେ ଜୀବିତ ଥିବା ପ୍ରମାଣେ ଆମ୍ଭେ ହିଁ ତୁମ୍ଭକୁ ହ୍ରାସ କରିବା; ଆହୁରି, ଚକ୍ଷୁଲଜ୍ଜା କରିବା ନାହିଁ, ମଧ୍ୟ ଆମ୍ଭେ କିଛି ଦୟା କରିବା ନାହିଁ।


ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁ।


ପୁଣି ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ ଓ ତୁମ୍ଭେ ସେମାନଙ୍କୁ ପରାସ୍ତ କରିବ; ସେତେବେଳେ ତୁମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବ; ତୁମ୍ଭେ ସେମାନଙ୍କ ସହିତ କୌଣସି ନିୟମ କରିବ ନାହିଁ, କିଅବା ସେମାନଙ୍କ ପ୍ରତି ଦୟା ପ୍ରକାଶ କରିବ ନାହିଁ।


ତାହା ବିଷୟରେ ତୁମ୍ଭକୁ ଭୁଲାଇ ଯେବେ ତୁମ୍ଭ ମାତୃପୁତ୍ର ଭ୍ରାତା, କି ତୁମ୍ଭ ପୁତ୍ର, କି ତୁମ୍ଭ କନ୍ୟା, କି ତୁମ୍ଭ ବକ୍ଷଃସ୍ଥାୟିନୀ ଭାର୍ଯ୍ୟା, କିଅବା ତୁମ୍ଭ ପ୍ରାଣ ସମାନ ମିତ୍ର ଗୋପନରେ କହେ, ଚାଲ, ଆମ୍ଭେମାନେ ଅନ୍ୟ ଦେବତାଗଣର ସେବା କରୁ;”


ପୁଣି, ସଦାପ୍ରଭୁ ପୃଥିବୀର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସମସ୍ତ ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିବେ; ଆଉ ସେଠାରେ ତୁମ୍ଭେ ଆପଣାର ଓ ଆପଣା ପୂର୍ବପୁରୁଷଗଣର ଅଜ୍ଞାତ କାଷ୍ଠ ଓ ପ୍ରସ୍ତରମୟ ଅନ୍ୟ ଦେବତାଗଣର ସେବା କରିବ।


ଯେଉଁମାନେ ଭୂତ, ପରମେଶ୍ୱର ନୁହନ୍ତି, ଯେଉଁ ଦେବତାମାନଙ୍କୁ ସେମାନେ ଜାଣିଲେ ନାହିଁ, ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁମାନଙ୍କୁ ଡରିଲେ ନାହିଁ, ଏପରି ସଦ୍ୟ ଉତ୍ପନ୍ନ ନୂତନ ଦେବତାମାନଙ୍କ ଉଦ୍ଦେଶ୍ୟରେ ସେମାନେ ବଳିଦାନ କଲେ।


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ, ଆଉ ବାଲ୍‍ ଦେବତାଗଣର ଓ ଅଷ୍ଟାରୋତ୍‍ ଦେବୀଗଣର ଓ ଅରାମ ଦେବଗଣର ଓ ସୀଦୋନ ଦେବଗଣର ଓ ମୋୟାବ ଦେବଗଣର ଓ ଅମ୍ମୋନ-ସନ୍ତାନମାନଙ୍କ ଦେବଗଣର ଓ ପଲେଷ୍ଟୀୟ ଦେବଗଣର ସେବା କଲେ; ପୁଣି ସେମାନେ ସଦାପ୍ରଭୁଙ୍କୁ ପାସୋରିଲେ ଓ ତାହାଙ୍କର ସେବା କଲେ ନାହିଁ।


Swiv nou:

Piblisite


Piblisite